ଓଲମା ସଶସ୍ତ୍ର ଡକାୟତି ଘଟଣା: ୪ କୋର୍ଟ ଚାଲାଣ

କୋକସରା,୨୩ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଓଲମା ଗାଁର ଧନଞ୍ଜୟ ସାହୁଙ୍କ ଘରେ ରବିବାର ରାତିରେ ଡକାୟତ ଗ୍ୟାଙ୍ଗ ଲୁଟ୍‌ କରି ଫେରାର ହୋଇଯିବା ଘଟଣାରେ ବୁଧବାର କୋକସରା ପୋଲିସ ୪ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଘଟଣାରେ ସମ୍ପୃକ୍ତ ଅନ୍ୟ ଜଣଙ୍କୁ ଡାକ୍ତରଖାନା ନେବା ବାଟରେ ମୃତ୍ୟୁ ହୋଇଥିବା ଧର୍ମଗଡ଼ ଉପଖଣ୍ଡ ପୋଲିସ ଅଧିକାରୀ ପ୍ରେସ୍‌ ବିବୃତ୍ତିରେ ସୂଚନା ଦେଇଛନ୍ତି।

ପୋଲିସ ସୂଚନାନୁସାରେ, ରବିବାର ବିଲମ୍ବିତ ରାତିରେ ଓଲମା ଗାଁର ଧନଞ୍ଜୟ ସାହୁଙ୍କ ଘରର ମୁଖ୍ୟ ଗେଟ୍‌ ଦେଇ ୧୦ରୁ ୧୨ ଜଣ ମୁଖାପିନ୍ଧା ଡକାୟତ ଘର ଭିତରକୁ ପଶିଥିଲେ। ସେମାନେ ଘର ଲୋକଙ୍କୁ ମାରପିଟ୍‌ କରି ଭୟଭୀତ କରାଇ ଟଙ୍କା, ସୁନା ଗହଣା ଓ ଘରର ଆସବାବପତ୍ର ସହିତ ଟିଭି, ଲାପ୍‌ଟପ୍‌, କମ୍ପ୍ୟୁଟର ଆଦି ସାମଗ୍ରୀ ଲୁଟ୍‌ କରି ଚମ୍ପଟ ମାରିଥିଲେ। ଏହାରି ଭିତରେ ପାଚେରି ଡେଇଁ ଫେରାର ହେଉଥିବା ଜଣେ ଡକାୟତଙ୍କ ଗୋଡ଼ ଭାଙ୍ଗି ଯିବାରୁ କାବୁ କରି ଗାଁ ଲୋକେ ପୋଲିସକୁ ଜିମା ଦେଇଥିଲେ। ଧର୍ମଗଡ଼ ଉପଖଣ୍ଡ ପୋଲିସ ଅଧିକାରୀ ଧୀରଜ କୁମାର ଚୋପଦାରଙ୍କ ନେତୃତ୍ୱରେ କୋକସରା, ଆମପାଣି ସମେତ ବିଭିନ୍ନ ଥାନାର ପୋଲିସ ଅଧିକାରୀମାନଙ୍କ ସହିତ ସନ୍ଧାନୀ କୁକୁର ଓ ସାଇଣ୍ଟିଫିକ୍‌ ଦଳ ସାହାଯ୍ୟରେ ତଦନ୍ତକୁ ଜୋରଦାର କରାଯାଇଥିଲା। ଘଟଣା ଦିନ ହିଁ ଜଣେ ଡକାୟତକୁ ଆମପାଣି ଥାନା ପୋଲିସ କାଉଡୋଲାରୁ କାବୁ କରିଥିଲା। ବିଭିନ୍ନ ସ୍ଥାନରେ ପୋଲିସ କଡ଼ାକଡ଼ି ତଦନ୍ତ ଆରମ୍ଭ କରି ଦେଇଥିଲା। ଏହି ଘଟଣାରେ ବର୍ତ୍ତମାନ ସୁଦ୍ଧା ୫ଜଣକୁ ପୋଲିସ ଧରିଥିବା ବେଳେ ପାଚେରି ଡେଇଁ ଫେରାର ବେଳେ ଗୋଡ ଭାଙ୍ଗି ଗୁରୁତର ହୋଇଥିବା ସମ୍ପୃକ୍ତ ଯୁବକଙ୍କ ବୁର୍ଲା ମଡିକାଲ ନେବା ସମୟରେ ରାସ୍ତାରେ ତାଙ୍କର ମୃତ୍ୟୁ ହୋଇଥିବା ଓ ଗିରଫ ୪ ଜଣଙ୍କୁ ବୁଧବାର ଡାକ୍ତରୀ ମାଇନା ପରେ କୋର୍ଟ ଚାଲାଣ କରାଯାଇଥିବା ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨୦ଟଙ୍କା ଲାଞ୍ଚ ପାଇଁ ୩୦ ବର୍ଷର ଆଇନଗତ ଲଢ଼େଇ

ନୂଆଦିଲ୍ଲୀ, ୨୦।୮: ମାତ୍ର ୨୦ଟଙ୍କା ଲାଞ୍ଚ ମାମଲାରେ ୩ ଦଶନ୍ଧି ଧରି ଚାଳିଥିବା ଆଇନଗତ ଲଢ଼େଇର ଅନ୍ତ ଘଟିଛି। ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ ଉଜ୍ଜଳ ଭୂୟାଁ ଏବଂ…

୨୮ରେ ରାଜ୍ୟ କ୍ୟାବିନେଟ୍‌: ୭ ପ୍ରସ୍ତାବକୁ ମିଳିପାରେ ଅନୁମୋଦନ

ଭୁବନେଶ୍ୱର,୨୦।୮(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଅଗଷ୍ଟ ୨୮ତାରିଖରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଏ ସଂକ୍ରାନ୍ତରେ ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ମନ୍ତ୍ରିମଣ୍ଡଳର ସଦସ୍ୟମାନଙ୍କୁ…

ଆଉ ଏକ ଲଘୁଚାପ: ୨୨ରୁ ପୁଣି ବର୍ଷା, ୧୫ ଜିଲାକୁ ୟେଲୋ ୱାର୍ନିଂ

ଭୁବନେଶ୍ୱର,୧୯ା୮(ସୌମ୍ୟରଞ୍ଜନ ରାଉତ) – ପଛକୁ ପଛ ଲଘୁଚାପ ଯୋଗୁ ପ୍ରବଳ ବର୍ଷା ହେବାରୁ ରାଜ୍ୟରେ ବନ୍ୟା ଦୁର୍ଦ୍ଦଶା ବଢ଼ି ଚାଲିଛି। ଏପରି ସ୍ଥିତିରେ ଆସୁଛି ଆଉ ଏକ…

ଜାତୀୟ ରାଜପଥରେ ପିକ୍‌ଅପ୍‌ ଭ୍ୟାନ୍‌ ଅଟକାଇ ଲୁଟ୍‌ ଘଟଣାର ପର୍ଦ୍ଦାଫାଶ: ଜେଲ ଗଲେ ୩ ଅଭିଯୁକ୍ତ,୪ ନାବାଳକ…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ପାଟପୁର ପୋଲିସ ଏକ ବଡ଼ଧରଣର ଡକାୟତି ଘଟଣାର ପର୍ଦ୍ଦାଫାସ କରିଛି। ବ୍ରହ୍ମପୁର-ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ମାର୍ଥାପୁର ନିକଟରେ ପିକ୍‌ଅପ୍‌ ଭ୍ୟାନ୍‌…

ରାଜ୍ୟର ଅଧିକାର ଛଡ଼ାଇ ନେବ ଏମ୍‌ଏମ୍‌ଡିଆର୍‌ ବିଲ୍‌: ଚେତାଇଲେ ନବୀନ, BJPକୁ ଟାର୍ଗେଟ୍ କରି…

ଭୁବନେଶ୍ୱର,୧୯।୮(ସୁନିତ୍‌ ମିଶ୍ର): ୨୦୦୦ ମସିହାରେ ଯେତେବେଳେ ବିଜେଡି ଶାସନ କ୍ଷମତାକୁ ଆସିଲା, ସେତେବେଳକୁ ଓଡ଼ିଶାର ଅର୍ଥନୀତି ବହୁ ଖରାପ ଅବସ୍ଥାରେ ଥିଲା। ସରକାର ଓଭରଡ୍ରାଫ୍ଟ ଉପରେ ନିର୍ଭର…

Facebookରେ ଲାଇଭ୍‌ ଆସିଲେ,ବେକରେ ରଶି ଲଗାଇ ଝୁଲି ପଡ଼ିଲେ…ସ୍ତ୍ରୀଙ୍କ ସହ ବିବାଦ ପରେ…

ବରେଲୀ,୧୯।୮: ଉତ୍ତରପ୍ରଦେଶର ବରେଲୀ ଜିଲାରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ପାରିବାରିକ ବିବାଦକୁ କେନ୍ଦ୍ର କରି ଜଣେ ଯୁବକ ଫେସବୁକ୍‌ରେ ଲାଇଭ୍ ଆସି ଆତ୍ମହତ୍ୟା…

କେବେ ବାନ୍ଧିବେ ରାକ୍ଷୀ? ୨୭ ନା ୨୮, ଜାଣନ୍ତୁ ତାରିଖ

ରାକ୍ଷୀ ପୂର୍ଣ୍ଣିମା ଏକ ଲୋକପ୍ରିୟ ପାରମ୍ପରିକ ହିନ୍ଦୁ ପର୍ବ । ଏହି ପର୍ବ ଭାଇ ଓ ଭଉଣୀଙ୍କ ମଧ୍ୟରେ ବନ୍ଧୁତ୍ୱକୁ ଦୃଢ଼ କରିଥାଏ । ଏହି ଦିନ…

ଦୁଇ ଭାରତୀୟ ଡାକ୍ତରଙ୍କୁ ସମ୍ମାନିତ କରିବ ପାକିସ୍ତାନ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଇସଲାମାବାଦ,୧୯।୮: ପାକିସ୍ତାନ ସରକାର ମହମ୍ମଦ ଅଲୀ ଜିନ୍ନାଙ୍କ ଗୁରୁତର ଅସୁସ୍ଥତାକୁ ଗୋପନ ରଖିବା ଏବଂ ତାଙ୍କର ଚିକିତ୍ସା କରିଥିବା ଦୁଇ ଭାରତୀୟ ଡାକ୍ତରଙ୍କୁ ସମ୍ମାନ ଦେବାକୁ ଘୋଷଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri