ସୁନା ପାଇଁ ବୃଦ୍ଧାଙ୍କୁ ପୋଡ଼ି ମାରିଦେଲେ! ଦୁଇ ଗୋଡ଼କୁ ଛାଡ଼ି ସବୁ ପାଉଁଶ, ପୋଲିସ ପହଞ୍ଚି…

ଅମ୍ବାଦୋଳା,୨୦।୧୨(ରବୀନ୍ଦ୍ର ପଣ୍ଡା):ରାୟଗଡା ଜିଲା ମୁନିଗୁଡା ବ୍ଲକ ଅମ୍ବାଦଳା ଥାନା ଅନ୍ତର୍ଗତ କୁମୁଡ଼ାବାଲି ଗାଁରେ ଜଣେ ବୃଦ୍ଧାଙ୍କ ଦଗ୍ଧ ମୃତଦେହ ଉଦ୍ଧାର ହୋଇଛି I  ମୃତ ବୃଦ୍ଧା ଜଣଙ୍କ ହେଲେ ଅମ୍ବାଦଳା ଥାନା ଅମ୍ଲାଭଟା ପଞ୍ଚାୟତ ଷ୍ଟେଶନ କୁମୁଡ଼ାବାଲି ଗ୍ରାମର ଚନ୍ଦନ ତୁଳା ଡଙ୍ଗରି(୭୫)। ପାରିପାଶ୍ୱିକ ସ୍ଥିତିରୁ ଏହା ଏକ ହତ୍ୟାକାଣ୍ଡ ବୋଲି ଚର୍ଚ୍ଚା ହେଉଥିବା ବେଳେ ପୋଲିସ ତଦନ୍ତ ଜାରି ରଖିଛି।
ସୂଚନାନୁଯାୟୀ, ଶନିବାର ସକାଳୁ ବୃଦ୍ଧାଙ୍କ ଘରୁପୋଡା ଗନ୍ଧ ଆସୁଥିବା ଏବଂ ସେ ବାହାରକୁ ବାହରି ନ ଥିବା ଦେଖି   ଗ୍ରାମବାସୀମାନେ ସନ୍ଦେହ କରିଥିଲେ। ପରେ ଘରେ ପଶିବା  ସମୟରେ କବାଟ ଭଙ୍ଗାହୋଇଥିବା ଜଣାପଡିବା ସହ ବୃଦ୍ଧାଙ୍କ ପ୍ରାୟ ଦଗ୍ଧ ମୃତଦେହ ଦେଖିବାକୁ ପାଇଥିଲେ । ବୃଦ୍ଧାଙ୍କ  ଆଣ୍ଠୁ ତଳ ଦୁଇ ଗୋଡକୁ ଛାଡିଲେ ଅନ୍ୟାନ୍ୟ ଶରୀର ସମ୍ପୂର୍ଣ୍ଣ ପୋଡି ପାଉଁଶ ହୋଇଯାଇଥିବା ଦେଖିବାକୁ ମିଳିଛି । ଘଟଣା ସମ୍ପର୍କରେ  ଖବର ପାଇ ଆମ୍ବଦୋଳା ଆଇଆଇସି କଳ୍ପନା ବେହେରା  ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିଲେ। ଘଟଣା ସଂପର୍କରେ ଖବର ପାଇ ମୁନିଗୁଡା ଆଇଆଇସି ସୌଦାମିନୀ ବେହେରା ଏବଂ ଏସ୍‌ଡିପିଓ ସନ୍ତୋଷିନୀ ଓରାମ ଘଟଣାସ୍ଥଳରେ ପହଁଚିଥିଲେ । ଘରଟି ସୁରକ୍ଷିତ ଅବସ୍ଥାରେ ରହିଥିବା ଏବଂ ଘରେ ଭିତରେ ବୃଦ୍ଧାଙ୍କ ପୋଡା ମୃତଦେହ ମିଳିବା ଘଟଣା ଏବଂ କବାଟ ଭଙ୍ଗାଯାଇଥିବା ଘଟଣାକୁ ଲକ୍ଷ କରି ସ୍ଥାନୀୟ ଲୋକ ଏହା ଏକ ହତ୍ୟାକାଣ୍ଡ ବୋଲି ଆଲୋଚନା ଆରମ୍ଭ କରିଦେଇଥିଲେ । ଘଟଣାର ଗୁରୁତ୍ୱ ଅନୁଭବ କରି ପୋଲିସ ସନ୍ଧାନୀ କୁକୁର ଏବଂ ସାଇଣ୍ଟିଫିକ ଟିମକୁ ଡକାଇଥିଲା। ସାଇଣ୍ଟିଫିକ ଟିମ୍‌ ତଦନ୍ତ ବେଳେ ବୃଦ୍ଧାଙ୍କୁ ପ୍ରଥମେ ଗଳାକାଟିଥିବା  ଏବଂ ପରେ  ପ୍ରମାଣ ଲୁଚାଇବା ପାଇଁ ତାଙ୍କୁ ପୋଡିଦେଇଥିବା ସନ୍ଦେହ କରିଛି । ରାୟଗଡା ଏନେ୍‌ପି ଛୁଟିରେ ରହିଥିବାରୁ ରାୟଗଡା ଜିଲା ଅତିରିକ୍ତ ଦାୟିତ୍ୱରେ ଥିବା କଳାହାଣ୍ଡି ଆରକ୍ଷୀ ଅଧିକ୍ଷକ ଦେବରକୋଣ୍ଡା ନାଗରାଜ ମଧ୍ୟ ଘଟଣାସ୍ଥଳକୁ ଆସି ତଦନ୍ତ କରିଥିବା ଜଣାପଡିଛି।

ସ୍ଥାନୀୟ ଲୋକଙ୍କ ସୂଚନା ଅନୁଯାୟୀ, ବୃଦ୍ଧାଜଣଙ୍କ କାନ ଓ ନାକରେ ସୁନା ପିନ୍ଧିଥିଲେ ଏବଂ ଘରେ ସେ ଏକୁଟିଆ ରହୁଥିଲେ । ବୃଦ୍ଧାଙ୍କ ସୁନା ଲୁଟିବା ପାଇଁ ଆସି ଏହି ହତ୍ୟାକାଣ୍ଡ ଘଟିଥିବା ପୋଲିସ ସଂନ୍ଦେହ କରୁଥିବା ଜଣାପଡିଛି । ପୋଲିସ ବୃଦ୍ଧାଙ୍କ ଗୋଡ ଏବଂ  ପାଉଁଶ ଉଦ୍ଧାର କରି ମୃତଦେହ ବ୍ୟବଚ୍ଛେଦ ଏବଂ ଅଧିକ ତଦନ୍ତ ପାଇଁ ଏଫଏମଟି ବ୍ରହ୍ମପୁର ପଠାଇଥିବା ଜଣାପଡିଛି। ପୋଲିସ ଘଟଣାର ତଦନ୍ତ କରୁଛି ଏବଂ ତଦନ୍ତ ପରେ ମୃତ୍ୟୁର ପ୍ରକୃତ କାରଣ ସ୍ପଷ୍ଟ ହେବ ବୋଲି ବିଷମକଟକ ଏସ୍‌ଡିପିଓ ସନ୍ତୋଷିନୀ ଓରାମ ପ୍ରକାଶ କରିଛନ୍ତି ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବନ୍ଦ ହୋଇଯିବ ଏହି ୨ଟି ବଡ଼ ବ୍ୟାଙ୍କ୍‌! ଆକାଉଣ୍ଟ ଥିଲେ ଜାଣି ନିଅନ୍ତୁ ଖବର ପଛର ସତକଥା…

ନୂଆଦିଲ୍ଲୀ,୩୦।୬: ସୋସିଆଲ ମିଡିଆରେ କିଛି ଏଭଳି ଖବର ସାମ୍ନାକୁ ଆସୁଛି, ଯେଉଁଥିରେ କୁହାଯାଉଛି ଯେ ଭାରତର ତିନୋଟି ବଡ଼ ବ୍ୟାଙ୍କର ମିଶ୍ରଣ ହେବାକୁ ଯାଉଛି। ଯଦି ଏହି…

ଆଇଏମଡିର ପୂର୍ବାନୁମାନ: ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ୩ଦିନ ଏସବୁ ଜିଲାରେ…

ଭୁବନେଶ୍ବର,୩୦।୬: ଆସନ୍ତା ଜୁଲାଇ ୩ ତାରିଖ ସୁଦ୍ଧା ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ତା’ର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ ବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା…

ଭଉଣୀ, ଭାଣିଜୀଙ୍କୁ ନେଇ ଯାଉଥିଲେ ମାମୁ: ରାସ୍ତାରେ ଘଟିଲା ଭୟଙ୍କର ଦୁର୍ଘଟଣା

ବାଲେଶ୍ୱର, ୩୦।୬ (ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲାର ୧୬ ନମ୍ବର ଜାତୀୟ ରାଜପଥର ବସ୍ତା ବାଇପାସ୍ ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ…

ଭିମସାର କର୍ମଚାରୀଙ୍କ ଅଚଳାଚଳ ସମ୍ପତ୍ତି ଠାବ:୧୦ ମୂଲ୍ୟବାନ ପ୍ଲଟ ସହ ବିପୁଳ ଟଙ୍କା

ସମ୍ବଲପୁର,୩୦।୬(ପ୍ରମୋଦ ବହିଦାର): ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମସାର)ର ଷ୍ଟେୱାର୍ଡ ଅଶ୍ୱିନୀ ମେହେରଙ୍କ ନାମରେ ଆୟବର୍ହିଭୂତ ସମ୍ପତ୍ତି ଠାବ ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ…

ବହୁ ଚର୍ଚ୍ଚିତ ଭୀମଟାଙ୍ଗୀ ହତ୍ୟା ଘଟଣା: ପୂର୍ବ ପ୍ରେମିକାଙ୍କୁ ଘରେ ପଶି ମାରିଥିଲେ, ଆସିଲା ବଡ଼ ରାୟ

ଭୁବନେଶ୍ବର,୩୦।୬: ବହୁ ଚର୍ଚ୍ଚିତ ଭୀମଟାଙ୍ଗୀ ପ୍ରିୟଙ୍କା ସାହୁ ହତ୍ୟା ଘଟଣାର ମଙ୍ଗଳବାର ରାୟ ପ୍ରକାଶ ପାଇଛି। କୋର୍ଟ ଅଭିଯୁକ୍ତ ଯାଜପୁରର ଜଗନ୍ନାଥ ପ୍ରଧାନଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ…

ସଂସଦର ସବୁଠାରୁ ଧନୀ ଏମ୍ପି କିଏ? ଜାଣନ୍ତୁ କେଉଁ ଦଳ ସବୁଠାରୁ ଅଧିକ ମାଲାମାଲ୍!

ନୂଆଦିଲ୍ଲୀ,୩୦।୬: ଦେଶର ସଂସଦରେ ରାଜନୀତି ସହିତ ସମ୍ପତ୍ତିର ପରିମାଣ ମଧ୍ୟ ନୂଆ ରେକର୍ଡ ସୃଷ୍ଟି କରୁଛି। ଗୋଟିଏ ପଟେ ଲୋକ ସଭାରେ କୋଟିପତି ଏମ୍ପିଙ୍କ ସଂଖ୍ୟା କ୍ରମାଗତ…

କୋଟି କୋଟି ଗ୍ରାହକଙ୍କୁ ବଡ଼ ଉପହାର! ଜୁଲାଇ ମାସରୁ କମିବ ବିଜୁଳି ଦର

ନୂଆଦିଲ୍ଲୀ,୩୦।୬: ଉତ୍ତର ପ୍ରଦେଶର କୋଟି କୋଟି ବିଦ୍ୟୁତ ଗ୍ରାହକଙ୍କ ପାଇଁ ଜୁଲାଇ ମାସ ବଡ଼ ଆଶ୍ୱସ୍ତି ନେଇ ଆସୁଛି। ଯଦି ଆପଣ ମଧ୍ୟ ପ୍ରତିମାସରେ ମହଙ୍ଗା ବିଜୁଳି…

ଭଞ୍ଜନଗର ବିଇଓଙ୍କ ତ୍ୱରିତ ପଦକ୍ଷେପ: ଅବସର ଦିନ ହିଁ ମିଳିଲା ୬ ଶିକ୍ଷୟିତ୍ରୀଶିକ୍ଷକଙ୍କୁ ଫାଇନାଲ ପେନସନ

ଭଞ୍ଜନଗର,୩୦।୬(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଗୋଷ୍ଠୀ ଶିକ୍ଷା ଅଧିକାରୀଣୀ ଲୋପାମୁଦ୍ରା ରଥଙ୍କ ତ୍ୱରିତ ପଦକ୍ଷେପ ଯୋଗୁ ମଙ୍ଗଳବାର ଚାକିରିରୁ ଅବସର ନେଇଥିବା ୬ ଜଣ ଶିକ୍ଷୟିତ୍ରୀ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri