Posted inଖେଳ

ଅଲିମ୍ପିକ୍ସ ପଦକର ରଙ୍ଗ ଛାଡିଗଲା, ସାଂଘାତିକ ଅଭିଯୋଗ ଆଣିଲେ ଆଥଲେଟ୍‌

ଓ୍ବାଶିଂଟନ୍‌,୧୧।୮: ପ୍ୟାରିସ ଅଲିମ୍ପିକ୍ସ ମେଡାଲକୁ ନେଇ ଆସିଛି ସାଂଘାତିକ ଅଭିଯୋଗ। ସପ୍ତାହକ ମଧ୍ୟରେ ରଙ୍ଗ ଛାଡି ଯାଉଛି। ସପ୍ତାହକ ମଧ୍ୟରେ ମେଡାଲର ରଙ୍ଗ ବଦଳି ଯାଇଥିବା ନେଇ ଗୁରୁତର ଅଭିଯୋଗ ଆଣିଛନ୍ତି ଜଣେ ଖେଳାଳି।ଆମେରିକାର ଆଥଲେଟ ନାଇଜା ହୁଷ୍ଟନ। ସେ ଚଳିତ ଅଲିମ୍ପିକ୍ସରେ ବ୍ରୋଞ୍ଜ ମେଡାଲ ଜିତିଛନ୍ତି। ତେବେ ତାଙ୍କୁ ମିଳିଥିବା ଏହି ବ୍ରୋଞ୍ଜ ମେଡାଲ ସପ୍ତାହକ ମଧ୍ୟରେ ରଙ୍ଗ ଛାଡିଯିବା ସହ ନଷ୍ଟ ହୋଇଯାଇଥିବା ସେ ଅଭିଯୋଗ ଆଣିଛନ୍ତି।

ତେବେ ଗୁରୁବାର ସ୍କେଟ ବୋର୍ଡ ଖେଳାଳି ନାଇଜା ଇନଷ୍ଟାଗ୍ରାମରେ ତାଙ୍କର ଖରାପ ହୋଇଯାଇଥିବା ବ୍ରୋଞ୍ଜ ପଦକର ଫଟୋ ସୋସିଆଲ ମିଡିଆ ଏକ୍ସରେ ଶେୟାର କରିଛନ୍ତି। ଏଥିସହ ଏହି ପଦକର କ୍ୱାଲିଟିକୁ ନେଇ ପ୍ରଶ୍ନ ଉଠାଇଛନ୍ତି। ସେ ଏକ ଭିଡିଓରେ କହିଛନ୍ତି, ଯେତେବେଳେ ଏହି ଅଲିମ୍ପିକ୍ସ ପଦକଗୁଡିକ ପୂରାପରି ନୂଆ ଥାଏ ସେତେବେଳେ ଭଲ ଦେଖାଯାଏ। କିନ୍ତୁ ଏଥିରେ ଝାଳ ଲାଗି ଯିବା ଓ ସାଙ୍ଗ ସାଥୀମାନେ ଛୁଇଁବାର ମାତ୍ର ଏକ ସପ୍ତାହ ମଧ୍ୟରେ ଏହାର ଅସଲ କ୍ୱାଲିଟି ସାମ୍ନାକୁ ଆସେ।
ହଷ୍ଟନ ଶେୟାର କରିଥିବା ଭିଡିଓରେ ମେଡାଲର କ୍ୱାଲିଟି ନଷ୍ଟ ହୋଇଯାଇଥିବା ସ୍ପଷ୍ଟ ରୂପେ ଦେଖିବାକୁ ମିଳିଛି। ତାଙ୍କ ମେଡାଲର ଉଭୟ ପାର୍ଶ୍ୱର ରଙ୍ଗ ବଦଳି ଯାଇଛି ଓ ନଷ୍ଟ ମଧ୍ୟ ହୋଇଯାଇଛି।

କହିରଖୁ ଯେ, ପ୍ୟାରିସ ଅଲିମ୍ପିକ୍ସ-୨୦୨୪ରେ ଦିଆଯାଉଥିବା ପ୍ରତିଟି ପଦକ ବେଶ ନିଆରା। ଏହି ପଦକଗୁଡିକୁ ଏଫିଲ ଟାଓ୍ବାର ନିର୍ମାଣରେ ବ୍ୟବହୃତ ଲୁହା ଖଣ୍ଡ ବ୍ୟବହାର କରି ତିଆରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ତିହାଡ଼ିପାଲି ଶିବ ମନ୍ଦିର ନିକଟ ପୋଲ ଉପରେ ଚାଲିଛି ପାଣି: ଯାତାୟାତ ବାଧାପ୍ରାପ୍ତ

ଜମନକିରା, ୮।୮ (ରବୀନ୍ଦ୍ର ପ୍ରସାଦ ଦାନୀ): ଚଳିତ ବର୍ଷ ଅତ୍ୟଧିକ ବର୍ଷା ଯୋଗୁଁ କୁଚିଣ୍ଡା-ଲାଡ-ଫାଶିମାଲ ଭାୟା ଧୁଡ଼ିପାଲି ପିଡବ୍ଲ୍ୟୁଡି ରାସ୍ତାରେ ଗମ୍ଭୀର ସମସ୍ୟା ସୃଷ୍ଟି ହୋଇଛି। ତିହାଡ଼ିପାଲି…

କାର୍ଯ୍ୟସ୍ଥଳରେ ମହିଳାଙ୍କୁ ଯୌନ ଉତ୍ପୀଡନରୁ ସୁରକ୍ଷା, ପ୍ରତିକାର ଆଇନ

ଦିଗପହଣ୍ଡି, ୮|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ ପକ୍ଷରୁ ଶନିବାର ଆଇନ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି। ଶକ୍ତିଶ୍ରୀ…

ହଷ୍ଟେଲ ଛାଡ଼ିଲେ ୧୪୦ ପିଲା, ବିଜେଡି-କଂଗ୍ରେସ ନେତା ବିଦ୍ୟାଳୟ ଗସ୍ତ କରି ସମସ୍ତ ଭିତ୍ତିଭୂମିର…

ଝରିଗାଁ,୮ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ଛାତ୍ରାବାସରେ ରହୁଥିବା ଅନ୍ତେବାସୀଙ୍କ ନିମ୍ନମାନର ଖାଦ୍ୟ ଦେବା ସହ ଭିତ୍ତିଭୂମିର…

ଦାରିଙ୍ଗବାଡ଼ିରେ ବଢୁଛି ଲୁଟ୍‌, ଗୋଟିଏ ଘଟଣାରେ ୨ ଗିରଫ, ଆଉ ୩ ଘଟଣାରେ ପୋଲିସ ହାତଖାଲି

ଦାରିଙ୍ଗବାଡ଼ି,୮ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଏକ ଚୋରି ଘଟଣାରେ ପୋଲିସ ଶନିବାର ୨ ଜଣଙ୍କୁ ଗିରଫ କରିଛି। ଗିରଫ ବ୍ୟକ୍ତି ହେଲେ ସୁରଜ…

ସୀମାଟପିଲାଣି ଦୁର୍ନୀତି: ଭିମାଗୁଡ଼ି-କର୍ଲାମୁଣ୍ଡା କଂକ୍ରିଟ ରାସ୍ତା ନିମ୍ନମାନର ନିର୍ମାଣ

ରିଷିଡା, ୮।୮ (ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକରେ ଦୁର୍ନୀତି ଦିନକୁ ଦିନ ସୀମା ଟପୁଥିବା ଅଭିଯୋଗ ହୋଇଛି। ବ୍ଲକ ଅଧିକାରୀଙ୍କ ଦାୟିତ୍ୱହୀନତା ତଥା ଅପାରଗତା ଯୋଗୁ ଠିକାଦାରଙ୍କ…

ଭୂତଳ କେବୁଲ ଯୋଗେ ଜିଲାପାଳ -ଏସ୍‌ପିଙ୍କ କାର୍ଯ୍ୟାଳୟକୁ ବିଦ୍ୟୁତ ସଂଯୋଗ

ଛତ୍ରପୁର, ୮।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ବହୁଦିନର ଅପେକ୍ଷା ପରେ ଶନିବାର ଆଧୁନିକ ଯାନ୍ତ୍ରିକ ଜ୍ଞାନକୌଶଳରେ ଟିପିଏସ୍‌ଓଡିଏଲ୍‌ ପକ୍ଷରୁ ୧୧ କେଭି ବିଶିଷ୍ଟ ଭୂତଳ କେବୁଲ ଯୋଗେ…

ଗୁପ୍ତରେ ବିବାହ କଲେ KKRର ଅଲରାଉଣ୍ଡର, ଟିଭି ଅଭିନେତ୍ରୀଙ୍କ ହାତ ଧରିଲେ…

ନୂଆଦିଲ୍ଲୀ,୮।୮: କ୍ରିକେଟର ଏବଂ ଟେଲିଭିଜନ ଅଭିନେତ୍ରୀଙ୍କ ମଧ୍ୟରେ ସମ୍ପର୍କର ତାଲିକା ବହୁତ ଲମ୍ବା, ଏବଂ ଏବେ ଏଥିରେ ଆଉ ଏକ ନାମ ଯୋଡି ହୋଇଛି। ପ୍ରଶ୍ନର ସମ୍ମୁଖୀନ…

ଶୌଚ ପାଇଁ ଯାଇଥିଲେ ମାଡ଼ିବସି ଦେହରେ ଢ଼ାଳିଦେଲେ ପେଟ୍ରୋଲ, ପରେ ହୁହୁ ହୋଇ ଜଳିଲେ

ଲହୁଣୀପଡ଼ା, ୮।୮ (ଦାଶରଥି ପଣ୍ଡା/ ସମୀର କୁମାର ପାଢୀ): ସୁନ୍ଦରଗଡ଼ ଜିଲା ଲହୁଣୀପଡ଼ା ଥାନା ଅନ୍ତର୍ଗତ ଗଣିଘସା ଗ୍ରାମରେ ଶନିବାର ସକାଳ ପ୍ରାୟ ସାଢ଼େ ୫ଟା ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri