ଅଲିଭ୍‌ ରିଡ୍‌ଲେଙ୍କ ଗଣଅଣ୍ଡାଦାନ ଆରମ୍ଭ

ଗଞ୍ଜାମ,୨୮ା୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ପାଳିବନ୍ଧ ପଞ୍ଚାୟତ ପୁରୁଣାବନ୍ଧ ନିକଟସ୍ଥ ରୁଷିକୂଲ୍ୟା ମୁହାଣରେ ସାମୁଦ୍ରିକ କଇଁଛଙ୍କ ଗଣଅଣ୍ଡାଦାନ ପର୍ବ ଆରମ୍ଭ ହୋଇଛି। ଚଳିତ ବର୍ଷ ପ୍ରଥମ ପର୍ଯ୍ୟାୟରେ ୪୦,୫୩୩ ସାମୁଦ୍ରିକ କଇଁଛ ସମୁଦ୍ରର ନୀଳ ଜଳରାଶିରୁ ଉଠିଆସି ବେଳାଭୂମିର ବାଲୁକା ରାଶିରେ ଗଣଅଣ୍ଡାଦାନ କରିଥିବା ଡିଏଫ୍‌ଓ ଅମ୍ଳାନ କୁମାର ନାୟକ ସୂଚନା ଦେଇଛନ୍ତି। ଶନିବାର ବିଳମ୍ବିତ ରାତ୍ରରୁ ରବିବାର ସକାଳ ୮ଟା ମଧ୍ୟରେ ଗୋଖରକୁଦା ଗ୍ରାମଠାରୁ ପୋଡମ୍‌ପେଟା ଗ୍ରାମ ରୁଷିକୂଲ୍ୟା ନଦୀ ଓ ସମୁଦ୍ର ମଧ୍ୟରେ ସୃଷ୍ଟି ହୋଇଥିବା ଆୟର୍ଲାଣ୍ଡ ମଧ୍ୟରେ ଗଣଅଣ୍ଡାଦାନ ହୋଇଥିବା ବନ ବିଭାଗ ପକ୍ଷରୁ ସୂଚନା ମିଳିଛି। ଡିଏଫ୍‌ଓ ନାୟକଙ୍କ ନିର୍ଦ୍ଦେଶକ୍ରମେ ଖଲ୍ଲିକୋଟ ରେଞ୍ଜର ସିଦ୍ଧାର୍ଥ ଶଙ୍କର ସ୍ବାଇଁ ଓ ରମ୍ଭା ଫରେଷ୍ଟର ଅବିନାଶ ଚୌଧୁରୀଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ବନ ବିଭାଗ ଟିମ୍‌ ଓ ସ୍ଥାନୀୟ ଅଞ୍ଚଳବାସୀଙ୍କ ସହଯୋଗରେ ସାମୁଦ୍ରିକ କଇଁଛଙ୍କ ସୁରକ୍ଷା ଓ ଗଣତି ବ୍ୟବସ୍ଥା କରାଯାଉଛି। କଇଁଛଙ୍କ ସୁରକ୍ଷା ଦୃଷ୍ଟିରୁ ବେଳାଭୂମିରେ ୫୦ଟି ସେଗ୍‌ମେଣ୍ଟ କରାଯାଇଛି। ଗୋଟିଏ ଗୋଟିଏ ସେଗ୍‌ମେଣ୍ଟରେ ଦୁଇଜଣ ଲେଖାଏ ବ୍ୟକ୍ତି ଏପରିକି ୧୦୦ ବ୍ୟକ୍ତିଙ୍କୁ ମୁତୟନ କରାଯାଇଥିବା ବିଭାଗ ପକ୍ଷରୁ ସୂଚନା ମିଳିଛି। ଗଞ୍ଜାମ ଜିଲାର ରୁଷିକୂଲ୍ୟା ମୁହାଣ, କେନ୍ଦ୍ରାପଡା ଜିଲା ଅନ୍ତର୍ଗତ ରାଜନଗର ବ୍ଲକର ଗହୀରମଥା ଓ ପୁରୀ ଜିଲାର ଦେବୀ ମୁହାଣ ଏହି ତିନୋଟି ସ୍ଥାନକୁ ସେମାନଙ୍କ ପ୍ରଜଜନ ସ୍ଥଳ ଭାବେ ବାଛି ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରନ୍ଧନ ଗ୍ୟାସ ସିଲିଣ୍ଡର ପିଛା ନେଉଥିଲେ ୩୦୦୦ ଟଙ୍କା, ଯୋଗାଣ ବିଭାଗର ଚଢ଼ାଉ, ଜବତ ହେଲା ୪୧…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲାରେ ରନ୍ଧନ ଗ୍ୟାସର କୃତ୍ରିମ ଅଭାବ ସୃଷ୍ଟି କରି ଚଢ଼ା ଦରରେ ବିକ୍ରି କରୁଥିବା ଅଭିଯୋଗରେ ଯୋଗାଣ ବିଭାଗ…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri