ନଦୀକୁ ଶୌଚ ହେବାକୁ ଯାଇ ଭାସିଗଲେ ବୃଦ୍ଧା, ଆଜି ବି ମିଳିନି ପତ୍ତା

ଖଇରା,୨୪ା୮(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ଖଇରା ଥାନା କୁରୁଣ୍ଟା ପଞ୍ଚାୟତ ଅଧୀନ ରାଇକୁଳା ଗ୍ରାମର ଜଣେ କାଂଶବାଂଶ ନଦୀକୁ ଶୌଚ ହେବାକୁ ଯାଇ ନିଖୋଜ ହୋଇ ଯାଇଛନ୍ତି। ତାଙ୍କ ନାମ ଶୁକୁଟି ମାଝୀ(୭୦)। ଶନିବାର ସନ୍ଧ୍ୟାରେ ଶୌଚ ହେବାକୁ ଯାଇ ନିଖୋଜ ହୋଇ ଯାଇଥିଲେ। ଘରକୁ ନ ଫେରିବାରୁ ପରିବାର ଲୋକେ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ। ଖଇରା ଓ ଅଡା କେନ୍ଦ୍ରରୁ ୨ଟି ଟିମ୍‌ ରବିବାର ସକାଳଠାରୁ ଖୋଜାଖୋଜି ଜାରି ରଖିଥିଲେ ହେଁ ଖବର ଲେଖା ହେବା ସୁଦ୍ଧା ବୃଦ୍ଧାଙ୍କର ପତ୍ତା ମିଳିନାହିଁ। ପ୍ରବଳ ସ୍ରୋତ ଯୋଗୁ ଅଗ୍ନିଶମ ବାହିନୀକୁ ଖୋଜାଖୋଜିରେ କିଛିଟା ସମସ୍ୟାର ସମ୍ମୁଖୀନ ହେବାକୁ ପଡୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଲାଞ୍ଚ ନେବା ପଡିଲା ମହଙ୍ଗା: ପଞ୍ଚାୟତ ସମିତିର ବରିଷ୍ଠ ରାଜସ୍ବ ସହାୟକଙ୍କୁ ଚାକିରିରୁ ନିଲମ୍ବନ କଲେ ଜିଲାପାଳ

ଖଡ଼ିଆଳ,୫।୮(ସୁଜିତ କୁମାର ପ୍ରଧାନ ): ଦୁର୍ନୀତି ପ୍ରତି ନୂଆପଡ଼ା ଜିଲା ପ୍ରଶାସନର ଶୂନ୍ୟ ସହନଶୀଳତା ନୀତିକୁ ପୁନର୍ବାର ସ୍ପଷ୍ଟ କରି ଜିଲାପାଳ ମଧୁସୂଦନ ଦାଶ ଜଣେ ସରକାରୀ…

ରାଷ୍ଟ୍ରପତି ଭବନରେ ପ୍ରଦର୍ଶିତ ହେବ ରଥଚକ

ଭୁବନେଶ୍ୱର,୫ା୮:ଓଡ଼ିଶାର ଆଧ୍ୟାତ୍ମିକ ଓ ସାଂସ୍କୃତିକ ଐତିହ୍ୟର ପ୍ରତୀକ ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା ଏବେ ଦେଶର ସର୍ବୋଚ୍ଚ କାର୍ଯ୍ୟାଳୟ ରାଷ୍ଟ୍ରପତି ଭବନରେ ସ୍ଥାନ ପାଇବାକୁ ଯାଉଛି। ପୁରୀ ରଥଯାତ୍ରାର…

ନନ୍ଦିନୀ ଦେବୀ ଥିଲେ ପ୍ରବୀଣ ନାରୀ ନେତ୍ରୀ

ଭୁବନେଶ୍ୱର, ୫ା୮(ବନ୍ଦନା ସେଠୀ):ଓଡ଼ିଶାର ପ୍ରଥମ ତଥା ଏକମାତ୍ର ମହିଳା ମୁଖ୍ୟମନ୍ତ୍ରୀ, ବରେଣ୍ୟ ସାହିତ୍ୟ ସାଧିକା ନନ୍ଦିନୀ ଶତପଥୀଙ୍କ ଶ୍ରାଦ୍ଧଦିବସ ଅବସରରେ ମଙ୍ଗଳବାର ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି। ଏହି…

ଏହି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା: ଅରେଞ୍ଜ୍‌ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୫ା୮(ବନ୍ଦନା ସେଠୀ):ଚଳିତ ମୌସୁମୀରେ ଏଯାଏ ରାଜ୍ୟରେ ଭଲ ବର୍ଷା ହୋଇଛି। ଜୁଲାଇରେ ସ୍ବାଭାବିକଠାରୁ ଅଧିକ ବର୍ଷା ହୋଇଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।…

ସାର ପଳାଉଛି ଛତିଶଗଡ଼: ଚାଷୀ ହତାଶ

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ ସର୍ବାଧିକ ଧାନ ଫସଲ ହେଉଥିବା ବରଗଡ଼ ଜିଲାରେ ବର୍ତ୍ତମାନ ସାର ସଙ୍କଟ ଚାଷୀମାନଙ୍କୁ ଚିନ୍ତାରେ ପକାଇଦେଇଛି। ଜିଲାରେ ସାର ମହଜୁଦ ଅଛି, ଅଭାବ…

ଘରୁ ଡାକିନେଇ ଯୁକ୍ତ୨ ଛାତ୍ରଙ୍କୁ ବାଡ଼େଇ ମାରିଦେଲେ ୨ ସାଥୀ: ମଦ ପିଆଇ…

ଡେରାବିଶ, ୫ା୮(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ଥାନା ଅଞ୍ଚଳର ଜଣେ ଯୁକ୍ତ୨ କଲେଜ ଛାତ୍ରଙ୍କୁ ଘରୁ ଡାକି ନେଇ ତାଙ୍କର ୨ଜଣ ସାଙ୍ଗ ମାଡ଼ମାରି…

ମୁଁ ଘରକୁ ଯିବିନି, ମୋତେ ମୋ ପ୍ରେମିକ ପାଖରେ ଛାଡିଦିଅ…ନାବାଳିକାଙ୍କ ହାଇଡ୍ରାମା ଦେଖି ପୋଲିସ ତାଜୁବ

ଭୁବନେଶ୍ୱର,୫ା୮ (ପ୍ରସନଜିତ୍‌ ସାହୁ):ମୁଁ ଘରକୁ ଯିବିନି। ମୋତେ ଜେଲରେ ଥିବା ମୋ ପ୍ରେମିକ ପାଖରେ ଛାଡିଦିଅ..। ଭୁବନେଶ୍ବର କୋର୍ଟ ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନରେ ଏମିତି ଚିତ୍କାର କରି…

ଆବାସିକ ବିଦ୍ୟାଳୟରେ ହିଂସାକାଣ୍ଡ: ୯ମ ଶ୍ରେଣୀ ପିଲାଙ୍କୁ ନିସ୍ତୁକ ପିଟିଲେ ୧୦ମ ଛାତ୍ର

କଲ୍ୟାଣସିଂହପୁର/ରାୟଗଡ଼ା, ୫।୮ (ଦୀପକ କୁମାର ପରିଡ଼ା/ କୈଳାଶ ଚନ୍ଦ୍ର ପୃଷ୍ଟି): ରାୟଗଡ଼ା ଜିଲାରେ ଥିବା ଆବାସିକ ବିଦ୍ୟାଳୟରେ ହିଂସାକାଣ୍ଡ ବଢ଼ିବାରେ ଲାଗିଛି। କୋଲନରା ବ୍ଲକ୍‌ ଅନ୍ତର୍ଗତ ରିଭଲକଣାସ୍ଥିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri