ଗହୀରମଥାକୁ ଅଣ୍ଡାଦାନ ପାଇଁ ଆସିଥିଲେ ୬ ଲକ୍ଷରୁ ଊର୍ଦ୍ଧ୍ୱ ଅଲିଭ୍‌ ରିଡ୍‌ଲେ, ଅଣ୍ଡାଦାନ ନ କରି ଫେରିଗଲେ, ପରିବେଶବିତ୍‌ କହିଲେ…

ବିରଳ ଅଲିଭ ରିଡ୍‌ଲେ କଇଁଛଙ୍କ ବିଶ୍ୱର ସର୍ବବୃହତ୍‌ ପ୍ରଜନନସ୍ଥଳୀ ଭାବେ ପରିଚିତ ଗହୀରମଥା। କେନ୍ଦ୍ରାପଡା ଜିଲାର ଜାତୀୟ ଉଦ୍ୟାନ ଭିତରକନିକା ମଧ୍ୟରେ ଥିବା ଏହି ସ୍ଥାନରେ ଚଳିତବର୍ଷ ୬ ଲକ୍ଷରୁ ଅଧିକ ଏହି ପ୍ରଜାତିର କଇଁଛ ଅଣ୍ଡାଦାନ ପାଇଁ ଆସିଥିଲେ। ମାତ୍ର ଅଣ୍ଡାଦାନ ନ କରି ସେମାନେ ଫେରିଯାଇଛନ୍ତି। ଏହା ପରିବେଶବିତ୍‌ଙ୍କୁ ଚିନ୍ତା କରିବାକୁ ବାଧ୍ୟ କରିଛି। ଫ୍ଲାଟବ୍ୟାକ୍ସ, ଲଗରହେଡସ, ଗ୍ରୀନ ଟର୍ଟଲ, ଲେଦରବ୍ୟାକ୍ସ, ହକ୍ସବିଲସ, କେମ୍ପସ ରିଡ୍‌ଲେ ଓ ଅଲିଭ ରିଡ୍‌ଲେ ଆଦି କଇଁଛ ସାମୂହିକ ଅଣ୍ଡାଦାନ ପାଇଁ ଉପଯୁକ୍ତ ସ୍ଥାନ ଚୟନ କରିଥାନ୍ତି। ଏମାନଙ୍କ ମଧ୍ୟରୁ ଏକମାତ୍ର ଅଲିଭ ରିଡ୍‌ଲେ ପ୍ରଜାତି କଇଁଛ ବଙ୍ଗୋପସାଗରର ଓଡ଼ିଶା ତଟବର୍ତ୍ତୀ ଅଞ୍ଚଳକୁ ଆସିଥାନ୍ତି। ଚଳିତ ବର୍ଷ ଦେବୀ ଓ ଋଷିକୁଲ୍ୟା ନଦୀ ମୁହାଣରେ ଅଣ୍ଡାଦାନ ହୋଇଥିବା ବେଳେ ଗହୀରମଥା ନିରାଶ କରିଛି। ୨୦୧୪ ମସିହା ଭଳି ଚଳିତବର୍ଷ ଏହି ସାମୁଦ୍ରିକ ପ୍ରାଣୀ ଅଣ୍ଡାଦାନ ନ କରି ଫେରି ଯାଇଛନ୍ତି। ଏ ସମ୍ପର୍କରେ ଏସିଏଫ୍‌ ମାନସ ଦାଶ କହିଛନ୍ତି, ବିଶ୍ୱତାପନ ଓ ଅନୁକୂଳ ପରିବେଶ ନ ମିଳିବା ଏହାର ସମ୍ଭାବ୍ୟ କାରଣ। ଏକକୁଳା, ବାବୁବାଲି, ମାଦଳୀ ସହ ଅଗରନାସୀ ଦ୍ୱୀପ ଏହି ପ୍ରଜାତି ସାମୁଦ୍ରିକ ପ୍ରାଣୀଙ୍କ ପ୍ରଥମ ପସନ୍ଦ ଥିଲା। ଇତିମଧ୍ୟରେ ଅଗରନାସୀ ଦ୍ୱୀପ ସମୁଦ୍ରରେ ଲୀନ ହୋଇଥିବା ବେଳେ ଅନ୍ୟ ପ୍ରଜନନ ସ୍ଥଳ ତଟକ୍ଷୟ ଯୋଗୁ ସୀମିତ ହୋଇଯାଇଛି। ଅପରପକ୍ଷରେ ଅଲିଭ ରିଡ୍‌ଲେଙ୍କ ଜୀବନଯାପନ ପ୍ରଣାଳୀ ଏବେ ମଧ୍ୟ ରହସ୍ୟାବୃତ ହୋଇ ରହିଛି। ୧୦୦୦ କଇଁଛ ଶାବକ ମଧ୍ୟରୁ ମାତ୍ର ଗୋଟିଏ ବଞ୍ଚିଥାନ୍ତି। ଅନୁକୂଳ ପାଗରେ ଅଣ୍ଡାଦାନ କରିବା ଏମାନଙ୍କ ସ୍ବଭାବ। ଚଳିତ ବର୍ଷ ଅତ୍ୟଧିକ ଗରମ ପାଇଁ ଅଣ୍ଡାଦାନ ସମ୍ଭବ ହୋଇ ନ ଥାଇପାରେ। ୨୦୧୪ ମସିହା ପରି ୨୦୦୮, ୨୦୦୨, ୧୯୯୮, ୧୯୯୭, ୧୯୮୮ ଓ ୧୯୮୨ରେ ଏହିଭଳି ଘଟଣା ଦେଖିବାକୁ ମିଳିଥିଲା। ୨୦୨୫ମସିହାରେ ଗହୀରମଥାରେ ୬.୦୬ ଲକ୍ଷ ଅଲିଭ ରିଡ୍‌ଲେ କଇଁଛ ଅଣ୍ଡାଦାନ କରିଥିବା ଏସିଏଫ୍‌ ଦାଶ ସୂଚନା ଦେଇଛନ୍ତି।
-ଜଗନ୍ନାଥ ଧଳ,
କେନ୍ଦ୍ରାପଡ଼ା

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବଦଳିଲା ସରକାର, ବଦଳିଲେ ବିଧାୟକ, ହେଲେ ବଦଳିଲାନି ହିରାପାଲି ଗ୍ରାମବାସୀଙ୍କ ଦୁର୍ଦ୍ଦଶା, ଆଜି ବି…

ଅମରପାଲି,୨୪ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ କେନଝିରିଆପାଲି ପଞ୍ଚାୟତର ହିରାପାଲି ଗ୍ରାମରେ ସରକାର ଓ ବିଧାୟକ ବଦଳିଥିଲେ ବି ଗ୍ରାମବାସୀଙ୍କ ଦୁର୍ଦ୍ଦଶା ବଦଳିନାହିଁ। ବଳିପାଲିରୁ ହିରାପାଲି…

ଖୁବ୍‌ଶୀଘ୍ର ଲାଗୁ ହେବ ‘ୱାନ୍‌ ନେଶନ ୱାନ୍‌ ହେଲ୍‌ଥ’ ଯୋଜନା

ଭୁବନେଶ୍ୱର,୨୪ା୮(ବନ୍ଦନା ସେଠୀ): ଦେଶରେ ଖୁବ୍‌ଶୀଘ୍ର ଲାଗୁ ହେବ ‘ୱାନ୍‌ ନେଶନ ୱାନ୍‌ ହେଲ୍‌ଥ’ ବା ଏକ ଦେଶ, ଏକ ସ୍ବାସ୍ଥ୍ୟ ଯୋଜନା। ଏଥିସହ ଡାକ୍ତରମାନେ କିଭଳି ଡିଜିଟାଲ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଏଣିକି ପ୍ରତିବର୍ଷ ଯୋଗାଇ ଦିଆଯିବ ୩ଟି ମାଗଣା ଗ୍ୟାସ ସିଲିଣ୍ଡର

ଚେନ୍ନାଇ,୨୪।୮: ବିଧାନସଭାରେ ଏକ ବଡ଼ ଘୋଷଣା କରି ତାମିଲନାଡୁ ମୁଖ୍ୟମନ୍ତ୍ରୀ ଯୋଶେଫ ବିଜୟ କହିଛନ୍ତି ଯେ ‘ଅନ୍ନପୂର୍ଣ୍ଣି ସୁପର ସିକ୍ସ’ ଯୋଜନା ଅଧୀନରେ ପ୍ରତିବର୍ଷ ତିନୋଟି ମାଗଣା…

ଗୁପଚୁପ ଖାଇବା ପରେ ଆସିଲା ନିଦ; ବାକ୍ସ ଉପରେ ଶୋଇପଡ଼ିଲା ହନୁ ମାଙ୍କଡ଼, ଭାଇରାଲ ହେଉଛି Video

ପାଟଣା,୨୪।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଷ୍ଟେଟବ୍ୟାଙ୍କ ସମ୍ମୁଖରେ ରବିବାର ଏକ ରୋଚକ ଦୃଶ୍ୟ ଦେଖିବାକୁ ମିଳିଥିଲା। ବଜାର ଅଞ୍ଚଳର ବିଭିନ୍ନ ଦୋକାନରୁ ଖାଦ୍ୟ ମାଗି…

ହୀରାକୁଦ ଡ୍ୟାମର ଖୋଲିଲା ଆଉ ୩ ଗେଟ୍‌, ୮ ଗେଟ୍‌ ଦେଇ ବନ୍ୟାଜଳ ନିଷ୍କାସିତ

​ସମ୍ବଲପୁର,୨୪।୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପର ମୁଣ୍ଡରେ ବର୍ଷା ପରିମାଣ ବୃଦ୍ଧି ଯୋଗୁଁ ହୀରାକୁଦ ଜଳଭଣ୍ଡାରକୁ ପୁଣିଥରେ ବନ୍ୟା ଜଳ ପ୍ରବେଶ ବୃଦ୍ଧି ପାଇଛି । ଫଳରେ…

ବିନା ଲାଇସେନ୍ସରେ ବିଭିନ୍ନ ବ୍ରାଣ୍ଡ୍‌ର ମଦ ବିକ୍ରି, ୩ ବ୍ୟବସାୟୀଙ୍କୁ ଗିରଫ କରି…

ଦିଗପହଣ୍ଡି,୨୪ା୮(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଚାନ୍ଦପୁର ଗ୍ରାମ ବଜାରରେ ଚିକିଟି ଏସ୍‌ଡିପିଓ ବିଶ୍ୱାମିତ୍ର ହରପାଲ, ଚିକିଟି ଫାଣ୍ଡି ଅଧିକାରୀ ଏସ୍‌ଆଇ…

ପରଘର ବାରଣ୍ଡାରେ ଚାଲିଛି ପାଠପଢ଼ା: ଅନ୍ଧକାରରେ ଛାତ୍ରୀଛାତ୍ରଙ୍କ ଭବିଷ୍ୟତ

ଜୁନାଗଡ଼,୨୪ା୮(ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ୍‌ର ଅନେକ ପ୍ରାଥମିକ ବିଦ୍ୟାଳୟର ଭିତ୍ତିଭୂମି ଦୟନୀୟ ଅବସ୍ଥାରେ ରହିଛି। ଫଳରେ ସେଠାକାର ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଅନ୍ଧକାର ମଧ୍ୟକୁ…

ପାରାଦୀପ ଜାହାଜ ବୁଡ଼ି ଘଟଣା: ଏବେ ବି ୨୨ ନାବିକଙ୍କର ମିଳିନି ପତ୍ତା, ଚାଲିଛି ଖୋଜା

ପାରାଦୀପ/ଭୁବନେଶ୍ୱର,୨୪।୮(ଶରତ ରାଉତ/ପି.ଟି.): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଅଭିମୁଖେ ଯାଉଥିବା ପାନାମା-ପତାକାବାହୀ ଜାହାଜ ‘ଏମ୍‌ଭି ଓସେନ ୱିନର୍‌’ ବଙ୍ଗୋପସାଗରରେ ବୁଡ଼ିଯାଇଛି। ପାରାଦୀପ ଉପକୂଳରୁ ପ୍ରାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri