ଗହୀରମଥାରେ ଅଲିଭ ରିଡ୍‌ଲେଙ୍କ ମିଳନ

ମହାକାଳପଡ଼ା, ୧୬।୧ (ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ ଜଳରାଶିରେ ବିରଳ ଅଲିଭ ରିଡ୍‌ଲେ କଇଁଛମାନଙ୍କ ମିଳନ ଆରମ୍ଭ ହୋଇଥିବା ଶୁକ୍ରବାର ଦେଖିବାକୁ ମିଳିଛି। ବିଶେଷକରି ଏହି ସମୟରେ ସୁରକ୍ଷିତ ଅଭୟାରଣ୍ୟର ମାଦଲି, ଅଗରନାସୀ, ଲଞ୍ଚ ଘୋଲା, ଷୋଳମୁହାଣ, ହୁକିଟୋଲା ସଂଲଗ୍ନ ଅନତି ଦୂରରେ କଇଁଛମାନଙ୍କ ଜଳରେ ମିଳନ ଦୃଶ୍ୟ ଦେଖିବାକୁ ମିଳିଥାଏ। ବଙ୍ଗୋପସାଗର ଉପକୂଳରେ ବିସ୍ତୀର୍ଣ୍ଣ ବାଲୁକା ଶଯ୍ୟା, ଉଷ୍ମ ତାପମାତ୍ରା ଓ ପରିବେଶ ଅନୁକୂଳ ଯୋଗୁ ଅଲିଭ ରିଡ୍‌ଲେ କଇଁଛମାନଙ୍କ ସୁରକ୍ଷିତ ଗଣ ଅଣ୍ଡାଦାନ କରିଥାନ୍ତି। ଏହି ନିଷିଦ୍ଧାଞ୍ଚଳରେ ବେଆଇନ ମାଛଧରା, ଟ୍ରଲର, ବୋଟ ପ୍ରବେଶ କରି ସହ ଗାଞ୍ଜ ଜାଲରେ ପଡି କଇଁଛଙ୍କ ମୃତ୍ୟୁ ହେଉଛି। ସେଥିପାଇଁ ବନ ବିଭାଗ ପକ୍ଷରୁ କଡାକଡି ପାଟ୍ରୋଲିଂ କରାଯାଉଥିଲେ ମଧ୍ୟ ମତ୍ସ୍ୟଜୀବୀ ପ୍ରବେଶ କରି ପ୍ରଚୁର ମାଛ ମାରୁଛନ୍ତି। ପରେ ବନ ବିଭାଗ ଦ୍ୱରା ମତ୍ସ୍ୟଜୀବୀ ଧରାପଡି କୋର୍ଟ ଚାଲାଣ ହୋଇଥାନ୍ତି। ବିରଳ ପ୍ରଜାତିର ସାମୁଦ୍ରିକ ଅଲିଭରିଡଲେ କଇଁଛ ବିଦେଶୀ ଅତିଥିଙ୍କ ବଂଶ ବିସ୍ତାର ପାଇଁ ବନବିଭାଗ ପକ୍ଷରୁ ସଜାଗ ରହିବାକୁ ସାଧାରଣରେ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ: ହତ୍ୟା କରି ଦିଆଯାଉଛି ଦୁର୍ଘଟଣାର ରୂପ

ନୂଆପଡ଼ା,୫।୭ (ମକାରୁ ବେମାଲ): ନୂଆପଡ଼ା ସଦର ବ୍ଲକ କୋଟେନଚୁଆ ପଞ୍ଚାୟତ ତିଲେଇଝର ଗାଁରେ ଶୁକ୍ରବାର ରାତିରେ ଜଣେ ଯୁବକଙ୍କ ଟ୍ରାକ୍ଟରରୁ ପଡି ମୃତ୍ୟୁ ଘଟିଥିବା ଖରିଆର ରୋଡ…

ପୋଡ଼ମପେଟା ପରେ ଏବେ ଆର୍ଯ୍ୟପଲ୍ଲୀ: କୂଳ ଲଙ୍ଘୁଛି ସମୁଦ୍ର, ଚିନ୍ତାରେ ମତ୍ସ୍ୟଜୀବୀ ସମ୍ପ୍ରଦାୟ

ଛତ୍ରପୁର, ୫।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ସମୁଦ୍ର କୂଳ କ୍ଷୟକୁ ନେଇ ଚିନ୍ତା ବଢ଼ିବାରେ ଲାଗିଛି। ପୋଡ଼ମପେଟା ସମେତ ବିଭିନ୍ନ ଉପକୂଳବର୍ତ୍ତୀ ଅଞ୍ଚଳରେ ସମୁଦ୍ର କୂଳ…

ନୈତିକ ଦୁର୍ବଳତାର ପ୍ରତୀକ

ଚୌହାନ ଚଳଚ୍ଚିତ୍ରର ଟିଜର ହେଉଛି ସଂଖ୍ୟାବହୁଳବାଦ ସମ୍ପର୍କରେ ପ୍ରଚାର କରୁଥିବା ସିନେମାଗୁଡ଼ିକ ମଧ୍ୟରେ ଏକ ସଦ୍ୟତମ ଦୃଷ୍ଟାନ୍ତ। ଏଥିରେ କୁହାଯାଇଛି ଯେ, ଲୁହବୁହା ଗ୍ୟାସ୍‌ର ପ୍ରଭାବ ନାହିଁ।…

ଇଂଲଣ୍ଡକୁ ଜିତାଇଲେ ବେଥେଲ, ୧-୦ରେ ସିରିଜ୍‌ ଆଗୁଆ

ମାଞ୍ଚେଷ୍ଟର,୪ା୭: ଜେକବ ବେଥେଲଙ୍କ ଅପରାଜିତ ଅର୍ଦ୍ଧଶତକୀୟ ପାଳି ବଳରେ ଶନିବାର ଖେଳାଯାଇଥିବା ଦ୍ୱିତୀୟ ଟି୨୦ ମ୍ୟାଚ୍‌ରେ ଇଂଲଣ୍ଡ ୪ ଉଇକେଟରେ ଭାରତକୁ ପରାସ୍ତ କରିଛି। ସିରିଜ୍‌ର ପ୍ରଥମ…

ଦେଶୀ, ବିଦେଶୀ ମଦ ଜବତ, ମହିଳାଙ୍କ ସମେତ ଅନ୍ୟ ଜଣେ ଅଭିଯୁକ୍ତ ଗିରଫ

ଦିଗପହଣ୍ଡି,୪ା୭(ଅଶେଷ ନାଥ ମିଶ୍ର): ଦେଶୀ ଓ ବିଦେଶୀ ମଦ କାରବାର ଅଭିଯୋଗରେ ପୋଲିସ ଜଣେ ମହିଳା ଓ ଜଣେ ପୁରୁଷଙ୍କୁ ଗିରଫ କରିଛି। ସେମାନେ ହେଲେ ସାନୁ…

ବଦ୍ରିନାଥ, କେଦାରନାଥ ମନ୍ଦିରରୁ ଦାନ ଟଙ୍କା ଚୋରି ଅଭିଯୋଗ

ଡେରାଡୁନ୍‌,୪ା୭, ଅଯୋଧ୍ୟା ରାମମନ୍ଦିରରୁ ବହୁ କୋଟି ଟଙ୍କାର ଦାନ ଚୋରି ଘଟଣା ସାରା ଦେଶରେ ଆଲୋଡ଼ନ ସୃଷ୍ଟି କରିଥିବାବେଳେ ଏବେ ଉତ୍ତରାଖଣ୍ଡର ବଦ୍ରିନାଥ ଓ କେଦାରନାଥ ମନ୍ଦିରରେ…

ବୀରମହାରାଜପୁର ପ୍ରବଳ ବର୍ଷା, ପୂର୍ବତନ ସରପଞ୍ଚଙ୍କ ଘରେ ପସିଲା ପାଣି

ବୀରମହାରାଜପୁର,୪।୭(ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଅଞ୍ଚଳର ଶନିବାର ସାରୁ ତୁହାକୁ ତୁହା ବର୍ଷା ଲାଗି ରହିଛି। ଫଳରେ ଜନ ଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ପ୍ରବଳ…

ଦଶମନ୍ତପୁରରେ ରେକର୍ଡ ଭାଙ୍ଗିଲା ବର୍ଷା

କୋରାପୁଟ/ନନ୍ଦପୁର,୪ା୭(ଅମିତାଭ ବେହେରା/ତୁଷାରକାନ୍ତ ମହାନ୍ତି)-କୋରାପୁଟ ଜିଲାରେ ଲଗାଣ ବର୍ଷା ଜାରି ରହିଛି। ବର୍ଷା ଯୋଗୁ ସହରର ମିଶନ କମ୍ପାଉଣ୍ଡ ଛକରେ ଗଛ ପଡ଼ି ୨୬ ନଂ. ଜାତୀୟ ରାଜପଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri