ସାନି ସତ୍ୟପାଠ ଦାଖଲ ପାଇଁ ସରକାରଙ୍କୁ ନିର୍ଦ୍ଦେଶ

କଟକ ଅଫିସ, ୪।୮:ଅଲିଭ୍‌ ରିଡ୍‌ଲେ କଇଁଛ ସୁରକ୍ଷା ମାମଲାରେ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ଜବାବ ଦାଖଲ ପାଇଁ ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ। ମଙ୍ଗଳବାର ହାଇକୋର୍ଟରେ ଏହି ମାମଲାର ଶୁଣାଣି ଥିବାବେଳେ ଉଭୟ ସରକାର ଜବାବ ଦାଖଲ କରିନାହାନ୍ତି। ଫଳରେ ହାଇକୋର୍ଟ କ୍ଷୁବ୍ଧ ହେବା ସହ ଉଭୟ ସରକାରଙ୍କୁ ସାନି ସତ୍ୟପାଠ ଦାଖଲ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟ ବିଚାରପତି ଏସ୍‌. ମୁରଲୀଧର ଓ ଜଷ୍ଟିସ ବି.ପି. ରାଉତରାୟଙ୍କୁ ନେଇ ଗଠିତ ଖଣ୍ଡପୀଠ ଏହି ଶୁଣାଣି କରିଛନ୍ତି। ସେପ୍ଟେମ୍ବର ୨୧ରେ ଏହାର ପରବର୍ତ୍ତୀ ଶୁଣାଣି ହେବ। ଏହି ସମୟ ମଧ୍ୟରେ ଉଭୟ ସରକାର କଇଁଛ ସୁରକ୍ଷା ନେଇ କି ପଦକ୍ଷେପ ନେଇଛନ୍ତି, ସେ ସମ୍ପର୍କରେ ସତ୍ୟପାଠ ଦାଖଲ କରିବେ। ସୂଚନାଯୋଗ୍ୟ, ଅଲିଭ୍‌ ରିଡ୍‌ଲେ କଇଁଛ ସୁରକ୍ଷା ପାଇଁ କ’ଣ ପଦକ୍ଷେପ ନିଆଯିବା ଦରକାର, ସେନେଇ ହାଇକୋର୍ଟଙ୍କ ତରଫରୁ ୩ ଜଣିଆ କମିଟି ଗଠନ କରାଯାଇଥିଲା। ଏହି କମିଟିରେ ବାଙ୍ଗାଲୋର ଇଣ୍ଡିଆନ ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ସାଇନ୍ସର ପ୍ରଫେସର କାର୍ତ୍ତିକ ଶଙ୍କର, ଚିଲିକା ଉନ୍ନୟନ କର୍ତ୍ତୃପକ୍ଷଙ୍କ ସିଇଓ ତଥା ନିର୍ଦ୍ଦେଶକ ସୁଶାନ୍ତ ନନ୍ଦ ଓ ଆମିକସ୍‌କ୍ୟୁରୀ ମୋହିତ୍‌ ଅଗ୍ରୱାଲ ରହିଛନ୍ତି। ଏହି କମିଟି ଗତ ମାର୍ଚ୍ଚ ୧୫ରେ ଏକ ରିପୋର୍ଟ ଦାଖଲ କରିଥିଲେ। ସେଥିରେ ଉଲ୍ଲେଖ ରହିଥିଲା ଯେ, ଅଲିଭ୍‌ ରିଡ୍‌ଲେ କଇଁଛ ସୁରକ୍ଷା ପାଇଁ ଗହୀରମଥା ଓ ଋଷିକୂଲ୍ୟା ନଦୀ ମୁହାଣକୁ ସୁରକ୍ଷିତ ରଖାଯାଉ। କିନ୍ତୁ କଇଁଛ ସୁରକ୍ଷା ନଁାରେ ମତ୍ସ୍ୟଜୀବୀଙ୍କ ଜୀବିକା ଉପରେ ପ୍ରଭାବ ନ ପଡୁ। ସେମାନଙ୍କୁ କଇଁଛ ସୁରକ୍ଷାର ଏକ ବଡ ଅଂଶୀଦାର ଭାବେ ଗ୍ରହଣ କରାଯାଉ। ଯେଉଁ ସମୟରେ ସମୁଦ୍ରରେ ମାଛମରା ଉପରେ କଟକଣା ଜାରି କରାଯାଉଛି, ସେହି ସମୟରେ ମତ୍ସ୍ୟଜୀବୀମାନଙ୍କୁ ଏମ୍‌ଜିଏନ୍‌ଆରଇଜିଏସ୍‌ରେ କାମ ଯୋଗାଇ ଦିଆଯାଉ। ଉଭୟ ମତ୍ସ୍ୟଜୀବୀଙ୍କ ଜୀବିକା ଓ କଇଁଛଙ୍କ ସୁରକ୍ଷା ପାଇଁ କମିଟି ରିପୋର୍ଟରେ ମତ ଦେଇଥିଲେ। ଅଲିଭ୍‌ ରିଡ୍‌ଲେ ସୁରକ୍ଷା ନେଇ ହାଇକୋର୍ଟ ନିଜ ଆଡୁ ମାମଲା ରୁଜୁ କରିଥିଲେ। ପରେ ଏହି ଘଟଣାରେ ଜବାବଦାଖଲ ପାଇଁ ହାଇକୋର୍ଟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୬ ଆଇପିଏଲରେ ଖେଳିବା ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହେଲେ RCB ବୋଲର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୨।୪: IPL ୨୦୨୬ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଶ୍ରୀଲଙ୍କାର ଦ୍ରୁତ ବୋଲର ନୁୱାନ ତୁଷାରା IPL ୨୦୨୬…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ସରିଲା ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ଅଧରପଣା ପାଇ ଫେରିଗଲେ ସର୍ବଦେବାଦେବୀ

ପୁରୁଷୋତ୍ତମପୁର,୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଟାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ଦୀର୍ଘ ଏକମାସ ଧରି ମହାଆଡମ୍ବର ସହକାରେ ପାଳିତ ହେଉଥିବା ପ୍ରସିଦ୍ଧ ଚୈତ୍ରପର୍ବ ଗୁରୁବାର…

ବିଧାୟକ ଅଖିଳ ନାଏକଙ୍କ ଠାରୁ ଆରମ୍ଭ ହେଲା ସ୍ବ ଜନଗଣନା: ପାଟଣାବାସୀଙ୍କୁ କଲେ ଏହି ଅପିଲ

ପାଟଣା,୨।୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ପ୍ରଶାସନ ପକ୍ଷରୁ ଗୁରୁବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ଠାରୁ ସ୍ବ ଜନଗଣନା ଶୁଭାରମ୍ଭ ହୋଇଛି। ପାଟଣା ତହସିଲ…

ଯୁଦ୍ଧ ମଧ୍ୟରେ ପାକିସ୍ତାନରେ ହାହାକାର, ଭାରତ ଶୁଣିଲେ ହୋଇଯିବ ଖୁସି

ନୂଆଦିଲ୍ଲୀ,୨।୪: ଭାରତ ଦ୍ୱାରା ସିନ୍ଧୁ ଜଳ ଚୁକ୍ତିନାମା ବାତିଲ କରିବା ଏବଂ ନଦୀ ଜଳରେ ପାକିସ୍ତାନର ଅଂଶକୁ ଅବରୋଧ କରିବା ନିଷ୍ପତ୍ତି ଦକ୍ଷିଣ ଏସିଆରେ ଜଳ ସୁରକ୍ଷା…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri