Posted inଖେଳ

ଆକର୍ଷଣର କେନ୍ଦ୍ର ଓଲି ରାଇଜ

ରାଉରକେଲା ଅଫିସ,୧୭।୧: ରାଉରକେଲା ବିର୍ସା ମୁଣ୍ଡା ହକି ଷ୍ଟାଡିୟମରେ ପ୍ରଥମଥର କରି ପୁରୁଷ ହକି ବିଶ୍ୱକପ୍‌ ଆୟୋଜିତ ହେଉଛି। ଏହି ବିଶ୍ୱକପ୍‌ ମ୍ୟାଚ୍‌ ଦେଖିବାକୁ ଆସୁଥିବା ଦର୍ଶକଙ୍କ ପାଇଁ ଷ୍ଟାଡିୟମର ଦକ୍ଷିଣ ଷ୍ଟାଣ୍ଡ୍‌ରେ ଏକ ଓଲିସ୍‌ ଲ୍ୟାଣ୍ଡ (ଓଲି ରାଇଜ) ନିର୍ମାଣ କରାଯାଇଛି। ସୁନ୍ଦର ଆଲୋକମାଳାରେ ସୁସଜ୍ଜିତ ଓଲିସ୍‌ ଲ୍ୟାଣ୍ଡର ପ୍ରବେଶ ପଥରେ ଆଲୋକର ଏକ ୫ ଫୁଟ୍‌ର ହକି ବିଶ୍ୱକପ୍‌ ନିର୍ମାଣ କରାଯାଇଛି। ଏହାସହ ଭାରତୀୟ ଦଳର ସମସ୍ତ ହକି ତାରକାଙ୍କ ଷ୍ଟାଚ୍ୟୁ ନିର୍ମାଣ କରାଯାଇଛି। ସେଲ୍‌ଫି ଜୋନ୍‌, ହକି ଖେଳର ବିଭିନ୍ନ ସାମଗ୍ରୀ ସାଙ୍ଗକୁ ହକି ଇଣ୍ଡିଆ ଟି-ଶାର୍ଟ ଭଳି ବିଭିନ୍ନ ଜିନିଷ ନିକଟରେ ଦର୍ଶକଙ୍କ ଭିଡ଼ ଜମୁଛି। ମ୍ୟାଚ୍‌ର ଦୁଇଘଣ୍ଟା ପୂର୍ବରୁ ଷ୍ଟାଡିୟମ ଫାଟକ ଖୋଲାଯାଉଛି। ଫଳରେ ଷ୍ଟାଡିୟମରେ ମ୍ୟାଚ୍‌ ଆରମ୍ଭ ହେବା ପୂର୍ବରୁ ଓ ପରେ ଦର୍ଶକମାନେ ଏହି ସ୍ଥାନରେ ଭିଡ଼ ଜମାଇବା ସହ ହକି ଖେଳର ତଥ୍ୟ ଓ ନିୟମ ଉପରେ ଅବଗତ ହେଉଛନ୍ତି। ବିଶ୍ୱକପ୍‌ ମାସ୍କଟ ଓଲି ବୁଲୁଥିବା ବେଳେ ଦର୍ଶକ ଓଲି ସହ ଫଟୋ ଉଠାଉଛନ୍ତି। ହକି ବିଶ୍ୱକପ୍‌କୁ ଆକର୍ଷଣୀୟ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଏଭଳି ବିର୍ସା ମୁଣ୍ଡା ଷ୍ଟାଡିୟମ ପରିସରରେ ଏହାକୁ ନିର୍ମାଣ କରାଯାଇଛି। ଦର୍ଶକ ଭିଡ଼କୁ ନିୟନ୍ତ୍ରଣ ପାଇଁ ପୋଲିସ ଫୋର୍ସ ମୁତୟନ କରାଯାଇଛି। ପ୍ରତିଦିନ ଏଠାରେ ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ସାଙ୍ଗକୁ ହକି ସମ୍ପର୍କିତ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

କନିଷ୍ଠ ଶିକ୍ଷକଙ୍କୁ ନିୟମିତ ନେଇ ପ୍ରକାଶ ପାଇଲା ବିଜ୍ଞପ୍ତି: ପିଛିଲା ଭାବେ ମିଳିବ ମୋଟାଅଙ୍କର ଦରମା …

ଭୁବନେଶ୍ୱର,୩ା୪ (ସୁଚିସ୍ମିତା ସାହୁ):କନିଷ୍ଠ ଶିକ୍ଷକ (ସ୍କିମାଟିକ୍‌)ଙ୍କୁ ନିୟମିତ କରିବା ପାଇଁ ଗୁରୁବାର ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି କନିଷ୍ଠ ଶିକ୍ଷକମାନେ ସହକାରୀ ଶିକ୍ଷକ ଭାବେ…

ବିନା କାଗଜପତ୍ରରେ ଖୁଲମଖୁଲା ଚାଲାଣ ହେଉଥିଲା ବାଲି-ପଥର, ୧୧ ହାଇୱା ଜବତ ପରେ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ସାମୁଦ୍ରିକ ଝଡ଼, ସୁନାମି, ଭୂକମ୍ପ ପ୍ରବଣରୁ ସୁରକ୍ଷା ପାଇଁ ଜନବସତି ପାର୍ଶ୍ୱରେ ସୁଉଚ୍ଚ…

ଦସ୍ତଖତ କରିଥିଲେ ୯, ଗଲେ ୮: କଂଗ୍ରେସରେ ତେଜୁଛି ଗୋଷ୍ଠୀକନ୍ଦଳ

ଭୁବନେଶ୍ୱର, ୩।୪(ସୁନିତ୍‌ ମିଶ୍ର):୨୦୨୪ ସାଧାରଣ ନିର୍ବାଚନରେ ଓଡ଼ିଶାରେ କଂଗ୍ରେସର ମୋଟ୍‌ ୧୪ ଜଣ ବିଧାୟକ ବିଜୟୀ ହୋଇଥିଲେ। ସେଥିରୁ ଗତ ମାର୍ଚ୍ଚ ୧୬ ତାରିଖରେ ଅନୁଷ୍ଠିତ ରାଜ୍ୟ…

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri