ପୋଖରୀରେ ବୁଡି ବୃଦ୍ଧା ମୃତ

ଦେବଗଡ, ୨୭।୮ (ଶଶାଙ୍କ ଶେଖର ଝାଙ୍କର): ବାରକୋଟ ଥାନା ଅନ୍ତର୍ଗତ ଠିଆନାଳ ବିଡିଘାଟ ଗ୍ରାମରେ ଗୁରୁବାର ପୋଖରୀରେ ବୁଡି ଜଣେ ବୃଦ୍ଧାଙ୍କ ମୃତ୍ୟୁ ଘଟିଛି । ମୃତ ବୃଦ୍ଧା ସେହି ଗ୍ରାମର ସ୍ବର୍ଗତ ଶଙ୍କର ମୁଣ୍ଡାଙ୍କ ସ୍ତ୍ରୀ ମାସିରୀ ମୁଣ୍ଡା (୬୧) ବୋଲି ଜଣାପଡିଛି । ପୋଲିସ ଠାରୁ ମିଳିଥିବା ସୂଚନା ଅନୁଯାୟୀ ବୁଧବାର ସାରେ ମାସିରୀ ଗାଁର ଏକ ପୋଖରୀକୁ ଶୌଚ ପାଇଁ ଯାଇଥିବା ବେଳେ ଆଉ ଘରକୁ ଫେରିନଥିଲେ। ରାତିରେ ପରିବାର ଲୋକେ ବିଭିନ୍ନ ସ୍ଥାନରେ ଖୋଜାଖୋଜି କରିଥିଲେ ମଧ୍ୟ କୌଣସି ସନ୍ଧାନ ମିଳିନଥିଲା। ଗୁରୁବାର ସକାଳୁ ମାସିରୀଙ୍କ ଶବ ପାଣିରେ ଭାସୁଥିବା ସ୍ଥାନୀୟ ଲୋକେ ଦେଖିବାକୁ ପାଇଥିଲେ। ଏନେଇ ବାରକୋଟ ଥାନା ପୋଲିସକୁ ସୂଚନା ଦିଆଯାଇଥିବା ବେଳେ ପୋଲିସ ଶବ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଥିଲା । ଏନେଇ ବାରକୋଟ ଥାନାରେ ଏକ ଅପମୃତ୍ୟୁ ମାମଲା ରୁଜୁ ହୋଇଥିବା ବେଳେ ପୋଲିସ ଘଟଣାର ଅଧିକ ତଦନ୍ତ କରୁଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବାଇକ-ବଳଦ ମୁହାଁମୁହିଁ ଧକ୍କା: ଯୁବକ ଗୁରୁତର, ଘଟଣାସ୍ଥଳରେ ବଳଦର ମୃତ୍ୟ

ଥୁଆମୂଳ ରାମପୁର, ୨୭।୮ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର-ଭବାନୀପାଟଣା ରାସ୍ତାର କୃଷି କାର୍ଯ୍ୟାଳୟ ନିକଟସ୍ଥ ସ୍କିଲ ଡେଭଲପମେଣ୍ଟ ଟ୍ରେନିଂ ସେଣ୍ଟର ନିକଟରେ ବୁଧବାର ସା ପ୍ରାୟ ୬ଟା…

ପାଟଶାଢ଼ିରେ ଗଙ୍ଗାଧରଙ୍କ ତପସ୍ବିନୀ

ସୋନପୁର,୨୭।୮ (ମୃତ୍ୟୁଞ୍ଜୟ ଶତପଥୀ): ରାଖୀ ପୂର୍ଣ୍ଣିମାରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ। ଏହାକୁ ସ୍ମରଣୀୟ କରିବାକୁ ବରିଷ୍ଠ ବୁଣାକାର ଏକ ସ୍ବତନ୍ତ୍ର ଶାଢ଼ି ପ୍ରସ୍ତୁତ କରିଛନ୍ତି।…

ନଭେମ୍ବର ୨୪ରୁ ଐତିହାସିକ ବାଲିଯାତ୍ରା

କଟକ,୨୭।୮(କାର୍ତ୍ତିକ ସାହୁ): ଐତିହାସିକ ବାଲିଯାତ୍ରା କଟକ-୨୦୨୬ ଚଳିତବର୍ଷ ନଭେମ୍ବର ୨୪ରୁ ଡିସେମ୍ବର ୧ ପର୍ଯ୍ୟନ୍ତ ପୂର୍ବାପେକ୍ଷା ଅଧିକ ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେବାକୁ ଯୋଜନା କରାଯାଇଛି। ଚଳିତବର୍ଷ…

କୋଠରି ଅଛିି, ପାନୀୟ ଜଳ, ଶୌଚାଳୟ ନାହିଁ

କୋରାପୁଟ,୨୭ା୮(ଅମିତାଭ ବେହେରା): ଶିକ୍ଷାର ବିକାଶ ପାଇଁ ସରକାର ବହୁ କୋଟି ଟଙ୍କା ବ୍ୟୟ କରୁଛନ୍ତି। ବିଶେଷକରି ଅନୁସୂଚିତ ଜାତି ଓ ଜନଜାତି ଲୋକମାନେ ବାସ କରୁଥିବା ଅଞ୍ଚଳଗୁଡ଼ିକରେ…

ତହସିଲଦାର, ଏଆର୍‌ଆଇ ନିଲମ୍ବିତ

ନୂଆପଡ଼ା,୨୭ା୮ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ତହସିଲ ଅନ୍ତର୍ଗତ ଚାନ୍ଦୋପଲା ଗଁାରେ ଜମି ବିକ୍ରିରେ ଜାଲିଆତି କରିବା ଅଭିଯୋଗରେ ମଙ୍ଗଳବାର ତହସିଲଦାର ସର୍ବେଶ୍ୱର ଜାଲ ଓ…

ରାୟଗଡ଼ାରେ ବଲାଙ୍ଗୀର ପୋଲିସର ଚଢ଼ାଉ: ବିପୁଳ ସୁନା-ରୂପା ଅଳଙ୍କାର ଜବତ, ୨ ସନ୍ଦିଗ୍ଧ…

କଲ୍ୟାଣସିଂହପୁର, ୨୬।୮ (ଦୀପକ କୁମାର ପରିଡା): ରାୟଗଡ଼ା ଜିଲାରେ ବଲାଙ୍ଗୀର ଜିଲା ପୋଲିସ ଚଢ଼ାଉ କରି ବିପୁଳ ପରିମାଣର ଚୋରି ସୁନା ଓ ରୂପା ଅଳଙ୍କାର ଜବତ…

ପିଉସାଙ୍କୁ ହତ୍ୟା କରି ପୋଡ଼ି ଦେବା ଘଟଣା: ୨ ମହିଳା ଗିରଫ, ମୋଟ ଗିରଫ ସଂଖ୍ୟା…

ଦାରିଙ୍ଗବାଡ଼ି, ୨୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ସିକନବାଡ଼ି ଗ୍ରାମରେ ଜମି ବିବାଦ ଓ ଗୁଣିଗାରେଡ଼ି ସନ୍ଦେହକୁ ନେଇ ମିଶ୍ର ପ୍ରଧାନଙ୍କୁ ନିର୍ମମ…

ଟ୍ରାକ୍ଟର ଭଡ଼ା ଟଙ୍କାକୁ ନେଇ ଆକ୍ରମଣ-ପ୍ରତିଆକ୍ରମଣ: ୨ ଗିରଫ, ନୋଟିସ ଦେଇ ଛାଡ଼ିଲା…

ଦିଗପହଣ୍ଡି, ୨୬।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଅନ୍ତର୍ଗତ ପୋଡ଼ାଖାଲ ଗ୍ରାମ ନିକଟରେ ଟ୍ରାକ୍ଟର ଭଡ଼ା ଟଙ୍କାକୁ ନେଇ ଆକ୍ରମଣ ଓ ପ୍ରତିଆକ୍ରମଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri