ଓଡ଼ିଶା ଫେରି ନବୀନଙ୍କୁ ଭେଟିଲେ ଅଲିମ୍ପିକ୍ସ ବ୍ରୋଞ୍ଜ ପଦକ ବିଜେତା ଅମିତ୍‌ ରୋହିଦାସ୍

ଭୁବନେଶ୍ୱର,୧୬।୮: ଭାରତୀୟ ହକି ଦଳ ଲଗାତାର ଦ୍ୱିତୀୟ ଥର ଅଲିମ୍ପିକ୍ସରେ ବ୍ରୋଞ୍ଜ ପଦକ ବିଜୟୀ ଦଳର ସଦସ୍ୟ ଥିବା ଓଡ଼ିଶାର ଅମିତ ରୋହିଦାସ ଶୁକ୍ରବାର ଓଡ଼ିଶା ଫେରିଛନ୍ତି। ଅମିତଙ୍କୁ ବିମାନ ବନ୍ଦରରେ ବିପୁଳ ସ୍ୱାଗତ କରାଯାଇଥିବା ବେଳେ ମାଧ୍ୟାନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିବା ପରେ ସନ୍ଧ୍ୟାରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି।

ବିଜେଡି ସରକାର ଥିବା ଓଡ଼ିଶା ସରକାର ଭାରତୀୟ ହକି ଦଳକୁ ସ୍ପନ୍‌ସର୍‌ କରିବା ଆରମ୍ଭ କରିଥିଲେ। ଭାରତୀୟ ହକି ଦଳର ପୁନଃଉଥାନ ପଛରେ ନବୀନଙ୍କ ହାତ ଥିବା ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା ହୁଏ। ରାଜ୍ୟରେ ସରକାର ପରିବର୍ତନ ହେଲେ ମଧ୍ୟ ନୂଆ ସରକାର ହକି ଦଳର ସ୍ପନ୍‌ସର୍‌ସିପ୍ ୨୦୩୬ ପର୍ଯ୍ୟନ୍ତ ବୃଦ୍ଧି କରିଥିଲେ।

ସୁନ୍ଦରଗଡର ସଉନାମରା ଗାଁରେ ଅମିତ୍ ଜନ୍ମ ଗ୍ରହଣ କରିଥିଲେ। ଗାଁ ମାଟିରୁ ପାନ୍‌ପୋଷ ହଷ୍ଟେଲ ଓ ପାନ୍‌ପୋଷ ହଷ୍ଟେଲରୁ ଭାରତୀୟ ହକି ଦଳ ପର୍ଯ୍ୟନ୍ତ ତାଙ୍କର ଯାତ୍ରା ଅତ୍ୟନ୍ତ ଗୌରବମୟ। ୨୦୧୭ରୁ ବିଭିନ୍ନ ଜାତୀୟ ଓ ଆନ୍ତର୍ଜାତିକ ହକି ପ୍ରତିଯୋଗିତାରେ ଭାରତୀୟ ଦଳର ବିଜୟରେ ସେ ପ୍ରମୁଖ ଭୂମିକା ଗ୍ରହଣ କରି ଆସୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସନ୍ଦେହଜନକ କାରକୁ ଗୋଡ଼ାଇ ଧରିଲା ନନ୍ଦିପଦା ପୋଲିସ: ଚାଳକ-ଅନ୍ୟମାନେ ଫେରାର, ତଦନ୍ତ ଜାରି

ହାଟଡିହୀ, ୨୫।୯ (ଶୁଭକାନ୍ତ ନାୟକ): ଭଦ୍ରକ ପାର୍ଶ୍ୱରୁ କେନ୍ଦୁଝର ଜିଲା ଆନନ୍ଦପୁର ଅଭିମୁଖେ ୫୩ ନମ୍ବର ରାଜ୍ୟ ରାଜପଥରେ ଶୁକ୍ରବାର ରାତି ପ୍ରାୟ ୯ଟା ସମୟରେ ଯାଉଥିବା…

ଦିଗପହଣ୍ଡିରେ ଜଳବନ୍ଦୀ ସମସ୍ୟା: ପୂର୍ତ୍ତବିଭାଗ ବୈଷୟିକ ଟିମ୍ ର ଅନୁଧ୍ୟାନ

ଦିଗପହଣ୍ଡି,୨୫|୯(ଅଶେଷ ନାଥ ମିଶ୍ର) ଲଘୁଚାପ ଜନିତ ଲଗାଣ ବର୍ଷାରେ ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ପୁରୁଣା ବସଷ୍ଟାଣ୍ଡ ମୁଖ୍ୟ ରାସ୍ତାରେ ପ୍ରାୟ ୨ ଫୁଟ ଉଚ୍ଚତାରେ ବର୍ଷାଜଳ…

ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ; ଚାଷୀଙ୍କ ପାଇଁ ବଡ଼ ଘୋଷଣା

ଭୁବନେଶ୍ୱର,୨୫।୯: ରାଜ୍ୟରେ କୃଷି ଓ କୃଷକଙ୍କ ବିକାଶ ପାଇଁ ସମବାୟ କ୍ଷେତ୍ରରେ ଏକ ନୂତନ ଯୁଗର ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଆନୁଷ୍ଠାନିକ…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଟ୍ରକ୍‌ ଧକ୍କାରେ ମହିଳା ଶ୍ରମିକ ମୃତ, ୭ ଆହତ

ସମ୍ବଲପୁର, ୨୫।୯ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୋମୁରା ଥାନା ଅନ୍ତର୍ଗତ କଂସର ଗ୍ରାମ ନିକଟ ଜିଓ ପେଟ୍ରୋଲ ପମ୍ପ ସମ୍ମୁଖ ଜାତୀୟ ରାଜପଥ ନଂ. ୫୫…

ନଦୀରେ ଭାସିଯିବାବେଳେ ସାହାରା ହେଲା ଗଛଡାଳ: ପୋଲ ଉପରୁ ଖସିପଡ଼ି ଅଧ କି.ମି. ଭାସିଗଲେ ବୃଦ୍ଧ

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ବ୍ଲକ୍‌ ତେଲକନାଡି ଗ୍ରାମର ସୁବାସ ଭତ୍ରା (୫୫) ଭାସ୍କେଲ ନଦୀ ପୋଲ ଉପରେ ଠିଆ ହୋଇଥିବାବେବେଳେ ଗୋଡ଼ ଖସିଯିବାରୁ ତଳକୁ ପଡ଼ିଯାଇଥିଲେ।…

ଛାତ୍ରାବାସରେ ପଶିଲା ପାଣି

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ସ୍ଥିତ ସରକାରୀ ଭୂତପୂର୍ବ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଡ୍ରେନେଜ ସୁବିଧା ନ ଥିବା ଯୋଗୁ ଛାତ୍ରାବାସରେ ବର୍ଷାପାଣି ପ୍ରବେଶ କରିଥିଲା। ପ୍ରଧାନଶିକ୍ଷକ…

ଲଗାଣ ବର୍ଷା ପାଇଁ କାଲି ୫ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା: ଭଦ୍ରକର ୭ ବ୍ଲକରେ ୩୯୯ ସ୍କୁଲ ବନ୍ଦ

ଭୁବନେଶ୍ୱର,୨୫।୯: ରାଜ୍ୟରେ ଜାରି ରହିଥିବା ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଆସନ୍ତାକାଲି (ଶନିବାର) ରାଜ୍ୟର ୫ଟି ଜିଲାରେ ସ୍କୁଲଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି। ପିଲାମାନଙ୍କ ସୁରକ୍ଷାକୁ ଆଖିଆଗରେ…

ପାଣି ସୁଅରେ ଭାସିଗଲା କାର, ଦୁଇ ଘଣ୍ଟା ଫସିଲେ ୨ ଜଣ

ଉଦଳା, ୨୫/୯(ସନ୍ତୋଷ ବାଛିନୀ): ଅଚାନକ ରାସ୍ତାରେ ପାଣି ପ୍ରବାହିତ ହେବାରୁ ପାଣି ସୁଅରେ ଏକ କାର ଭାସିଯାଇଥିବାବେଳେ ଏଥିରେ ଥିବା ଦୁଇ ଜଣ ପ୍ରାୟ ଦୁଇ ଘଣ୍ଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?