ଅଲିଭ ରିଡଲେଙ୍କ ଅଣ୍ଡାଦାନ ପର୍ବ ଆରମ୍ଭ: ୧୦ ହଜାର କଇଁଛଙ୍କ ଗଣ ଅଣ୍ଡାଦାନ

ଗଞ୍ଜାମ,୧୬।୩(ବିଦ୍ୟାଧର ସାହୁ/ଅନାଥ ତରାଇ): ବିଶ୍ୱ ପର୍ଯ୍ୟଟନ ମାନଚିତ୍ରରେ ସାମୁଦ୍ରିକ କଇଁଚଙ୍କ ଏନ୍ତୁଡ଼ିଶାଳ ଭାବେ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଗଞ୍ଜାମ ଜିଲାର ଋଷିକୁଲ୍ୟା ମୁହାଁଣ ସମୁଦ୍ର ବେଳାଭୂମିରେ ଅଲିଭ ରିଡଲେଙ୍କ ସାମୂହିକ ଗଣ ଅଣ୍ଡାଦାନ ପର୍ବ ଆରମ୍ଭ ହୋଇଛି l ଦକ୍ଷିଣା ପବନର ପ୍ରଭାବ ଓ ଅନୁକୂଳ ପାଗ ଯୋଗୁ ଗତ ବଢ଼ି ଭୋର ସମୟରୁ ୧୦ ହଜାର ୨୨୦ ଗୋଟି ଅଲିଭ ରିଡଲେ କଇଁଚ ସମୁଦ୍ରର ନୀଳ ଜଳରାଶି ମଧ୍ୟରୁ ବେଳାଭୁମି ଉପରକୁ ଉଠିଆସି ଗଣ ଅଣ୍ଡାଦାନ କରିଥିବା ବନ ବିଭାଗ ପକ୍ଷରୁ ସୂଚନା ମିଳିଛି।

ବିଶେଷ କରି ଏହି ବିରଳ ପ୍ରଜାତିର କଇଁଚମାନେ ବେଳାଭୂମି ଉପରକୁ ଉଠି ଆସିବା ପରେ ସେମାନଙ୍କ ପଛ ପାର୍ଶ୍ୱରେ ରହିଥିବା ଦୁଇଟି ଗୋଡ଼ ସାହାଯ୍ୟରେ ଗର୍ତ୍ତ କରି ଅଣ୍ଡାଦାନ କରିବା ପରେ ପୁଣି ସେହିସ୍ଥାନକୁ ସେହି ପଛ ପାର୍ଶ୍ୱରେ ରହିଥିବା ଗୋଡ଼ ସାହାଯ୍ୟରେ ଘୋଡାଇ ଦେଇ ନିଜ ଶରୀର ସାହାଯ୍ୟରେ ସେହି ସ୍ଥାନକୁ ବାଡେଇ ଶକ୍ତ କରିଦେବା ପରେ ପୁଣି ସମୁଦ୍ର ମଧ୍ୟକୁ ଗୁରୁଣ୍ଡି ଗୁରୁଣ୍ଡି ଚାଲିଯାଇଥାନ୍ତି l ଗତ ବର୍ଷ ରେକର୍ଡ ସଂଖ୍ୟକ ୬ ଲକ୍ଷ ୯୮ ହଜାର ୭୧୮ ସାମୂହିକ ଅଣ୍ଡାଦାନ ହୋଇଥିବାବେଳେ ଚଳିତବର୍ଷ ମଧ୍ୟ ଗତ ବର୍ଷ ଠାରୁ ଅଧିକ ସଂଖ୍ୟକ ଆମୁହିକ ଅଣ୍ଡାଦାନ ହେବ ବୋଲି ଆଶା କରାଯାଉଛି l
ଗଣ ଅଣ୍ଡାଦାନ ସୂଚନା ପାଇ ପର୍ଯ୍ୟଟକ, ବନ ବିଭାଗ, ପରିବେଶବିତ ଓ଼ ସ୍ଥାନୀୟ ଅଂଚଳବାସୀଙ୍କ ମଧ୍ୟରେ ଆନନ୍ଦର ଲହରି ଖେଳି ଯାଇଛି l ଅନ୍ୟପଟେ ଡିଏଫଓ ସନି ଖୋଖର, ଏସିଏଫ ଦିବ୍ୟ ଶଙ୍କର ବେହେରା ଋଷିକୁଲ୍ୟା ମୁହାଁଣ ସମୁଦ୍ର ବେଳାଭୂମିରେ ପହଞ୍ଚି ସେମାନଙ୍କ ସୁରକ୍ଷା ବ୍ୟବସ୍ଥାକୁ କଡାକଡ଼ି କରିବା ପାଇଁ ବିଭାଗୀୟ ଅଧିକାରୀ ଓ କର୍ମଚାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି l ବେଳାଭୂମି ୫୦ଟି ସେଗମେଣ୍ଟ କରାଯାଇଛି l ପ୍ରତି ସେଗମେଣ୍ଟ ଦୁଇ ଜଣ କରି ୧୨ ଘଣ୍ଟା ପରେ ଆଉ ଦୁଇଜଣ ଏପରିକି ୨୦୦ ଜଣ ଲୋକଙ୍କୁ ମୁତୟନ କରାଯାଇଥିବା ବନ ବିଭାଗ ପକ୍ଷରୁ କୁହାଯାଇଛି l

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ମୃତଦେହ ନେଇ ଶ୍ମଶାନ ଯାଉଥିବା ବେଳେ ବଡ଼ ଅଘଟଣ: ଟ୍ରକ୍ ଧକ୍କା ଦେଇ ଘୋଷାଡ଼ି ନେଲା, ୫ ଗୁରୁତରଙ୍କୁ ବିଧାୟକ ନିଜ ଗାଡ଼ିରେ…

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି – ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ପୋଡ଼ାମାରି ନିକଟସ୍ଥ ରାଜନାପଲ୍ଲୀ ଗ୍ରାମ ମୁଖ୍ୟରାସ୍ତାରେ ମଙ୍ଗଳବାର ସନ୍ଧ୍ୟା ପ୍ରାୟ ସାଢ଼େ ୭ଟାରେ…

କାମ କରୁ କରୁ ଚାଲିଗଲା ଜୀବନ: ବିଦ୍ୟୁତ୍ ସଂସ୍ପର୍ଶରେ ଆସି ୨୭ ବର୍ଷୀୟା ମହିଳା ଶ୍ରମିକଙ୍କ ମୃତ୍ୟୁ

ଦାରିଙ୍ଗବାଡ଼ି,୧୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ବୁର୍ଜୁବାଡ଼ି ବିଦ୍ୟାଳୟ ସମ୍ମୁଖରେ ଏକ ନିର୍ମାଣାଧୀନ କୋଠାରେ ବିଦ୍ୟୁତ୍ ଆଘାତ ଲାଗି ଜଣେ ମହିଳା ଶ୍ରମିକଙ୍କ…

UPI ପେମେଣ୍ଟ ଉପରେ ନୂଆ ଚାର୍ଜ: ୫୦୦୦ରେ ୨୦ ଓ ୧୦,୦୦୦ରେ କଟିବ ୪୦ ଟଙ୍କା, ଜାଣନ୍ତୁ…

ନୂଆଦିଲ୍‌ଲୀ,୧୫।୯: ଡିଜିଟାଲ କାରବାର ଉପରେ ଶୁଳ୍କ ଲାଗୁ ନେଇ ବିରୋଧ ମଧ୍ୟରେ ସରକାର UPI ଉପରେ ମର୍ଚାଣ୍ଟ ଡିସକାଉଣ୍ଟ ରେଟ (MDR)କୁ ନେଇ ଏକ ନୂଆ ନିଷ୍ପତ୍ତି…

ଯୌତୁକ ନିର୍ଯ୍ୟାତନା ପରେ ସ୍ତ୍ରୀ ବାପ ଘରେ, ଏବେ ଅନ୍ୟ ଯୁବତୀଙ୍କୁ ନେଇ ସ୍ୱାମୀ ଫେରାର, ଥାନାରେ…

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ସାନଖେମୁଣ୍ଡି ବ୍ଲକ୍ ଡେଙ୍ଗାଓସ୍ତା ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଅଧିକ ଯୌତୁକ ପାଇଁ…

ଆଇସିସି ମହିଳା ଟି୨୦ ପ୍ଲେୟର ର଼୍ୟାଙ୍କିଙ୍ଗ: ପ୍ରଥମ, ଦ୍ୱିତୀୟ ସ୍ଥାନରେ ଭାରତୀୟ ଖେଳାଳି, ଜାଣନ୍ତୁ…

ତାଲିକାରେ ଦୁବାଇ, ୧୫ା୯: ଭାରତ ସ୍ପିନର ଶ୍ରୀ ଚରଣୀ କ୍ୟାରିୟର ଶ୍ରେଷ୍ଠ ରେଟିଂ ପଏଣ୍ଟ ସହ ସଦ୍ୟ ପ୍ରକାଶିତ ଆଇସିସି ମହିଳା ଅନ୍ତର୍ଜାତୀୟ ଟି୨୦ ପ୍ଲେୟର ର଼୍ୟାଙ୍କିଙ୍ଗ…

ସେପ୍ଟେମ୍ୱର ୧୬ ସକାଳ ୯ଟାରେ ୫ ରାଶିଙ୍କ ଖୋଲିବ ଭାଗ୍ୟ; ପାଇବେ ପ୍ରଚୁର ଧନ, ଚାକିରିରେ ବଡ଼ ଅଫର୍‌

୧୬ ସେପ୍ଟେମ୍ୱର, ୨୦୨୬ ହେଉଛି ଭାଦ୍ରବ ମାସ ଶୁକ୍ଳ ପକ୍ଷର ପଞ୍ଚମୀ ତିଥି ଏବଂ ବୁଧବାର। ଏହା ସହିତ ଏହା ଦ୍ୱିତୀୟ ଚାତୁର୍ମାସ୍ୟର ୨୪ତମ ଦିନ। ଏହି…

ରାତି ଗୋଟାଏରେ ଭାଙ୍ଗିଥିଲେ ତାଲା, ବାଜିଲା ସାଇରନ୍! ୟୁନିୟନ ବ୍ୟାଙ୍କରୁ ବଡ଼ ଡକାୟତି ପଣ୍ଡ, ୭ ଡକାୟତ…

ବୈଶିଙ୍ଗା,୧୫।୯ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମାନଗୋବିନ୍ଦପୁରଠାରେ ଥିବା ୟୁନିୟନ ବ୍ୟାଙ୍କରୁ ଏକ ବଡ଼ ଡକାୟତି ଯୋଜନା ପଣ୍ଡ ହୋଇଯାଇଛି। ବ୍ୟାଙ୍କରେ ଲାଗିଥିବା…

ଆଉ ମାଗଣା ନୁହେଁ UPI! ₹୨୦୦୦ ରୁ ଅଧିକ ଦେଣନେଣ ଉପରେ ଲାଗିବ ଚାର୍ଜ, ନୂଆ ନିୟମ ଜାରି କଲେ ସରକାର…

ନୂଆଦିଲ୍ଲୀ,୧୫।୯: ୟୁପିଆଇ (UPI) ଦେଣନେଣକୁ ନେଇ ସୃଷ୍ଟି ହୋଇଥିବା ଦ୍ୱନ୍ଦ୍ୱ ଉପରେ ସରକାର ପୂର୍ଣ୍ଣଚ୍ଛେଦ ପକାଇଛନ୍ତି। ସରକାରଙ୍କ ଦ୍ୱାରା ଜାରି ନୂଆ ବିଜ୍ଞପ୍ତି ଅନୁଯାୟୀ, ଅକ୍ଟୋବର ୧୫ରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?