ବେଡ୍‌ରୁମ୍‌ରେ ପଶି ଫଟୋ ଉଠାଇଲେ ୨ ଅଜଣା ଯୁବକ, ପୋଲିସକୁ ସୁରକ୍ଷା ମାଗିଲେ ବର୍ଷା ପ୍ରିୟଦର୍ଶିନୀ

ଭୁବନେଶ୍ୱର, ୮।୯(ବ୍ୟୁରୋ): ରିଲ୍‌ ଲାଇଫ୍‌ରୁ ରିଏଲ ଲାଇଫ୍‌ର ଯାତ୍ରାକୁ ନେଇ ଚର୍ଚ୍ଚିତ ଯୋଡି ମଧ୍ୟରେ ଅନ୍ୟତମ ହେଉଛି ଅଭିନେତା ତଥା ଏମ୍‌ପି ଅନୁଭବ ମହାନ୍ତି ଓ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ। ଏବେ ଏହି ଯୋଡିଙ୍କ ବିବାଦ ଘନେଇବାରେ ଲାଗିଛି। ଉଭୟଙ୍କ ମଧ୍ୟରେ ଫାଟ ସୃଷ୍ଟି ହୋଇସାରିଥିବା ବେଳେ ସମ୍ପର୍କ ଦିନକୁ ଦିନ ଅଧିକ ତିକ୍ତ ହେବାରେ ଲାଗିଛି। ଏପରି ସ୍ଥିତିରେ ଶାଶୁ ଘରେ ଥିବା ବର୍ଷା ନିଜ ଜୀବନ ପ୍ରତି ବିପଦ ରହିଥିବା ଦର୍ଶାଇ ପୋଲିସକୁ ସୁରକ୍ଷା ମାଗିଛନ୍ତି। ଏ ନେଇ କଟକ ପୁରୀଘାଟ ଥାନାରେ ବର୍ଷା ଅଭିଯୋଗ କରିଛନ୍ତି।
ବର୍ଷାଙ୍କ ଅଭିଯୋଗ ଅନୁଯାୟୀ, ସୋମବାର ସେ ଘରେ ଥିବା ବେଳେ ୨ଜଣ ଅଜଣା ଯୁବକ ତାଙ୍କ ଘରେ ପଶିଥିଲେ। ବର୍ଷା ଘରେ ଖାଉଥିବା ବେଳେ ସେମାନେ ତାଙ୍କ ବେଡରୁମ୍‌ରେ ପଶି ଫଟୋ ଉଠାଇଥିଲେ। ଏପରି ଅଭିଯୋଗ ପାଇ ଜିଲା ସୁରକ୍ଷା ଅଧିକାରୀ ଅନୁଭବଙ୍କ କଟକ ନନ୍ଦିସାହି ଘରେ ପହଞ୍ଚି ବର୍ଷାଙ୍କ ବୟାନ ରେକର୍ଡ କରିଛି। ଏହାପରେ ବର୍ଷାଙ୍କ ସୁରକ୍ଷା ପାଇଁ ଜଣେ ମହିଳା ପୋଲିସ କନଷ୍ଟେବଳ ମୁତୟନ କରାଯାଇଥିବା ଜଣାଯାଇଛି।
ସୂଚନାଯୋଗ୍ୟ, ବର୍ଷାଙ୍କ ବେଡରୁମ୍‌ରେ ପଶି ୨ ଯୁବକ ଭିଡିଓ ସୁଟ୍‌ କରିବା ବେଳର ଚିତ୍ର ବିଭିନ୍ନ ଗଣମାଧ୍ୟମରେ ଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ତେବେ ଏହି ଭିଡିଓ କେବେର ତାହା ବର୍ଷାଙ୍କ ପକ୍ଷରୁ ସ୍ପଷ୍ଟ କରାଯାଇ ନାହିଁ। ଭିଡିଓରେ ବର୍ଷା କାହା ସହ କଥା ହେଉଥିବା ଶୁଣିବାକୁ ମିଳୁଛି। ଯେଉଁ ୨ ଅଜଣା ଯୁବକ ବର୍ଷାଙ୍କ ବେଡରୁମ୍‌ରେ ପଶି ଭିଡିଓ ସୁଟ୍‌ କରୁଥିଲେ ସେମାନଙ୍କ ଭିଡିଓ ମଧ୍ୟ ବର୍ଷା ସୁଟ୍‌ କରିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

ମହିଳା ବିଜେଡି ଜିଲା ଉପସଭାପତି ହେଲେ କର୍ଲାମୁଣ୍ଡାର ମନ୍ଦିରା ନାଏକ, ଛୁଟିଲା ଶୁଭେଚ୍ଛା

କର୍ଲାମୁଣ୍ଡା,୨୩।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା ବିଜୁ ମହିଳା ଜନତା ଦଳର କର୍ମକର୍ତ୍ତାଙ୍କ ନାମ ଘୋଷଣା କରାଯାଇଛି । ଏଥିରେ କର୍ଲାମୁଣ୍ଡା ବ୍ଲକ ପୂର୍ବତନ ଜିଲା ପରିଷଦ…

‘ମୁଁ ଏଠାକାର ଖେଳାଳି’, ନଦୀରେ ଡେଇଁ ଭିଡିଓ ପୋଷ୍ଟ କଲେ କିରେନ ରିଜିଜୁ, ରାହୁଲ ଗାନ୍ଧୀଙ୍କ ସହ ତୁଳନାରେ ଦେଲେ ଏମିତି ଜବାବ

ନୂଆଦିଲ୍ଲୀ,୨୩।୮: ଅରୁଣାଚଳ ପ୍ରଦେଶର ଏମପି ତଥା କେନ୍ଦ୍ରମନ୍ତ୍ରୀ କିରେନ ରିଜିଜୁ ସୋସିଆଲ ମିଡିଆରେ ନିଜର ଏକ ଭିଡିଓକୁ ନେଇ ଚର୍ଚ୍ଚାରେ ଅଛନ୍ତି । ନଦୀରେ ଡେଇଁ ତୀବ୍ର…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri