ମଙ୍ଗୁଳି ଛକରେ ଟ୍ରକ୍‌କୁ ପିଟିଲା କାର୍‌, ନିର୍ଦ୍ଦେଶକ ସୁଧାକର ବସନ୍ତ ଗୁରୁତର

ଚୌଦ୍ୱାର,୨୧।୧(ମାନସ କୁମାର ସାମଲ): ଓଡିଆ ସିନେଜଗତର ଲୋକପ୍ରିୟ ସିନେ ନିର୍ଦ୍ଦେଶକ ସୁଧାକର ବସନ୍ତ ଦୁର୍ଘଟଣାର ଶିକାର ହୋଇଛନ୍ତି। କଟକ ମଙ୍ଗୁଳିସ୍ଥିତ ବଜରଙ୍ଗୀ ଓ୍ବେ ବ୍ରିଜ୍‌ ନିକଟରେ ତାଙ୍କ ଗାଡି ଦୁର୍ଘଟଣାଗ୍ରସ୍ତ ହୋଇଛି। ଗୁରୁତର ଅବସ୍ଥାରେ ତାଙ୍କୁ ଏସସିବି ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ସୂଚନାଥାଉ କି, ବାରିପଦାରୁ ସୁଟିଂ ସାରି ଭୁବନେଶ୍ୱର ଫେରୁଥିବାବେଳେ ମଙ୍ଗୁଳି ଛକରେ ବେଆଇନ ପାର୍କିଂ କରିଥିବା ଏକ ଟ୍ରକ ପଛରେ ତାଙ୍କ ଗାଡ଼ି ଧକ୍କା ହୋଇଥିଲା । ଦୁର୍ଘଟଣାସ୍ଥଳରେ ସ୍ଥାନୀୟ ଲୋକେ ପହଞ୍ଚି ଚୌଦାର ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ । ଅଗ୍ନିଶମ ବାହିନୀର କର୍ମଚାରୀ ଘଟଣା ସ୍ଥଳରେ ପହଁଚି ସୁଧାକରଙ୍କୁ ଉଦ୍ଧାର କରି କଟକ ବଡ ଡାକ୍ତରଖାନାକୁ ପଠାଇଥିଲେ । ଗାଡ଼ିରେ ଡ୍ରାଇଭର ଓ ସୁଧାକର ଦୁଇଜଣ ଥିଲେ । ଡ୍ରାଇଭରଙ୍କ ଅବସ୍ଥା ଭଲ ଥିବା ବେଳେ ସୁଧାକରଙ୍କ ଅବସ୍ଥା ଗୁରୁତର ଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅପହଞ୍ଚ ଗାଁ ପାଣିଖିଆକୁ ମିଳିବ ମୌଳିକ ସେବା: ୯ ଅଭିଯୋଗର ତ୍ୱରିତ ସମାଧାନ

ମହାକାଳପଡ଼ା, ୨୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାକାଳପଡ଼ା ବ୍ଲକ୍‌ ସଭାଗୃହରେ କେନ୍ଦ୍ରାପଡ଼ା ଜିଲାପାଳ ରଘୁରାମ ଆୟାର ଯୋଗଦେଇ ମିଳିତ ଜନଶୁଣାଣି କରିଥିଲେ। ୮୫ ଅଭିଯୋଗ ହୋଇଥିଲା। ସାମୂହିକ ୧୦…

ସମ୍ବଲପୁର ଫ୍ୟାକ୍ଟ୍ରିଜ୍ ଆଣ୍ଡ ବଏଲର୍ସ ସହକାରୀ ନିର୍ଦ୍ଦେଶକଙ୍କ ଘରେ ରେଡ୍, ୭ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ

​ସମ୍ବଲପୁର,୨୯।୯(ପ୍ରମୋଦ ବହିଦାର): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସମ୍ବଲପୁର କାରଖାନା ଓ ବଏଲର୍ସର ସହକାରୀ ନିର୍ଦ୍ଦେଶକ ଉମାକାନ୍ତ ସାମନ୍ତରାୟଙ୍କ ବିରୋଧରେ ଓଡ଼ିଶା ଭିଜିଲାନ୍ସ ବିଭାଗ ପକ୍ଷରୁ…

ପ୍ରତିଶ୍ରୁତି ପରେ ହଟିଲା ବସ ଅବରୋଧ: ୩ ଘଣ୍ଟା ପରେ ଆନ୍ଦୋଳନରୁ ଓହରିଲେ ଗ୍ରାମବାସୀ

ଦାରିଙ୍ଗବାଡ଼ି, ୨୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିଆଙ୍ଗବାଲିଠାରେ ମୁଖ୍ୟମନ୍ତ୍ରୀ ବସ୍କୁ ଅଟକାଇ ଗ୍ରାମବାସୀଙ୍କ ପକ୍ଷରୁ କରାଯାଇଥିବା ବିକ୍ଷୋଭ ୩ ଘଣ୍ଟା ପରେ ପ୍ରତିଶ୍ରୁତି…

ବଙ୍ଗ ରାଜନୀତିରେ ହଇଚଇ; ଉପନିର୍ବାଚନ ପୂର୍ବରୁ ଦିଦିଙ୍କୁ ବଡ଼ ଝଟକା, ୧୦୦ରୁ ଅଧିକ….

କୋଲକାତା,୨୯।୯: ପଶ୍ଚିମବଙ୍ଗରେ ଆଗାମୀ ଉପନିର୍ବାଚନ ପୂର୍ବରୁ ତୃଣମୂଳ କଂଗ୍ରେସ (TMC)ରେ ଦଳୀୟ ପରିବର୍ତ୍ତନକୁ ନେଇ ଚର୍ଚ୍ଚା ଜୋର ଧରିଛି । ମାଲଦା ଜିଲାର ମହିଷ ବାଥାନୀ ଅଞ୍ଚଳର…

ଗଭୀର ଅବପାତରେ ପରିଣତ ହେଲା ଅବପାତ: ଆଜି ଝଡ଼ବର୍ଷା ନେଇ ୮ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୯।୯ (ବନ୍ଦନା ସେଠୀ):ଉତ୍ତର ଆଣ୍ଡାମାନ ସାଗର ଓ ସଂଲଗ୍ନ ମ୍ୟାନ୍‌ମାର ଉପକୂଳ ଉପରେ ଥିବା ଅବପାତ ସୋମବାର ଗଭୀର ଅବପାତରେ ପରିଣତ ହୋଇଛି। ଏହା ଉତ୍ତର-ଉତ୍ତର…

ମହାନଦୀ ଜଳବିବାଦ ସମାଧାନ କରିବେ ଶାହା: ଅକ୍ଟୋବର ୧ରେ ମିଳିପାରେ ଖୁସିଖବର

ଭୁବନେଶ୍ୱର,୨୯ା୯(ସୁନିତ୍‌ ମିଶ୍ର):ଓଡ଼ିଶା ଏବଂ ଛତିଶଗଡ଼ ମଧ୍ୟରେ ଦୀର୍ଘବର୍ଷ ହେଲା ମହାନଦୀ ଜଳ ବିବାଦ ଲାଗି ରହିଛି। ଏହି ବିଷୟ ବର୍ତ୍ତମାନ ଟ୍ରିବ୍ୟୁନାଲରେ ବିଚାରାଧୀନ ରହିଛି। ତେବେ କିଛିଦିନ…

ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଅଟଳ CJP, ଆସାମରୁ ଏଭଳି ଚେତାବନୀ ଦେଲେ ଆଶୁତୋଷ ରାଙ୍କା

ଗୁଆହାଟୀ,୨୯।୯: ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ନାମରେ ଭୋଟର ତାଲିକାରୁ ୧୩ କୋଟି ଲୋକଙ୍କ ନାମକୁ ବାଦ୍‌ ଦିଆଯାଇଥିବା ଅଭିଯୋଗକୁ ନେଇ ସିଇସି ଜ୍ଞାନେଶ କୁମାରଙ୍କ ଇସ୍ତଫା…

କେବେ ଆରମ୍ଭ ହେବ ୨୦୨୭ ବିଶ୍ୱକପ୍‌? ସାମ୍ନାକୁ ଆସିଲା ବଡ଼ ଅପଡେଟ୍‌,

ନୂଆଦିଲ୍ଲୀ,୨୯।୯: ୨୦୨୭ରେ ଖେଳାଯିବାକୁ ଥିବା ODI ବିଶ୍ୱକପ୍‌କୁ ନେଇ ବଡ଼ ଅପଡେଟ୍‌ ସାମ୍ନାକୁ ଆସିଛି । ଆନ୍ତର୍ଜାତୀୟ କ୍ରିକେଟ୍‌ ପରିଷଦ (ICC) ଆସନ୍ତା ଅକ୍ଟୋବର ୧ ତାରିଖରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?