ନାଳରୁ ମିଳିଲା ବୃଦ୍ଧଙ୍କ ମୃତଦେହ

ଲାଞ୍ଜିଗଡ଼,୧୧ା୧୦(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ କୁମଖାଲ ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ଟକଲାସୁର ଗାଁ ନିକଟ ନାଳରେ ଜଣେ ବୃଦ୍ଧଙ୍କ ମୃତଦେହ ଭାସୁଥିବା ଶନିବାର ଦେଖିବାକୁ ମିଳିଛି। ମୃତକ ହେଲେ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ଡଙ୍ଗରି ଗାଁର କାଳିଆ ବାଗ (୫୫)।

କାଳିଆ ସକାଳେ କୌଣସି କାମରେ ବାହାରକୁ ଯାଇ ବିଳମ୍ବିତ ରାତି ପର୍ଯ୍ୟନ୍ତ ଘରକୁ ଫେରି ନ’ଥିଲେ। ଘର ଲୋକେ ଖୋଜାଖୋଜି ପରେ ମଧ୍ୟ ତାଙ୍କ ପତ୍ତା ମିଳି ନ ଥିଲା। ଶନିବାର ନାଳରେ ମୃତଦେହ ଭାସୁଥିବା ଦେଖି ସ୍ଥାନୀୟ ଲୋକେ ପରିବାର ଲୋକଙ୍କୁ ଖବର ଦେଇଥିଲେ। ପରିବାର ଲୋକେ ପହଞ୍ଚି ମୃତଦେହ ଚିହ୍ନଟ କରିଥିଲେ। ପରେ ପୁଅ ସନ୍ତୋଷ ବାଗ ଏ ନେଇ ଥାନାରେ ଅଭିଯୋଗ କରିଥିଲେ। ପୋଲିସ ଏକ ମାମଲା (ନଂ.୩/୨୫) ରୁଜୁକରିବା ସହ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଅନ୍ୟପକ୍ଷେ ପୋଲିସ ମୃତ୍ୟୁର କାରଣ ଖୋଜିବା ସହ ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବଜ୍ରପାତରେ ଜଳିଗଲା ନଡ଼ିଆ ଗଛ

ଢେଙ୍କିକୋଟ,୧୯ା୩(ନୀଳମଣି ମଣ୍ଡଳ): କେନ୍ଦୁଝର ଜିଲା ଢେଙ୍କିକୋଟଠାରେ କାଳବୈଶାଖୀ ପ୍ରଭାବରେ ବଜ୍ରପାତ ସାଙ୍ଗକୁ ବର୍ଷା ହୋଇଥିଲା। ବଜ୍ରପାତରେ ଢେଙ୍କିକୋଟ ବଜାରସ୍ଥିତ ରାମଚନ୍ଦ୍ର ସାହୁଙ୍କ ବାଡ଼ିରେ ଥିବା ନଡ଼ିଆ ଗଛ…

ସୁରେଶ ରେଡ୍ଡି ହେଲେ ଭାଜପା ଯୁବ ମୋର୍ଚ୍ଚାର ରାଜ୍ୟ ସଂଯୋଜକ: ଛତ୍ରପୁର ଅଞ୍ଚଳରେ ଉତ୍ସାହ

ଛତ୍ରପୁର, ୧୯।୩ (ଦିଲ୍ଲୀପ ସାମଲ): ଭାରତୀୟ ଜନତା ପାର୍ଟି (ଭାଜପା) ଯୁବ ମୋର୍ଚ୍ଚାର ସଂଗଠନକୁ ଅଧିକ ସୁଦୃଢ଼ କରିବା ପାଇଁ ଏକ ବଡ଼ ପଦକ୍ଷେପ ନିଆଯାଇଛି। ଛତ୍ରପୁରର…

ଅକାଳରେ ଚାଲିଗଲା ସିଆର୍‌ପିଏଫ୍‌ ଯବାନଙ୍କ ଜୀବନ: ରାୟଗଡ଼ା ଚତୁର୍ଥ ବାଟାଲିୟନରେ ଶୋକର ଛାୟା

ରାୟଗଡ଼ା, ୧୯।୩ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲାରେ ମ୍ୟାଲେରିଆର ପ୍ରାଦୁର୍ଭାବ ଜଣେ କର୍ତ୍ତବ୍ୟରତ ସିଆରପିଏଫ (CRPF) ଯବାନଙ୍କ ଜୀବନ ନେଇଛି। ମୃତ ଯବାନ ଜଣକ ହେଉଛନ୍ତି…

ତାରାତାରିଣୀ ପୀଠରେ ବାସନ୍ତିକ ନବରାତ୍ରୀ ଉତ୍ସବ ଆରମ୍ଭ: ବେଦମନ୍ତ୍ରରେ ପ୍ରକମ୍ପିତ ରତ୍ନଗିରି ପାହାଡ଼

ପୁରୁଷୋତ୍ତମପୁର,୧୯।୩(ସବିତା ମିଶ୍ର): ଦକ୍ଷିଣ ଓଡ଼ିଶାର ପ୍ରସିଦ୍ଧ ଶକ୍ତିପୀଠ ତଥା ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠରେ ଗୁରୁବାର ରାତିରୁ ମହାସମାରୋହରେ ଆରମ୍ଭ ହୋଇଛି ବାସନ୍ତିକ…

ପୁଣି କିମ୍‌ ଯଙ୍ଗ୍‌ ଉନ୍‌ ବିଜୟୀ

ପୋଙ୍ଗୟାଙ୍ଗ୍‌ ,୧୯ା୩: ଉତ୍ତର କୋରିଆ ଶାସକ କିମ୍‌ ଯଙ୍ଗ୍‌ ଉନ୍‌ ଜାତୀୟ ନିର୍ବାଚନରେ ବିପୁଳ ଭୋଟରେ ବିଜୟୀ ହୋଇଛନ୍ତି। ୧୫ତମ ସୁପ୍ରିମ ପିପୁଲ୍ସ ଆସେମ୍ବ୍ଲି ପାଇଁ ଗତ…

ବରଗଡ଼ ତହସିଲ ଅଞ୍ଚଳରେ ଅବାଧରେ ଚାଲିଛି ମାଟି ଚୋରାଚାଲାଣ, ହାତ ବାନ୍ଧି ବସିଛି ଖଣି ବିଭାଗ, ଜିଲାପାଳଙ୍କୁ…

ବରଗଡ଼,୧୯।୩(ପ୍ରେମାନନ୍ଦ ଖମାରୀ)- ବରଗଡ଼ ତହସିଲ ଅନ୍ତର୍ଗତ କଟାପାଲି, ବରଗାଁ ଅଞ୍ଚଳରେ ଅବାଧରେ ମାଟି ଚୋରାଚାଲାଣ ହେଉଛି। ଅଭିଯୋଗ ସତ୍ତ୍ୱେ ସ୍ଥାନୀୟ ଖଣି ବିଭାଗର ଅଧିକାରୀମାନେ କାର୍ଯ୍ୟାନୁଷ୍ଠାନ ନେବା…

ରାଜ୍ୟଗୋଷ୍ଠୀ କ୍ରୀଡ଼ା ପାଇଁ ଘୋଷଣା ହେଲା ତାରିଖ ଏବଂ ସ୍ଥାନ, ଜାଣନ୍ତୁ…

ନୂଆଦିଲ୍ଲୀ,୧୯ା୩: ରାଜ୍ୟଗୋଷ୍ଠୀ କ୍ରୀଡ଼ାର ୮ମ ସଂସ୍କରଣ ୨୦୨୭ ଅକ୍ଟୋବର ୨୯ରୁ ନଭେମ୍ବର ୪ ମାଲ୍‌ଟା ଓ ଗୋଜୋରେ ହେବ। ଉଦ୍‌ଘାଟନୀ ଉତ୍ସବ ଅକ୍ଟୋବର ୨୯ରେ ଏହାପଛକୁ ଅକ୍ଟୋବର…

ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ କୁମାର ପାତ୍ରଙ୍କୁ ମିଳିବ ସମ୍ମାନଜନକ ‘ଡିଜିପି ଡିସ୍କ ଆୱାର୍ଡ’,ଛୁଟିଛି ଶୁଭେଚ୍ଛାର ସୁଅ

ଛତ୍ରପୁର,୧୯।୩(ଦିଲ୍ଲୀପ ସାମଲ): ପୋଲିସ ସେବାରେ ନିଜର ଉଲ୍ଲେଖନୀୟ କୃତିତ୍ୱ ଓ ଦକ୍ଷତା ପାଇଁ ଗଞ୍ଜାମ ଆରକ୍ଷୀ ଅଧିକ୍ଷକ (SP) ଶୁଭେନ୍ଦୁ କୁମାର ପାତ୍ର ‘ଡିଜିପି ଡିସ୍କ ଆୱାର୍ଡ’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri