ସାନି ସତ୍ୟପାଠ ଦାଖଲ ପାଇଁ ସରକାରଙ୍କୁ ନିର୍ଦ୍ଦେଶ

କଟକ ଅଫିସ, ୪।୮:ଅଲିଭ୍‌ ରିଡ୍‌ଲେ କଇଁଛ ସୁରକ୍ଷା ମାମଲାରେ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ଜବାବ ଦାଖଲ ପାଇଁ ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ। ମଙ୍ଗଳବାର ହାଇକୋର୍ଟରେ ଏହି ମାମଲାର ଶୁଣାଣି ଥିବାବେଳେ ଉଭୟ ସରକାର ଜବାବ ଦାଖଲ କରିନାହାନ୍ତି। ଫଳରେ ହାଇକୋର୍ଟ କ୍ଷୁବ୍ଧ ହେବା ସହ ଉଭୟ ସରକାରଙ୍କୁ ସାନି ସତ୍ୟପାଠ ଦାଖଲ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟ ବିଚାରପତି ଏସ୍‌. ମୁରଲୀଧର ଓ ଜଷ୍ଟିସ ବି.ପି. ରାଉତରାୟଙ୍କୁ ନେଇ ଗଠିତ ଖଣ୍ଡପୀଠ ଏହି ଶୁଣାଣି କରିଛନ୍ତି। ସେପ୍ଟେମ୍ବର ୨୧ରେ ଏହାର ପରବର୍ତ୍ତୀ ଶୁଣାଣି ହେବ। ଏହି ସମୟ ମଧ୍ୟରେ ଉଭୟ ସରକାର କଇଁଛ ସୁରକ୍ଷା ନେଇ କି ପଦକ୍ଷେପ ନେଇଛନ୍ତି, ସେ ସମ୍ପର୍କରେ ସତ୍ୟପାଠ ଦାଖଲ କରିବେ। ସୂଚନାଯୋଗ୍ୟ, ଅଲିଭ୍‌ ରିଡ୍‌ଲେ କଇଁଛ ସୁରକ୍ଷା ପାଇଁ କ’ଣ ପଦକ୍ଷେପ ନିଆଯିବା ଦରକାର, ସେନେଇ ହାଇକୋର୍ଟଙ୍କ ତରଫରୁ ୩ ଜଣିଆ କମିଟି ଗଠନ କରାଯାଇଥିଲା। ଏହି କମିଟିରେ ବାଙ୍ଗାଲୋର ଇଣ୍ଡିଆନ ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ସାଇନ୍ସର ପ୍ରଫେସର କାର୍ତ୍ତିକ ଶଙ୍କର, ଚିଲିକା ଉନ୍ନୟନ କର୍ତ୍ତୃପକ୍ଷଙ୍କ ସିଇଓ ତଥା ନିର୍ଦ୍ଦେଶକ ସୁଶାନ୍ତ ନନ୍ଦ ଓ ଆମିକସ୍‌କ୍ୟୁରୀ ମୋହିତ୍‌ ଅଗ୍ରୱାଲ ରହିଛନ୍ତି। ଏହି କମିଟି ଗତ ମାର୍ଚ୍ଚ ୧୫ରେ ଏକ ରିପୋର୍ଟ ଦାଖଲ କରିଥିଲେ। ସେଥିରେ ଉଲ୍ଲେଖ ରହିଥିଲା ଯେ, ଅଲିଭ୍‌ ରିଡ୍‌ଲେ କଇଁଛ ସୁରକ୍ଷା ପାଇଁ ଗହୀରମଥା ଓ ଋଷିକୂଲ୍ୟା ନଦୀ ମୁହାଣକୁ ସୁରକ୍ଷିତ ରଖାଯାଉ। କିନ୍ତୁ କଇଁଛ ସୁରକ୍ଷା ନଁାରେ ମତ୍ସ୍ୟଜୀବୀଙ୍କ ଜୀବିକା ଉପରେ ପ୍ରଭାବ ନ ପଡୁ। ସେମାନଙ୍କୁ କଇଁଛ ସୁରକ୍ଷାର ଏକ ବଡ ଅଂଶୀଦାର ଭାବେ ଗ୍ରହଣ କରାଯାଉ। ଯେଉଁ ସମୟରେ ସମୁଦ୍ରରେ ମାଛମରା ଉପରେ କଟକଣା ଜାରି କରାଯାଉଛି, ସେହି ସମୟରେ ମତ୍ସ୍ୟଜୀବୀମାନଙ୍କୁ ଏମ୍‌ଜିଏନ୍‌ଆରଇଜିଏସ୍‌ରେ କାମ ଯୋଗାଇ ଦିଆଯାଉ। ଉଭୟ ମତ୍ସ୍ୟଜୀବୀଙ୍କ ଜୀବିକା ଓ କଇଁଛଙ୍କ ସୁରକ୍ଷା ପାଇଁ କମିଟି ରିପୋର୍ଟରେ ମତ ଦେଇଥିଲେ। ଅଲିଭ୍‌ ରିଡ୍‌ଲେ ସୁରକ୍ଷା ନେଇ ହାଇକୋର୍ଟ ନିଜ ଆଡୁ ମାମଲା ରୁଜୁ କରିଥିଲେ। ପରେ ଏହି ଘଟଣାରେ ଜବାବଦାଖଲ ପାଇଁ ହାଇକୋର୍ଟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ଛାତ୍ରୀ ଅପହରଣ ମାମଲାରେ ଓଡ଼ିଆ ଅଧ୍ୟାପକ ଗିରଫ

ରାୟଗଡ଼ା,୨୪/୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସ୍ୱୟଂଶାସିତ ମହାବିଦ୍ୟାଳୟର ଜଣେ ଓଡ଼ିଆ ଅଧ୍ୟାପକଙ୍କୁ ନାବାଳିକା ଅପହରଣ ଓ ପ୍ରଲୋଭନ ପୋଲିସ ଗିରଫ କରିଥିବା ଜଣାପଡ଼ିଛି । ମିଳିଥିବା...

ତାଣ୍ଡବ ରଚିଲା କାଳବୈଶାଖୀ: ଭାଙ୍ଗିଲା ଗଛ, ଦୋକାନରୁ ଉଡ଼ିଗଲା ଆଜବେଷ୍ଟ୍‌ସ

ନିରାକାରପୁର,୨୪ା୪(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ନିରାକାରପୁର ସମେତ ଏହାର ଆଖପାଖ ଅଞ୍ଚଳରେ ୪୦ ଡିଗ୍ରୀ ତାପମାତ୍ରା ଲାଗିରହିଥିବା ବେଳେ ବୁଧବାର ଅପରାହ୍ନରେ ହଠାତ୍‌ ପାଗର...

କୋରାପୁଟ ଲୋକ ସଭା ଆସନରେ ୩ ପ୍ରାର୍ଥୀ, ୩ ବିଧାନସଭା ଆସନରେ ୯ ପ୍ରାର୍ଥୀ ଦାଖଲ କଲେ ନାମାଙ୍କନପତ୍ର

କୋରାପୁଟ,୨୪ା୪(ଅମିତାଭ ବେହେରା): ବୁଧବାର ନାମାଙ୍କନପତ୍ର ଦାଖଲର ଷଷ୍ଠ ଦିନରେ କୋରାପୁଟ ଲୋକ ସଭା ଆସନ ନିମନ୍ତେ ଭାଜପା ସମେତ ୩ ପ୍ରାର୍ଥୀ ସେମାନଙ୍କ ନାମାଙ୍କନପତ୍ର ଦାଖଲ...

ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୪ା୪: ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ...

ମାଓବାଦୀ କ୍ୟାମ୍ପ୍‌ ଧ୍ୱଂସ: ବିପୁଳ ସାମଗ୍ରୀ ଜବତ

ମାଲକାନଗିରି,୨୪ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲା ପୋଲିସ ଫୋର୍ସ, ଡିଆର୍‌ଜି, ବସ୍ତର ଫାଇଟର୍ସ ଓ ସିଏଏଫ୍‌ର ଯବାନମାନେ ବୁଧବାର ମିଳିତ ତଲାସି ବେଳେ...

ଯାଞ୍ଚବେଳେ ବାଇକ୍‌ରୁ ମିଳିଲା ବିପୁଳ ଗଞ୍ଜେଇ: ନଗଦ ଟଙ୍କା ଜବତ, ଅଭିଯୁକ୍ତ ଗିରଫ

ବରଗଡ଼,୨୪ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ପୋଲିସ ବୁଧବାର ଯାଞ୍ଚବେଳେ ଗଞ୍ଜେଇ ବୋଝେଇ ଏକ ବାଇକ୍‌ ଜବତ କରିଛି। ଏହା ସହିତ ଅଭିଯୁକ୍ତ ଚିତ୍ରେଶ୍ୱର...

ଡେରାବିଶ ବ୍ଲକର ପୂର୍ବତନ କିରାଣି ଭିଜିଲାନ୍ସ କୋର୍ଟରେ ଦଣ୍ଡିତ

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକର ପୂର୍ବତନ କିରାଣି ତଥା ଡିଲିଂ ଆସିଷ୍ଟାଣ୍ଟ ମାଧବ ଚନ୍ଦ୍ର ଆଚାର୍ଯ୍ୟ ଭିଜିଲାନ୍ସ ଅଦାଲତରେ ଦଣ୍ଡିତ ହୋଇଛନ୍ତି। ସେ...

ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ମାମଲା ଖାରଜ: ଆବେଦନକାରୀ ଗଣିବେ ୫ ଲକ୍ଷ ଜରିମାନା

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ତଥ୍ୟ ଲୁଚାଇବା ଅଭିଯୋଗ ନେଇ ଦାୟର ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ରାଜନୈତିକ ଉଦ୍ଦେଶ୍ୟ ରଖି ମାମଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri