ଟ୍ରଲର ମାଡ଼ରେ ମରୁଛନ୍ତି ଅଲିଭ ରିଡ୍‌ଲେ

କୁଜଙ୍ଗ,୧୩।୨(ମନୋଜ ପ୍ରଧାନ): ଅଲିଭ୍‌ରିଡ୍‌ଲେ କଇଁଛଙ୍କ ସୁରକ୍ଷା ପାଇଁ କେନ୍ଦ୍ର ସରକାର ପାରାଦୀପରେ କଇଁଛ କରିଡର କରିବାକୁ ବଜେଟରେ ଘୋଷଣା କରିଥିବା ବେଳେ କୁଜଙ୍ଗ ବନାଞ୍ଚଳ ନୂଆଗାଁ ବନକ୍ଷେତ୍ର ଅନ୍ତର୍ଗତ ଜଟାଧାର ତଣ୍ଡାରେ ଦୈନିକ ଶତାଧିକ ଅଲିଭ୍‌ରିଡ୍‌ଲେ କଇଁଛ ମରୁଛନ୍ତି। ସେମାନଙ୍କ ସୁରକ୍ଷା ପାଇଁ ବନବିଭାଗ କୌଣସି ପଦକ୍ଷେପ ନେଉନଥିବା ବେଳେ ମୃତ କଇଁଛଗୁଡ଼ିକୁ ତଣ୍ଡାବାଲିରେ ପୋତି ଦିଆଯାଉଛି। ଏନେଇ ପରିବେଶବିତ୍‌ମାନେ କ୍ଷୋଭ ପ୍ରକାଶ କରିଛନ୍ତି। ନୋଳିଆ ସାହିର ଗଣେଶ ବେହେରାଙ୍କ କହିବାନୁଯାୟୀ, ସେ ଗୁରୁବାର ତଣ୍ଡା ଯାଇଥିବାବେଳେ ବହୁ ସଂଖ୍ୟାରେ ଅଲିଭ୍‌ରିଡ୍‌ଲେ କଇଁଛ ସମୁଦ୍ର କୂଳରେ ମରିପଡ଼ିଥିବା ଦେଖିଥିଲେ।
ଏ ସମ୍ପର୍କରେ ଜଣାପଡ଼ିବା ପରେ କୁଜଙ୍ଗ ବନାଞ୍ଚଳ ଅଧିକାରୀ ସଞ୍ଜୟ ପ୍ରଧାନଙ୍କୁ ଯୋଗାଯୋଗ କରିବାରେ ସେ ମୋବାଇଲ୍‌ ଫୋନ୍‌ ଉଠାଇ ନ ଥିଲେ। ବନପାଳ ପଦ୍ମନାଭ ରାଉତ କଇଁଛ ମୃତ୍ୟୁ ଘଟଣାକୁ ସ୍ବୀକାର କରିବା ସହ ସେମାନଙ୍କୁ ବାଲିରେ ପୋତିବା ପାଇଁ କର୍ମଚାରୀ ନିୟୋଜିତ ଅଛନ୍ତି ବୋଲି କହିଥିଲେ। ଏତେ ସଂଖ୍ୟାରେ କଇଁଛ ମରିବାର କାରଣ ସମ୍ପର୍କରେ ସେ କହିଛନ୍ତି, ଯେହେତୁ ଉକ୍ତ ଅଞ୍ଚଳ ଅଭୟାରଣ୍ୟ ମୁକ୍ତ, ତେଣୁ ଅବାଧରେ ମତ୍ସ୍ୟଜୀବୀମାନେ ଟ୍ରଲର ସାହାଯ୍ୟରେ ମାଛ ଧରୁଛନ୍ତି। ଜାଲ ଓ ଟ୍ରଲର ମାଡ଼ରେ କଇଁଛଙ୍କ ମୃତ୍ୟୁ ଘଟୁଛି। ପ୍ରକାଶ ଯେ, ଅଲିଭ୍‌ରିଡ୍‌ଲେ କଇଁଛମାନେ ସାଧାରଣତଃ ଫେବୃଆରୀ, ମାର୍ଚ୍ଚରେ ଅଣ୍ଡା ଦିଅନ୍ତି। ସେମାନେ ନଭେମ୍ବରରୁ କୂଳମୁହାଁ ହୁଅନ୍ତି। କଇଁଛମାନଙ୍କ ସୁରକ୍ଷା ଓ ନିରାପଦ ଅଣ୍ଡାଦାନ ନିମନ୍ତେ ଅଭୟାରଣ୍ୟ ଅଞ୍ଚଳରେ ଟ୍ରଲରରେ ମାଛଧରା ଉପରେ କଟକଣା ଥାଏ। ଯେହେତୁ ଜଟାଧାର ତଣ୍ଡା ଅଞ୍ଚଳ ଏକ ମୁକ୍ତ ଅଞ୍ଚଳ, ଏଠାରେ ମତ୍ସ୍ୟଜୀବୀ ମାନେ ଟ୍ରଲ୍‌ରରେ ମାଛ ଧରିଥା’ନ୍ତି।

Dharitri –Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଲୀନ ହେବା ପୂର୍ବରୁ ବଞ୍ଚାଅ: ଦୀର୍ଘକାଳୀନ ପଦକ୍ଷେପ ଦାବି

ଛତ୍ରପୁର, ୧୩।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲାର ଛତ୍ରପୁର ନିକଟସ୍ଥ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ସମୁଦ୍ର କ୍ରମଶଃ କୂଳ ଲଙ୍ଘି ଗାଁ ଆଡକୁ ମାଡ଼ି ଆସୁଥିବାରୁ ଅଞ୍ଚଳବାସୀଙ୍କ ମଧ୍ୟରେ…

ତ୍ରିରଙ୍ଗା ଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ: ଯୋଗଦେଲେ ଫୁଲବାଣୀ ବିଧାୟକ

ଜି.ଉଦୟଗିରି,୧୩।୮(ଚିନ୍ମୟ କୁମାର ସେଠୀ): ସ୍ଥାନୀୟ ବିଜ୍ଞାପିତ ଅଞ୍ଚଳ ପରିଷଦ ଅନ୍ତର୍ଗତ ସମସ୍ତ ସ୍କୁଲ,କଲେଜ ଛାତ୍ରୀଛାତ୍ରମାନଙ୍କୁ ନେଇ ଘର ଘର ତ୍ରିରଙ୍ଗା ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ…

ପୂର୍ବାଫାଲ୍ଗୁନୀ ନକ୍ଷତ୍ରରେ ସୂର୍ଯ୍ୟଙ୍କ ଗୋଚର ଦେବ ବଡ଼ ଫାଇଦା, ମେଷ-ମିଥୁନ ସମେତ ୫ ରାଶିଙ୍କ ପାଇଁ ବଲ୍ଲେ-ବଲ୍ଲେ

ବୈଦିକ ଜ୍ୟୋତିଷରେ ପୂର୍ବା ଫାଲ୍ଗୁନୀ ୨୭ଟି ନକ୍ଷତ୍ର ମଧ୍ୟରୁ ୧୧ତମ ନକ୍ଷତ୍ର, ଯାହାର ସ୍ବାମୀ ଶୁକ୍ର। ଏହି ନକ୍ଷତ୍ରର ସମ୍ପର୍କ କଳା, ସଙ୍ଗୀତ, ସୌନ୍ଦର୍ଯ୍ୟ ଏବଂ ସାଜସଜ୍ଜା…

କୋଚିଙ୍ଗ ସେଣ୍ଟର୍‌ ଝରକା ଗ୍ରିଲ କାଟି ୪ ଦଶମ ଶ୍ରେଣୀ ଛାତ୍ର ଫେରାର

ପାଟଣା,୧୩।୮(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ କେନ୍ଦେଇ ପୋଷିସ୍ଥିତ ଏକ ଘରୋଇ ରେସି ଡେଣ୍ଟାଲ କୋଚିଂ ସେଣ୍ଟରରୁ ବୁଧବାର ବିଳମ୍ବିତ ରାତିରେ କୋଚିଂ ସେଣ୍ଟରର ଝରକା…

ଆମ ପୋଲିସ-ଆମ ସାଥୀ ଅଭିଯାନ: ସାଇବର ସୁରକ୍ଷା ନେଇ ସଚେତନତା

ରାଇକିଆ,୧୩।୮: କନ୍ଧମାଳ ଜିଲା ପୋଲିସର ‘ଆମ ପୋଲିସ-ଆମ ସାଥୀ’ ଅଭିଯାନ ପକ୍ଷରୁ ରାଇକିଆ ବ୍ଲକ ସୁଗଡ଼ାବାଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ସଚେତନତା କାର୍ଯ୍ୟକ୍ରମ ହୋଇଛି। ଥାନା ଅଧିକାରୀ…

ଶୋଇଥିବାବେଳେ ବିଳମ୍ବିତ ରାତିରେ ସୁରେନ୍ଦ୍ରଙ୍କ ଘରେ ଲାଗିଲା ନିଆଁ, ଚାହୁଁ ଚାହୁଁ ଚାରିଆଡେ ବ୍ୟାପିଗଲା…

ଦିଗପହଣ୍ଡି,୧୩।୮(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମ ପାଣ୍ଡା ଛକ ନିକଟ ଉଲୁକପଲ୍ଲୀ ସାହିର ସୁରେନ୍ଦ୍ର ସାହୁଙ୍କ ଘରେ ବୁଧବାର ବିଳମ୍ବିତ…

ଭାରତରେ ପେଟ୍ରୋଲ-ଡିଜେଲ ଦର କମିବା ଆଶା! ୫ ଦିନର ଦ୍ରୁତ ବୃଦ୍ଧି ପରେ ଖସିଲା…

ନୂଆଦିଲ୍ଲୀ,୧୩।୮: ଅନ୍ତର୍ଜାତୀୟ ବଜାରରେ କଚା ତେଲ (Crude Oil) ଦରରେ ଗତ ୫ ଦିନ ଧରି ଚାଲିଆସୁଥିବା ବୃଦ୍ଧିରେ ଶେଷରେ ବ୍ରେକ ଲାଗିଛି। ୧୩ ଅଗଷ୍ଟ ୨୦୨୬ରେ…

କେସିଙ୍ଗା ଶିକ୍ଷା ବ୍ୟବସ୍ଥାକୁ ନେଇ ଅପପ୍ରଚାର: ଦୃଢ଼ କାର୍ଯ୍ୟାନୁଷ୍ଠାନ ଚେତାବନୀ

କେସିଙ୍ଗା, ୧୩।୮( ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର କେତେକ ବିଦ୍ୟାଳୟରେ ଶିକ୍ଷକ ଅଭାବ ଥିବାବେଳେ, ଅନ୍ୟ କେତେକ ସ୍କୁଲରେ ଅଧିକ ଶିକ୍ଷକ ରହିଛନ୍ତି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri