ଋଷିକୂଲ୍ୟା ମୁହାଁଣରେ ଅଲିଭ ରିଡଲେଙ୍କ ସମାଗମ, କଡ଼ାକଡ଼ି ହେଲା ପାଟ୍ରୋଲିଂ, ଖୁବ୍‌ଶୀଘ୍ର…

ଗଞ୍ଜାମ,୧୮।୧୧(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଋଷିକୁଲ୍ୟା ମୁହାଁଣରେ ବିରଳ ପ୍ରଜାତିର ସାମୁଦ୍ରିକ କଇଁଚ ଅଲିଭ ରିଡଲେ କଇଁଚ ମାନଙ୍କ ଧୀରେ ଧୀରେ ସମାଗମ ହୋଇଥିବା ଜଣାପଡ଼ିଛି । ମଙ୍ଗଳବାର ସାମୁଦ୍ରିକ କଇଁଚଙ୍କ ସୁରକ୍ଷା ନେଇ ସ୍ଥାନୀୟ ବନ ବିଭାଗ ପକ୍ଷରୁ ଋଷିକୁଲ୍ୟା ନଦୀ ଠାରୁ ପ୍ରୟାଗି ପର୍ଯ୍ୟନ୍ତ ପେଟ୍ରୋଲିଙ୍ଗ କରାଯାଉଥିବା ବେଳେ ସମୁଦ୍ରର ନୀଳଜଳ ରାଶି ମଧ୍ୟରେ ଅଲିଭ ରିଡଲେ ଜଳକ୍ରୀଡ଼ା କରୁଥିବା ଦେଖିବାକୁ ମିଳିଥିବା ବନ ବିଭାଗ ପକ୍ଷରୁ କୁହାଯାଇଛି। ଆଗାମୀ ଦିନରେ ଲକ୍ଷ ଲକ୍ଷ ସଂଖ୍ୟାରେ ସାମୁଦ୍ରିକ କଇଁଚ ଋଷିକୁଲ୍ୟା ମୁହାଁଣରେ ସମାଗମ ହେବା ସହ ମିଳନ ପ୍ରକ୍ରିୟା ଖୁବଶୀଘ୍ର ଆରମ୍ଭ ହେବ ବୋଲି ସୂଚନା ମିଳିଛି । ଅନ୍ୟପଟେ ଚଳିତ ବର୍ଷ ଅଧିକ ସଂଖ୍ୟକ କଇଁଛଙ୍କ ଗଣ ଅଣ୍ଡାଦାନ ହେବ ବୋଲି ପରିବେଶବିତମାନେ ପୂର୍ବାନୁମାନ କରିଛନ୍ତି l ନଭେମ୍ବର ପ୍ରଥମ ସପ୍ତାହରୁ ମେ ’ମାସ ପର୍ଯ୍ୟନ୍ତ ଋଷିକୁଲ୍ୟା ମୁହାଁଣ ଅଞ୍ଚଳରେ ନୋ ଫିସିଙ୍ଗ ଜୋନ ଭାବେ ବନ ବିଭାଗ ପକ୍ଷରୁ ପୂର୍ବରୁ ଘୋଷଣା କରି ସାରିଥିବା ବେଳେ ସ୍ଥାନୀୟ ଅଞ୍ଚଳରେ ରହିଥିବା ବିଭିନ୍ନ ମତ୍ସ୍ୟଜୀବି ଗ୍ରାମ ମାନଙ୍କରେ ଅଲିଭ ରିଡଲେଙ୍କ ସୁରକ୍ଷା ନେଇ ସଚେତନତା ଜାରି ରହିଛି ବୋଲି ବନ ବିଭାଗ ପକ୍ଷରୁ କୁହା ଯାଇଛି । ସୃଷ୍ଟି କରାଯାଉଛି । ଏଥିସହ କଇଁଛଙ୍କ ସୁରକ୍ଷା ନିମନ୍ତେ ବନ ବିଭାଗ ପକ୍ଷରୁ ବେରିକେଟ ନିର୍ମାଣ ସହ ସମୁଦ୍ର ବେଳାଭୂମି ସଫେଇ କାର୍ଯ୍ୟ ଜାରି ରହିଥିବା ଦେଖିବାକୁ ମିଳିଛି ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀରେ ବୁଡ଼ି ଚାଲିଗଲା ୨ ନାବାଳିକାଙ୍କ ଜୀବନ

ଉଦଳା,୭।୩: ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ନଥିପୁର ଗାଁରେ ଶନିବାର ଏକ ଅଘଟଣ ଘଟିଛି। ପୋଖରୀରେ ବୁଡ଼ି ୨ ନାବାଳିକାଙ୍କ ମୃତ୍ୟୁ ଘଟିଛି। ଦୁଇ ନାବାଳିକାଙ୍କୁ ହରାଇ…

ପଟ୍ଟାଙ୍ଗିରେ ପହଞ୍ଚିଲା ଲୋକ ଅଧିକାର ଯାତ୍ରା : ବଞ୍ଚିବା ପାଇଁ ଲଢେଇ କର

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ଭରି ରହିଥିବା ବକ୍ସାଇଟ ଖଣି, ପାହାଡ଼ ତଥା ପ୍ରାକୃତିକ ସମ୍ପଦର ସୁରକ୍ଷା ପାଇଁ ବାହାରିଥିବା ଲୋକ ଅଧିକାର ଯାତ୍ରା ଶନିବାର କୋରାପୁଟ…

ବିପଦକୁ ଡାକୁଛି ମୁକୁଳା ଟ୍ରାନ୍ସଫର୍ମର: ବାଡ଼ବନ୍ଦୀ କରିବାକୁ ଦାବି

ବୁଗୁଡ଼ା,୭ା୩ (କାଳିଚରଣ ଦାଶ): ଖୋଲାମେଲାରେ ରହିଛି ବିଦ୍ୟୁତ୍‌ ଟ୍ରାନ୍ସଫର୍ମର, ଯାହ ବିପଦକୁ ହାତ ଠାରି ଡାକୁଛି । ଏମିତି ଏକ ଦୃଶ୍ୟ ଦେଖିବାକୁ ମିଳିଛି ବୁଗୁଡ଼ା ବ୍ଲକ…

ଶ୍ରୀରାମକୃଷ୍ଣ ବିଦ୍ୟାମନ୍ଦିରରେ +୨ ଖୋଲିବାକୁ CBSEର ଅନୁମତି

କୋରାପୁଟ,୭ା୩(ଅମିତାଭ ବେହେରା): କୋରାପୁଟସ୍ଥିତ ଶ୍ରୀରାମକୃଷ୍ଣ ବିଦ୍ୟାମନ୍ଦିରରେ ଯୁକ୍ତ୨ ଶ୍ରେଣୀ ଖୋଲିବା ପାଇଁ CBSE ପକ୍ଷରୁ ଅନୁମତି ମିଳିଛି। ସିବିଏସ୍‌ଇ ବୋର୍ଡର ନିୟମାନୁଯାୟୀ ଏହି ବିଦ୍ୟାଳୟ ସମସ୍ତ ଆବଶ୍ୟକ…

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri