ଦୀର୍ଘ ୪୦ ବର୍ଷ ପରେ ଏକାଠି ହେଲେ ପୁରାତନ ଛାତ୍ର: ପଦ୍ମନାଭପୁର ରାଧାଶ୍ୟାମ ଉଚ୍ଚ ବିଦ୍ୟାଳୟର ବନ୍ଧୁମିଳନ ଉତ୍ସବ

ଦିଗପହଣ୍ଡି,୧୮ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମ ସ୍ଥିତ ରାଧାଶ୍ୟାମ ଉଚ୍ଚ ବିଦ୍ୟାଳୟର ୧୯୮୬ ମସିହା ମ୍ୟାଟ୍ରିକ ବ୍ୟାଚର ପୁରାତନ ଛାତ୍ରଙ୍କ ଏକ ଭବ୍ୟ ବନ୍ଧୁମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି ଜକର ଗ୍ରାମ ନିକଟସ୍ଥ ମା’ ରତ୍ନେଶ୍ୱରୀ ମନ୍ଦିର ପରିସରରେ ଦୀର୍ଘ ୪୦ ବର୍ଷ ପରେ ଆୟୋଜିତ ଏହି ମିଳନୋତ୍ସବରେ ଶତାଧିକ ପୁରାତନ ଛାତ୍ର ଯୋଗ ଦେଇ ସ୍ମୃତି ଚାରଣ କରିଥିଲେ।

ମନ୍ଦିରରେ ପୂଜାର୍ଚ୍ଚନା ଏବଂ ପ୍ରଦୀପ ପ୍ରଜ୍ଜ୍ୱଳନ ସହ ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଥିଲା। ଏହି ଅବସରରେ ପୂର୍ବତନ ଶିକ୍ଷକ ଏବଂ ଦେହାନ୍ତ ହୋଇଥିବା ସହପାଠୀଙ୍କ ଉଦ୍ଦେଶ୍ୟରେ ଦୁଇ ମିନିଟ୍ ନୀରବ ପ୍ରାର୍ଥନା କରାଯାଇଥିଲା। ଦୀର୍ଘ ଚାରି ଦଶନ୍ଧି ପରେ ପରସ୍ପରକୁ ଭେଟି ଛାତ୍ରମାନେ ନିଜ ପିଲାଦିନର ସ୍ମୃତିକୁ ମନେ ପକାଇବା ସହ ଭାବର ଆଦାନପ୍ରଦାନ କରିଥିଲେ।

ପରେ ଆୟୋଜିତ ଆଲୋଚନା ସଭାରେ ପୁରାତନ ଛାତ୍ର ସଂଘ ଗଠନ କରାଯାଇ ସଭାପତି ଭାବେ ଦୀପକ କୁମାର ସୁବୁଦ୍ଧି, ଉପସଭାପତି ଭାବେ କେ. ସଞ୍ଜୀବ କୁମାର ରେଡ୍ଡୀ, ସମ୍ପାଦକ ଭାବେ ମନୋଜ କୁମାର ସାହୁଙ୍କୁ ମନୋନୀତ କରାଯାଇଥିଲା। ପୁରାତନ ଛାତ୍ର ପ୍ରଦୀପ ପାଣିଗ୍ରାହୀ, ବି.ସୂର୍ଯ୍ୟ, ନାରାୟଣ ସାହୁ, ତ୍ରିପତି ସାହୁ, ଅକ୍ଷୟ ରେଡ୍ଡୀ, ଅମ୍ବିକା ବେହେରା ପ୍ରମୁଖ ସମସ୍ତ ପୁରାତନ ଛାତ୍ରଙ୍କ ସହ ଯୋଗାଯୋଗ କରି ଏଭଳି କାର୍ଯ୍ୟକ୍ରମ ସମ୍ପାଦିତ କରିଥିବାରୁ ସେମାନଙ୍କୁ ପୁରାତନ ଛାତ୍ର ସଂଘ ପକ୍ଷରୁ କୃତଜ୍ଞତା ଜ୍ଞାପନ କରାଯାଇଥିଲା।

ଚଳିତବର୍ଷ ଭଳି ପ୍ରତିବର୍ଷ ପୁରାତନ ଛାତ୍ର ସଂଘ ପକ୍ଷରୁ ବନ୍ଧୁମିଳନ କାର୍ଯ୍ୟକ୍ରମ କରାଯିବା ସହ ଆସନ୍ତା ବର୍ଷ ଠାରୁ ସମସ୍ତ ପୁରାତନ ଛାତ୍ରୀ ମାନଙ୍କୁ ମଧ୍ୟ ଏହି କାର୍ଯ୍ୟକ୍ରମରେ ସାମିଲ କରାଯିବା ପାଇଁ ସଭାରେ ବିଧିବଦ୍ଧ ପ୍ରସ୍ତାବ ଗୃହୀତ କରାଯାଇଥିଲା। ନିଜ ନିଜ ବୃତ୍ତିଗତ କାର୍ଯ୍ୟରେ ଉଲ୍ଲେଖନୀୟ ସଫଳତା ପାଇଁ ସଭାରେ ଉପସ୍ଥିତ ପୁରାତନ ଛାତ୍ର ମାନଙ୍କ ଉଜ୍ଜଳମୟ ଭବିଷ୍ୟତ କାମନା କରାଯାଇଥିଲା।

ପୁରାତନ ଛାତ୍ରସଂଘର ନବନିର୍ବାଚିତ କାର୍ଯ୍ୟକର୍ତ୍ତା ମାନଙ୍କୁ ସଭାରେ ସମ୍ବର୍ଦ୍ଧିତ କରାଯାଇଥିଲା। ଗିରିଜା ପ୍ରସାଦ ରଥ, ତ୍ରିଲୋଚନ ଜାନି, ଭୀମସେନ ସାହୁ,ପି. କୋରାମଣି ପାତ୍ର, ବିନୋଦ ସାହୁ, ୟୁ.ସୂର୍ଯ୍ୟନାରାୟଣ, ଏସ. ମହେଶ୍ବର ରାଓ, ଶ୍ରୀଧର ରଥ, ଏସ. ବୁଦ୍ଧେଶ୍ୱର ରେଡ୍ଡୀ, ଏସ. କୈଳାସ ରେଡ୍ଡୀ, କେ. ଧର୍ମା ରାଜୁ ସୁବୁଦ୍ଧି, ପଦ୍ମ ଚରଣ ମିଶ୍ର, କାମ ରାଜୁ ରେଡ୍ଡୀ, ରମେଶ ପାତ୍ର, ମୋହନ ଆଚାରୀ, ପଦ୍ମ ମହାରଣା, ସିମାଞ୍ଚଳ ସାହୁ ପ୍ରମୁଖ ବହୁ ସଂଖ୍ୟକ ପୁରାତନ ଛାତ୍ର ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଛୁରୀ ଭୁଶି ଯୁବକଙ୍କୁ ହତ୍ୟା: ପୂର୍ବ ଶତ୍ରୁତାରୁ ଆକ୍ରମଣ, ଦୁଇ ଯୁବକ ଫେରାର

ଖଲ୍ଲିକୋଟ, ୧୫।୯ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଥାନା ଅନ୍ତର୍ଗତ ଖୋଜାପଲ୍ଲୀ ଗ୍ରାମରେ ଜଣେ ଯୁବକଙ୍କୁ ଛୁରୀ ଭୁଶି ହତ୍ୟା କରାଯାଇଛି। ମୃତକ ହେଲେ ଖୋଜାପଲ୍ଲୀ ଗ୍ରାମର…

ପଞ୍ଚାୟତ ନିର୍ବାଚନ ପାଇଁ ରଣନୀତି : ବୁଥ୍‌ରୁ ଗାଁ ଯାଏ ସଂଗଠନ ମଜବୁତ କରିବ ଭାଜପା

ଭଞ୍ଜନଗର, ୧୫/୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବିଡେକା ସମ୍ମିଳନୀ କକ୍ଷରେ ମଙ୍ଗଳବାର ଭାଜପା ଭଞ୍ଜନଗର ସାଂଗଠନିକ ଜିଲା କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲା…

ରହସ୍ୟଜନକ ପାରା ଥାନାରେ ଅଟକ: ବାଂଲାଦେଶରୁ ଆସିଥିବା ସନ୍ଦେହ

ବୈଶିଙ୍ଗା, ୧୫/୯ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ କଷିପଦା ଗ୍ରାମରୁ ମଙ୍ଗଳବାର ଦ୍ୱିପ୍ରହର ସମୟରେ ଏକ ରହସ୍ୟଜନକ ପାରା ଉଦ୍ଧାର କରାଯାଇଛି। ଗ୍ରାମର…

କଳାହାଣ୍ଡିରେ ଧୁମ୍‌ଧାମ୍‌ରେ ପାଳିତ ହେଲା ନୂଆଁଖାଇ, ଖିରି, ପିଠାରେ ମହକିଲା ଗାଁ ଦାଣ୍ଡ

ଭବାନୀପାଟଣା,୧୫ା୯(ଉତ୍ତମ କୁମାର ଦାଶ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ମଙ୍ଗଳବାର କଳାହାଣ୍ଡି ଜିଲାରେ ଧୁମ୍‌ଧାମରେ ପାଳିତ ହୋଇଯାଇଛି। ଜିଲାର ସର୍ବପୁରାତନ ଜୁନାଗଡ଼ ସହରସ୍ଥିତ ଦଧିବାମନ ମନ୍ଦିରରେ ସକାଳ…

ମଦ ବିକ୍ରିକୁ ନେଇ ତାତିଲେ ମହିଳା, ପ୍ରଶାସନ ନିକଟରେ ଦାବି

ପାଟଣା, ୧୪/୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ବଡ଼ପାଟଣା ପଞ୍ଚାୟତ ମଙ୍ଗଳପୁର, କୁଆପଶି, ଲେଖେନା ଓ ଡିଆନାଳି ଅଞ୍ଚଳରେ ବେଆଇନ ଭାବେ…

୧୯ ବର୍ଷ ହେଲା ବଜାୟ ରହିଛି ପରମ୍ପରା: ନୂଆଁଖାଇରେ ଶିରାବାହାଲ ଗ୍ରାମବାସୀ ଏକାଠି ଖାଇଲେ

ବଲାଙ୍ଗୀର ଅଫିସ, ୧୫।୯ (ସୁନିଲ କୁମାର ମହାନ୍ତି): ଯେଉଁ ମହାନ ଉଦ୍ଦେଶ୍ୟ ନେଇ ନୂଆଁଖାଇ ତିହାରର ପରିକଳ୍ପନା କରାଯାଇଥିଲା, ତାହାକୁ ସାକାର ରୂପ ଦେଉଛନ୍ତି ବଲାଙ୍ଗୀର ଜିଲା…

ବିଜ୍ଞାନକୁ ବାଦ୍‌ ଦେଇ ଦେଶର ପ୍ରଗତି ପରିକଳ୍ପନା ଅସମ୍ଭବ

ଦିଗପହଣ୍ଡି, ୧୫।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଜ୍ଞାନଶ୍ରୀ ପବ୍ଲିକ୍‌ ସ୍କୁଲର ଷଷ୍ଠତମ ଜ୍ଞାନବିଜ୍ଞାନ ମେଳା ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ହରିବନ୍ଧୁ ଦୋରା, କାଳୁଚରଣ…

ଗାଁକୁ ଯାଇପାରିଲାନି ଆମ୍ବୁଲାନ୍ସ: ଖଟିଆରେ ବୁହାହେଲା ୨ ଭାଇଙ୍କ ମୃତଦେହ

ପରଜଙ୍ଗ,୧୫।୯(ନିଗମାନନ୍ଦ ଦଳବେହେରା): ଦୁର୍ଘଟଣାରେ ୨ ଭାଇଙ୍କ ଜୀବନ ଚାଲିଗଲା। ହେଲେ ମୃତଦେହ ଘରକୁ ନେବାବେଳେ ଯେଉଁ ଦୃଶ୍ୟ ସାମ୍ନାକୁ ଆସିଲା, ତାହା ସମସ୍ତଙ୍କୁ ବିଚଳିତ କରିଛି। ରାସ୍ତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?