ଋଷିକୂଲ୍ୟା ମୁହାଣରେ ଅଲିଭ ରିଡ୍‌ଲେଙ୍କ ମିଳନ ପର୍ବ ଆରମ୍ଭ, ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ଗଞ୍ଜାମ,୨୭ା୧୧(ଡି.ଏନ୍‌.ଏ.): ବିରଳ ଅଲିଭ ରିଡଲେ କଇଁଛଙ୍କ ଏନ୍ତୁଡ଼ିଶାଳ
ଭାବେ ପରିଚିତ ତଥା ସ୍ବତନ୍ତ୍ର ସ୍ଥାନ ଅଧିକାର କରିଥିବା ଗଞ୍ଜାମ ଜିଲା ଋଷିକୁଲ୍ୟା ମୁହାଁଣରେ ସାମୁଦ୍ରିକ କଇଁଛମାନଙ୍କ ମିଳନ ପର୍ବ ଆରମ୍ଭ ହୋଇଥିବା ଜଣାପଡ଼ିଛି। ଯାହାକୁନେଇ ବନ ବିଭାଗ, ପରିବେଶବିତ୍‌,ପର୍ଯ୍ୟଟକ ଓ ସ୍ଥାନୀୟ ଅଞ୍ଚଳବାସୀଙ୍କ ମଧ୍ୟରେ ଖୁସିର ଲହରି ଖେଳିଯାଇଛି। ରବିବାର ପୂର୍ବାହ୍ନରେ ବନବିଭାଗ କର୍ମଚାରୀମାନେ ଗଞ୍ଜାମ ବ୍ଲକ ପୁରୁଣାବନ୍ଧ ଋଷିକୁଲ୍ୟାରୁ ବାହାରି କଇଁଛ ସୁରକ୍ଷାକୁ ନେଇ ଗଭୀର ସମୁଦ୍ରର ନୀଳ ଜଳରାଶି ମଧ୍ୟରେ ପାଟ୍ରୋଲିଂ କରୁଥିବା ସମୟରେ କୂଳଠାରୁ ପ୍ରାୟ ୬ରୁ୭ କିଲୋମିଟର ଦୂରତାରେ ଦୁଇ ଯୋଡ଼ା କଇଁଛଙ୍କ ମିଳନ ହେଉଥିବା ନେଇ ଦେଖିବାକୁ ମିଳିଥିବା ରମ୍ଭା ଫରେଷ୍ଟର ଅବିନାଶ ଚୌଧୁରୀ ସୂଚନା ଦେଇଛନ୍ତି। ଏଥିସହ ଆସନ୍ତା ଡିସେମ୍ବର ୧୫ ସୁଦ୍ଧା ବହୁ ସଂଖ୍ୟାରେ ଏହି ବିରଳ
ସାମୁଦ୍ରିକ କଇଁଛଙ୍କ ମିଳନ ପ୍ରକ୍ରିୟା ସମୁଦ୍ର ମଧ୍ୟରେ ଦେଖିବାକୁ ମିଳିବ। ତେଣୁ ସେମାନଙ୍କ ସୁରକ୍ଷା ବ୍ୟବସ୍ଥାକୁ ବଢ଼ାଇ ଦିଆଯାଇଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ବିଧାନସଭା ପ୍ରାର୍ଥୀ ତାଲିକା: ରଘୁନାଥ ସାହୁଙ୍କୁ ମିଳିଲା ଏହି ଆସନ

ଭୁବନେଶ୍ୱର,୨୦।୪: ବିଧାନସଭା ନିର୍ବାଚନ ପାଇଁ ବଜେଡି ଷଷ୍ଠ ପ୍ରାର୍ଥୀ ତାଲିକା ଶନିବାର ଘୋଷଣା କରିଛି। ତାଲିକାରେ ରହିଛି ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ନାଁ। ସେ ବଡ଼ଚଣାରୁ...

କେନ୍ଦ୍ରାପଡ଼ାରୁ ଗଣେଶ୍ୱର, ବଡ଼ଚଣାରୁ ଲଢ଼ିବେ ବର୍ଷା

ଭୁବନେଶ୍ୱର,୨୦।୪: ଆଗାମୀ ସାଧାରଣ ନିର୍ବାଚନକୁ ନେଇ ବିଜେଡି ପକ୍ଷରୁ ଷଷ୍ଠ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଦଳର ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ...

ବର୍ଷାଙ୍କୁ ମିଳିଲା ଟିକେଟ୍‌, ଏହି ଠୁ ଲଢିବେ

ଭୁବନେଶ୍ୱର,୨୦।୪: ୬ଷ୍ଠ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି ବିଜେଡି। ନିକଟରେ ବିଜୁ ଜନତା ଦଳରେ ଯୋଗ ଦେଇଥିବା ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କୁ ଦଳ...

ସକାଳୁ ନିଆଁବର୍ଷା! ୩୫ ଛୁଇଁଲାଣି ପାରା

ଭୁବନେଶ୍ୱର,୨୦।୪: ଆଜି ବି କଲବଲ କରିବ ତାତି । ସକାଳୁ ଛୁଇଁଲାଣି ୩୫ । ଆଜି ସକାଳ ୮ଟା ସୁଦ୍ଧା ରାଜ୍ୟର ଅନେକ ସ୍ଥାନରେ ତାପମାତ୍ରା...

ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେଡି, ଜାଣନ୍ତୁ କାହାକୁ ମିଳିଲା କେଉଁ ଆସନ

ଭୁବନେଶ୍ୱର,୨୦।୪: ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେଡି। ବଡ଼ଚଣାରୁ ଲଢିବେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ। ସେହିପରି ଚିଲିକାରୁ ରଘୁନାଥ ସାହୁ, କେନ୍ଦ୍ରାପଡ଼ାରୁ ଗଣେଶ୍ବର ବେହେରା,...

ରାଜନୀତିରେ ରାଜାରାଣୀ, ଜୋରଦାର ହେବ ଲଢେଇ

ଭୁବନେଶ୍ୱର,୨୦।୪: ୨୦୨୪ ନିର୍ବାଚନରେ ଓଡିଶା ଦେଖିବାକୁ ଯାଉଛି ଭିନ୍ନ ଧରଣର ଲଢେଇ। କାରଣ ଏଥର ରାଜ୍ୟ ରାଜନୀତିକୁ ଏଣ୍ଟ୍ରି ମାରିଛନ୍ତି ରାଜ ପରିବାର। ମଇଦାନରେ ଜନତା...

କାମ ସାରି ଘରକୁ ଫେରୁଥିବା ବେଳେ ପଛପଟୁ ଧକ୍କା ଦେଲା ପିକଅପ୍‌ ଭ୍ୟାନ୍‌

ବାଲେଶର ଅଫିସ,୨୦।୪( ମାନସ ବିଶ୍ୱାଳ): ବାଲେଶ୍ବର ଜିଲା ନୀଳଗିରି ଥାନାରେ ହୋମଗାର୍ଡ ଭାବେ କାର୍ଯ୍ୟ କରୁଥିବା ଛୋଟକାନପୁର ଗ୍ରାମର ଲକ୍ଷ୍ମୀଧର ଜେନା ( ୫୬) ଶନିବାର...

ମହାନଦୀରେ ଡଙ୍ଗାବୁଡି ଘଟଣା: ମୃତ୍ୟୁସଂଖ୍ୟା ୭କୁ ବୃଦ୍ଧି

ଝାରସୁଗୁଡା,୨୦।୪: ମହାନଦୀ ଡଙ୍ଗାବୁଡ଼ି ଘଟଣାରେ ଆଉ ୬ ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି। ପୋଲିସ ଓ ଅଗ୍ନିଶମ ବାହିନୀ ଗତକାଲି ଠାରୁ ଉଦ୍ଧାର କାର୍ଯ୍ୟ ଜାରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri