୪୦ ଫୁଟ୍ ଗଭୀର କୂଅ ଭିତରେ ପଡ଼ିଲେ ବୃଦ୍ଧା

ପାଟଣା, ୧୨/୫ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବୁଢ଼ୀକାପୁଡି ପଞ୍ଚାୟତ ନେଉଳିପଶି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ସୋମବାର ରାତିରେ ଶୌଚ ହେବାକୁ ଯାଇଥିବା ସମୟରେ ଅସାବଧାନତା ବଶତଃ ଜଣେ ବୃଦ୍ଧା ବାଡ଼ିରେ ଥିବା ଏକ ୪୦ ଫୁଟ୍ ଗଭୀର ପଥର କୂଅ ଭିତରକୁ ଖସି ପଡ଼ିଥିଲେ। ଅଗ୍ନିଶମ ବାହିନୀର ଦୀର୍ଘ ସମୟର ପରିଶ୍ରମ ପରେ ବୃଦ୍ଧାଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି।

ଗୁରୁତର ବୃଦ୍ଧା ଜଣକ ହେଉଛନ୍ତି ନେଉଳିପଶି ଗ୍ରାମର ଦ୍ରୌପଦୀ ମହାନ୍ତ। ରାତିରେ ସେ କୂଅରେ ଖସି ପଡ଼ିବା ପରେ ତାଙ୍କର ଚିତ୍କାର ଶୁଣି ପରିବାର ଲୋକେ ଘଟଣାସ୍ଥଳରେ ପହଞ୍ଚିଥିଲେ। ସେମାନେ ତୁରନ୍ତ ପାଟଣା ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ। ଖବର ପାଇ ପାଟଣା ଅଗ୍ନିଶମ ବାହିନୀ ଅଧିକାରୀ ଗୌରମୋହନ ହେମ୍ବ୍ରମଙ୍କ ନେତୃତ୍ୱରେ ଏକ ଦଳ ଘଟଣାସ୍ଥଳରେ ପହଞ୍ଚିଥିଲେ। ଏହି ଦଳରେ ସରୋଜ କୁମାର ସିଂହ, ତରୁଣ କୁମାର ନାଏକ, ଶିବ କୁମାର ବେହେରା, ବନମାଳୀ ସାମଲ ଓ ବିନାୟକ ବେହେରା ପ୍ରମୁଖ ସାମିଲ ଥିଲେ। ଅଗ୍ନିଶମ କର୍ମଚାରୀମାନେ ଦୀର୍ଘ ସମୟ ଧରି ଉଦ୍ଧାର କାର୍ଯ୍ୟ ଚଳାଇ ବୃଦ୍ଧାଙ୍କୁ ସୁରକ୍ଷିତ ଭାବେ କୂଅ ଭିତରୁ ବାହାର କରିଥିଲେ। ଉଦ୍ଧାର ପରେ ବୃଦ୍ଧାଙ୍କୁ ପ୍ରଥମେ ପାଟଣା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ମାତ୍ର ତାଙ୍କର ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ବର୍ତ୍ତମାନ ସେ ସେଠାରେ

Dharitri – Odisha’s No.1 Odia Daily

ଚିକିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସନ୍ଦେହଜନକ କାରକୁ ଗୋଡ଼ାଇ ଧରିଲା ନନ୍ଦିପଦା ପୋଲିସ: ଚାଳକ-ଅନ୍ୟମାନେ ଫେରାର, ତଦନ୍ତ ଜାରି

ହାଟଡିହୀ, ୨୫।୯ (ଶୁଭକାନ୍ତ ନାୟକ): ଭଦ୍ରକ ପାର୍ଶ୍ୱରୁ କେନ୍ଦୁଝର ଜିଲା ଆନନ୍ଦପୁର ଅଭିମୁଖେ ୫୩ ନମ୍ବର ରାଜ୍ୟ ରାଜପଥରେ ଶୁକ୍ରବାର ରାତି ପ୍ରାୟ ୯ଟା ସମୟରେ ଯାଉଥିବା…

ଦିଗପହଣ୍ଡିରେ ଜଳବନ୍ଦୀ ସମସ୍ୟା: ପୂର୍ତ୍ତବିଭାଗ ବୈଷୟିକ ଟିମ୍ ର ଅନୁଧ୍ୟାନ

ଦିଗପହଣ୍ଡି,୨୫|୯(ଅଶେଷ ନାଥ ମିଶ୍ର) ଲଘୁଚାପ ଜନିତ ଲଗାଣ ବର୍ଷାରେ ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ପୁରୁଣା ବସଷ୍ଟାଣ୍ଡ ମୁଖ୍ୟ ରାସ୍ତାରେ ପ୍ରାୟ ୨ ଫୁଟ ଉଚ୍ଚତାରେ ବର୍ଷାଜଳ…

ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ; ଚାଷୀଙ୍କ ପାଇଁ ବଡ଼ ଘୋଷଣା

ଭୁବନେଶ୍ୱର,୨୫।୯: ରାଜ୍ୟରେ କୃଷି ଓ କୃଷକଙ୍କ ବିକାଶ ପାଇଁ ସମବାୟ କ୍ଷେତ୍ରରେ ଏକ ନୂତନ ଯୁଗର ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଆନୁଷ୍ଠାନିକ…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଟ୍ରକ୍‌ ଧକ୍କାରେ ମହିଳା ଶ୍ରମିକ ମୃତ, ୭ ଆହତ

ସମ୍ବଲପୁର, ୨୫।୯ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୋମୁରା ଥାନା ଅନ୍ତର୍ଗତ କଂସର ଗ୍ରାମ ନିକଟ ଜିଓ ପେଟ୍ରୋଲ ପମ୍ପ ସମ୍ମୁଖ ଜାତୀୟ ରାଜପଥ ନଂ. ୫୫…

ନଦୀରେ ଭାସିଯିବାବେଳେ ସାହାରା ହେଲା ଗଛଡାଳ: ପୋଲ ଉପରୁ ଖସିପଡ଼ି ଅଧ କି.ମି. ଭାସିଗଲେ ବୃଦ୍ଧ

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ବ୍ଲକ୍‌ ତେଲକନାଡି ଗ୍ରାମର ସୁବାସ ଭତ୍ରା (୫୫) ଭାସ୍କେଲ ନଦୀ ପୋଲ ଉପରେ ଠିଆ ହୋଇଥିବାବେବେଳେ ଗୋଡ଼ ଖସିଯିବାରୁ ତଳକୁ ପଡ଼ିଯାଇଥିଲେ।…

ଛାତ୍ରାବାସରେ ପଶିଲା ପାଣି

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ସ୍ଥିତ ସରକାରୀ ଭୂତପୂର୍ବ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଡ୍ରେନେଜ ସୁବିଧା ନ ଥିବା ଯୋଗୁ ଛାତ୍ରାବାସରେ ବର୍ଷାପାଣି ପ୍ରବେଶ କରିଥିଲା। ପ୍ରଧାନଶିକ୍ଷକ…

ଲଗାଣ ବର୍ଷା ପାଇଁ କାଲି ୫ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା: ଭଦ୍ରକର ୭ ବ୍ଲକରେ ୩୯୯ ସ୍କୁଲ ବନ୍ଦ

ଭୁବନେଶ୍ୱର,୨୫।୯: ରାଜ୍ୟରେ ଜାରି ରହିଥିବା ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଆସନ୍ତାକାଲି (ଶନିବାର) ରାଜ୍ୟର ୫ଟି ଜିଲାରେ ସ୍କୁଲଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି। ପିଲାମାନଙ୍କ ସୁରକ୍ଷାକୁ ଆଖିଆଗରେ…

ପାଣି ସୁଅରେ ଭାସିଗଲା କାର, ଦୁଇ ଘଣ୍ଟା ଫସିଲେ ୨ ଜଣ

ଉଦଳା, ୨୫/୯(ସନ୍ତୋଷ ବାଛିନୀ): ଅଚାନକ ରାସ୍ତାରେ ପାଣି ପ୍ରବାହିତ ହେବାରୁ ପାଣି ସୁଅରେ ଏକ କାର ଭାସିଯାଇଥିବାବେଳେ ଏଥିରେ ଥିବା ଦୁଇ ଜଣ ପ୍ରାୟ ଦୁଇ ଘଣ୍ଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?