ଗହୀରମଥାରେ ଅଲିଭ୍‌ ରିଡ୍‌ଲେଙ୍କ ସମୂହ ଅଣ୍ଡାଦାନ

ରାଜନଗର, ୧୨।୩(ଡି.ଏନ୍‌.ଏ.): ବିରଳ ଅଲିଭ୍‌ ରିଡ୍‌ଲେଙ୍କ ଅନ୍ତୁଡ଼ିଶାଳ କେନ୍ଦ୍ରାପଡ଼ା ଜିଲା ଗହୀରମଥାଠାରେ କଇଁଛଙ୍କ ସମୂହ ଅଣ୍ଡାଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ୯ ତାରିଖରେ ୮୮ ହଜାର, ୧୦ ରେ ୨ ଲକ୍ଷ ୧୪ ହଜାର ୫୮ଟି ଅଲିଭ୍‌ ରିଡ୍‌ଲେ ମା’ କଇଁଛ କୂଳଠାରୁ ୧ କିମି ଭିତରେ ଦୀର୍ଘ ୧ ମାସ ହେଲା ଭିଡ଼ ଜମାଇଥିଲେ ମଧ୍ୟ ପାଗ ଅନୁକୂଳ ହେଉ ନ ଥିବାରୁ ଅଣ୍ଡାଦାନ ପ୍ରକ୍ରିୟାରେ ସାମିଲ ହୋଇ ନ ଥିଲେ। ଗତ ୯ ତାରିଖଠାରୁ ପାଗ ଶୁଖିଲା ସାଙ୍ଗକୁ ଦକ୍ଷିଣା ପବନ ବହିବାରୁ ଗୋଟିଏ ଦିନରେ ୨ ଲକ୍ଷ ୧୪ ହଜାର ୫୮ ମା’ ଅଲିଭ୍‌ ରିଡ୍‌ଲେ ସମୂହ ଅଣ୍ଡାଦାନ ପ୍ରକ୍ରିୟାରେ ସାମିଲ ହୋଇଛନ୍ତି। ଶୁକ୍ରବାର ସନ୍ଧ୍ୟାରୁ ହଠାତ୍‌ ଦଳ ଦଳ ହୋଇ ମା’ କଇଁଛମାନେ ଗହୀରମଥାର ନାସୀ-୨ ବାଲୁକାଶଯ୍ୟାକୁ ଉଠିଆସି ସମୂହ ଅଣ୍ଡାଦାନ ପ୍ରକ୍ରିୟାରେ ସାମିଲ ହୋଇଥିଲେ। ଶନିବାର ଭୋର୍‌ ଯାଏ ଏହି ପ୍ରକ୍ରିୟା ଜାରି ରହିଥିଲା। ୨ ଦିନରେ ୩ ଲକ୍ଷ ୨ ହଜାର ୦୫୮ କଇଁଛ ସମୂହଅଣ୍ଡାଦାନ ପ୍ରକ୍ରିୟାରେ ସାମିଲ ହୋଇଛନ୍ତି। ପ୍ରଥମ ୨ ଦିନରେ ଏହି ସଂଖ୍ୟା ଭଲ ଥିବାରୁ ଓ ମା’ କଇଁଛମାନେ କୂଳରେ ଥିବାରୁ ଚଳିତବର୍ଷ ରେକର୍ଡ ସଂଖ୍ୟକ ସମୂହଅଣ୍ଡାଦାନ ହେବା ନେଇ ଆଶା ପ୍ରକାଶ ପାଇଛି।
ମା’ କଇଁଛ ବେଳାଭୂମି ବାଲିରେ ପଛଗୋଡ଼ରେ ୧ରୁ ଦେଢ଼ଫୁଟ ଗଭୀରର ଗାତ ଖୋଳିଥାଏ। ଗାତ ଖୋଳିବା ପରେ ମା’ କଇଁଛ ଅଣ୍ଡା ଦେଇଥାଏ। ଅଣ୍ଡାର ଖୋଳପା ନମନୀୟ ହୋଇଥିବାରୁ ଅଣ୍ଡା ଗଳିବା ସମୟରେ ଫାଟି ନ ଥାଏ। ଅଣ୍ଡା ଦେଇସାରିବା ପରେ ମା’ କଇଁଛ ଗାତକୁ ବାଲି ଘୋଡ଼ାଇ ଦେଇ ସମୁଦ୍ରକୁ ଫେରିଯାଏ। ଅଣ୍ଡାଗୁଡ଼ିକରୁ ୪୫ରୁ ୬୦ ଦିନ ମଧ୍ୟରେ କଇଁଛ ଶାବକ ବାହାରିଥାନ୍ତି। କଇଁଛଙ୍କ ଅଣ୍ଡାଦାନ ପ୍ରକ୍ରିୟାରେ ସାମିଲ ହେବା ଦିନଠାରୁ ଗହୀରମଥାର ନାସୀ ଦ୍ୱୀପଠାରୁ ଅଳ୍ପଦୂରରେ ଥିବା ପ୍ରତିରକ୍ଷା ବିଭାଗର କ୍ଷେପଣାସ୍ତ୍ର ଘାଟିର ଉଜ୍ଜ୍ୱଳ ଆଲୋକ ବ୍ୟବସ୍ଥାକୁ ବନ୍ଦ କରାଯାଇଛି। ବିରଳ ଅଲିଭ୍‌ ରିଡ୍‌ଲେ କଇଁଛଙ୍କ ସମୂହ ଅଣ୍ଡାଦାନ ପ୍ରକ୍ରିୟା ଆରମ୍ଭ ହୋଇଥିବାରୁ ଏମାନଙ୍କ ସୁରକ୍ଷା ପାଇଁ ରାଜନଗର ଡିଭିଜନ ବନ ବିଭାଗ ପକ୍ଷରୁ କଡ଼ାକଡ଼ି ବ୍ୟବସ୍ଥା କରାଯାଇଛି। ୩ କିମି ଯାଏ ବାଡ଼ ବୁଜାଯିବା ସହ ବନ କର୍ମଚାରୀମାନେ ଅଣ୍ଡାଦାନ ସ୍ଥଳକୁ ଜଗି ରହିଛନ୍ତି। ରାଜନଗର ଡିଏଫ୍‌ଓ ସୁଦର୍ଶନ ଗୋପୀନାଥ ଯାଦବ, ଗହୀରମଥା ରେଞ୍ଜ୍‌ ଅଫିସର ମାନସ କୁମାର ଦାସ ପ୍ରମୁଖ ଅଣ୍ଡାଦାନ ସ୍ଥଳରେ ସୁରକ୍ଷା ବ୍ୟବସ୍ଥା ଅନୁଧ୍ୟାନ କରୁଛନ୍ତି। କୂଳରେ କଇଁଛ ଥିବାରୁ ଚଳିତବର୍ଷ ରେକର୍ଡ ସଂଖ୍ୟକ ଗଣଅଣ୍ଡାଦାନ ହେବା ନେଇ ଆଶା ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?