Posted inଖେଳ

ଓଲିଭିଏରା ଜିତିଲେ ମୋଟୋ ଜିପି

ମଣ୍ଟମେଲୋ(ସ୍ପେନ୍‌),୭ା୬(ଏପି)-ମିଗୁଏଲ ଓଲିଭିଏରା କାଟାଲୋନିଆ ଜିପି ଜିତିଛନ୍ତି। ଚଳିତ ସିଜନରେ ଏହା ତାଙ୍କର ପ୍ରଥମ ମୋଟୋ ଜିପିି ବିଜୟ। ପ୍ରାୟ ୨୦,୦୦୦ ଦର୍ଶକଙ୍କ ଉପସ୍ଥିତିରେ ଏ‘ହି ରେସ୍‌ ଅନୁଷ୍ଠିତ ହୋଇଥିଲା। କରୋନା ଭାଇରସ୍‌ ମହାମାରୀ ଆବିର୍ଭାବ ପରଠାରୁ ସ୍ପେନ୍‌ରେ କୌଣସି କ୍ରୀଡ଼ା ଇଭେଣ୍ଟରେ ଏତେ ସଂଖ୍ୟକ ଦର୍ଶକଙ୍କୁ ଦେଖିବାକୁ ମିଳି ନ ଥିଲା। ବାର୍ସିଲୋନା କାଟାଲୁନ୍ୟା ସର୍କିଟ୍‌ରେ କାଟାଲୋନିଆ ଜିପି ଦେଖିବାକୁ ଆସିଥିବା ଦର୍ଶକଙ୍କ ସଂଖ୍ୟା ୧୯,୩୫୨ ରେକର୍ଡ କରାଯାଇଛି। ଶୁକ୍ରବାର ମାଡ୍ରିଡ୍‌ସ୍ଥିତ ଓ୍ବାଣ୍ଡା ମେଟ୍ରୋପଲିଟାନୋ ଷ୍ଟାଡିୟମରେ ପର୍ତ୍ତୁଗାଲ ବିପକ୍ଷ ବନ୍ଧୁତ୍ୱପୂର୍ଣ୍ଣ ମ୍ୟାଚ ଦେଖିବା ଲାଗି ପାଖାପାଖି ୧୫,୦୦୦ ଦର୍ଶକ ଆସିଥିଲେ। କରୋନା ମହାମାରୀ ଯୋଗୁ ସମଗ୍ର ସ୍ପେନ୍‌ରେ ଇଭେଣ୍ଟଗୁଡ଼ିକ ଦେଖିବା ଲାଗି ସ୍ବଳ୍ପ ସଂଖ୍ୟକ ଦର୍ଶକଙ୍କୁ ଅନୁମତି ମିଳୁଛି। ରବିବାର ରେସ୍‌ ପାଇଁ ଖେଳପ୍ରେମୀମାନଙ୍କୁ ୮ସେକ୍ଟରରେ ବିଭକ୍ତ କରାଯାଇଥିଲା। ପ୍ରତିଟିରେ ସର୍ବାଧିକ ୩,୦୦୦ ଦର୍ଶକ ରହିପାରିବେ। ରେଡ୍‌ବୁଲ୍‌ କେଟିଏମ୍‌ ଟିମ୍‌ର ପର୍ତ୍ତୁଗୀଜ୍‌ ରାଇଡର ଓଲିଭିଏରା ଯଥାକ୍ରମେ ଜୋହାନ ଜାର୍କୋ ଓ ଜ୍ୟାକ୍‌ ମିଲରଙ୍କୁ ପଛରେ ପକାଇ ପ୍ରଥମ ସ୍ଥାନ ଅଧିକାର କରିଥିଲେ। କର୍ନର କଟିଂ ପାଇଁ ୩ ସେକେଣ୍ଡ ପେନାଲ୍ଟି ଯୋଗୁ ପୋଲ୍‌ ପୋଜିଶନ ହାସଲ କରିଥିବା ଫାବିଓ କ୍ୱାର୍ଟାରାରୋ ଚତୁର୍ଥ ସ୍ଥାନକୁ ଖସି ଆସିଥିବାବେଳେ ମିଲର ଅନ୍ତିମ ପୋଡିୟମ ସ୍ଥାନ ଅଧିକାର କରିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

Video: ହନୁମାନଙ୍କ ଆଶୀର୍ବାଦ ପାଇବା ପରେ ଇନିଂସ ଆରମ୍ଭ କରିଥିଲେ ବୈଭବ ସୂର୍ଯ୍ୟବଂଶୀ, ହେଲିକପ୍ଟର ସଟ ମାରି ନିଜର ଶକ୍ତି ଦେଖାଇଲେ…

ନୂଆଦିଲ୍ଲୀ,୧୬।୭: ବୈଭବ ସୂର୍ଯ୍ୟବଂଶୀ ଇଂଲଣ୍ଡ ବିପକ୍ଷ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ଦ୍ୱିତୀୟ ମ୍ୟାଚରେ ତାଙ୍କର ଅନ୍ତର୍ଜାତୀୟ ଡେବ୍ୟୁ କରିଥିଲେ। ଏହି ସଫଳତା ସହିତ, ୧୫ବର୍ଷୀୟ…

ଯାହାଙ୍କୁ ଦିନେ କୋଳରେ ଧରିଥିଲେ ଲିଓନେଲ ମେସି, ଫାଇନାଲରେ ତାଙ୍କ ସହ କରିବେ ମୁକାବିଲା: ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ନୂଆଦିଲ୍ଲୀ,୧୬।୭: ୨୦୨୬ ଫିଫା ବିଶ୍ୱକପ ଫାଇନାଲ ପାଇଁ ଲାଇନ ଅପ ସ୍ଥିର ହୋଇଛି। ଟାଇଟଲ ମୁକାବିଲା ସ୍ପେନ ଏବଂ ଆର୍ଜେଣ୍ଟିନା ମଧ୍ୟରେ ହେବ। ପ୍ରଥମ ସେମିଫାଇନାଲ୍‌ରେ ଫ୍ରାନ୍ସକୁ…

ଇତିହାସରେ ପ୍ରଥମଥର ପାଇଁ ଆର୍ଜେଣ୍ଟିନା-ସ୍ପେନ୍‌ ମଧ୍ୟରେ ବିଶ୍ୱକପ ଫାଇନାଲ

ଆଟଲାଣ୍ଟା, ୧୬।୭: ୭ ମିନିଟ ବ୍ୟବଧାନରେ ୨ ଗୋଲ ବଳରେ ଗତଥରର ଚାମ୍ପିୟନ ଆର୍ଜେଣ୍ଟିନା ଏଥର ପୁଣି ଫିଫା ବିଶ୍ୱକପର ଫାଇନାଲରେ ପ୍ରବେଶ କରିଛି। ବୁଧବାର ଅନୁଷ୍ଠିତ…

କ୍ରିକେଟ ପ୍ରେମୀଙ୍କ ପାଇଁ ବଡ଼ ଖବର: ୨୦୨୭ ବିଶ୍ୱକପରେ ଦେଖିବାକୁ ମିଳିପାରେ ୩ଟି ହାଇଭୋଲ୍ଟେଜ ଭାରତ-ପାକିସ୍ତାନ ମ୍ୟାଚ

ନୂଆଦିଲ୍ଲୀ,୧୬।୭: ଭାରତ ଏବଂ ପାକିସ୍ତାନ ମଧ୍ୟରେ କ୍ରିକେଟ ମ୍ୟାଚ ସଦାସର୍ବଦା ଦର୍ଶକଙ୍କ ପ୍ରଥମ ପସନ୍ଦ ହୋଇ ରହିଆସିଛି । ଆଇସିସି (ICC) ଟର୍ନାମେଣ୍ଟଗୁଡ଼ିକରେ ପ୍ରଶଂସକଙ୍କୁ ଏହି ରୋମାଞ୍ଚକର…

ଇଂଲଣ୍ଡରେ ବଡ଼ ବିବାଦରେ ଛନ୍ଦି ହେଲେ ବିରାଟ କୋହଲି, ବଡିଗାର୍ଡ କଲେ ଏଭଳି କାଣ୍ଡ

ନୂଆଦିଲ୍ଲୀ,୧୫ା୭: ଇଂଲଣ୍ଡ ବିପକ୍ଷ ODI ସିରିଜ୍ ସମୟରେ ବିରାଟ କୋହଲି ଏକ ବଡ଼ ବିବାଦରେ ଫସିଯାଇଛନ୍ତି । ତାଙ୍କ ଅଙ୍ଗରକ୍ଷୀ ଇଂଲଣ୍ଡରେ ଭାରତୀୟ ସାମ୍ବାଦିକଙ୍କ ପ୍ରତି ଖୋଲାଖୋଲି…

ପୂର୍ବତନ ଅଧିନାୟକ ଲରେନ୍ସଙ୍କ ବଡ଼ ଦାବି, ଏହି ଦଳ ଜିତିବ ଫିଫା ବିଶ୍ୱକପ୍‌

ନୂଆଦିଲ୍ଲୀ,୧୫ା୭: ଭାରତୀୟ ଫୁଟ୍‌ବଲ ଦଳର ପୂର୍ବତନ ଅଧିନାୟକ କ୍ଲାଇମାକ୍ସ ଲରେନ୍ସଙ୍କ ମତରେ ଫ୍ରାନ୍ସ ବିପକ୍ଷ ସେମିଫାଇନାଲରେ ଜବରଦସ୍ତ ପ୍ରଦର୍ଶନ କରିଥିବା ସ୍ପେନ୍‌ ଚଳିତ ଫିଫା ବିଶ୍ୱକପ୍‌ ଜିତିବ।…

ICCର ବଡ଼ ନିଷ୍ପତ୍ତି: ବଦଳିଲା ODI ଓ T20 ବିଶ୍ୱକପ୍ ଫର୍ମାଟ୍, ଏଣିକି ହେବ…

ନୂଆଦିଲ୍ଲୀ,୧୫ା୭: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ପୁରୁଷ T20 ବିଶ୍ୱକପ୍ ଏବଂ ODI ବିଶ୍ୱକପରେ ବଡ଼ ପରିବର୍ତ୍ତନ ଘୋଷଣା କରିଛି । ICC ପୁରୁଷ T20 ବିଶ୍ୱକପ୍…

ଫିଫା ବିଶ୍ୱକପ୍‌: ରାତି ସାଢ଼େ ୩ ଯାଏ ଖୋଲା ରହିବ ହୋଟେଲ, ରେଷ୍ଟୁରାଣ୍ଟ

ବେଙ୍ଗାଲୁରୁ, ୧୫ା୭: ଚଳିତ ଫିଫା ବିଶ୍ୱକପ୍‌କୁ ଦୃଷ୍ଟିରେ ରଖି କର୍ନାଟକ ସରକାର ବେଙ୍ଗାଲୁରୁରେ ଥିବା ସମସ୍ତ ହୋଟେଲ ଓ ରେଷ୍ଟୁରାଣ୍ଟକୁ ରାତି ୩ଟା ୩୦ ପର୍ଯ୍ୟନ୍ତ ଖୋଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri