ସୁନା ପାଇଁ ବୃଦ୍ଧାଙ୍କୁ ପୋଡ଼ି ମାରିଦେଲେ! ଦୁଇ ଗୋଡ଼କୁ ଛାଡ଼ି ସବୁ ପାଉଁଶ, ପୋଲିସ ପହଞ୍ଚି…

ଅମ୍ବାଦୋଳା,୨୦।୧୨(ରବୀନ୍ଦ୍ର ପଣ୍ଡା):ରାୟଗଡା ଜିଲା ମୁନିଗୁଡା ବ୍ଲକ ଅମ୍ବାଦଳା ଥାନା ଅନ୍ତର୍ଗତ କୁମୁଡ଼ାବାଲି ଗାଁରେ ଜଣେ ବୃଦ୍ଧାଙ୍କ ଦଗ୍ଧ ମୃତଦେହ ଉଦ୍ଧାର ହୋଇଛି I  ମୃତ ବୃଦ୍ଧା ଜଣଙ୍କ ହେଲେ ଅମ୍ବାଦଳା ଥାନା ଅମ୍ଲାଭଟା ପଞ୍ଚାୟତ ଷ୍ଟେଶନ କୁମୁଡ଼ାବାଲି ଗ୍ରାମର ଚନ୍ଦନ ତୁଳା ଡଙ୍ଗରି(୭୫)। ପାରିପାଶ୍ୱିକ ସ୍ଥିତିରୁ ଏହା ଏକ ହତ୍ୟାକାଣ୍ଡ ବୋଲି ଚର୍ଚ୍ଚା ହେଉଥିବା ବେଳେ ପୋଲିସ ତଦନ୍ତ ଜାରି ରଖିଛି।
ସୂଚନାନୁଯାୟୀ, ଶନିବାର ସକାଳୁ ବୃଦ୍ଧାଙ୍କ ଘରୁପୋଡା ଗନ୍ଧ ଆସୁଥିବା ଏବଂ ସେ ବାହାରକୁ ବାହରି ନ ଥିବା ଦେଖି   ଗ୍ରାମବାସୀମାନେ ସନ୍ଦେହ କରିଥିଲେ। ପରେ ଘରେ ପଶିବା  ସମୟରେ କବାଟ ଭଙ୍ଗାହୋଇଥିବା ଜଣାପଡିବା ସହ ବୃଦ୍ଧାଙ୍କ ପ୍ରାୟ ଦଗ୍ଧ ମୃତଦେହ ଦେଖିବାକୁ ପାଇଥିଲେ । ବୃଦ୍ଧାଙ୍କ  ଆଣ୍ଠୁ ତଳ ଦୁଇ ଗୋଡକୁ ଛାଡିଲେ ଅନ୍ୟାନ୍ୟ ଶରୀର ସମ୍ପୂର୍ଣ୍ଣ ପୋଡି ପାଉଁଶ ହୋଇଯାଇଥିବା ଦେଖିବାକୁ ମିଳିଛି । ଘଟଣା ସମ୍ପର୍କରେ  ଖବର ପାଇ ଆମ୍ବଦୋଳା ଆଇଆଇସି କଳ୍ପନା ବେହେରା  ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିଲେ। ଘଟଣା ସଂପର୍କରେ ଖବର ପାଇ ମୁନିଗୁଡା ଆଇଆଇସି ସୌଦାମିନୀ ବେହେରା ଏବଂ ଏସ୍‌ଡିପିଓ ସନ୍ତୋଷିନୀ ଓରାମ ଘଟଣାସ୍ଥଳରେ ପହଁଚିଥିଲେ । ଘରଟି ସୁରକ୍ଷିତ ଅବସ୍ଥାରେ ରହିଥିବା ଏବଂ ଘରେ ଭିତରେ ବୃଦ୍ଧାଙ୍କ ପୋଡା ମୃତଦେହ ମିଳିବା ଘଟଣା ଏବଂ କବାଟ ଭଙ୍ଗାଯାଇଥିବା ଘଟଣାକୁ ଲକ୍ଷ କରି ସ୍ଥାନୀୟ ଲୋକ ଏହା ଏକ ହତ୍ୟାକାଣ୍ଡ ବୋଲି ଆଲୋଚନା ଆରମ୍ଭ କରିଦେଇଥିଲେ । ଘଟଣାର ଗୁରୁତ୍ୱ ଅନୁଭବ କରି ପୋଲିସ ସନ୍ଧାନୀ କୁକୁର ଏବଂ ସାଇଣ୍ଟିଫିକ ଟିମକୁ ଡକାଇଥିଲା। ସାଇଣ୍ଟିଫିକ ଟିମ୍‌ ତଦନ୍ତ ବେଳେ ବୃଦ୍ଧାଙ୍କୁ ପ୍ରଥମେ ଗଳାକାଟିଥିବା  ଏବଂ ପରେ  ପ୍ରମାଣ ଲୁଚାଇବା ପାଇଁ ତାଙ୍କୁ ପୋଡିଦେଇଥିବା ସନ୍ଦେହ କରିଛି । ରାୟଗଡା ଏନେ୍‌ପି ଛୁଟିରେ ରହିଥିବାରୁ ରାୟଗଡା ଜିଲା ଅତିରିକ୍ତ ଦାୟିତ୍ୱରେ ଥିବା କଳାହାଣ୍ଡି ଆରକ୍ଷୀ ଅଧିକ୍ଷକ ଦେବରକୋଣ୍ଡା ନାଗରାଜ ମଧ୍ୟ ଘଟଣାସ୍ଥଳକୁ ଆସି ତଦନ୍ତ କରିଥିବା ଜଣାପଡିଛି।

ସ୍ଥାନୀୟ ଲୋକଙ୍କ ସୂଚନା ଅନୁଯାୟୀ, ବୃଦ୍ଧାଜଣଙ୍କ କାନ ଓ ନାକରେ ସୁନା ପିନ୍ଧିଥିଲେ ଏବଂ ଘରେ ସେ ଏକୁଟିଆ ରହୁଥିଲେ । ବୃଦ୍ଧାଙ୍କ ସୁନା ଲୁଟିବା ପାଇଁ ଆସି ଏହି ହତ୍ୟାକାଣ୍ଡ ଘଟିଥିବା ପୋଲିସ ସଂନ୍ଦେହ କରୁଥିବା ଜଣାପଡିଛି । ପୋଲିସ ବୃଦ୍ଧାଙ୍କ ଗୋଡ ଏବଂ  ପାଉଁଶ ଉଦ୍ଧାର କରି ମୃତଦେହ ବ୍ୟବଚ୍ଛେଦ ଏବଂ ଅଧିକ ତଦନ୍ତ ପାଇଁ ଏଫଏମଟି ବ୍ରହ୍ମପୁର ପଠାଇଥିବା ଜଣାପଡିଛି। ପୋଲିସ ଘଟଣାର ତଦନ୍ତ କରୁଛି ଏବଂ ତଦନ୍ତ ପରେ ମୃତ୍ୟୁର ପ୍ରକୃତ କାରଣ ସ୍ପଷ୍ଟ ହେବ ବୋଲି ବିଷମକଟକ ଏସ୍‌ଡିପିଓ ସନ୍ତୋଷିନୀ ଓରାମ ପ୍ରକାଶ କରିଛନ୍ତି ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ଶିଶୁ ବିଦ୍ୟାମନ୍ଦିରର ରଜତ ଜୟନ୍ତୀ ସମାରୋହ: କଳସ ଶୋଭାଯାତ୍ରା, ସାଧୁସନ୍ଥ ସମ୍ମିଳନୀ ଅନୁଷ୍ଠିତ

ଦିଗପହଣ୍ଡି,୨୨ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ତିନି ଦିନିଆ ରଜତ ଜୟନ୍ତୀ...

କେସିଙ୍ଗାରେ ‘ସୁଭଦ୍ରା ଶକ୍ତି କାଫେ’ ଉଦଘାଟିତ

କେସିଙ୍ଗା,୨୨ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତି କାର୍ଯ୍ୟାଳୟ ନିକଟରେ ନବନିର୍ମିତ ‘ସୁଭଦ୍ରା ଶକ୍ତି କାଫେ’ ସୋମବାର ସନ୍ଧ୍ୟାରେ ଆନୁଷ୍ଠାନିକ ଭାବେ ଉଦ୍ଘାଟିତ ହୋଇଯାଇଛି।...

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ସ୍ପୋର୍ଟ୍ସ କ୍ୟାପିଟାଲରୁ ଟ୍ରେନ୍ ଟଏଲଟ୍: ଓଡ଼ିଶା ଖେଳାଳିଙ୍କ କଦର୍ଯ୍ୟ ଯାତ୍ରାକୁ ନେଇ ସାରା ଦେଶରେ ହଇଚଇ

ଭୁବନେଶ୍ୱର,୨୨।୧୨: ଓଡ଼ିଶାର କ୍ରୀଡ଼ା ଭବିଷ୍ୟତ କୁହାଯାଉଥିବା ଯୁବ କୁସ୍ତି ପ୍ରତିଭାମାନଙ୍କ ଅପମାନଜନକ ଯାତ୍ରାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଉତ୍ତରପ୍ରଦେଶର...

ସୃଷ୍ଟି ହେଲା ୨୪ ନୂଆ NAC , ୫ ମ୍ୟୁନିସିପାଲିଟି: ଯୋଡି ହେବ ଏସବୁ ଅଞ୍ଚଳ

ଭୁବନେଶ୍ୱର,୨୨।୧୨: ୨୪ ନୂଆ NAC ଓ ୫ ମ୍ୟୁନିସିପାଲିଟି ନେଇ ସୋମବାର ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୪ ଜିଲାରେ ୨୪ ନୂଆ NAC ନେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri