ଋଷିକୂଲ୍ୟା ମୁହାଣରେ ଅଲିଭ୍‌ ରିଡ୍‌ଲେଙ୍କ ଗଣଅଣ୍ଡାଦାନ

ଗଞ୍ଜାମ,୨୩ା୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଣାବନ୍ଧ ଗ୍ରାମ ନିକଟସ୍ଥ ଋଷିକୂଲ୍ୟା ମୁହାଣ ବେଳାଭୂମିରେ ଅଲିଭ୍‌ ରିଡ୍‌ଲେ କଇଁଛଙ୍କ ଗଣଅଣ୍ଡାଦାନ ପ୍ରକ୍ରିୟା ଗୁରୁବାର ଆରମ୍ଭ ହୋଇଛି। ପୂର୍ବରୁ ଦୀର୍ଘ ୭ ବର୍ଷ ପରେ ଚଳିତ ବର୍ଷ ଏହି ଅଲିଭ ରିଡ୍‌ଲେ କଇଁଛମାନେ ଦିନବେଳା (ଦିନରେ ) ଗଣ ଅଣ୍ଡାଦାନ କରିଥିବା ଦେଖିବାକୁ ମିଳିଛି। ଗୁରୁବାର ଏହି ପ୍ରକ୍ରିୟା ଆହୁରି ତିନି ସପ୍ତାହ ଧରି ଚାଲିବ ବୋଲି ପରିବେଶବିତ୍‌ ରବୀନ୍ଦ୍ର କୁମାର ସାହୁ କହିଛନ୍ତି। ପୂର୍ବ ବର୍ଷ ଅପେକ୍ଷା ଚଳିତବର୍ଷ ଏକ ମାସ ବିଳମ୍ବରେ ଅଣ୍ଡାଦାନ ଆରମ୍ଭ ହୋଇଥିବା ସେ କହିଛନ୍ତି। କଇଁଛଙ୍କ ଅଣ୍ଡାକୁ ସୁରକ୍ଷା ଦେବା ପାଇଁ ସମୁଦ୍ର ବେଳାଭୂମିଠାରୁ ୫ କିଲୋମିଟର ପର୍ଯ୍ୟନ୍ତ ବ୍ୟାରିକେଟ ନିର୍ମାଣ କରାଯାଇଛି। ଅଣ୍ଡା ଦେବାର ୬୦ ଦିନ ପରେ ଅଣ୍ଡାରୁ ଛୁଆ ବାହାରି ସମୁଦ୍ର ମଧ୍ୟକୁ ଚାଲିଯିବେ ବୋଲି ବନ ବିଭାଗ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ୨ ମୃତ: ରାସ୍ତାରେ ମୃତଦେହ ରଖି କ୍ଷତିପୂରଣ ଦାବି କଲେ

ଗୋପାଳପୁର,୧୮।୪(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା କନିସି-ତୁଳୁ ରାସ୍ତା ମଝିରେ ବୁଧବାର ବାଇକ ମୁହାଁମୁହିଁ ଧକ୍କା ହୋଇ ଦୁଇଜଣଙ୍କ ମୃତ୍ୟୁ ଘଟିଥିଲା l ମୃତକମାନେ ହେଲେ...

ସୂଚନା ଅଧିକାରୀଙ୍କୁ ୨୫ ହଜାର ଟଙ୍କା ଜୋରିମନା

ହାଟଡିହୀ,୧୮l୪(ଶୁଭକାନ୍ତ ନାୟକ): ଓଡିଶା ସୂଚନା କମିଶନଙ୍କ ତରଫରୁ ଏକ ମାମଲା ବିଚାର କରି କମିଶନର ବି.କେ. ମହାପାତ୍ର କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଜନ ସୂଚନା...

ବିଜେଡିର ବଢୁଛି ବଳ: ଦଳରେ ସାମିଲ ହେଲେ ଅନେକ କଂଗ୍ରେସ-ଭାଜପା କର୍ମୀ

ଦାରିଙ୍ଗବାଡି, ୧୮।୪ (ଅରୁଣ ସାହୁ): ଜି. ଉଦୟଗିରି ନିର୍ବାଚନ ମଣ୍ଡଳୀରେ ବିଜେଡି ଦଳର ଦିନକୁ ଦିନ ବଳ ବୃଦ୍ଧି ହେବାରେ ଲାଗିଛି। ଗତ ସପ୍ତାହରେ ଦାରିଙ୍ଗବାଡିଠାରେ...

ଭିଆର୍‌ଏସ୍‌ ନେଲେ ଆଇପିଏସ୍‌ ସଞ୍ଜୟ ସିଂ

ଭୁବନେଶ୍ୱର,୧୮।୪: ଓଡ଼ିଶା କ୍ୟାଡର ଆଇପିଏସ୍‌ ସଞ୍ଜୟ ସିଂ ଭିଆରଏସ୍‌ ଘୋଷଣା କରିଛନ୍ତି। ୧୯୯୬ ବ୍ୟାଚ୍‌ ଆଇପିଏସ୍‌ ସଞ୍ଜୟ ସିଂଙ୍କୁ ଭିଆରଏସ୍‌ ଆବେଦନକୁ ରାଜ୍ୟ ଗୃହ ବିଭାଗ...

ନାହିଁ ମୌଳିକ ସୁବିଧା, ଭୋଟ ବର୍ଜନ କରିବେ ୬୦ ପରିବାର

ବାଲିଗୁଡା ,୧୮/୦୪:(ସଞ୍ଜୟ କୁମାର ପାଣିଗ୍ରାହୀ ): ନିର୍ବାଚନ ସମୟରେ ରାଜନୈତିକ ଦଳମାନେ ଲୋକଙ୍କ ନିକଟରେ କିଭଳି ମୌଳିକ ସୁବିଧା ହାତ ପାହନ୍ତାରେ ଉପଲବ୍ଧ ହେବ ସେଥି...

ଓଡ଼ିଶାବାସୀଙ୍କ ମତାମତ ଲୋଡ଼ିଲେ ପାଣ୍ଡିଆନ୍‌, କଲେ ଏଭଳି ଅପିଲ୍‌

ଭୁବନେଶ୍ୱର୧୮।୪: ଆଗାମୀ ସାଧାରଣ ନିର୍ବାଚନକୁ ନେଇ ବିଜେଡିର ନିର୍ବାଚନୀ ଇସ୍ତାହାର ପ୍ରକାଶ ପାଇବ। ଏହା ର୍ପୂବରୁ ଲୋକଙ୍କ ମତାମତ ଲୋଡିଛି ବିଜେଡି। ୫-ଟି ଅଧ୍ୟକ୍ଷ କାର୍ତ୍ତିକ...

ଓଡ଼ିଶାରେ ୩୭ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଦେଲା ଏଏପି, ଜାଣନ୍ତୁ କେଉଁଠୁ କିଏ ପାଇଲେ…

ଭୁବନେଶ୍ୱର,୧୮।୪: ଓଡ଼ିଶାରେ ଆମ ଆଦମୀ ପାର୍ଟି(ଏଏପି) ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି। ପ୍ରଥମ ପର୍ଯ୍ୟାୟରେ ଦଳ ରାଜ୍ୟର ୩୭ ବିଧାନସଭା ଆସନ ଲାଗି ପ୍ରାର୍ଥୀ...

ସମ୍ବଲପୁରରେ ସରଗରମ ହେଉଛି ରାଜନୀତି, ଧର୍ମେନ୍ଦ୍ରଙ୍କୁ ସିଧା ଟାର୍ଗେଟ କଲେ ବବି ଦାସ

ସମ୍ବଲପୁର,୧୮।୪: ନିର୍ବାଚନ ଯେତିକି ପାଖେଇ ଆସୁଛି ସେତିକି ସରଗରମ ହେଉଛି ରାଜ୍ୟ ରାଜନୀତି। ଏହାରି ଭିତରେ ରାଜ୍ୟର ହେଭିଓ୍ବେଟ ଲଢେଇ ହେବାକୁ ଯାଉଥିବା ସମ୍ବଊପୁରରେ ଏବେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri