ଭାଙ୍ଗି ପଡ଼ିଲା ପୁରୁଣା ସ୍କୁଲଘର

ଖପ୍ରାଖୋଲ,୨୪ା୮(ଡି.ଏନ.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଦମେଇପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପୁରୁଣା ଘର ଶୁକ୍ରବାର ଭାଙ୍ଗି ପଡିଛି। ବିଦ୍ୟାଳୟ ପରିସରରେ ଏହି ପୁରୁଣା ଶ୍ରେଣୀଗୃହଟି ଅବ୍ୟବହୃତ ଅବସ୍ଥାରେ ଥିଲା। ମଧ୍ୟାହ୍ନରେ ଶ୍ରେଣୀଗୃହରେ ପଢା ଚାଲିଥିବା ବେଳେ ଭାଙ୍ଗି ପଡିବା ଶୁଣି ଶିକ୍ଷକ, ଛାତ୍ରୀଛାତ୍ର ଭୟଭୀତ ହୋଇପଡ଼ିଥିଲେ। ଖବର ପାଇ ଅଭିଭାବକମାନେ ବିଦ୍ୟାଳୟକୁ ଆସି ଭିଡ ଜମାଇଥିଲେ। ବିଡ଼ିଓ ରଶ୍ମିରଞ୍ଜନ ରାଉତ ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଥିଲେ। ଭାଙ୍ଗି ପଡିଥିବା ପୁରୁଣା ଗୃହ ପରିଦର୍ଶନ କରିବା ସହ ଏହାର ଆବଶ୍ୟକ ମରାମତି ପାଇଁ ନିର୍ଦ୍ଦେଶ ଦେଇଛନ୍ତି।
୧୯୧୨ମସିହାରେ ସ୍ଥାପିତ ଏହି ଶତାୟୁ ବିଦ୍ୟାଳୟରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଯାଏ ଥିବାବେଳେ ୭ଜଣ ଶିକ୍ଷକ ଅଛନ୍ତି। ବର୍ତ୍ତମାନ ୧୬୮ଜଣ ଛାତ୍ରୀଛାତ୍ର ଅଧ୍ୟୟନ କରଛନ୍ତି। ବିଦ୍ୟାଳୟରେ କେବଳ ତିନୋଟି ପକ୍କା କୋଠରି ଥିବାବେଳେ ପୁରୁଣା ଶ୍ରେଣୀ ଗୃହ ମରାମତି କରି ଦୁଇଟି ଶ୍ରେଣୀରେ ପାଠପଢା ହେଉଛି। କୋଠାର ଅନ୍ୟ ଏକ କୋଠରି ବିପଦସଙ୍କୁଳ ଅବସ୍ଥାରେ ରହିଥିଲା ଯାହା ଭାଙ୍ଗିଯାଇଛି। ଭଙ୍ଗା କୋଠରି ଆରପାଖରେ ରୋଷେଇ ଘର ରହିଛି। ଛାତ୍ରୀଛାତ୍ରମାନେ ଭଙ୍ଗା କୋଠରି ଦେଇ ପ୍ରତିଦିନ ଖାଇବାକୁ ଯାଇଥାନ୍ତି। ବିଦ୍ୟାଳୟର ସମସ୍ୟା ବିଷୟରେ ପୂର୍ବରୁ ବିଭାଗୀୟ ଅଧିକାରୀଙ୍କୁ ଅବଗତ କରାଯାଇଥିଲେ ମଧ୍ୟ କୌଣସି ପଦକ୍ଷେପ ନିଆଯାଇ ନଥିବା ଅଭିଯୋଗ ହେଉଛି। ଏନେଇ ପ୍ରଧାନଶିକ୍ଷକ ନିହାର ରଞ୍ଜନ ଭୋଇଙ୍କୁ ପଚାରିବାରୁ ଭାଙ୍ଗି ପଡିଥିବା କୋଠରି ବ୍ୟବହୃତ ହେଉ ନ ଥିବା କହିଛନ୍ତି। ବ୍ଲକ ଶିକ୍ଷା ଅଧିକାରୀ ସୁରେନ୍ଦ୍ର କୁମାର ପୁରୋହିତଙ୍କୁ ପଚାରିବାରୁ ଅବ୍ୟବହୃତ ଘରର ଛପର ଭାଙ୍ଗିଛି ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଓଡ଼ିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ଦିବସ-୨୦୨୬ ପାଳିତ

ଦାରିଙ୍ଗବାଡି,୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି ସଭାଗୃହ ପରିସରରେ ଉତ୍କଳ ଦିବସ-୨୦୨୬ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଂଯୋଜନାରେ ହୋଇଥିବା…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ

ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…

ଛେଚିଲା କୁଆପଥର ବର୍ଷା, ପବନରେ ଗଛ ଭାଙ୍ଗି ନଷ୍ଟ ହେଲା ଏକାଧିକ ଗାଡ଼ି

ନନ୍ଦପୁର,୧ା୪(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ପବନ ସହ କୁଆପଥର ବର୍ଷା ହୋଇଛି। ଯାହାର ପ୍ରଭାବରେ ନନ୍ଦପୁର ବ୍ଲକ ସଦର ମହକୁମା ସ୍ଥିତ…

ନଦୀରେ ଗାଧୋଉଥିବାବେଳେ ଆକ୍ରମଣ କଲା କୁମ୍ଭୀର, ଆଉ ତା’ ପରେ…

କଳିଙ୍ଗନଗର,୧ା୪(ଶୁଭାଶିଷ ରାଉତ): ଯୋକଡିଆ ପାଟିଆ ନଈରେ କୁମ୍ଭୀର ଆକ୍ରମଣରେ ଜଣେ ଶ୍ରମଜୀବୀ ଗୁରୁତର ଆହତ ହୋଇଛନ୍ତି। ସୌଭାଗ୍ୟ କ୍ରମେ ଅଳ୍ପକେ ବର୍ତ୍ତିଯାଇଛି ତାଙ୍କ ଜୀବନ। ଯାଜପୁର ଜିଲା…

ANM ସ୍ତ୍ରୀଙ୍କୁ ମାରି ନିଆଁ ଲଗାଇବା ବେଳେ ନିଜେ ଜଳିଯାଇଥିଲେ, ଅର୍ଦ୍ଧଦଗ୍ଧ ସ୍ବାମୀରବି ହେଲା ମୃତ୍ୟୁ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ବନ୍ଧପଡା ଫାଣ୍ଡି ଅନ୍ତର୍ଗତ ରାମଚନ୍ଦ୍ରପୁର ଉପସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ମହିଳା ଏଏନଏମ ଦମୟନ୍ତୀ ବାରିକ (୫୬)ଙ୍କ ମୃତ୍ୟୁ ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri