ଭତ୍ତା ପାଇଁ ଟ୍ରଲିରେ ବୁହାହେଲେ

ପାରଳାଖେମୁଣ୍ଡି,୧୮।୮(ଗିରିଧାରୀ ପରିଛା): ଭତ୍ତା ଟଙ୍କା ସିଧାସଳଖ ବ୍ୟାଙ୍କ ଖାତାକୁ ଟ୍ରାନ୍ସଫର ବ୍ୟବସ୍ଥା ବନ୍ଦ କରି ହିତାଧିକାରୀଙ୍କ ହାତରେ ଭତ୍ତା ଦେବା ବ୍ୟବସ୍ଥା କରିଛନ୍ତି ରାଜ୍ୟ ସରକାର। ଯେଉଁ ହିତାଧିକାରୀ ଚାଲି ପାରୁନାହାନ୍ତି ସେମାନଙ୍କୁ ଘରେ ଭତ୍ତା ଟଙ୍କା ଦିଆଯିବା ବ୍ୟବସ୍ଥା ମଧ୍ୟ କରିଛନ୍ତି। ହେଲେ ଜଣେ ୯୫ ବର୍ଷର ବୃଦ୍ଧାଙ୍କୁ ଭତ୍ତା ପାଇବା ପାଇଁ ନାକେଦମ ହେବାକୁ ପଡ଼ିଛି। ଗଜପତି ଜିଲା ପାରଳାଖେମୁଣ୍ଡି ୱାର୍‌ ନମ୍ବର ୧୨ର ଲବଙ୍ଗ ଗୟାଙ୍କୁ ତିନିମାସ ହେଲା ବାର୍ଦ୍ଧକ୍ୟ ଭତ୍ତା ମିଳି ନ ଥିଲା। ସମ୍ପର୍କୀୟ ଏକ ଟ୍ରଲିରେ ତାଙ୍କୁ ବୋହି ପ୍ରଥମେ ବ୍ୟାଙ୍କ ଓ ପରେ ପୌରପାଳିକା କାର୍ଯ୍ୟାଳୟକୁ ଆଣିବା ପରେ ତାଙ୍କୁ ଭତ୍ତା ଟଙ୍କା ମିଳିଛି।
ବୟସାଧିକ କାରଣରୁ ଲବଙ୍ଗ ଏବେ ଚାଲିବାକୁ ଅକ୍ଷମ। ଫଳରେ ସେ ଭତ୍ତା ଆଣିବା ପାଇଁ ଆଉ ଯାଇପାରୁ ନାହାନ୍ତି। ତେଣୁ ତାଙ୍କ ନାତି ଏକ ଟ୍ରଲିରେ ଭତ୍ତା ଟଙ୍କା ଆଣିବାକୁ ବ୍ୟାଙ୍କକୁ ନେଇଥିଲେ। ପୌରପାଳିକା ଅଫିସକୁ ଟଙ୍କା ପଠାଇ ଦିଆଯାଇଥିବା ବ୍ୟାଙ୍କ କର୍ତ୍ତୃପକ୍ଷ କହିଥିଲେ। ପରେ ବୃଦ୍ଧାଙ୍କ ଝିଅ ଡାଳିମ୍ବ ବେଣିଆ ଓ ନାତି ଟ୍ରଲିରେ ଲବଙ୍ଗଙ୍କୁ ନେଇ ପୌର ପରିଷଦ କାର୍ଯ୍ୟାଳୟରେ ପହଞ୍ଚିଥିଲେ। ସେଠାରେ ଲବଙ୍ଗଙ୍କୁ ବକେୟା ଭତ୍ତା ଟଙ୍କା ମିଳିଥିଲା। ଏ ସମ୍ପର୍କରେ ପାରଳା ପୌରପାଳିକା ନିର୍ବାହୀ ଅଧିକାରୀ ବନମାଳୀ ଶତପଥୀଙ୍କୁ ପଚାରିବାରୁ ଘଟଣା ସମ୍ପର୍କରେ ଅନୁଧ୍ୟାନ କରି ତଦନ୍ତ ପରେ କାର୍ଯ୍ୟନୁଷ୍ଠାନ ନିଆଯିବ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳ ଓଡ଼ିଶାରେ ବହିବ ସାମୁଦ୍ରିକ ଝଡ଼

ଭୁବନେଶ୍ୱର,୨୯ା୪: ସୋମବାର ସକାଳ ସାଢ଼େ ୮ଟା ସୁଦ୍ଧା ବିଭିନ୍ନ ସ୍ଥାନର ତାପମାତ୍ରା ରେକର୍ଡ କରାଯାଇଛି। ବାରିପଦାରେ ତାପମାତ୍ରା ୩୬ ଡିଗ୍ରୀ ଥିବା ବେଳେ ବାଲେଶ୍ୱରରେ ୩୬,...

ପଖାଳକୁ ଭାରି ପଡ଼ିଲାଣି ପିଆଜ, ଆଳୁ

ବଲାଙ୍ଗୀର,୨୯ା୪(ବୀରେନ୍ଦ୍ର କୁମାର ଝାଙ୍କର): ପ୍ରଚଣ୍ଡ ଖରାରେ ତାପମାତ୍ରା ବୃଦ୍ଧି ଏବେ ଲୋକଙ୍କୁ ଅସ୍ତବ୍ୟସ୍ତ କରି ପକାଇଛି। ଏତିକି ବେଳେ ଆଳୁ, ପିଆଜ ଏବଂ ପନିପରିବା ଦରବୃଦ୍ଧି...

ବାସି, ଦୂଷିତ ଖାଦ୍ୟ ବିକ୍ରି ବଢ଼ୁଛି

ନୟାଗଡ଼,୨୯।୪(ଲୋକନାଥ ମିଶ୍ର): ନୟାଗଡ଼ ଜିଲାରେ ବିଭିନ୍ନ ହୋଟେଲ, ଢ଼ାବା, ଜଳଖିଆ ଦୋକାନରେ ବିକ୍ରି ହେଉଥିବା ଖାଦ୍ୟ ଆଖିକୁ ଭଲ ଦେଖାଯାଉଥିଲେ ହେଁ ଗୁଣବତ୍ତା(ମାନ) ଠିକ୍‌ ରହୁନି...

ଲୁରୁ ଗ୍ରାମରେ ପଡ଼ିନାହିଁ ବିକାଶର ପାଦଚିହ୍ନ

ପାରଳାଖେମୁଣ୍ଡି,୨୯ା୪ (ଗିରିଧାରୀ ପରିଛା): ସରକାର ଯୋଜନା ଉପରେ ଯୋଜନା କରୁଛନ୍ତି। ହେଲେ ଅନେକ ଯୋଜନା ବହୁ ଜାଗାରେ ପହଞ୍ଚି ପାରୁନାହିଁ। ଦୀର୍ଘ ବର୍ଷର ସ୍ଥାୟୀ ସରକାର...

ସରୁନି ପୋଲ ସଂଯୋଗୀକରଣ ରାସ୍ତା

ବାଲେଶ୍ୱର,୨୯ା୪(ମାନସ ବିଶ୍ୱାଳ): ବାଲେଶ୍ୱର ଜିଲା ରେମୁଣା ବ୍ଲକ ତେନ୍ତୁଳିଦା ପଞ୍ଚାୟତ ବୋଇତବାଙ୍କ ଘାଟରେ ଦୀର୍ଘ ଦିନ ହେବ ବିଜୁ ସେତୁ ନିର୍ମାଣ ସରିଥିଲେ ମଧ୍ୟ ସଂଯୋଗୀକରଣ...

୮ ଟଙ୍କାରେ ବିକିଥିଲେ, ୩୦ରେ କିଣୁଛନ୍ତିି

ରାମଚନ୍ଦ୍ରପୁର,୨୯ା୪(ଗଣେଶ୍ୱର ସା): ରାଜ୍ୟକୁ ଆଳୁ ଉତ୍ପାଦନ କ୍ଷେତ୍ରରେ ସ୍ବାବଲମ୍ବୀ କରିବାପାଇଁ ସରକାର ଉଦ୍ୟାନ ବିଭାଗ ଜରିଆରେ ଆଳୁ ମିଶନ କାର୍ଯ୍ୟକାରୀ କରିଛନ୍ତି। ମାତ୍ର ଏହା ଠିକ୍‌...

ବେକାରିଙ୍କ ମଧ୍ୟରେ ୮୩% ଯୁବପିଢ଼ି

ଭୁବନେଶ୍ୱର,୨୯।୪(ଅନୁରାଧା ମହାରଣା):ଦେଶରେ ବେକାରି ସମସ୍ୟା ଚିନ୍ତାର ବିଷୟ ପାଲଟିଛି। ମାତ୍ର ଅନ୍ତର୍ଜାତୀୟ ଶ୍ରମ ସଂଗଠନ (ଆଇଏଲଏ)ର ରିପୋର୍ଟ ଅନୁଯାୟୀ, ୨୦୨୨ରେ ଭାରତର ମୋଟ ବେକାରି ଜନସଂଖ୍ୟାରେ...

ଶସ୍ତା ହୋଇପାରେ ବିମାନ ଟିକେଟ୍‌

ଭୁବନେଶ୍ୱର,୨୯।୪(ଅନୁରାଧା ମହାରଣା):ବେସାମରିକ ବିମାନ ଚଳାଚଳ କ୍ଷେତ୍ର ନିୟାମକ (ଡିଜିସିଏ) ବିମାନ ସେବା ପାଇଁ ନୂତନ ନିର୍ଦ୍ଦେଶାବଳୀ ଜାରି କରିଛିି। ଏପ୍ରିଲ ୨୩ ରେ ଜାରି କରାଯାଇଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri