ସାନ ଭଉଣୀର ମୁଣ୍ଡ ଅଲଗା କରିବା ପରେ ବଡ଼ ଭଉଣୀର ଆତ୍ମହତ୍ୟା

କେନ୍ଦୁଝର,୮।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ନୟାକୋଟ ଥାନା ଅଧୀନ ଫୁଲଝର ଗ୍ରାମର ଏକ ବନ୍ଦ ଘରୁ ରବିବାର ସାରେ ଦୁଇ ଭଉଣୀଙ୍କ ମୃତଦେହ ମିଳିଛି। ମୃତ ଦୁଇ ଭଉଣୀ ହେଲେ ଭିକାରୀ ଦେହୁରୀଙ୍କ ଝିଅ କ୍ଷୀର(୧୯) ଓ ରୁକ୍ମିଣୀ (୧୭)। ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

ମିଳିଥିବା ସୂଚନା ମୁତାବକ, ରବିବାର ସକାଳେ ମା’, ବାପା ବିଲକୁ ଯାଇଥିବା ବେଳେ ଦୁଇ ଭଉଣୀ ଘରେ ଥିଲେ। ସନ୍ଧ୍ୟାରେ ସେମାନେ ଫେରିବା ପରେ ଘର ଘବାଟ ବନ୍ଦ ଥିବା ଦେଖିବାକୁ ପାଇଥିଲେ। ଗ୍ରାମବାସୀଙ୍କ ସହାୟତାରେ କବାଟ ଭାଙ୍ଗିବା ପରେ ଘର ଭିତରେ ଦୁଇ ଝିଅଙ୍କ ମୃତଦେହ ପଡ଼ିଥିବା ଦେଖିବାକୁ ପାଇଥିଲେ। ସାନ ଭଉଣୀ ରୁକ୍ମିଣୀଙ୍କ ମୁଣ୍ଡ ଶରୀରରୁ ଅଲଗା ହୋଇ ପଡ଼ିଥିବାରୁ ତାଙ୍କୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରାଯାଇଛି। ତେବେ ସାନ ଭଉଣୀକୁ ହତ୍ୟା କରି ବଡ଼ ଭଉଣୀ ଆତ୍ମହତ୍ୟା କରିଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଥିବା ଏସ୍‌ଡିପିଓ ପି.ଜେ ଟପ୍ପୋ କହିଛନ୍ତି। ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳାଇ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ବନ୍ୟା: ବଢୁଛି ଜଳସ୍ତର, ସତର୍କ କରାଇଲେ ସରକାର

କାଠମାଣ୍ଡୁ,୩୦।୮: ବୁଧବାର ହୋଇଥିବା ଭୟଙ୍କର ବନ୍ୟା ପରେ ନେପାଳର ପରିସ୍ଥିତି ଗମ୍ଭୀର ରହିଛି। ମଧ୍ୟ ନେପାଳରେ ହଠାତ ବନ୍ୟାରେ ମୃତ୍ୟୁ ସଂଖ୍ୟା ୭୩୪ ରେ ପହଞ୍ଚିଛି, ଯେତେବେଳେ…

ଅଧରାତିରେ ଘର ଉପରକୁ ମାଡ଼ିଗଲା ଟ୍ରକ୍, ପରିବାର ଲୋକେ…

ପଦ୍ମପୁର,୩୦ା୮(ପ୍ରଦୀପ୍ତ ଦାଶ): ପଦ୍ମପୁର-ପାଟଣାଗଡ଼ ରାସ୍ତାର ରଜାପଡ଼ାଠାରେ ଏକ ବଡ଼ ଅଘଟଣ ଘଟିଯାଇଛି । ରବିବାର ରାତି ପ୍ରାୟ ୧ଟା ସମୟରେ ଏକ ମାଲବୋଝେଇ ଟ୍ରକ ଭାରସାମ୍ୟ ହରାଇ…

ଗୁଟଖା ପ୍ରେମୀଙ୍କୁ ଝଟକା; ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ, ବ୍ୟବସାୟ ବନ୍ଦ….

କଟକ,୩୦ା୮(ପ୍ରଭୁକଲ୍ୟାଣ ପାଲ୍): ଗୁଟଖା ପ୍ରେମୀଙ୍କୁ ଝଟକା। ରାଜ୍ୟରେ ଗୁଟଖା ବ୍ୟବସାୟ ବନ୍ଦ ହେବ । ରାଜ୍ୟରେ ଚିୱିଙ୍ଗ୍ ଟବାକୋ ବନ୍ଦ ବିଜ୍ଞପ୍ତି ଉପରେ ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ…

ପାଟଣାରେ ଚାଞ୍ଚଲ୍ୟ: କାଠ ଫାଳିଆରେ ପିଟି ସ୍ତ୍ରୀଙ୍କୁ ହତ୍ୟା, ସ୍ୱାମୀ ଅଟକ

ପାଟଣା, ୨୯/୮ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅଧୀନ ମଲ୍ଲିପଶି ଭୂମିଜ ସାହିରେ ଶନିବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ୱାମୀ…

ନେପାଳ ପରେ, ଚାଇନାରେ ବିପର୍ଯ୍ୟୟ; ୪୯ ଭାରତୀୟ ନିଖୋଜ, ହେଲ୍ପଲାଇନ ନମ୍ବର ଜାରି

ବେଜିଂ,୩୦।୮: ଅଗଷ୍ଟ ୨୬ ରେ ଚାଇନା-ନେପାଳ ସୀମାରେ ଥିବା ଗାଇରୋଙ୍ଗ ବନ୍ଦରରେ ହୋଇଥିବା ଭୂସ୍ଖଳନ ପରେ ପରିସ୍ଥିତି ଜଟିଳ ରହିଛି। ଦକ୍ଷିଣ-ପଶ୍ଚିମ ଚାଇନାର ଜିଜାଙ୍ଗ ସ୍ବୟଂଶାସିତ ଅଞ୍ଚଳର…

ନବାଗତ ଛାତ୍ରୀଛାତ୍ରଙ୍କୁ ସ୍ୱାଗତ: ସାମ୍ବାଦିକତା କେବଳ ଏକ ବିଷୟ ନୁହେଁ, ଏହା ସମାଜ ପ୍ରତି ଦାୟିତ୍ୱବୋଧ ସହ…

ଭଞ୍ଜନଗର, ୩୦/୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ସାମ୍ବାଦିକତା ଓ ଗଣଯୋଗାଯୋଗ ବିଭାଗ ପକ୍ଷରୁ ଯୁକ୍ତ ୩ର ନବାଗତ ଛାତ୍ରୀଛାତ୍ରଙ୍କୁ…

ସେକ୍ଟର ମିଟିଂ ଚାଲିଥିବା ବେଳେ ଅଙ୍ଗନବାଡ଼ି କେନ୍ଦ୍ର ଉପରେ ବଜ୍ରପାତ, ୯ କର୍ମୀ…

ପାଟଣା,୩୦ା୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମଲ୍ଲିପୋଷି ଅଙ୍ଗନୱାଡ଼ି କେନ୍ଦ୍ରରେ ବୈଠକ ଚାଲିଥିବା ବେଳେ ବଜ୍ରପାତ ହୋଇଛି । ଶନିବାର ୨୩ ଜଣ ଅଙ୍ଗନୱାଡ଼ି…

ଆଜି ମେଷ-ସିଂହ ରାଶି ଉପରେ ବର୍ଷିବ କୃପା: ଧନଲାଭ ସହ ମିଳିବ ବଡ଼ ଖୁସି ଖବର

୩୦ ଅଗଷ୍ଟ, ରବିବାର ଦିନ ଗ୍ରହ-ନକ୍ଷତ୍ରମାନଙ୍କର ଚାଲ ଦୃଷ୍ଟିରୁ ଅନେକ ରାଶି ପାଇଁ ବିଶେଷ ରହିବାକୁ ଯାଉଛି। ଆଜି କିଛି ଜାତକଙ୍କୁ କ୍ୟାରିୟର ଏବଂ ବ୍ୟବସାୟରେ ଅଗ୍ରଗତିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri