Posted inଖେଳ

ଅଲିମ୍ପିକ୍ସ ପୁରୁଷ ହକି: ଅନ୍ତିମ ପୁଲ୍‌ ମ୍ୟାଚରେ ଜାପାନକୁ ହରାଇଲା ଭାରତ

ଟୋକିଓ,୩୧।୭: ଅଲିମ୍ପିକ୍ସ ପୁରୁଷ ହକି ଇଭେଣ୍ଟରେ ଭାରତ ପୁଲ୍‌-ଏ’ରେ ତା’ର ଅନ୍ତିମ ମ୍ୟାଚ୍‌ରେ ଜାପାନକୁ ୫-୩ ଗୋଲରେ ପରାସ୍ତ କରିଛି। ପୂର୍ବରୁ କ୍ୱାର୍ଟର ଫାଇନାଲରେ ପହଞ୍ଚି ସାରିଥିବା ଭାରତ ଏହି ମ୍ୟାଚ୍‌ରେ ମଧ୍ୟ ପ୍ରଭାବବିସ୍ତାର କରି ଖେଳିବା ସହ ଆୟୋଜକ ଜାପାନକୁ ଚକ୍‌ମା ଦେଇଛି। ଏଥିସହ ପୁଲ୍‌- ଏ’ରେ ଭାରତ ୫ଟି ମ୍ୟାଚ ଖେଳି ୪ ବିଜୟ ଓ ଗୋଟିଏ ପରାଜୟ ସହ ୧୨ ପଏଣ୍ଟ ହାସଲ କରି ତାଲିକାର ଦ୍ୱିତୀୟ ସ୍ଥାନରେ ରହିଛି। ଅନ୍ୟପଟେ ଅଷ୍ଟ୍ରେଲିଆ ୫ଟି ମ୍ୟାଚ୍‌ ଖେଳି ୪ ବିଜୟ ଓ ଗୋଟିଏ ଡ୍ର ସହ ୧୩ ପଏଣ୍ଟ ହାସଲ କରି ଶୀର୍ଷରେ ରହିଛି। ଆର୍ଜେଣ୍ଟିନା ୫ ମ୍ୟାଚ୍‌ ଖେଳି ୭ ପଏଣ୍ଟ ହାସଲ କରି ତୃତୀୟ, ସ୍ପେନ୍‌ ୫ ପଏଣ୍ଟ ହାସଲ କରି ଚତୁର୍ଥ ସ୍ଥାନରେ ରହି କ୍ୱାର୍ଟରକୁ ଉଠିଛନ୍ତି। ତେବେ ନ୍ୟୁଜିଲାଣ୍ଡ ୪ ଓ ଜାପାନ ୧ ପଏଣ୍ଟ ପାଇ ଯଥାକ୍ରମେ ପଞ୍ଚମ ଓ ଷଷ୍ଠ ସ୍ଥାନରେ ରହି ବିଦାୟ ନେଇଛନ୍ତି। ଭାରତ ତା’ର ଏକମାତ୍ର ପରାଜୟ ଅଷ୍ଟ୍ରେଲିଆଠାରୁ ବରଣ କରିଥିଲା। ଅଷ୍ଟ୍ରେଲିଆ ୭-୧ ଗୋଲରେ ଭାରତକୁ ପରାସ୍ତ କରିଥିଲା। ପ୍ରତ୍ୟେକ ପୁଲ୍‌ର ଶ୍ରେଷ୍ଠ ୪ଟି ଦଳ କ୍ୱାର୍ଟର ଫାଇନାଲକୁ ଉଠିବାର ନିୟମ ରହିଛି। ଭାରତ ଏଥିସହ ୪୯ ବର୍ଷର ପୁରୁଣା ରେକର୍ଡର ସମକକ୍ଷ ହୋଇଛି। ପୂର୍ବରୁ ୧୯୭୨ ଅଲିମ୍ପିକ୍ସରେ ଭାରତ ପୁଲ୍‌ ପର୍ଯ୍ୟାୟରେ ୪ଟି ମ୍ୟାଚ ଜିତିଥିଲା। ଏହି ଅଲିମ୍ପିକ୍ସରେ ଭାରତ ୭ରୁ ୫ଟି ମ୍ୟାଚ୍‌ରେ ବିଜୟୀ ହୋଇଥିଲା। ପାଖାପାଖି ୫ ଦଶନ୍ଧି ପରେ ଭାରତ ଏହି ସଫଳତାକୁ ଦୋହରାଇବାରେ ସଫଳ ହୋଇଛି।
ସ୍ଥାନୀୟ ଓଇ ହକି ଷ୍ଟାଡିୟମରେ ଖେଳାଯାଇଥିବା ଏହି ମ୍ୟାଚ୍‌ରେ ଭାରତ ତରଫରୁ ଗୁରଜନ୍ତ ସିଂ ୧୭ ଓ ୫୬ତମ ମିନିଟ୍‌ରେ ଦୁଇଟି ଗୋଲ ସ୍କୋର କରି ବିଜୟରେ ମୁଖ୍ୟ ଭୂମିକା ଗ୍ରହଣ କରିଥିଲେ। ସେହିପରି ହରମନପ୍ରୀତ ୧୩ତମ, ଶମସେର ସିଂ ୩୪ ଓ ନୀଳକାନ୍ତ ଶର୍ମା ୫୧ତମ ମିନିଟ୍‌ରେ ଗୋଲ ସ୍କୋର କରିଥିଲେ। ଏଥିସହ ପୂର୍ବରୁ ୮ଥର ସ୍ବର୍ଣ୍ଣ ପଦକ ହାସଲ କରିଥିବା ଭାରତ କ୍ରମାଗତ ୩ଟି ମ୍ୟାଚ୍‌ ଜିତି ହ୍ୟାଟ୍ରିକ ଅର୍ଜନ କରିଛି। ଅପରପକ୍ଷରେ ଜାପାନ ତରଫରୁ କେଣ୍ଟା ତନାକା ୧୯, କୋଟା ଓ୍ବାଟାନେବ ୩୩ ଓ କାଜୁମା ମୁରାଟା ୫୯ତମ ମିନିଟ୍‌ରେ ଗୋଲ ସ୍କୋର କରିଥିଲେ। ଏହି ମ୍ୟାଚ୍‌ ପୂର୍ବରୁ ଜାପାନ କ୍ୱାର୍ଟର ଫାଇନାଲ ଦୌଡ଼ରୁ ବାଦ୍‌ ପଡିସାରିଥିଲା।
ବିଜୟଧାରା ବଜାୟ ରଖିବାକୁ ଭାରତ ପ୍ରୟାସ କରିଥିଲା। ଫଳସ୍ବରୂପ ଭାରତ ଆରମ୍ଭରୁ ଆକ୍ରମଣାତ୍ମକ ପ୍ରଦର୍ଶନ କରିଥିଲା ଓ ଜାପାନ ଡିଫେନ୍ସକୁ ଭେଦ କରିଥିଲା। ଏହା ସତ୍ତ୍ୱେ ବାରମ୍ବାର ସୁଯୋଗ ପାଇଥିଲେ ମଧ୍ୟ ଭାରତ ପ୍ରଥମ ୧୦ ମିନିଟ୍‌ରେ ଗୋଲ ଦେଇପାରି ନ ଥିଲା। ଜାପାନ ପ୍ରଥମେ ସୁଯୋଗ ପାଇଥିଲେ ମଧ୍ୟ ଗୋଲ ଦେବାରେ ବିଫଳ ହୋଇଥିଲା। ପ୍ରଥମ ପେନାଲ୍ଟି କର୍ନରକୁ ଗୋଲରେ ପରିଣତ କରି ହରମନପ୍ରୀତ ଭାରତକୁ ଅଗ୍ରଣୀ କରାଇଥିଲେ। ଭାରତୀୟ ଡିଫେନ୍ସରେ ମଧ୍ୟ କେତୋଟି ତ୍ରୁଟି ଦେଖିବାକୁ ମିଳିଥିଲା। ତେବେ ଶେଷରେ ଏହି ବିଜୟ ଭାରତ ଆତ୍ମବିଶ୍ୱାସକୁ ଆହୁରି ଦୃଢ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବିରାଟଙ୍କ ନୂଆ ଲୁକ: ଟାଟୁ କଳାକାରଙ୍କ ସହ ନଜର ଆସିଲେ…

ନୂଆଦିଲ୍ଲୀ,୩୦।୮: ଭାରତୀୟ କ୍ରିକେଟର ବିରାଟ କୋହଲିଙ୍କ ଟାଟୁ ପ୍ରତି ପ୍ରେମ କାହାକୁ ଅଛପା ନୁହେଁ; ବର୍ଷ ବର୍ଷ ଧରି ବିଭିନ୍ନ ଡିଜାଇନ ତାଙ୍କ ଶୈଳୀର ଏକ ଅବିଚ୍ଛେଦ୍ୟ…

ପାକିସ୍ତାନ ସହିତ ହାତ ମିଳାଇବା ପ୍ରଶ୍ନର ଉତ୍ତରରେ ଭାରତୀୟ ମୁଖ୍ୟ ପ୍ରଶିକ୍ଷକ ଦେଲେ ଏମିତି ବିବୃତ୍ତି…

ନୂଆଦିଲ୍ଲୀ,୩୦।୮: ମହିଳା ଏସିଆ କପ ୨୦୨୬ ଚାଲିଛି। UAE ଦ୍ୱାରା ଆୟୋଜିତ, ସମ୍ପୂର୍ଣ୍ଣ ଟୁର୍ଣ୍ଣାମେଣ୍ଟ ଦୁବାଇରେ ଖେଳାଯାଉଛି। ଭାରତୀୟ ଦଳ ଅଗଷ୍ଟ ୩୦ରେ ଦୁବାଇ ଆନ୍ତର୍ଜାତୀୟ କ୍ରିକେଟ…

ସଞ୍ଜୁ ସାମସନଙ୍କୁ ନେଇ ବଡ଼ କଥା କହିଲେ ସୂର୍ଯ୍ୟକୁମାର, ଟିମ୍‌ରୁ ବାଦ ପଡ଼ିବା ପରେ…

ନୂଆଦିଲ୍ଲୀ,୩୦ା୮: ଭାରତୀୟ ଟି-୨୦ ଦଳର ପୂର୍ବତନ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ସଞ୍ଜୁ ସାମସନଙ୍କୁ ନେଇ ଏକ ବଡ଼ କଥା କହିଛନ୍ତି । ଦଳରୁ ବାଦ ପଡ଼ିବା ପରେ…

ଏସିଆନ ଗେମ୍ସରୁ ଓହରିଗଲେ ନୀରଜ ଚୋପ୍ରା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୯ା୮: ଭାରତର ଷ୍ଟାର ଜାଭେଲିନ୍‌ ଥ୍ରୋୟର ନୀରଜ ଚୋପ୍ରାଙ୍କ ଗୋଡ଼ ଲିଗାମେଣ୍ଟ ଛିଣ୍ଡିଯିବା କାରଣରୁ ସେ ୨୦୨୬ ସିଜନ ଅବଶିଷ୍ଟାଂଶରୁ ଓହରିଯାଇଛନ୍ତି। ଫଳରେ ସେ ଜାପାନରେ ହେବାକୁ…

କ୍ରିକେଟରୁ ସନ୍ନ୍ୟାସ ପରେ ବି ମାସକୁ କେତେ ଟଙ୍କା କମାନ୍ତି ଧୋନୀ? ଆୟ ଜାଣିଲେ ହେବେ ଚକିତ

ନୂଆଦିଲ୍ଲୀ,୨୯।୮: ଭାରତୀୟ କ୍ରିକେଟର ମହେନ୍ଦ୍ର ସିଂହ ଧୋନୀ ୨୦୨୦ରେ ଅନ୍ତର୍ଜାତୀୟ କ୍ରିକେଟକୁ ବିଦାୟ ଦେଇଥିଲେ। ତେବେ କ୍ରିକେଟରୁ ଦୂରେଇବା ପରେ ମଧ୍ୟ ତାଙ୍କ ରୋଜଗାରରେ କୌଣସି ବ୍ରେକ୍‌…

କୋହଲିଙ୍କଠାରୁ ଶ୍ରେଷ୍ଠ ବୁମ୍‌ରା: କହୁ କହୁ ଏମିତି କହିଦେଲେ ଅଶ୍ୱିନ

ନୂଆଦିଲ୍ଲୀ,୨୯।୮: ପୂର୍ବତନ ଭାରତୀୟ କ୍ରିକେଟର ରବିଚନ୍ଦ୍ରନ ଅଶ୍ୱିନ ମନ୍ତବ୍ୟକୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି। ତାଙ୍କୁ ସମସ୍ତ ଫର୍ମାଟରେ ସର୍ବଶ୍ରେଷ୍ଠ ଭାରତୀୟ ଖେଳାଳିଙ୍କୁ ଚୟନ କରିବାକୁ…

କ୍ୟାପଟେନ୍ସି ଯିବା ପରେ ପ୍ରଥମଥର ବଡ଼ ରାଜ୍‌ ଖୋଲିଲେ ସୂର୍ଯ୍ୟକୁମାର, କହିଲେ- ୩ ଦିନ ପୂର୍ବରୁ…

ନୂଆଦିଲ୍ଲୀ,୨୯।୮: ଭାରତୀୟ ଟି-୨୦ ଦଳର କ୍ୟାପ୍ଟେନ୍ସି ହରାଇବା ଏବଂ ଏହା ପରେ ଦଳରୁ ବାଦ ପଡ଼ିବା ନେଇ ପ୍ରଥମଥର ପାଇଁ ଖୋଲାଖୋଲି ମୁହଁ ଖୋଲିଛନ୍ତି ସୂର୍ଯ୍ୟକୁମାର ଯାଦବ।…

୩ ମାସ ମଧ୍ୟରେ ଟିମ୍‌ ଇଣ୍ଡିଆରେ ହେବ ବଡ଼ ପରିବର୍ତ୍ତନ ଆସିବ: ବାଦ୍‌ ପଡ଼ିପାରନ୍ତି ୪ ଖେଳାଳି

ନୂଆଦିଲ୍ଲୀ,୨୯।୮: IPL 2026 ଶେଷ ହେବା ପରେ ଭାରତୀୟ ଦଳ ତାର ଟେଷ୍ଟ କ୍ରିକେଟ ସିଜିନର ଏକ ଦୃଢ଼ ଆରମ୍ଭ କରିଛି। ଆଫଗାନିସ୍ତାନ ବିପକ୍ଷରେ ଏକ ମାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri