Posted inଖେଳ

ଅଲିମ୍ପିକ୍‌ ବ୍ୟାଡ୍‌ମିଣ୍ଟନ: ସିନ୍ଧୁଙ୍କ ବିଜୟ ଅଭିଯାନ

 

ଟୋକିଓ,୨୬।୭(ପି.ଟି): ଟୋକିଓ ଅଲିମ୍ପିକ୍ସ ବ୍ୟାଡ୍‌ମିଣ୍ଟନ ଇଭେଣ୍ଟରେ ଭାରତୀୟ ମହିଳା ତାରକା ଖେଳାଳି ତଥା ବିଶ୍ୱ ଚାମ୍ପିୟନ ପି.ଭି. ସିନ୍ଧୁ ବିଜୟରୁ ଅଭିଯାନ ଆରମ୍ଭ କରିଛନ୍ତି। ଗତ ୨୦୧୬ ରିଓ ଅଲିମ୍ପିକ୍ସରେ ରୌପ୍ୟ ପଦକ ହାସଲ କରିଥିବା ସିନ୍ଧୁ ପ୍ରଥମ ରାଉଣ୍ଡରେ ଇସ୍ରାଏଲର କେସିନା ପୋଲିକରପୋଭାଙ୍କୁ ପରାସ୍ତ କରି ଦ୍ୱିତୀୟ ରାଉଣ୍ଡରେ ପ୍ରବେଶ କରିଛନ୍ତି। ଟୁର୍ନାମେଣ୍ଟରେ ଷଷ୍ଠ ସିଡ୍‌ ମାନ୍ୟତା ପାଇଥିବା ସିନ୍ଧୁ ୨୧-୭, ୨୧-୧୦ରେ ବିଶ୍ୱର ୫୮ ନମ୍ବର ଖେଳାଳି ପୋଲିକରପୋଭାଙ୍କୁ ସିଧାସଳଖ ଗେମ୍‌ରେ ହରାଇ ଅଗ୍ରଗତି କରିଛନ୍ତି।
ଏହି ମ୍ୟାଚ୍‌କୁ ଆଦୌ ହାଲୁକା ଭାବେ ନେଇ ନ ଥିଲି। ମ୍ୟାଚ୍‌ର ପ୍ରତ୍ୟେକ ମୁହୂର୍ତ୍ତ ମୋ ପାଇଁ ଗୁରୁତ୍ୱପୂର୍ଣ୍ଣ ଥିଲା ବୋଲି ସିନ୍ଧୁ ମ୍ୟାଚ୍‌ ପରେ କହିଛନ୍ତି। ତେବେ ବିଜୟୀ ହେବା ପାଇଁ ସିନ୍ଧୁଙ୍କୁ ସେତେଟା କଷ୍ଟ କରିବାକୁ ପଡି ନ ଥିଲା। ବିଶ୍ୱ ର଼୍ୟାଙ୍କିଙ୍ଗ୍‌ର ୭ ନମ୍ବର ସ୍ଥାନରେ ରହିଥିବା ସିନ୍ଧୁ ଏବେ ଦ୍ୱିତୀୟ ରାଉଣ୍ଡରେ ୩୪ ନମ୍ବର ଖେଳାଳି ହଂକଂର ଚେଅଙ୍ଗ ଏନ୍‌ଗାନଙ୍କୁ ଗ୍ରୁପ୍‌ ପର୍ଯ୍ୟାୟରେ ଭେଟିବେ। ଆରମ୍ଭରୁ ସିନ୍ଧୁ ଆକ୍ରମଣାତ୍ମକ ଖେଳ ପ୍ରଦର୍ଶନ କରିଥିଲେ ଓ ପ୍ରତିପକ୍ଷ ଖେଳାଳିଙ୍କୁ କୌଣସି ସୁଯୋଗ ଦେଇ ନ ଥିଲେ।
ଶନିବାର ଭାରତୀୟ ଡବଲ୍ସ ଯୋଡି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ସେଟ୍ଟୀ ବିଶ୍ୱର ୨ ନମ୍ବର ଯୋଡି ଚାଇନିଜ ତାଇପେର ୟାଙ୍ଗ ଲି ଓ ଚି- ଲିନ୍‌ ଓ୍ବାଙ୍ଗଙ୍କୁ ଗ୍ରୁପ୍‌ ଏ’ ମ୍ୟାଚ୍‌ରେ ହରାଇ ବିପର୍ଯ୍ୟୟ ଘଟାଇବା ସହ ଅଗ୍ରଗତି କରିଛନ୍ତି। ତେବେ ବି. ସାଇ ପ୍ରଣୀଥ ବିଶ୍ୱର ୪୭ ନମ୍ବର ଖେଳାଳି ଇସ୍ରାଏଲର ମିଶା ଜିଲବେରମ୍ୟାନଙ୍କଠାରୁ ପରାସ୍ତ ହୋଇ ବିଦାୟ ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଇମୋଶନାଲ ହେଲେ ହିଟମ୍ୟାନ, କହିଲେ ‘ତୁମେ ଜଣେ ଲିଜେଣ୍ଡ’

ନୂଆଦିଲ୍ଲୀ,୪।୮: ପୂର୍ବତନ ଭାରତୀୟ ଅଧିନାୟକ ରୋହିତ ଶର୍ମାଙ୍କ ଟି. ଦିଲୀପଙ୍କୁ ବିଦାୟ ବାର୍ତ୍ତା ଭାଇରାଲ ହୋଇଛି। ଶୁଭଦୀପ ଘୋଷଙ୍କୁ ଏବେ ଦିଲୀପଙ୍କ ସ୍ଥାନରେ ଭାରତର ଫିଲ୍ଡିଂ ପ୍ରଶିକ୍ଷକ…

ନୂଆ ଅବତାରରେ ଧୋନୀ: ଭାଇରାଲ ହେଉଛି VIDEO

ରାଞ୍ଚି,୩।୮: ପୁଣି ଚର୍ଚ୍ଚାରେ ଭାରତୀୟ କ୍ରିକେଟ୍‌ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ। ତାଙ୍କୁ ଏକ ନୂଆ ଅବତାରରେ ଦେଖାଯାଇଛି। ଧୋନୀ ଏକ ରେସଟ୍ରାକରେ ବାଇକ…

ମ୍ୟାଚ୍‌ ଫିକ୍ସଂ କରି ୮ ବର୍ଷ ବାସନ୍ଦ ହେଲେ ଏହି କ୍ରିକେଟର

ଦୁବାଇ,୩ା୮: ୟୁଏସ୍‌ଏ ଖେଳାଳି ବୋଦୁଗମ ଅଖିଳେଶ ରେଡ୍ଡୀ ଏକ ମ୍ୟାଚ୍‌ ଫିକ୍ସଂ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ୮ ବର୍ଷ ଲାଗି ସମସ୍ତ ପ୍ରକାର କ୍ରିକେଟରୁ ବାସନ୍ଦ…

ଟିମ ଇଣ୍ଡିଆର ବଦଳିଲେ କୋଚ୍‌, ଭାବୁକ ହୋଇ ଏମିତି କହିଦେଲେ ରୋହିତ, ପଢନ୍ତୁ…

ନୂଆଦିଲ୍ଲୀ,୩।୮: ଟିମ ଇଣ୍ଡିଆର କୋଚିଂ ଷ୍ଟାଫ୍‌ରେ ବଡ଼ ପରିବର୍ତ୍ତନ ହୋଇଛି। ଫିଲ୍ଡିଂ କୋଚ ଟି. ଦିଲୀପଙ୍କ ଚୁକ୍ତି ଶେଷ ହୋଇଯାଇଛି। ଏଥର ବିସିସିଆଇ ତାଙ୍କ ଚୁକ୍ତିକୁ ନବୀକରଣ…

କ୍ରିକେଟ ଜଗତରୁ ଆସିଲା ବଡ଼ ଖବର: ୮ ବର୍ଷ ପାଇଁ ଏହି କ୍ରିକେଟରଙ୍କୁ ବ୍ୟାନ୍‌ କଲା ICC

ନୂଆଦିଲ୍ଲୀ,୩।୮: କ୍ରିକେଟ ଜଗତରୁ ଏକ ଚମକାଇଦେଲା ଭଳି ଖବର ସାମ୍ନାକୁ ଆସିଛି। ମ୍ୟାଚ ଫିକ୍ସିଂ ମାମଲାରେ ଦୋଷୀ ସାବ୍ୟସ୍ତ ହେବା ପରେ ଆମେରିକାର କ୍ରିକେଟର ଅଖିଲେଶ ରେଡ୍ଡିଙ୍କୁ…

ଛାଡ଼ପତ୍ର ହେଲେ କାଙ୍ଗାଳ ହେବେ ରୋନାଲ୍ଡୋ! ବିବାହ ପୂର୍ବରୁ ରୋନାଲ୍ଡୋ-ଜର୍ଜିନା କରିଥିଲେ ଏହି ଏଗ୍ରିମେଣ୍ଟ

ଲିସବନ,୩।୮: ପର୍ତ୍ତୁଗାଲର ଦିଗ୍ଗଜ ଫୁଟବଲର୍‌ କ୍ରିଷ୍ଟିଆନୋ ରୋନାଲ୍ଡୋ ଏବଂ ତାଙ୍କ ଗର୍ଲଫ୍ରେଣ୍ଡ ଜର୍ଜିନା ରୋଡ୍ରିଗେଜଙ୍କ ବିବାହ ତାରିଖକୁ ନେଇ ଚାଲିଥିବା କଳ୍ପନାଜଳ୍ପନା ମଧ୍ୟରେ ଉଭୟଙ୍କର ବିବାହ ପୂର୍ବରୁ…

ମହିଳା ରେସଲର ଯୌନ ନିର୍ଯାତନା ମାମଲାରେ ବ୍ରିଜଭୂଷଣ ସିଂହଙ୍କୁ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୩।୮: କୈସରଗଞ୍ଜ (ଉତ୍ତର ପ୍ରଦେଶ)ର ପୂର୍ବତନ ଏମପି ଏବଂ ଭାରତୀୟ ଜନତା ପାର୍ଟିର ନେତା ବ୍ରିଜଭୂଷଣ ଶରଣ ସିଂହଙ୍କୁ ଦିଲ୍ଲୀର ରାଉଜ ଆଭେନ୍ୟୁ କୋର୍ଟରୁ ବଡ଼ ଆଶ୍ୱସ୍ତି…

IND vs SL: ବୁମରା OUT; ଶ୍ରୀଲଙ୍କା ଗସ୍ତ ପୂର୍ବରୁ BCCIର ବଡ଼ ନିଷ୍ପତ୍ତି, ଏହି ଖେଳାଳିଙ୍କୁ ସୁଯୋଗ

ନୂଆଦିଲ୍ଲୀ,୩ା୮: ଶ୍ରୀଲଙ୍କା ବିପକ୍ଷ ଗୁରୁତ୍ୱପୂର୍ଣ୍ଣ ଟେଷ୍ଟ ସିରିଜ୍ ପୂର୍ବରୁ ଟିମ୍ ଇଣ୍ଡିଆର ସମସ୍ୟା ବଢ଼ିଚାଲିଛି । ନୀତିଶ କୁମାର ରେଡ୍ଡୀ ଓ ହର୍ଷିତ ରାଣା ଆହତ ହୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri