କାଲି ନିଖୋଜ, ଆଜି ମିଳିଲା ବୃଦ୍ଧଙ୍କ ମୃତଦେହ; କେନାଲରେ ଗୋଟିଏ ପରେ ଗୋଟିଏ ଅଘଟଣକୁ ନେଇ… 

କୋକସରା,୧୮।୩(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଅନ୍ତର୍ଗତ ଲଡୁଗାଁ ଅଞ୍ଚଳରେ ଏକ ଶୋକାକୂଳ ପରିବେଶ ସୃଷ୍ଟି ହୋଇଛି। ବୁଧବାର ଦିନ ଇନ୍ଦ୍ରାବତୀ ଉଠା ଜଳସେଚନ କେନାଲରୁ ଜଣେ ୭୬ ବର୍ଷୀୟ ବୃଦ୍ଧଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ହେଉଛନ୍ତି ଲଡୁଗାଁ ଗ୍ରାମର ଗବ୍ର ରାଉତ (୭୬)।
ଗବ୍ର ଗତକାଲିଠାରୁ ନିଖୋଜ ଥିଲେ। ଆଜି ସକାଳେ ମୁଟୁରାବାହିଲି ଛକ ନିକଟସ୍ଥ କେନାଲରେ ତାଙ୍କ ମୃତଦେହ ଭାସୁଥିବା ସ୍ଥାନୀୟ ଲୋକେ ଦେଖିବାକୁ ପାଇଥିଲେ। ଖବର ପାଇ କୋକସରା ପୋଲିସ ଓ ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ପହଞ୍ଚିଥିଲେ। ଅଗ୍ନିଶମ ବିଭାଗର ଓଆଇସି ପ୍ରଶାନ୍ତ କୁମାର ବାଘଙ୍କ ନେତୃତ୍ୱରେ କର୍ମଚାରୀମାନେ ପାଣିରୁ ମୃତଦେହ ଉଦ୍ଧାର କରିଥିଲେ।
କୋକସରା ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଇଥିଲା। ବ୍ୟବଚ୍ଛେଦ ପରେ ମୃତଦେହ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି। ଏହି ମାମଲାରେ ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ ଜାରି ରଖିଛି।
ସବୁଠାରୁ ଚିନ୍ତାଜନକ ବିଷୟ ହେଉଛି ଯେ, ଗତ କିଛି ଦିନ ମଧ୍ୟରେ ଏହି କେନାଲରେ ୫ଟି ଅଘଟଣ ଘଟିସାରିଲାଣି। ଏଥିରୁ ୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଯୁବକ ଗୁରୁତର ଅବସ୍ଥାରେ ଉଦ୍ଧାର ହୋଇଛନ୍ତି। ଏଭଳି ସ୍ଥିତିରେ ପ୍ରଶାସନ ପକ୍ଷରୁ କେନାଲ କୂଳରେ ସଚେତନତା ଏବଂ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରିବାକୁ ସ୍ଥାନୀୟ ବୁଦ୍ଧିଜୀବୀମାନେ ଦାବି କରିଛନ୍ତି।
Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଖାଇବା ତେଲ ପ୍ରତି କୃଷକ ଗୁରୁତ୍ୱ ଦେବାକୁ ଆହ୍ବାନ

ବରଗଡ଼,୨୧ା୬(ପ୍ରେମାନନ୍ଦ ଖମାରୀ): ରାଜ୍ୟ ସରକାରଙ୍କ ୨ବର୍ଷ ପୂର୍ତ୍ତି ଉତ୍ସବ ବିକାଶ ଧାରା, ଓଡ଼ିଶା ସାରା ଅବସରରେ ଜାତୀୟ ଖାଇବା ତେଲ ମିଶନଅଏଲ ପାମ (ଏନ୍‌ଏମ୍‌ଇଓ-ଓପି) ୨୦୨୬-୨୭ ଅଧୀନରେ…

ଯୋଗ ଦିବସରେ ସାମିଲ ହେଲେ ମହିଳା ସରପଞ୍ଚ, କହିଲେ ନିଜକୁ ସୁସ୍ଥ ରଖିବାକୁ ହେଲେ…

ଗଞ୍ଜାମ,୨୧ା୬(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି। ଏହି ଯୋଗରେ ମହିଳା ସରପଞ୍ଚ ମମତା ବେହେରାଙ୍କ ସମେତ…

କେନ୍ଦୁଝରରେ ଉପମୁଖ୍ୟମନ୍ତ୍ରୀ: କୃଷି କାର୍ଯ୍ୟର ସମୀକ୍ଷା କରି କହିଲେ ଅସ୍ବାଭାବିକ ମୌମୁମୀ ପରିସ୍ଥିତିର ସମ୍ଭାବନାକୁ…

କେନ୍ଦୁଝର,୨୧ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ, ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ରବିବାର କେନ୍ଦୁଝର ଜିଲା ଗସ୍ତ କରି ବିଭିନ୍ନ କୃଷି…

ନିଶାଖୋର ପୁଅ ପାଇଁ ଆତ୍ମହତ୍ୟା କରିଦେଲେ ମା’-ବାପା! ଘର ଭିତରୁ ପୋଲିସ…

ପୁରୀ,୨୧ା୬(ଅଜିତ କୁମାର ମହାନ୍ତି): ପୁରୀ ତାଳବଣିଆ ଥାନା ଅନ୍ତର୍ଗତ ସେନାପତି ବଗିଚା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ରବିବାର ଦେଖିବାକୁ ମିଳିଛି। ଘର ଭିତରୁ ପୋଲିସ ଦମ୍ପତିଙ୍କ…

ନୂଆପଡ଼ାରେ ସକାଳୁ ସ୍କୁଲ ଆସିବେ ପିଲା

ନୂଆପଡ଼ା,୨୧ା୬(ମକାରୁ ବେମାଲ): ନୂଆପଡ଼ା ଜିଲାରେ ସକାଳୁଆ ସ୍କୁଲ ଅବଧି ବଢ଼ିଛି। ୨୨ରୁ ୨୫ ତାରିଖ ପର୍ଯ୍ୟନ୍ତ ସକାଳୁଆ ସ୍କୁଲ ହେବାକୁ ଜିଲାପାଳ ନିଷ୍ପତ୍ତି ନେଇଛନ୍ତି। ହିଟ ଓ୍ବେଭ୍‌…

ଗଞ୍ଜାମ କଲେଜରେ ଅନ୍ତର୍ଜାତୀୟ ଯୋଗ ଦିବସ

ଗଞ୍ଜାମ, ୨୧।୬ (ବିଦ୍ୟାଧର ସାହୁ): ଗଞ୍ଜାମ କଲେଜ ପରିସରରେ ରବିବାର ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଇଥିଲା। କଲେଜର ଅଧ୍ୟକ୍ଷା ଡ଼. ସ୍ମରଣିକା ହୋତାଙ୍କ ସମେତ ୮୦ରୁ…

କେସିଙ୍ଗା -ଟିଟିଲାଗଡ ରାସ୍ତା, ତେଲନଦୀ ବ୍ରିଜର ସୁରକ୍ଷାକୁ ନେଇ ଉଠିଲା ପ୍ରଶ୍ନ, ଭାରୀଯାନ ଚଳାଚଳ ଯୋଗୁ ବ୍ରିଜ୍‌ ଭାଙ୍ଗିବାର…

କେସିଙ୍ଗା,୨୧।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହର ସ୍ଥିତ ସିଟିଜେନ ଫୋରମ ପକ୍ଷରୁ କେସିଙ୍ଗା -ଟିଟିଲାଗଡ ରାସ୍ତା ଓ ତେଲନଦୀ ବ୍ରିଜ୍‌କୁ ନେଇ ଏକ ଖବରଦାତା ସମ୍ମିଳନୀ…

ଶରୀରକୁ ସୁସ୍ଥ, ମନକୁ ସନ୍ତୁଳିତ କରେ ଯୋଗ

ରାଇକିଆ,୨୧।୬(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକର ବିଭିନ୍ନ ସ୍ଥାନରେ ରବିବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି । ଯୋଗ ଶରୀରକୁ ସୁସ୍ଥ ରଖେ। ଏଥିସହିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri