ଅଲିଭ୍‌ ରିଡ୍‌ଲେଙ୍କ ସୁରକ୍ଷା ଚିନ୍ତା

କେନ୍ଦ୍ରାପଡ଼ା ଅଫିସ,୧ା୧୧: ବିରଳ ଅଲିଭ୍‌ ରିଡ୍‌ଲେ କଇଁଛ ସୁରକ୍ଷା ପାଇଁ ବିଶ୍ୱ ପ୍ରସିଦ୍ଧ ଗହୀରମଥା ସାମୁଦ୍ରିକ ଅଞ୍ଚଳରେ ନଭେମ୍ବର ୧ ରବିବାରଠାରୁ କଟକଣା ଆରମ୍ଭ ହେଉଛି। ଏହି କଟକଣା ଆଗାମୀ ୭ ମାସ ଅର୍ଥାତ୍‌ ମେ ୩୧ ପର୍ଯ୍ୟନ୍ତ ବଳବତ୍ତର ରହିବ। ଏହି ସମୟରେ ସମୁଦ୍ର ତଟାଞ୍ଚଳରୁ ୨୦ କିଲୋମିଟର ଦୂର ପର୍ଯ୍ୟନ୍ତ ମାଛଧରା ବନ୍ଦ ସହିତ ଅନ୍ୟ କେତେକ କଟକଣା କାର୍ଯ୍ୟକାରୀ ହେବ। ଏ ନେଇ ବନ ବିଭାଗ ପ୍ରସ୍ତୁତ ଥିବା ପ୍ରକାଶ କରିଥିଲେ ମଧ୍ୟ ଭାରତୀୟ ବନ୍ୟପ୍ରାଣୀ ସୁରକ୍ଷା ଅଧିନିୟମ ୧୯୭୨ ସିଡ୍ୟୁଲ ୧ରେ ଥିବା ଏହି ଜୀବର ସୁରକ୍ଷାକୁ ନେଇ ପରିବେଶବିତ୍‌ ଓ ବୁଦ୍ଧିଜୀବୀମାନେ ଉଦ୍‌ବେଗ ପ୍ରକାଶ କରିଛନ୍ତି। ବନ ବିଭାଗର ସ୍ପିଡ୍‌ ବୋଟ୍‌ ଅଚଳ, ସାମୁଦ୍ରିକ ଥାନାରେ କର୍ମଚାରୀଙ୍କ ଅଭାବ, ସମୁଦ୍ର ତଟରକ୍ଷା ବାହିନୀ ସହିତ ଭାବ ବିନିମୟରେ ଅଭାବ ଆଦି ବେଆଇନ ପ୍ରବେଶକୁ ସୁଯୋଗ ଦେବ। ସେହିପରି ତଟକ୍ଷୟ ଯୋଗୁ ପ୍ରଜନନ ସ୍ଥଳ କମିବା, ନିକଟସ୍ଥ ହୁଇଲର ଦ୍ୱୀପରୁ ବାରମ୍ବାର କ୍ଷେପଣାସ୍ତ୍ର ପରୀକ୍ଷଣ ହେବା ଅଲିଭ୍‌ ରିଡ୍‌ଲେଙ୍କ ପ୍ରଜନନକୁ ପ୍ରଭାବିତ କରିବ ବୋଲି ସେମାନେ ଆଶଙ୍କା ପ୍ରକଟ କରିଛନ୍ତି।
ବୁଦ୍ଧିଜୀବୀ ଗଣେଶ ଚନ୍ଦ୍ର ସାମଲ, ଜଗନ୍ନାଥ ଦାସ, ଦୋଳଗୋବିନ୍ଦ ଜେନା, ପରିବେଶବିତ୍‌ ହେମନ୍ତ କୁମାର ରାଉତ, ଅଶୋକ କୁମାର ସ୍ବାଇଁ ପ୍ରମୁଖ କହିଛନ୍ତି, ପ୍ରତିବର୍ଷ ୪ରୁ ୫ ଲକ୍ଷ ପର୍ଯ୍ୟନ୍ତ ଅଲିଭ୍‌ ରିଡ୍‌ଲେ ଏହି ଅଞ୍ଚଳକୁ ପ୍ରଜନନ ସ୍ଥଳ ଭାବେ ବାଛିବା ପ୍ରକୃତିପ୍ରେମୀଙ୍କୁ ଆଶ୍ଚର୍ଯ୍ୟ କରିଛି। ତେବେ ୧୪୩୫ ବର୍ଗ କିଲୋମିଟରର ଏହି କଇଁଛଙ୍କ ଅନ୍ତୁଡିଶାଳ ବିଭିନ୍ନ କାରଣରୁ ଦୁର୍ବଳ ହେଉଥିବା ଆଇୟୁସିଏନର ରେଡ୍‌ ଡାଟାବୁକରେ ଉଲ୍ଲେଖ ହେଉଛି। ୧ ହଜାର ଶାବକଙ୍କ ମଧ୍ୟରୁ ମାତ୍ର ଗୋଟିଏ ପୂର୍ଣ୍ଣ ବୟସ୍କ ହେଉଥିବା ଆଇୟୁସିଏନ ଦର୍ଶାଇଥିବା ବେଳେ କଇଁଛ ମୃତ୍ୟୁକୁ ନେଇ ଉଦ୍‌ବେଗ ପ୍ରକାଶ କରିଛନ୍ତି ା ରାଜ୍ୟ ସରକାରଙ୍କ ବନ ଓ ପରିବେଶ ବିଭାଗ ୧୯୯୭ ସେପ୍ଟେମ୍ବର ୨୭ରେ ଗହୀରମଥାର ଏହି ସାମୁଦ୍ରିକ ଅଞ୍ଚଳକୁ ଜାତୀୟ ଉଦ୍ୟାନ ଭିତରକନିକା ମଧ୍ୟରୁ ଅଲଗା କରି ସ୍ବତନ୍ତ୍ର ମାନ୍ୟତା ପ୍ରଦାନ କରିଛନ୍ତି। ଗହୀରମଥା ସାମୁଦ୍ରିକ ଅଞ୍ଚଳ ୧୪୩୫ ବର୍ଗ କିଲୋମିଟର ମଧ୍ୟରୁ ମାତ୍ର ୨୭ ବର୍ଗ କିଲୋମିଟର ସ୍ଥଳଭାଗ। ତେବେ ଏହି ସ୍ଥଳଭାଗ ସାମୁଦ୍ରିକ ତଟକ୍ଷୟର ଶିକାର ହେଉଛି। ବିଗତ ବର୍ଷଗୁଡିକରେ ନାଶୀ ୧ ଓ ୨, ବାବୁବାଲି, ଏକକୁଳା ଆଦି ସ୍ଥାନର ଆକାର କମିଛି। ପ୍ରଜନନ ସ୍ଥାନ ଅପେକ୍ଷା କଇଁଛଙ୍କ ଅକାଳ ମୃତ୍ୟୁ ଏବେ ସମସ୍ୟା ହୋଇଛି। ଏହି ନିଷିଦ୍ଧାଞ୍ଚଳରେ ବହୁ ସମୟରେ ବେଆଇନ ମାଛଧରା ସେମାନଙ୍କ ଜୀବନ ପ୍ରତି ବିପଦ ସାଜିଛି। ବେଆଇନ ଭାବେ ପ୍ରବେଶ କରୁଥିବା ଟ୍ରଲର ଧରିବା ପାଇଁ ବନ ବିଭାଗ ନିକଟରେ ଉପଯୁକ୍ତ ଇଞ୍ଜିନ ବିଶିଷ୍ଟ ବୋଟ୍‌ ନାହିଁ। ଜିଲାରେ ତନ୍ତିଆପାଳ, ଖରିନାସୀ ଓ ଜମ୍ବୁ ସାମୁଦ୍ରିକ ଥାନା ଥିଲେ ମଧ୍ୟ କର୍ମଚାରୀଙ୍କ ଅଭାବ ରହିଛି। ସେହିପରି ତଟ ସୁରକ୍ଷା ବାହିନୀ ସହିତ ସମ୍ପର୍କ ରଖିବାରେ ବହୁ ସମୟରେ ବନ ବିଭାଗ ବିଫଳ ହେଉଛି। ରାଜ୍ୟ ସରକାର ଅଲିଭ୍‌ ରିଡ୍‌ଲେଙ୍କ ସୁରକ୍ଷା ପାଇଁ ବିଭିନ୍ନ ଯୋଜନା କରିଛନ୍ତି। ପ୍ରଚାର ପ୍ରସାର ପାଇଁ ଏହି ଜୀବକୁ ମାସ୍‌କଟ ଭାବେ ବ୍ୟବହାର କରୁଥିବା ବେଳେ ଇକୋ ଟୁରିଜମ ପାଇଁ ବ୍ୟବସ୍ଥା କରିଛନ୍ତି। ତେବେ ଏହା ଗହୀରମଥାରେ କାର୍ଯ୍ୟକାରୀ ହେଉ ନ ଥିବା ନେଇ ସେମାନେ କ୍ଷୋଭ ପ୍ରକାଶ କରିଛନ୍ତି। ଏ ସମ୍ପର୍କରେ ଡିଏଫ୍‌ଓ ବିକାଶ ରଞ୍ଜନ ଦାଶ କହିଛନ୍ତି, ବିରଳ ଅଲିଭ୍‌ ରିଡ୍‌ଲେଙ୍କ ସୁରକ୍ଷା ପାଇଁ ବନ ବିଭାଗ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ହୋଇଛି। ଏକକୁଳା ସମୁଦ୍ରରେ ଏକ କ୍ୟାମ୍ପ ଅନବରତ ରହିବାକୁ ଥିବାବେଳେ ବାବୁବାଲି ଓ ଅଗରନାଶୀରେ କ୍ୟାମ୍ପ କରାଯାଇଛି। ଗତ କଟକଣା ସମୟରେ ସମୁଦ୍ର ମଧ୍ୟକୁ ବେଆଇନ ପ୍ରବେଶ କରିଥିବା ୭୦ ବୋଟ୍‌ ଓ ଟ୍ରଲର ଜବତ କରାଯାଇଥିବା ବେଳେ ୪୫୦ରୁ ଅଧିକ ଲୋକଙ୍କ ନାମରେ ମାମଲା ରୁଜୁ ହୋଇଛି। ଆସନ୍ତା ଦିନରେ କଟକଣାକୁ କଡାକଡି କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri