Posted inଖେଳ

ଅଲିମ୍ପିକ୍ସ ବକ୍ସିଂ: କ୍ୱାର୍ଟରରେ ପଦାର୍ପଣକାରୀ ସତୀଶ

ଟୋକିଓ,୩୦।୭(ପି.ଟି.): ଅଲିମ୍ପିକ୍ସରେ ଭାରତର ପ୍ରଥମ ସୁପର ହେଭିଓ୍ବେଟ (+୯୧ କେ.ଜି.) ବକ୍ସର ଭାବେ ଅଂଶଗ୍ରହଣ କରିଥିବା ସତୀଶ କୁମାର ପଦାର୍ପଣରେ ହିଁ କ୍ୱାର୍ଟର ଫାଇନାଲରେ ପ୍ରବେଶ କାରି ଭାରତ ପାଇଁ ପଦକ ସମ୍ଭାବନା ସୃଷ୍ଟି କରିଛନ୍ତି। ଗୁରୁବାର ସେ ଜାମାଇକାର ରିକାର୍ଡୋ ବ୍ରାଉନ୍‌ଙ୍କୁ ହରାଇ ଏହି ସଫଳତା ପାଇଛନ୍ତି।
୩୨ ବର୍ଷୀୟ ସତୀଶ ୪-୧ରେ ବ୍ରାଉନଙ୍କୁ ଅତି ସହଜରେ ହରାଇଛନ୍ତି। ସେ ପୂର୍ବରୁ ଦୁଇଥର ଏସିଆନ ଚାମ୍ପିୟନଶିପ୍‌ ବ୍ରୋଞ୍ଜ ପଦକ ହାସଲ କରିଥିଲେ। ସେ ମଧ୍ୟ ଏକାଧିକବାର ଜାତୀୟ ଚାମ୍ପିୟନଶିପ୍‌ରେ ବିଜୟୀ ହୋଇଛନ୍ତି। ବ୍ରାଉନଙ୍କ ଦୁର୍ବଳ ଫୁଟଓ୍ବାର୍କରୁ ସେ ଫାଇଦା ଉଠାଇଛନ୍ତି। ସତୀଶ ଏହି ବାଉଟ୍‌ରେ ମାପଚୁପ୍‌ ପ୍ରଦର୍ଶନ କରିଥିଲେ। ତାଙ୍କ ପ୍ରଦର୍ଶନକୁ ଭାରତୀୟ ବକ୍ସିଂ ହାଇପରଫର୍ମାନ୍ସ ଡାଇରେକ୍ଟର ସାଣ୍ଟିଆଗୋ ନିଏଭା ପ୍ରଶଂସା କରିଛନ୍ତି। କ୍ୱାର୍ଟରରେ ସତୀଶ ଉଜବେକିସ୍ତାନର ବାଖୋଡିର ଜାଲୋଲୋଭଙ୍କୁ ଭେଟିବେ। ଏସିଆନ ଚାମ୍ପିୟନ ଜାଲୋଲୋଭ ୫-୦ରେ ଆଜରବୈଜାନର ମହମ୍ମଦ ଅବଦୁଲ୍ଲାୟେଙ୍କୁ ହରାଇ କ୍ୱାର୍ଟରକୁ ଉଠିଛନ୍ତି। ତେବେ ଏହି ମୁକାବିଲାରେ ସତୀଶ କଡ଼ା ଚ୍ୟାଲେଞ୍ଜର ସମ୍ମୁଖୀନ ହେବେ ବୋଲି ନିଏଭା କହିଛନ୍ତି।
ସତୀଶ ପୂର୍ବରୁ ୨୦୧୮ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ରୌପ୍ୟ ପଦକ ହାସଲ କରିଥିଲେ। ଉତ୍ତରପ୍ରଦେଶର ବୁଲନ୍ଦ ସହରରେ ରହୁଥିବା ସତୀଶ ଜଣେ ସୈନିକ। ସେ କବାଡି ଖେଳୁଥିଲେ। ତେବେ ତାଙ୍କର ଦୃଢ ତଥା ଶକ୍ତିଶାଳୀ ଶରୀର ଦେଖି ଆର୍ମି କୋଚ୍‌ମାନେ ତାଙ୍କୁ ବକ୍ସିଂ ଖେଳିବାକୁ ଉତ୍ସାହିତ କରିଥିଲେ। ଅପରପକ୍ଷରେ ୩୧ ବର୍ଷୀୟ ବ୍ରାଉନ ୧୯୯୬ ପରେ ଜାମାଇକାର ପ୍ରଥମ ବକ୍ସର ଭାବେ ଅଲିମ୍ପିକ୍ସ କ୍ୱାଲିଫାଏ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆଇପିଏଲ୍‌ ୨୦୨୬: ଚାମିରା, ନିସାଙ୍କା, କାମିନ୍ଦୁ ମେଣ୍ଡିସଙ୍କୁ ମିଳିଲା ଏନ୍‌ଓସି

କଲମ୍ବୋ, ୨୦ା୩: ଆଇପିଏଲ୍‌-୨୦୨୬ରେ ଅଂଶଗ୍ରହଣ କରିବା ପାଇଁ ଶ୍ରୀଲଙ୍କା କ୍ରିକେଟ(ଏସ୍‌ଏଲ୍‌ସି) ଶୁକ୍ରବାର ଦୁଷ୍ମନ୍ତ ଚାମିରା, ପାଥୁମ ନିସାଙ୍କା ଓ କାମିନ୍ଦୁ ମେଣ୍ଡିସଙ୍କୁ ନୋ ଅବ୍‌ଜେକ୍ସନ ସାର୍ଟିଫିକେଟ (ଏନ୍‌ଓସି)…

ମହିଳା ବିଶ୍ୱକପ୍‌ ପାଇଁ ଫିଫାର ଆସିଲା ନୂଆ ନିୟମ, ଜାଣନ୍ତୁ…

ଜୁରିଚ୍‌,୨୦ା୩: ବିଶ୍ୱ ଫୁଟ୍‌ବଲ ପରିଚାଳନା ସଂସ୍ଥା ‘ଫିଫା’ର ଏକ ନୂଆ ନିୟମ ଅନୁମୋଦନ ଲାଭ କରିଛି। ଏଣିକି ମହିଳା ବିଶ୍ୱକପ୍‌ ଓ ଅନ୍ୟ ଟୁର୍ନାମେଣ୍ଟଗୁଡ଼ିକରେ ମହିଳା ଫୁଟ୍‌ବଲ…

ତୃତୀୟ ଟି୨୦ ଜିତିଲା ନ୍ୟୁଜିଲାଣ୍ଡ

ଅକ୍‌ଲାଣ୍ଡ,୨୦ା୩: ଶୁକ୍ରବାର ଖେଳାଯାଇଥିବା ତୃତୀୟ ଅନ୍ତର୍ଜାତୀୟ ଟି୨୦ କ୍ରିକେଟ ମ୍ୟାଚରେ ଦକ୍ଷିଣ ଆଫ୍ରିକାକୁ ୮ ଉଇକେଟରେ ପରାସ୍ତ କରିଛି ନ୍ୟୁଜିଲାଣ୍ଡ। ଟମ୍‌ ଲଥାମ(୬୩)ଙ୍କ ଆକର୍ଷଣୀୟ ଅର୍ଦ୍ଧଶତକ ଏବଂ…

IPL ପୂର୍ବରୁ ସରକାରଙ୍କ ‘ମାଷ୍ଟରଷ୍ଟ୍ରୋକ୍‌’: ୩୦୦ ଅଧିକ ବେଆଇନ ବେଟିଂ ସାଇଟ୍‌ ଉପରେ ଲାଗିଲା କଟକଣା

ନୂଆଦିଲ୍ଲୀ,୨୦।୩: ଭାରତରେ ବେଆଇନ ଜୁଆ ଏବଂ ସଟ୍ଟାବାଜି (Betting) ଚଳାଉଥିବା ସଂସ୍ଥାଗୁଡ଼ିକ ବିରୋଧରେ କେନ୍ଦ୍ର ସରକାର ଏକ ବଡ଼ ଧରଣର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ଆଗକୁ ଆଇପିଏଲ୍‌(IPL…

ଧୋନଙ୍କ ସହ ଏମିତି କରିବାକୁ ଖୁବ ଆଗ୍ରହୀ ଅଛନ୍ତି ସଞ୍ଜୁ ସମାସନ, Video ଖୋଲିଲା ବଡ଼ ଗୁମର

ନୂଆଦିଲ୍ଲୀ,୨୦।୩: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ ପୂର୍ବରୁ, ଚେନ୍ନାଇ ସୁପର କିଙ୍ଗସ ରାଜସ୍ଥାନ ରୟାଲ୍ସ ସହିତ ଏକ ଟ୍ରେଡରେ ସଞ୍ଜୁ ସାମସନଙ୍କୁ କିଣିଥିଲା। ସେବେଠାରୁ, ପ୍ରଶଂସକମାନେ…

ବୈଭବ ସୂର୍ଯ୍ୟବଂଶୀ ନୁହେଁ, IPL 2026ରେ ଧମାଲ କରିବେ ଏହି ଷ୍ଟାର, ବଡ଼ ଭବିଷ୍ୟବାଣୀ କଲେ ଏହି କ୍ରିକେଟର

ନୂଆଦିଲ୍ଲୀ,୨୦।୩: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗ ପାଇଁ କାଉଣ୍ଟଡାଉନ ଚାଲିଛି। ଲିଗର ୧୯ତମ ସିଜିନ ୨୮ ମାର୍ଚ୍ଚରେ ଆରମ୍ଭ ହେବାକୁ ଯାଉଛି। ଉଦଘାଟନୀ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ…

ଶ୍ୱଶୁରଙ୍କୁ ନେଇ ଏମିତି କହିଦେଲେ ଧୋନୀଙ୍କ ସ୍ତ୍ରୀ: ଚାରିଆଡ଼େ ହେଉଛି ଚର୍ଚ୍ଚା

ରାଞ୍ଚି,୨୦।୩: ଭରତୀୟ କ୍ରିକେଟ୍‌ ଦଳର ପୂର୍ବତନ କ୍ରିକେଟର୍‌ ମହେନ୍ଦ୍ର ସିଂହ ଧୋନୀଙ୍କ ପରିବାର ସମ୍ପର୍କରେ ଏକ ଭାବପ୍ରବଣ ପୋଷ୍ଟ ବର୍ତ୍ତମାନ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ତାଙ୍କ…

IPL୨୦୨୬ ପୂର୍ବରୁ ଅଭିଷେକ ଶର୍ମାଙ୍କୁ ଚେତାବନୀ ଦେଲେ ଅନିଲ କୁମ୍ବଲେ,’ସେହ୍ବାଗଙ୍କଠୁ ଶିଖ’

ନୂଆଦିଲ୍ଲୀ,୨୦।୩: ପୂର୍ବତନ ଭାରତୀୟ ଅଧିନାୟକ ଏବଂ ପ୍ରଶିକ୍ଷକ ଅନିଲ କୁମ୍ବଲେ ବିଶ୍ୱାସ କରନ୍ତି ଯେ ଯୁବ ଓପନର ଅଭିଷେକ ଶର୍ମାଙ୍କୁ ଧୂଆଁଧାର ବ୍ୟାଟିଂ ଏବଂ କ୍ରିଜରେ ରହିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri