ଭୁଲ୍ ମାଗିଲେ ବୁଦ୍ଧାଦିତ୍ୟ: ରାହୁଲ ଗାନ୍ଧୀଙ୍କୁ ନେଇ ଦେଇଥିଲେ ବିବାଦୀୟ ବୟାନ

ଭୁବନେଶ୍ୱର,୨୧ା୧୦: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ସମ୍ବନ୍ଧରେ ବିବାଦୀୟ ମନ୍ତବ୍ୟ ଦେଇ ଅଡୁଆରେ ଫସିଥିବା ଅଭିନେତା ବୁଦ୍ଧାଦିତ୍ୟ କ୍ଷମା ମାଗିଛନ୍ତି। ମହାରାଷ୍ଟ୍ରର ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ଏନ୍‌ସିପି ନେତା ବାବା ସିଦ୍ଦିକଙ୍କ ହତ୍ୟା ମାମଲାରେ ଅଭିଯୁକ୍ତ ଥିବା ଗ୍ୟାଙ୍ଗଷ୍ଟର୍‌ ଲରେନ୍ସ ବିଷ୍ଣୋଇଙ୍କ ଫଟୋ ପୋଷ୍ଟ କରି ବୁଦ୍ଧାଦିତ୍ୟ ଏହି ବୟାନ ଦେଇଥିଲେ।

ତେବେ ଏଥିପାଇଁ ଚାରିଆଡୁ ତୀବ୍ର ପ୍ରତିକ୍ରିୟା ପାଇଥିଲା ତଥା ତାଙ୍କୁ ସମାଲୋଚନାର ଶିକାର ହେବାକୁ ପଡିଥିଲା। ଯେଉଁଥିପାଇଁ ଏବେ ଓଲିଉଡ ଅଭିନେତା ବୁଦ୍ଧଦିତ୍ୟ ମହାନ୍ତି ରାହୁଲ ଗାନ୍ଧୀଙ୍କ ସୋସିଆଲ ମିଡିଆ ପୋଷ୍ଟ ପାଇଁ କ୍ଷମା ମାଗିଛନ୍ତି।

ଏହି ବିବୃତ୍ତିରେ ଅଭିନେତା ସ୍ୱୀକାର କରିଛନ୍ତି ଯେ ଏହି ପୋଷ୍ଟଟି ଏକ ଭୁଲ ଅଟେ ଏବଂ କଂଗ୍ରେସ ଦଳ ତଥା ରାହୁଲ ଗାନ୍ଧୀଙ୍କ ନିକଟରେ କ୍ଷମା ମାଗିଛନ୍ତି। ବୁଦ୍ଧଦିତ୍ୟ ମହାନ୍ତି କହିଛନ୍ତି ଯେ ସେ ଏପରି ଭୁଲ ନକରିବାକୁ ସତର୍କ ରହିବେ।କଂଗ୍ରେସ କାର୍ଯ୍ୟକର୍ତ୍ତାମାନେ ତାଙ୍କ ବିରୋଧରେ ଫେସବୁକରେ ‘ଆପତ୍ତିଜନକ’ ପୋଷ୍ଟକୁ ନିନ୍ଦା କରିବା ପରେ ଏହି ପୋଷ୍ଟକୁ ଡିଲିଟ କରିଥିବା ଜଣାଇଛନ୍ତି।

ଏହି ଘଟଣାରେ ବୁଦ୍ଧାଦିତ୍ୟଙ୍କ ବୟାନକୁ ନେଇ ପ୍ରଦେଶ ଛାତ୍ର କଂଗ୍ରେସ ପକ୍ଷରୁ ଶୁକ୍ରବାର କ୍ୟାପିଟାଲ ଥାନାରେ ଏତଲା ଦିଆଯାଇଥିଲା। ବୁଦ୍ଧାଦିତ୍ୟ ଆତଙ୍କବାଦକୁ ସମର୍ଥନ କରୁଥିବା ଜଣେ ଅପରାଧୀ ବୋଲି ପ୍ରଦେଶ ଛାତ୍ର କଂଗ୍ରେସ ସଭାପତି ଉଦିତ ପ୍ରଧାନ ଅଭିଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମା’ ସମଲେଶ୍ୱରୀଙ୍କ ବାସନ୍ତୀକ ନବରାତ୍ର ପୂଜା ଆରମ୍ଭ: ସମ୍ପନ୍ନ ହେଲା ପାରମ୍ପରିକ ‘ଖଣ୍ଡାଧୁଆ’ ନୀତି

ବରଗଡ଼, ୧୮/୩ (ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀଙ୍କ ପୀଠରେ ପବିତ୍ର ଚୈତ୍ର ନବରାତ୍ର ବା ବାସନ୍ତୀକ ନବରାତ୍ର ପୂଜା ପାଇଁ ଶୁଭାରମ୍ଭ…

କୋଟଗଡ଼ରେ ବାଘ ଆତଙ୍କ: ଲଗାଗଲା ସ୍ବତନ୍ତ୍ର କ୍ୟାମେରା, ଗର୍ଜନରେ ଅଞ୍ଚଳବାସୀ ଭୟଭୀତ

ବାଲିଗୁଡା, ୧୮।୩ (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟଗଡ଼ ବ୍ଲକରେ ବାଘର ଗର୍ଜନକୁ ନେଇ ସ୍ଥାନୀୟ ଅଞ୍ଚଳରେ ତୀବ୍ର ଆତଙ୍କ ଖେଳିଯାଇଛି।…

କୋରାପୁଟରେ ଛେଚିଲା କୁଆପଥର ବର୍ଷା, ଅନ୍ଧାରରେ ସହର

କୋରାପୁଟ,୧୮।୩(ଅମିତାଭ ବେହେରା ): ବୁଧବାର ସନ୍ଧ୍ୟାରୁ କୋରାପୁଟ ଜିଲାର ବିଭିନ୍ନ ଅଞ୍ଚଳରେ ହଠାତ୍ କୁଆପଥର ସହ ପ୍ରବଳ ବର୍ଷା ହୋଇଥିଲା । ଫଳରେ କିଛି ସମୟ ପର୍ଯ୍ୟନ୍ତ…

ବ୍ରାହ୍ମଣୀଗାଁରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର; ଯୋଗଦେଲେ ୨୫୦ଜଣ, ଚି଼ହ୍ନଟ ହେଲେ ୧୮୫

ଦାରିଙ୍ଗବାଡି,ବ୍ରାହ୍ମଣୀଗାଁ,୧୮।୩(ଅରୁଣ ସାହୁ/ମନୋରଞ୍ଜନ ରଣା ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ବୁଧବାର ୨୦୨୫/୨୬ଆର୍ଥିକ ବର୍ଷର ଦ୍ଵିତୀୟ ପର୍ଯ୍ୟାୟ ଭୀମଭୋଇ…

ଲିଭ୍‌ ଇନ୍‌ରେ ରହି ଯୁବତୀଙ୍କୁ କରି ଆସୁଥିଲେ ବଳାତ୍କାର, କୌଶଳ କ୍ରମେ ହୋଇଯାଇଥିଲେ ଫେରାର, ଅଭିଯୁକ୍ତଙ୍କୁ ବାନ୍ଧିି…

ଦିଗପହଣ୍ଡି,୧୮।୩(ଅଶେଷ ନାଥ ମିଶ୍ର): ବିବାହର ପ୍ରଲୋଭନ ଦେଖାଇ ଯୁବତୀଙ୍କୁ ବଳାତ୍କାର କରିବା ଅଭିଯୋଗରେ ପାଟପୁର ଥାନା ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ…

ଫିଲ୍ମ ଷ୍ଟାଇଲରେ ଗୋଡ଼ାଇ ଗୋଡ଼ାଇ ଧରିଲା ପୋଲିସ, ମହୁଲି ମଦ ସହ ଦୁଇ….

ହାଟଡିହୀ,୧୮।୩(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ନନ୍ଦିପଦା ପୋଲିସ ଫିଲ୍ମ ଷ୍ଟାଇଲରେ ଦୁଇ ଚୋରା ମହୁଲି ମଦ ବେପାରୀଙ୍କୁ ବୁଧବାର ରାତି ପ୍ରାୟ ୮ଟା ସମୟରେ ଧରିଛି ।…

ନିଶା ନିବାରଣ ପାଇଁ ବାହାରିଲେ ଛାତ୍ରୀଛାତ୍ର, ସ୍କୁଲରେ ହେଲା….

ବରଗଡ଼,୧୮।୩(ପ୍ରେମାନନ୍ଦ ଖମାରୀ): ନିଶା ମଣିଷକୁ ବିବେକ ଶୂନ୍ୟ କରି ଦିଏ । ନିଶାସକ୍ତ ବ୍ୟକ୍ତି ନିଜ ପରିବାର ସହିତ ସମାଜର ମଧ୍ୟ ଅନେକ କ୍ଷତି ପହଞ୍ଚାଇଥାଏ ।…

ଜମିପଟ୍ଟା ପ୍ରଦାନ ଦାବି, କୃଷକ ସଭା ପକ୍ଷରୁ ତହସିଲ ଅଫିସ ଆଗରେ ବିକ୍ଷୋଭ

ପୁରୁଷୋତ୍ତମପୁର,୧୮।୩(ସବିତାମିଶ୍ର): ଜମିହୀନଙ୍କୁ ଜମିପଟ୍ଟା ପ୍ରଦାନ ଦାବିରେ ଓଡିଶା କ୍ରୁଷକସଭା ଗଞ୍ଜାମ ଜିଲା କମିଟି ପକ୍ଷରୁ ପି ହରିକ୍ରୁଷ୍ଣରେଡୀଙ୍କ ନେତୃତ୍ବରେ ପୁରୁଷୋତ୍ତମପୁର ତହସିଲ କାର୍ଯ୍ଯାଳୟ ସମ୍ମୁଖରେ ପ୍ରତିବାଦ ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri