ଭତ୍ତା, ରାଶନ ପାଇଁ ବୃଦ୍ଧ ମା’ବାପାଙ୍କୁ ବାନ୍ଧି ନିର୍ଯାତନା

ବାଲେଶ୍ୱର ଅଫିସ, ୧୦।୧୦-ଭତ୍ତା, ରାଶନ କାର୍ଡ ପାଇଁ ଏକ ବୃଦ୍ଧ ଦମ୍ପତିଙ୍କୁ ତାଙ୍କ ପୁଅ ଘରେ ବାନ୍ଧି ୮ ମାସ ହେଲା ନିର୍ଯାତନା ଦେବା ଘଟଣା ସାଧାରଣରେ ଆଲୋଡନ ସୃଷ୍ଟି କରିଛି। ସୋମବାର ଜିଲାପାଳଙ୍କଠାରେ ଅଭିଯୋଗ ହେବା ପରେ ଘଟଣା ପଦାକୁ ଆସିଛି। ନିର୍ଯାତନାର ଶିକାର ହୋଇଥିବା ବୃଦ୍ଧ ଦମ୍ପତିଙ୍କ ଘର ବାଲେଶ୍ୱର ଜିଲା ନୀଳଗିରି ଥାନା ଅଧୀନ ମରେଇଗାଁରେ।
ଅଭିଯୋଗ ଅନୁଯାୟୀ, ୮୮ ବର୍ଷୀୟ ବୃଦ୍ଧ ମାଗୁଣି ଚରଣ ବେହେରାଙ୍କ ପୁଅ ଭତ୍ତା ବହି ନେଇ ଦୀର୍ଘ ୮ମାସ ହେଲା ଭତ୍ତା ଉଠାଇ ଖର୍ଚ୍ଚ କରିବା ସହ ରାଶନକାର୍ଡ଼ରୁ ରାଶନ ସାମଗ୍ରୀ ଆଣି ପରିବାର ଚଳାଉଛନ୍ତି। ଏହାସହ ମାଗୁଣିଙ୍କ ନାମରେ ଥିବା ଜମିକୁ ବ୍ୟାଙ୍କରେ ବନ୍ଧା ରଖି ଜାଲ୍‌ ଦସ୍ତଖତ କରି ୨ଲକ୍ଷ ଟଙ୍କା ଋଣ କରିଛନ୍ତି। ହେଲେ ମା’ବାପାଙ୍କୁ ଖାଇବାକୁ ନ ଦେଇ ଗୋଟିଏ ଘର ଭିତରେ ବାନ୍ଧି ରଖୁଛନ୍ତି। ଏପରିକି ପରିବାରର ଅନ୍ୟମାନଙ୍କ ସହ ପଡ଼ୋଶୀଙ୍କ ସହିତ ମିଶିବା ପାଇଁ ଆକଟ କରି ଧମକ ଦେଉଥିବା ଜଣାପଡ଼ିଛି। କୌଶଳକ୍ରମେ ବୃଦ୍ଧ ମାଗୁଣି ସେଠାରୁ ଜଣେ ଶୁଭେଚ୍ଛୁଙ୍କ ସହାୟତାରେ ଆସି ବାଲେଶ୍ୱର ଜିଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚତ୍ ଏ ସମ୍ପର୍କରେ ଲିଖିତ ଅଭିଯୋଗ କରିଛନ୍ତି। ଜିଲାପାଳ ଦତ୍ତାତ୍ରେୟ ଭାଉସାହେବ ଶିନ୍ଦେ ସୋମବାର ମିଳିତ ଜନଶୁଣାଣି ପାଇଁ ବାଲିଆପାଳ ଗସ୍ତରେ ଯାଇଥିବାରୁ କେତେଜଣ ବୁଦ୍ଧିଜୀବୀଙ୍କ ପରାମର୍ଶ ଅନୁସାରେ ବୃଦ୍ଧ ମାଗୁଣି ତାଙ୍କର ଅଭିଯୋଗପତ୍ରକୁ ଉପ-ଜିଲାପାଳ କିଶୋର ଚନ୍ଦ୍ର ସ୍ବାଇଁଙ୍କୁ ପ୍ରଦାନ କରିଥିଲେ। ଜିଲାପାଳ ଫେରିବା ପରେ ଏପରି ଏକ ସମ୍ବେଦନଶୀଳ ଘଟଣା ବିଷୟରେ ଆଲୋଚନା କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଉପ-ଜିଲାପାଳ ପ୍ରତିଶ୍ରୁତି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ଜାତୀୟ ସମ୍ମିଳନୀରେ ଯୋଗ ଦେବେ ଆଇନଜୀବୀ ହରପ୍ରସାଦ

ଦିଗପହଣ୍ଡି,୧୫ା୨(ଅଶେଷ ନାଥ ମିଶ୍ର): ଭାରତୀୟ ସାଂସ୍କୃତିକ ସହଯୋଗ ଓ ମୈତ୍ରୀ ସମିତି (ଇସକଫ)ର ଜାତୀୟ ସମ୍ମିଳନୀରେ ଯୋଗଦେବାକୁ ଆଇନଜୀବୀ ହରପ୍ରସାଦ ରଥ ତାମିଲନାଡୁ ଗସ୍ତ କରିବେ ବୋଲି…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

IND VS PAK: ଭାରତ-ପାକ୍‌ ମ୍ୟାଚ୍‌ ପୂର୍ବରୁ ପ୍ରେମଦାସା ଷ୍ଟାଡିୟମରେ ସାପ ଆତଙ୍କ; ପାକିସ୍ତାନ ଡଗ୍‌ଆଉଟ୍‌ରେ…

କଲମ୍ବୋ,୧୫।୨: କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମହାନ ମୁକାବିଲା ପୂର୍ବରୁ ଏକ ଅଭାବନୀୟ ଚିତ୍ର ସାମ୍ନାକୁ ଆସିଛି। କ୍ରିକେଟର…

ପ୍ରତିଦିନ ଖାଆନ୍ତୁ ଦୁଇ ପାଖୁଡା ରସୁଣ, ରକ୍ତଚାପ ନିୟନ୍ତ୍ରଣ ସହିତ ଭଲ ରହିବ…

ରସୁଣରେ ଆଲିସିନ୍, ମାଙ୍ଗାନିଜ୍, ଭିଟାମିନ୍ ବି୬, ଭିଟାମିନ୍ ସି, ସେଲେନିୟମ୍, ଫାଇବର, କ୍ୟାଲସିୟମ୍, ପୋଟାସିୟମ୍, ଆଇରନ୍ ଏବଂ କପର ସମେତ ଅନେକ ପୁଷ୍ଟିକର ତତ୍ତ୍ୱ ଯଥେଷ୍ଟ ପରିମାଣରେ…

ନବୀନ ଦେଲେ ଗୁରୁ ଦାୟିତ୍ବ: ସବିତା ପ୍ରଧାନ କଳାହାଣ୍ଡି ବିଜେଡି ମହିଳା ସଭାନେତ୍ରୀ

ଭବାନୀପାଟଣା,୧୫।୨(ଉତ୍ତମ କୁମାର ଦାଶ)-ରାଜ୍ୟ ସଭାପତି ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ରବିବାର ରାଜ୍ୟର ବିଭିନ୍ନ ଜିଲାର ମହିଳା ସଭାନେତ୍ରୀଙ୍କ ନାମ ଘୋଷଣା କରିଛନ୍ତି। ଏହି କ୍ରମରେ…

PM Kisan:  ଆସିଲା ବଡ଼ ଅପଡେଟ୍‌: ଏହି ଦିନ ଚାଷୀଙ୍କ ଖାତାକୁ ଆସିବ ୨୦୦୦ ଟଙ୍କା… 

ନୂଆଦିଲ୍ଲୀ,୧୫।୨: ଦେଶର କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇବା ପାଇଁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ପିଏମ-କିଷାନ ଯୋଜନାର ପରବର୍ତ୍ତୀ କିସ୍ତି ଖୁବ୍‌ଶୀଘ୍ର…

ପୁରୀ ସମୁଦ୍ର କୂଳରେ ଅଘଟଣ, ସ୍ନାନ ବେଳେ ୫ ପର୍ଯ୍ୟଟକ ବୁଡ଼ି…..

ପୁରୀ,୧୫ା୨(ଅଜିତ୍ କୁମାର ମହାନ୍ତି):  ପୁଣି ପୁରୀ ସମୁଦ୍ରରେ ସ୍ନାନ ବେଳେ ଅଘଟଣ । ସମୁଦ୍ର କୂଳର ସେକ୍ଟର ୨ ଓ ସେକ୍ଟର୧୦ରେ ବୁଡୁବୁଡୁ ପର୍ଯ୍ୟଟକମାନେ ବଞ୍ଚିଯାଇଛନ୍ତି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri