ଗାଡ଼ି ଧକ୍କାରେ ଚାଲିଗଲା ବୃଦ୍ଧଙ୍କ ଜୀବନ

ଭବାନୀପାଟଣା,୧୪।୪(ସ୍ବ.ପ୍ର.): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅଧୀନ କୁଟୁରୁଖମାର ଛକ ନିକଟରେ ଶୁକ୍ରବାର ଏକ ଗାଡି ଧକ୍କାରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ଅଖିଳ ମାଝି। ଚାଷ ଜମିକୁ ପାଣି ମଡ଼ାଇବା ପାଇଁ ଅଖିଳ ଯାଉଥିବା ବେଳେ ଗାଁଛକ ନିକଟରେ ଏକ ଗାଡି ତାଙ୍କୁ ଧକ୍କା ଦେଇ ଫେରାର ହୋଇ ଯାଇଥିଲା। ଫଳରେ ଘଟଣାସ୍ଥଳରେ ଅଖିଳଙ୍କ ମୃତ୍ୟୁ ଘଟିଥିଲା।

ଖବର ପାଇ ପରିବାର ଓ ଗ୍ରାମବାସୀ ସେଠାରେ ପହଞ୍ଚି କ୍ଷତିପୂରଣ ଦାବିରେ ମୃତଦେହ ରଖି ଭବାନୀପାଟଣା-ଜୁନାଗଡ଼ ୨୬ ନଂ. ଜାତୀୟ ରାଜପଥ ଅବରୋଧ କରିଥିଲେ। ଖବର ପାଇ ଘଟଣାସ୍ଥଳରେ ସଦର ଆଇଆଇସି ଓ ଅତିରିକ୍ତ ତହସିଲଦାର ପହଞ୍ଚି ଆନ୍ଦୋଳନକାରୀଙ୍କ ସହ ଆଲୋଚନା କରିଥିଲେ। ହରିଶ୍ଚନ୍ଦ୍ର ଯୋଜନାରେ ୨ ହଜାର ଓ ରେଡ଼କ୍ରସରେ ୧୦ ହଜାର ଟଙ୍କା ଦିଆଯିବ ବୋଲି ପ୍ରତିଶ୍ରୁତି ଦେବା ପରେ ରାସ୍ତାରୋକୋ ହଟିଥିଲା। ଏକମାତ୍ର ରୋଜଗାରକ୍ଷମ ବ୍ୟକ୍ତିଙ୍କ ମୃତ୍ୟୁ ପରେ ପରିବାର ଏବେ ବେସାହାରା ହୋଇପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ସୋସିଆଲ ମିଡିଆରେ ମୁଖ୍ୟମନ୍ତ୍ରୀଙ୍କୁ ଅଶାଳୀନ ମନ୍ତବ୍ୟ, ଥାନାରେ ଅଭିଯୋଗ

ହାଟଡିହୀ,୩୧।୭(ଶୁଭକାନ୍ତ ନାୟକ):ରାଜ୍ୟରେ ଭାଜପା ସରକାର ଥିବା ବେଳେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସୋସିଆଲ ମିଡିଆରେ ଅଶାଳୀନ ମନ୍ତବ୍ୟ ନେଇ ଅସନ୍ତୋଷ ପ୍ରକାଶ ପାଇଛି । ଏପରି…

ଶନିବାର ଭଦ୍ରକ ଜିଲାରେ ସମସ୍ତ ସ୍କୁଲ ଛୁଟି

ଭଦ୍ରକ, ୩୧।୭: ଜିଲାରେ ଦେଖାଦେଇଥିବା ବନ୍ୟା ସ୍ଥିତିକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଶନିବାର ଭଦ୍ରକ ଜିଲାର ସମସ୍ତ ସ୍କୁଲ…

କାଲି ଘଣ୍ଟାରେ ୧୦ଟା ବାଜିବ ହେଲେ ସେ ଆଉ ସ୍କୁଲ ଯିବେନି: ଶିକ୍ଷକଙ୍କୁ ଝୁରୁଛି…

ହାଟଡିହୀ, ୩୧/୭ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଶାସଙ୍ଗ ପଞ୍ଚାୟତ ହାଇସ୍କୁଲର ଆଦର୍ଶ ଶିକ୍ଷକ ପଦ୍ମନାଭ ପଣ୍ଡାଙ୍କୁ ବିଦ୍ୟାଳୟ ପକ୍ଷରୁ ବିଦାୟ ସମ୍ବର୍ଦ୍ଧନା ଜ୍ଞାପନ…

ଭୁବନେଶ୍ୱର: ହାଇଟେକ୍ ଛକ ନିକଟ କୁଆଖାଇ ନଦୀକୁ ଡେଇଁଲେ ମହିଳା, ଉଦ୍ଧାର କାର୍ଯ୍ୟ ଜାରି

ଭୁବନେଶ୍ୱର, ୩୧ା୭: ରାଜଧାନୀ ଭୁବନେଶ୍ୱରର ହାଇଟେକ୍ ଛକ ନିକଟସ୍ଥ କୁଆଖାଇ ନଦୀକୁ ଜଣେ ମହିଳା ଡେଇଁ ପଡ଼ିଥିବା ଘଟଣା ସାମ୍ନାକୁ ଆସିଛି। ମହିଳାଜଣଙ୍କ ନଦୀକୁ ଡେଇଁବା ପରେ…

ବସ୍ତରେନ ମାଉଲିଙ୍କ ଆଷାଢ଼ କେନା ମଣ୍ଡେଇ ଯାତ୍ରା: କଣ୍ଟା ଦୋଳିରେ ଝୁଲିଲେ କାଲିସି, ହଜାର ହଜାର…

କୋକସରା, ୩୧।୭(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଟେମରା ଗ୍ରାମର ଆରାଧ୍ୟ ଦେବୀ ମା’ ବସ୍ତରେନ ମାଉଲିଙ୍କ ବାର୍ଷିକ ଆଷାଢ଼ କେନା ମଣ୍ଡେଇ ଯାତ୍ରା…

ମୃତ୍ତିକା ସଂରକ୍ଷଣ ନିର୍ଦ୍ଦେଶକଙ୍କ ଦିଗପହଣ୍ଡି-ସାନଖେମୁଣ୍ଡି ଗସ୍ତ: ବିଭିନ୍ନ ପ୍ରକଳ୍ପ ପରିଦର୍ଶନ ସହ ଅଗ୍ରଗତି ସମୀକ୍ଷା

ଦିଗପହଣ୍ଡି, ୩୧।୭(ଅଶେଷ ନାଥ ମିଶ୍ର): ମୃତ୍ତିକା ସଂରକ୍ଷଣ ଓ ଜଳବିଭାଜିକା ଉନ୍ନୟନ ନିର୍ଦ୍ଦେଶକ ସୁବ୍ରତ କୁମାର ପଣ୍ଡା ଶୁକ୍ରବାର ଦିଗପହଣ୍ଡି ଓ ସାନଖେମୁଣ୍ଡି ବ୍ଲକର ବିଭିନ୍ନ ଗ୍ରାମ…

ପୋଲିସ ଫାଣ୍ଡି କୋଠା ଅଧାପନ୍ତରିଆ

ରିଷିଡା,୩୧ା୭(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲାର ବହୁ ପୁରାତନ ରିଷିଡ଼ା ପୋଲିସ ଫାଣ୍ଡି ପ୍ରତିଷ୍ଠାପରଠୁ ଅଦ୍ୟାବଧି ଖପର ଓ ଆଜବେଷ୍ଟସ୍‌ ଘରେ ଚାଲିଆସୁଛି। ବାରମ୍ବାର ଦାବି ପରେ ନୂତନ…

ଉପାନ୍ତରେ ବିକାଶ ବାଟବଣା: ଖଣ୍ଡିଏ ପକ୍କା ରାସ୍ତା ପାଇଁ ଆକୁଳ ନିବେଦନ କରୁଛନ୍ତି ତଳ କନ୍ଦାଗୁଡ଼ା ଗ୍ରାମବାସୀ

ଥୁଆମୂଳ ରାମପୁର, ୩୧।୭(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସିନ୍ଧିପଦର ପଞ୍ଚାୟତ ଅନ୍ତର୍ଗତ ତଳ କନ୍ଦାଗୁଡ଼ା ଗ୍ରାମରେ ସ୍ଵାଧୀନତାର ବହୁ ବର୍ଷ ପରେ ବି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri