ଭତ୍ତା ପାଇଁ ଟ୍ରଲିରେ ବୁହାହେଲେ

ପାରଳାଖେମୁଣ୍ଡି,୧୮।୮(ଗିରିଧାରୀ ପରିଛା): ଭତ୍ତା ଟଙ୍କା ସିଧାସଳଖ ବ୍ୟାଙ୍କ ଖାତାକୁ ଟ୍ରାନ୍ସଫର ବ୍ୟବସ୍ଥା ବନ୍ଦ କରି ହିତାଧିକାରୀଙ୍କ ହାତରେ ଭତ୍ତା ଦେବା ବ୍ୟବସ୍ଥା କରିଛନ୍ତି ରାଜ୍ୟ ସରକାର। ଯେଉଁ ହିତାଧିକାରୀ ଚାଲି ପାରୁନାହାନ୍ତି ସେମାନଙ୍କୁ ଘରେ ଭତ୍ତା ଟଙ୍କା ଦିଆଯିବା ବ୍ୟବସ୍ଥା ମଧ୍ୟ କରିଛନ୍ତି। ହେଲେ ଜଣେ ୯୫ ବର୍ଷର ବୃଦ୍ଧାଙ୍କୁ ଭତ୍ତା ପାଇବା ପାଇଁ ନାକେଦମ ହେବାକୁ ପଡ଼ିଛି। ଗଜପତି ଜିଲା ପାରଳାଖେମୁଣ୍ଡି ୱାର୍‌ ନମ୍ବର ୧୨ର ଲବଙ୍ଗ ଗୟାଙ୍କୁ ତିନିମାସ ହେଲା ବାର୍ଦ୍ଧକ୍ୟ ଭତ୍ତା ମିଳି ନ ଥିଲା। ସମ୍ପର୍କୀୟ ଏକ ଟ୍ରଲିରେ ତାଙ୍କୁ ବୋହି ପ୍ରଥମେ ବ୍ୟାଙ୍କ ଓ ପରେ ପୌରପାଳିକା କାର୍ଯ୍ୟାଳୟକୁ ଆଣିବା ପରେ ତାଙ୍କୁ ଭତ୍ତା ଟଙ୍କା ମିଳିଛି।
ବୟସାଧିକ କାରଣରୁ ଲବଙ୍ଗ ଏବେ ଚାଲିବାକୁ ଅକ୍ଷମ। ଫଳରେ ସେ ଭତ୍ତା ଆଣିବା ପାଇଁ ଆଉ ଯାଇପାରୁ ନାହାନ୍ତି। ତେଣୁ ତାଙ୍କ ନାତି ଏକ ଟ୍ରଲିରେ ଭତ୍ତା ଟଙ୍କା ଆଣିବାକୁ ବ୍ୟାଙ୍କକୁ ନେଇଥିଲେ। ପୌରପାଳିକା ଅଫିସକୁ ଟଙ୍କା ପଠାଇ ଦିଆଯାଇଥିବା ବ୍ୟାଙ୍କ କର୍ତ୍ତୃପକ୍ଷ କହିଥିଲେ। ପରେ ବୃଦ୍ଧାଙ୍କ ଝିଅ ଡାଳିମ୍ବ ବେଣିଆ ଓ ନାତି ଟ୍ରଲିରେ ଲବଙ୍ଗଙ୍କୁ ନେଇ ପୌର ପରିଷଦ କାର୍ଯ୍ୟାଳୟରେ ପହଞ୍ଚିଥିଲେ। ସେଠାରେ ଲବଙ୍ଗଙ୍କୁ ବକେୟା ଭତ୍ତା ଟଙ୍କା ମିଳିଥିଲା। ଏ ସମ୍ପର୍କରେ ପାରଳା ପୌରପାଳିକା ନିର୍ବାହୀ ଅଧିକାରୀ ବନମାଳୀ ଶତପଥୀଙ୍କୁ ପଚାରିବାରୁ ଘଟଣା ସମ୍ପର୍କରେ ଅନୁଧ୍ୟାନ କରି ତଦନ୍ତ ପରେ କାର୍ଯ୍ୟନୁଷ୍ଠାନ ନିଆଯିବ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

ଜାଗିରି ସମ୍ପତ୍ତିକୁ ନେଇ ବିବାଦ, ଚାରି କୋର୍ଟ ଚାଲାଣ

ବାଲିପାଟଣା ୨୨।୭(ଅଭିମନ୍ୟୁ ନାୟକ): ବାଲିପାଟଣା ଥାନା ଅନ୍ତର୍ଗତ ଗାରେଡିପାଞ୍ଚଣ ଗ୍ରାମରେ ଏକ ଜାଗିରି ଜମି ଦଖଲକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଯେଉଁଥିରେ ଜଣେ…

ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଯାପିତ: ଜିଲାପାଳ କହିଲେ- ସହରରେ ନିର୍ମାଣ ହେବ ସଂସ୍କୃତି ଭବନ

ଦିଗପହଣ୍ଡି,୨୧।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ସୋମବାରଠାରୁ ଦୁଇ ଦିନ ଧରି ଚାଲିଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବ ମଙ୍ଗଳବାର ରାତିରେ ସଫଳତାର ସହ…

ପୂଜା ସାରି ଫେରୁଥିବା ବେଳେ ମହିଳାଙ୍କୁ ମାଡ଼, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଥାନାରେ ମାମଲା

ଧାମନଗର,୨୧।୭(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ ବରଗଡ଼ା ଗ୍ରାମରେ ପୂଜା ସାରି ଘରକୁ ଫେରୁଥିବା ଜଣେ ମହିଳାଙ୍କୁ ଆକ୍ରମଣ କରାଯିବା ଏବଂ ଚିକିତ୍ସାଧୀନ ଅବସ୍ଥାରେ…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri