ଗହୀରମଥାରେ ଅଲିଭ୍‌ ରିଡ୍‌ଲେଙ୍କ ସମୂହ ଅଣ୍ଡାଦାନ

ରାଜନଗର, ୧୨।୩(ଡି.ଏନ୍‌.ଏ.): ବିରଳ ଅଲିଭ୍‌ ରିଡ୍‌ଲେଙ୍କ ଅନ୍ତୁଡ଼ିଶାଳ କେନ୍ଦ୍ରାପଡ଼ା ଜିଲା ଗହୀରମଥାଠାରେ କଇଁଛଙ୍କ ସମୂହ ଅଣ୍ଡାଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ୯ ତାରିଖରେ ୮୮ ହଜାର, ୧୦ ରେ ୨ ଲକ୍ଷ ୧୪ ହଜାର ୫୮ଟି ଅଲିଭ୍‌ ରିଡ୍‌ଲେ ମା’ କଇଁଛ କୂଳଠାରୁ ୧ କିମି ଭିତରେ ଦୀର୍ଘ ୧ ମାସ ହେଲା ଭିଡ଼ ଜମାଇଥିଲେ ମଧ୍ୟ ପାଗ ଅନୁକୂଳ ହେଉ ନ ଥିବାରୁ ଅଣ୍ଡାଦାନ ପ୍ରକ୍ରିୟାରେ ସାମିଲ ହୋଇ ନ ଥିଲେ। ଗତ ୯ ତାରିଖଠାରୁ ପାଗ ଶୁଖିଲା ସାଙ୍ଗକୁ ଦକ୍ଷିଣା ପବନ ବହିବାରୁ ଗୋଟିଏ ଦିନରେ ୨ ଲକ୍ଷ ୧୪ ହଜାର ୫୮ ମା’ ଅଲିଭ୍‌ ରିଡ୍‌ଲେ ସମୂହ ଅଣ୍ଡାଦାନ ପ୍ରକ୍ରିୟାରେ ସାମିଲ ହୋଇଛନ୍ତି। ଶୁକ୍ରବାର ସନ୍ଧ୍ୟାରୁ ହଠାତ୍‌ ଦଳ ଦଳ ହୋଇ ମା’ କଇଁଛମାନେ ଗହୀରମଥାର ନାସୀ-୨ ବାଲୁକାଶଯ୍ୟାକୁ ଉଠିଆସି ସମୂହ ଅଣ୍ଡାଦାନ ପ୍ରକ୍ରିୟାରେ ସାମିଲ ହୋଇଥିଲେ। ଶନିବାର ଭୋର୍‌ ଯାଏ ଏହି ପ୍ରକ୍ରିୟା ଜାରି ରହିଥିଲା। ୨ ଦିନରେ ୩ ଲକ୍ଷ ୨ ହଜାର ୦୫୮ କଇଁଛ ସମୂହଅଣ୍ଡାଦାନ ପ୍ରକ୍ରିୟାରେ ସାମିଲ ହୋଇଛନ୍ତି। ପ୍ରଥମ ୨ ଦିନରେ ଏହି ସଂଖ୍ୟା ଭଲ ଥିବାରୁ ଓ ମା’ କଇଁଛମାନେ କୂଳରେ ଥିବାରୁ ଚଳିତବର୍ଷ ରେକର୍ଡ ସଂଖ୍ୟକ ସମୂହଅଣ୍ଡାଦାନ ହେବା ନେଇ ଆଶା ପ୍ରକାଶ ପାଇଛି।
ମା’ କଇଁଛ ବେଳାଭୂମି ବାଲିରେ ପଛଗୋଡ଼ରେ ୧ରୁ ଦେଢ଼ଫୁଟ ଗଭୀରର ଗାତ ଖୋଳିଥାଏ। ଗାତ ଖୋଳିବା ପରେ ମା’ କଇଁଛ ଅଣ୍ଡା ଦେଇଥାଏ। ଅଣ୍ଡାର ଖୋଳପା ନମନୀୟ ହୋଇଥିବାରୁ ଅଣ୍ଡା ଗଳିବା ସମୟରେ ଫାଟି ନ ଥାଏ। ଅଣ୍ଡା ଦେଇସାରିବା ପରେ ମା’ କଇଁଛ ଗାତକୁ ବାଲି ଘୋଡ଼ାଇ ଦେଇ ସମୁଦ୍ରକୁ ଫେରିଯାଏ। ଅଣ୍ଡାଗୁଡ଼ିକରୁ ୪୫ରୁ ୬୦ ଦିନ ମଧ୍ୟରେ କଇଁଛ ଶାବକ ବାହାରିଥାନ୍ତି। କଇଁଛଙ୍କ ଅଣ୍ଡାଦାନ ପ୍ରକ୍ରିୟାରେ ସାମିଲ ହେବା ଦିନଠାରୁ ଗହୀରମଥାର ନାସୀ ଦ୍ୱୀପଠାରୁ ଅଳ୍ପଦୂରରେ ଥିବା ପ୍ରତିରକ୍ଷା ବିଭାଗର କ୍ଷେପଣାସ୍ତ୍ର ଘାଟିର ଉଜ୍ଜ୍ୱଳ ଆଲୋକ ବ୍ୟବସ୍ଥାକୁ ବନ୍ଦ କରାଯାଇଛି। ବିରଳ ଅଲିଭ୍‌ ରିଡ୍‌ଲେ କଇଁଛଙ୍କ ସମୂହ ଅଣ୍ଡାଦାନ ପ୍ରକ୍ରିୟା ଆରମ୍ଭ ହୋଇଥିବାରୁ ଏମାନଙ୍କ ସୁରକ୍ଷା ପାଇଁ ରାଜନଗର ଡିଭିଜନ ବନ ବିଭାଗ ପକ୍ଷରୁ କଡ଼ାକଡ଼ି ବ୍ୟବସ୍ଥା କରାଯାଇଛି। ୩ କିମି ଯାଏ ବାଡ଼ ବୁଜାଯିବା ସହ ବନ କର୍ମଚାରୀମାନେ ଅଣ୍ଡାଦାନ ସ୍ଥଳକୁ ଜଗି ରହିଛନ୍ତି। ରାଜନଗର ଡିଏଫ୍‌ଓ ସୁଦର୍ଶନ ଗୋପୀନାଥ ଯାଦବ, ଗହୀରମଥା ରେଞ୍ଜ୍‌ ଅଫିସର ମାନସ କୁମାର ଦାସ ପ୍ରମୁଖ ଅଣ୍ଡାଦାନ ସ୍ଥଳରେ ସୁରକ୍ଷା ବ୍ୟବସ୍ଥା ଅନୁଧ୍ୟାନ କରୁଛନ୍ତି। କୂଳରେ କଇଁଛ ଥିବାରୁ ଚଳିତବର୍ଷ ରେକର୍ଡ ସଂଖ୍ୟକ ଗଣଅଣ୍ଡାଦାନ ହେବା ନେଇ ଆଶା ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri