Posted inଖେଳ

‘ଖେଳ ରତ୍ନ’ ପୁରସ୍କାର ଫେରାଇ ଦେବାକୁ ଚେତାବନୀ ଦେଲେ ଏହି ଖେଳାଳି

ଚଣ୍ଡିଗଡ,୬।୧୨: ନୂଆ କୃଷି ଆଇନ ବିରୋଧରେ କୃଷକ ଆନ୍ଦୋଳନର ସମର୍ଥନ ବୃଦ୍ଧି ପାଉଛି। ଦିଲ୍ଲୀ ସୀମାରେ ଘେରି ରହିଥିବା ହଜାର ହଜାର କୃଷକ ଛାଉଣି ହୋଇଥିବାବେଳେ ଡିସେମ୍ବର ୮ରେ କୃଷକମାନେ ‘ଭାରତ ବନ୍ଦ’ ଡାକରା ଦେଇଛନ୍ତି। ଏଥି ସହିତ ସିଂଘୁ ସୀମାରେ ଅଧିକ ରଣନୀତି ପାଇଁ କୃଷକଙ୍କ ଏକ ବୈଠକ ଚାଲିଛି। ଅନ୍ୟପକ୍ଷରେ, ହରିୟାଣାର ବକ୍ସର ବିଜେନ୍ଦ୍ର ସିଂ ମଧ୍ୟ ନିଜର ଆଭିମୁଖ୍ୟ ସ୍ପଷ୍ଟ କରିଛନ୍ତି। କୃଷି ଆଇନ ପ୍ରତ୍ୟାହାର ନ ହେଲେ ସେ ଖେଳ ରତ୍ନ ପୁରସ୍କାର ଫେରାଇବାକୁ ଚେତାବନୀ ଦେଇଛନ୍ତି। ଯଦି ସରକାର କୃଷି ଆଇନ ପ୍ରତ୍ୟାହାର ନ କରନ୍ତି ତେବେ ସେ ତାଙ୍କ ଖେଳ ରତ୍ନ ପୁରସ୍କାର ଫେରସ୍ତ କରିବେ ବୋଲି ବକ୍ସର ବିଜେନ୍ଦ୍ର କହିଛନ୍ତି। ସୂଚନାଯୋଗ୍ୟ, ରବିବାର ବିଜେନ୍ଦ୍ର କୃଷକ ଆନ୍ଦୋଳନରେ ଯୋଗଦେବା ପାଇଁ ସିଂଘୁ ସୀମାରେ ପହଞ୍ଚିଥିଲେ। ୨୦୦୯ରେ ବିଜେନ୍ଦ୍ରଙ୍କୁ ରାଜୀବ ଗାନ୍ଧୀ ଖେଳ ରତ୍ନ ପ୍ରଦାନ କରାଯାଇଥିଲା। ସେ ୨୦୦୮ ବେଜିଂ ଅଲିମ୍ପିକ୍ସରେ ବ୍ରୋଞ୍ଜ ପଦକ ଜିତି ଇତିହାସ ସୃଷ୍ଟି କରିଥିଲେ। ସେ ପ୍ରଥମ ଭାରତୀୟ ବକ୍ସର ଯିଏକି ଏହି ଖେଳରେ ପଦକ ଜିତିଥିଲେ। ବେଜିଂ ଅଲିମ୍ପିକ୍ସରେ ପଦକ ଜିତିବାରେ ବିଜେନ୍ଦ୍ର ଦ୍ୱିତୀୟ ଭାରତୀୟ ଆଥଲେଟ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପୂର୍ବତନ ତୀରନ୍ଦାଜ ଶ୍ୟାମ ଲାଲଙ୍କ ପରଲୋକ, ସେଉଲ ଅଲିମ୍ପିକ୍ସରେ କରିଥିଲେ ପ୍ରତିନିଧିତ୍ୱ

ନୂଆଦିଲ୍ଲୀ, ୨୬ା୫: ଭରତର ପୂର୍ବତନ ତୀରନ୍ଦାଜ ଶ୍ୟାମ ଲାଲ ମୀନାଙ୍କ ପରଲୋକ ଘଟିଛି। ସେ ୧୯୮୮ ସେଉଲ ଅଲିମ୍ପିକ୍ସରେ ଭାରତର ପ୍ରତିନିଧିତ୍ୱ କରିଥିଲେ। ମୃତ୍ୟୁ ବେଳକୁ ତାଙ୍କୁ…

IPL ପରେ MI ଛାଡି ଏହି ଟିମ୍‌କୁ ଯିବେ ପାଣ୍ଡ୍ୟା! ଏହି ଖେଳାଳିଙ୍କ ବଡ଼ ସଙ୍କେତ ପରେ କ୍ରିକେଟଜଗତରେ ହଇଚଇ

ନୂଆଦିଲ୍ଲୀ, ୨୬।୫: ଆଇପିଏଲ (IPL) ୨୦୨୬ରେ ମୁମ୍ବାଇ ଇଣ୍ଡିଆନ୍ସର ପ୍ରଦର୍ଶନ ଭଲ ରହିନାହିଁ ଏବଂ ଏହା ପରଠାରୁ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଅଧିନାୟକତ୍ୱ ଉପରେ ପ୍ରଶ୍ନବାଚୀ ସୃଷ୍ଟି ହେବାରେ…

କ୍ୱାଲିଫାୟର-୧: ହୋଇପାରେ ହାଇସ୍କୋରିଂ ମ୍ୟାଚ୍‌

ଧର୍ମଶାଳା,୨୬ା୫; ହିମାଚଳ ପ୍ରଦେଶ କ୍ରିକେଟ ଆସୋସିଏସନ ଷ୍ଟାଡିୟମ ଧର୍ମଶାଳାରେ ମଙ୍ଗଳବାର କ୍ୱାଲିଫାୟର-୧ ମ୍ୟାଚ୍‌ ଖେଳାଯିବ। ଡିଫେଣ୍ଡିଂ ଚାମ୍ପିୟନ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ଏବଂ ଗୁଜରାଟ ଟାଇଟନ୍ସ(ଜିଟି)…

ଇନଷ୍ଟାଗ୍ରାମରୁ ୨୦୦ ପୋଷ୍ଟ ଡିଲିଟ୍ କଲେ ଅର୍ଶଦୀପ; DP ମଧ୍ୟ ବଦଳାଇଲେ, ଜାଣନ୍ତୁ ମାମଲା

ନୂଆଦିଲ୍ଲୀ,୨୬।୫: IPL ୨୦୨୬ରେ ପଞ୍ଜାବ କିଙ୍ଗସର ଅଭିଯାନ ସମାପ୍ତ ହେବା ସହିତ, ଅର୍ଶଦୀପ ସିଂଙ୍କ ପାଇଁ ମଧ୍ୟ ସିଜିନ୍ ଶେଷ ହୋଇଗଲା। ପଞ୍ଜାବ କିଙ୍ଗସ ଦଳର ସଦସ୍ୟ…

ଆଜି କ୍ୱାଲିଫାୟର-୧, ଆର୍‌ସିବି-ଗୁଜରାଟ ମହାମୁକାବିଲା

ଧର୍ମଶାଳା, ୨୬ା୫: ଆଜି ଚଳିତ ଆଇପିଏଲ୍‌ର କ୍ୱାଲିଫାୟର-୧ ମହାମୁକାବିଲା। ଡିଫେଣ୍ଡିଂ ଚାମ୍ପିୟନ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆର୍‌ସିବି) ଏବଂ ଗୁଜରାଟ ଟାଇଟନ୍ସ(ଜିଟି) ପରସ୍ପରକୁ ଭେଟିବେ। ଏହି ମ୍ୟାଚ୍‌ର ବିଜେତା…

ପଦ୍ମଶ୍ରୀ ନେବାକୁ କାହିଁକି ଆସିଲେନି ରୋହିତ ଶର୍ମା? ହିଟମ୍ୟାନଙ୍କୁ ନେଇ ଆସିଲା ଏମିତି କାରଣ

ନୂଆଦିଲ୍ଲୀ,୨୬।୫: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ଏବଂ ଷ୍ଟାର ବ୍ୟାଟସମ୍ୟାନ ରୋହିତ ଶର୍ମା ୨୫ ମଇରେ ନୂଆଦିଲ୍ଲୀରେ ଅନୁଷ୍ଠିତ ପଦ୍ମଶ୍ରୀ ପଦାର୍ପଣ ଉତ୍ସବରେ ଯୋଗ ଦେଇ…

ଇରାନର ବଡ଼ ଅନୁରୋଧ ରଖିଲା ଫିଫା

ତେହରାନ, ୨୫ା୫: ଆସନ୍ତା ୧୧ ତାରିଖରୁ ଆରମ୍ଭ ହେବାକୁଥିବା ଫିଫା ବିଶ୍ୱକପ୍‌ ଲାଗି ଇରାନ ପକ୍ଷରୁ ଦଳର ଟ୍ରେନିଂ କ୍ୟାମ୍ପ ଆମେରିକାରୁ ମେକ୍ସିକୋକୁ ସ୍ଥାନାନ୍ତର କରିବା ଲାଗି…

ପୂର୍ବତନ କ୍ରିକେଟର ଆକାଶ ଚୋପ୍ରାଙ୍କ ବଡ଼ ଦାବି: ବଦଳିବେ ଏହି ୪ଦଳର ଅଧିନାୟକ

ନୂଆଦିଲ୍ଲୀ,୨୫।୫: ପୂର୍ବତନ କ୍ରିକେଟର ଆକାଶ ଚୋପ୍ରା ଏକ ବଡ଼ ଦାବି କରିଛନ୍ତି। ସେ ତାଙ୍କ ସୋସିଆଲ ମିଡିଆ ଆକାଉଣ୍ଟ ’X’ରେ ଏକ ଭିଡିଓ ସେୟାର କରି IPLର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri