ଲାଞ୍ଜିଗଡ଼,୧୧ା୧୦(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ କୁମଖାଲ ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ଟକଲାସୁର ଗାଁ ନିକଟ ନାଳରେ ଜଣେ ବୃଦ୍ଧଙ୍କ ମୃତଦେହ ଭାସୁଥିବା ଶନିବାର ଦେଖିବାକୁ ମିଳିଛି। ମୃତକ ହେଲେ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ଡଙ୍ଗରି ଗାଁର କାଳିଆ ବାଗ (୫୫)।
କାଳିଆ ସକାଳେ କୌଣସି କାମରେ ବାହାରକୁ ଯାଇ ବିଳମ୍ବିତ ରାତି ପର୍ଯ୍ୟନ୍ତ ଘରକୁ ଫେରି ନ’ଥିଲେ। ଘର ଲୋକେ ଖୋଜାଖୋଜି ପରେ ମଧ୍ୟ ତାଙ୍କ ପତ୍ତା ମିଳି ନ ଥିଲା। ଶନିବାର ନାଳରେ ମୃତଦେହ ଭାସୁଥିବା ଦେଖି ସ୍ଥାନୀୟ ଲୋକେ ପରିବାର ଲୋକଙ୍କୁ ଖବର ଦେଇଥିଲେ। ପରିବାର ଲୋକେ ପହଞ୍ଚି ମୃତଦେହ ଚିହ୍ନଟ କରିଥିଲେ। ପରେ ପୁଅ ସନ୍ତୋଷ ବାଗ ଏ ନେଇ ଥାନାରେ ଅଭିଯୋଗ କରିଥିଲେ। ପୋଲିସ ଏକ ମାମଲା (ନଂ.୩/୨୫) ରୁଜୁକରିବା ସହ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଅନ୍ୟପକ୍ଷେ ପୋଲିସ ମୃତ୍ୟୁର କାରଣ ଖୋଜିବା ସହ ତଦନ୍ତ ଆରମ୍ଭ କରିଛି।