ଓଲମା ସଶସ୍ତ୍ର ଡକାୟତି ଘଟଣା: ୪ କୋର୍ଟ ଚାଲାଣ

କୋକସରା,୨୩ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଓଲମା ଗାଁର ଧନଞ୍ଜୟ ସାହୁଙ୍କ ଘରେ ରବିବାର ରାତିରେ ଡକାୟତ ଗ୍ୟାଙ୍ଗ ଲୁଟ୍‌ କରି ଫେରାର ହୋଇଯିବା ଘଟଣାରେ ବୁଧବାର କୋକସରା ପୋଲିସ ୪ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଘଟଣାରେ ସମ୍ପୃକ୍ତ ଅନ୍ୟ ଜଣଙ୍କୁ ଡାକ୍ତରଖାନା ନେବା ବାଟରେ ମୃତ୍ୟୁ ହୋଇଥିବା ଧର୍ମଗଡ଼ ଉପଖଣ୍ଡ ପୋଲିସ ଅଧିକାରୀ ପ୍ରେସ୍‌ ବିବୃତ୍ତିରେ ସୂଚନା ଦେଇଛନ୍ତି।

ପୋଲିସ ସୂଚନାନୁସାରେ, ରବିବାର ବିଲମ୍ବିତ ରାତିରେ ଓଲମା ଗାଁର ଧନଞ୍ଜୟ ସାହୁଙ୍କ ଘରର ମୁଖ୍ୟ ଗେଟ୍‌ ଦେଇ ୧୦ରୁ ୧୨ ଜଣ ମୁଖାପିନ୍ଧା ଡକାୟତ ଘର ଭିତରକୁ ପଶିଥିଲେ। ସେମାନେ ଘର ଲୋକଙ୍କୁ ମାରପିଟ୍‌ କରି ଭୟଭୀତ କରାଇ ଟଙ୍କା, ସୁନା ଗହଣା ଓ ଘରର ଆସବାବପତ୍ର ସହିତ ଟିଭି, ଲାପ୍‌ଟପ୍‌, କମ୍ପ୍ୟୁଟର ଆଦି ସାମଗ୍ରୀ ଲୁଟ୍‌ କରି ଚମ୍ପଟ ମାରିଥିଲେ। ଏହାରି ଭିତରେ ପାଚେରି ଡେଇଁ ଫେରାର ହେଉଥିବା ଜଣେ ଡକାୟତଙ୍କ ଗୋଡ଼ ଭାଙ୍ଗି ଯିବାରୁ କାବୁ କରି ଗାଁ ଲୋକେ ପୋଲିସକୁ ଜିମା ଦେଇଥିଲେ। ଧର୍ମଗଡ଼ ଉପଖଣ୍ଡ ପୋଲିସ ଅଧିକାରୀ ଧୀରଜ କୁମାର ଚୋପଦାରଙ୍କ ନେତୃତ୍ୱରେ କୋକସରା, ଆମପାଣି ସମେତ ବିଭିନ୍ନ ଥାନାର ପୋଲିସ ଅଧିକାରୀମାନଙ୍କ ସହିତ ସନ୍ଧାନୀ କୁକୁର ଓ ସାଇଣ୍ଟିଫିକ୍‌ ଦଳ ସାହାଯ୍ୟରେ ତଦନ୍ତକୁ ଜୋରଦାର କରାଯାଇଥିଲା। ଘଟଣା ଦିନ ହିଁ ଜଣେ ଡକାୟତକୁ ଆମପାଣି ଥାନା ପୋଲିସ କାଉଡୋଲାରୁ କାବୁ କରିଥିଲା। ବିଭିନ୍ନ ସ୍ଥାନରେ ପୋଲିସ କଡ଼ାକଡ଼ି ତଦନ୍ତ ଆରମ୍ଭ କରି ଦେଇଥିଲା। ଏହି ଘଟଣାରେ ବର୍ତ୍ତମାନ ସୁଦ୍ଧା ୫ଜଣକୁ ପୋଲିସ ଧରିଥିବା ବେଳେ ପାଚେରି ଡେଇଁ ଫେରାର ବେଳେ ଗୋଡ ଭାଙ୍ଗି ଗୁରୁତର ହୋଇଥିବା ସମ୍ପୃକ୍ତ ଯୁବକଙ୍କ ବୁର୍ଲା ମଡିକାଲ ନେବା ସମୟରେ ରାସ୍ତାରେ ତାଙ୍କର ମୃତ୍ୟୁ ହୋଇଥିବା ଓ ଗିରଫ ୪ ଜଣଙ୍କୁ ବୁଧବାର ଡାକ୍ତରୀ ମାଇନା ପରେ କୋର୍ଟ ଚାଲାଣ କରାଯାଇଥିବା ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?