Posted inଖେଳ

ଅଲିମ୍ପିକ ଆନ୍ଦୋଳନକୁ ଲୋକାଭିମୁଖୀ କରିବ କ୍ରିକେଟ

ମୁମ୍ବାଇ ୧୭ା୧୦: ଲସ୍‌ଆଞ୍ଜେଲସ ୨୦୨୮ ଅଲିମ୍ପିକ୍ସ ନିମନ୍ତେ କ୍ରୀଡା କାର୍ଯ୍ୟସୂଚୀରେ କ୍ରିକେଟକୁ ସାମିଲ କରାଯିବା ସ୍ବାଗତଯୋଗ୍ୟ। ଅଲିମ୍ପିକ ଆନ୍ଦୋଳନ ପାଇଁ ଏହା ନୂତନ ଆଗ୍ରହ ଏବଂ ସୁଯୋଗ ସୃଷ୍ଟି କରିବ ବୋଲି ଅନ୍ତର୍ଜାତୀୟ ଅଲିମ୍ପିକ କମିଟି (ଆଇଓସି) ସଦସ୍ୟା ନୀତା ଏମ୍‌. ଅମ୍ବାନି କହିଛନ୍ତି। ମୁମ୍ବାଇରେ ଚାଲିଥିବା ୧୪୧ତମ ଆଇଓସି ଅଧିବେଶନରେ କ୍ରିକେଟକୁ ଆନୁଷ୍ଠାନିକ ଭାବରେ ଏକ ଅଲିମ୍ପିକ କ୍ରୀଡ଼ା ଭାବରେ ଗ୍ରହଣ କରାଯାଇଛି। ଏଥିରେ ଆନନ୍ଦ ପ୍ରକାଶ କରି ନୀତା କହିଛନ୍ତି ଜଣେ ଭାରତୀୟ ଏବଂ କ୍ରିକେଟର ଜଣେ ପ୍ରଶଂସକ ଭାବେ ସେ ଖୁବ୍‌ ଆନନ୍ଦିତ। ଆଇଓସିର ଜଣେ ସଦସ୍ୟା ଭାବେ ସେ ୨୦୨୮ ଗ୍ରୀଷ୍ମକାଳୀନ ଅଲିମ୍ପିକ୍ସରେ ଅଲିମ୍ପିକ କ୍ରୀଡା କାର୍ଯ୍ୟକ୍ରମରେ କ୍ରିକେଟକୁ ସାମିଲ କରିବା ସପକ୍ଷରେ ଭୋଟ ଦେଇଛନ୍ତି। କ୍ରିକେଟ ଏହା ପୂର୍ବରୁ ୧୯୦୦ ଅଲିମ୍ପିକ୍ସରେ ଥରେ ମାତ୍ର ସ୍ଥାନ ପାଇଥିଲା। ସେତେବେଳେ ମାତ୍ର ଦୁଇଟି ଦଳ ଅଂଶଗ୍ରହଣ କରିଥିଲେ। କ୍ରିକେଟ ହେଉଛି ବିଶ୍ୱର ଦ୍ୱିତୀୟ ସର୍ବାଧିକ ଦର୍ଶକ ଦେଖୁଥିବା ଏକ ଖେଳ। କହିବା ବାହୁଲ୍ୟ କ୍ରିକେଟ ୧୪୦କୋଟି ଭାରତୀୟଙ୍କ ପାଇଁ ଆଇ ଏକ ଖେଳ ହୋଇ ରହିନାହିଁ ଏହା ଏକ ପ୍ରକାର ଧର୍ମରେ ପରିଣତ ହୋଇଯାଇଛି ବୋଲି ନୀତା କହିଛନ୍ତି। ଆଇଓସି ଅଧିବେଶନ ଭାରତରେ ଦ୍ୱିତୀୟ ଥର ପାଇଁ ଅନୁଷ୍ଠିତ ହେଉଛି। ଅଲିମ୍ପିକ୍ସରେ କ୍ରିକେଟକୁ ସାମିଲ କରାଯିବା ନିଷ୍ପତ୍ତି ପୁଣି ଖେଳର ଲୋକପ୍ରିୟ ଦେଶରେ ନିଷ୍ପତ୍ତି ଗ୍ରହଣ କରାଯାଇଛି। ଏଣିକି ବିଶ୍ୱର ଅନ୍ୟ ଅଞ୍ଚଳରେ ଏହି ଖେଳ ପ୍ରତି ଆଦର ଓ ଆଗ୍ରହ ବୃଦ୍ଧି ପାଇବ ବୋଲି ସେ ଆଶା ପ୍ରକାଶ କରିଛନ୍ତି। ପ୍ରଥମ ଭାରତୀୟ ମହିଳା ଭାବରେ ଆଇଓସି ସଦସ୍ୟ ଥିବା ନୀତା ଏହି ଅବସରରେ ଯୁଗାନ୍ତକାରୀ ନିଷ୍ପତ୍ତିକୁ ନେଇ ଆଇଓସି ଏବଂ ଲସ୍‌ଆଞ୍ଜେଲ୍ସ ଗେମ୍ସର ଆୟୋଜକ କମିଟିକୁ ଧନ୍ୟବାଦ ଓ ଅଭିନନ୍ଦନ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୩ ଘଣ୍ଟା କହି ୭ ଘଣ୍ଟା କାଟିଲେଣି: ବିଦ୍ୟୁତ ସେବା ନ ପାଇ ଲୋକେ ହଟହଟା

ଭଞ୍ଜନଗର,୧୧।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟାଟା ପାୱାର ପକ୍ଷରୁ ଶନିବାର ବିଦ୍ୟୁତ ମରାମତି ପାଇଁ ସକାଳ ୮ ଟା ରୁ ପୁର୍ବାହ୍ନ ୧୧ ଟା ପର୍ଯ୍ୟନ୍ତ…

ଦିଲ୍ଲୀରୁ ଭୁବନେଶ୍ୱର ଯାଏ ଲମ୍ବିଛି ଆତଙ୍କବାଦୀ ଚେର, ପାକିସ୍ତାନ ସହ ରହିଛି…

ଭୁବନେଶ୍ୱର,୧୧ା୪: ଆତଙ୍କବାଦୀ କଳା କାରନାମାର ହୋଇଛି ପର୍ଦ୍ଦାଫାଶ। ଦେଶ ବିରୋଧରେ ଏକ ବଡ଼ ଧରଣର ଷଡ଼ଯନ୍ତ୍ର ପୂର୍ବରୁ ଭୁବନେଶ୍ୱରରୁ ଆତଙ୍କୀଙ୍କୁ ଆସି ଧରିଛି ଦିଲ୍ଲୀ ପୋଲିସ। କ୍ୟାପିଟାଲ…

ଗୋଟିଏ IPL ମ୍ୟାଚ ଖେଳି ଏତେ ଟଙ୍କା ରୋଜଗାର କରନ୍ତି ବୈଭବ, ଜାଣିଲେ ଉଡିଯିବ ହୋସ୍‌

ନୂଆଦିଲ୍ଲୀ,୧୧।୪: ଆଇପିଏଲ ୨୦୨୬ର ୧୬ ତମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ଆରସିବିକୁ ୬ ଉଇକେଟ୍‌ରେ ପରାସ୍ତ କରି ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଛି। ରାଜସ୍ଥାନ ରୟାଲ୍ସର ପ୍ରତିନିଧିତ୍ୱ କରୁଥିବା…

ବୈଭବ ସୂର୍ଯ୍ୟବଂଶୀଙ୍କ ପାଇଁ ସ୍ବତନ୍ତ୍ର ବାର୍ତ୍ତା ଲେଖିଲେ କୋହଲି, ୨ଟି ଶବ୍ଦରେ କହିଦେଲେ…

ନୂଆଦିଲ୍ଲୀ,୧୧।୪: ବିଶ୍ୱର ପ୍ରସିଦ୍ଧ ବୋଲରଙ୍କ ବିରୋଧରେ ମଧ୍ୟ ପ୍ରଥମ ବଲରୁ ଷ୍ଟ୍ରାଇକ କରିବାର କ୍ଷମତା ପାଇଁ ବୈଭବ ସୂର୍ଯ୍ୟବଂଶୀଙ୍କୁ ବ୍ୟାପକ ପ୍ରଶଂସା ମିଳୁଛି। ଏହି ବ୍ୟାଟସମ୍ୟାନଙ୍କୁ ଦେଖିଲେ…

ରାହୁଲଙ୍କୁ ଦେଖି ଅଟକି ଗଲେ ମୋଦି, ଆଉ ତା’ପରେ ଘଟିଲା…ଦେଖନ୍ତୁ VIDEO

ନୂଆଦିଲ୍ଲୀ,୧୧।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ମହାତ୍ମା ଜ୍ୟୋତିବା ଫୁଲେଙ୍କ ୨୦୦ତମ ଜନ୍ମବାର୍ଷିକୀରେ ପୁଷ୍ପମାଲ୍ୟ ଅର୍ପଣ କରିବା ପାଇଁ ସଂସଦ ପରିସରରେ ପ୍ରେରଣା ସ୍ଥଳକୁ ଯାଇଥିଲେ। ସେଠାରେ…

ହର୍ମୁଜ ସଙ୍କଟ ମଧ୍ୟରେ ୪ ଇରାନୀ ଟ୍ୟାଙ୍କରକୁ ଭାରତରେ ପ୍ରବେଶ ଅନୁମତି, ସିକ୍କା ବନ୍ଦରରେ…

ନୂଆଦିଲ୍ଲୀ,୧୧ା୪: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ର ଅନୁରୋଧରେ ଭାରତର ଜାହାଜ ଚଳାଚଳ ମନ୍ତ୍ରଣାଳୟ ଇରାନୀ ତୈଳ ନେଇଯାଉଥିବା ୪ଟି ଆମେରିକା ଦ୍ୱାରା ଅନୁମୋଦିତ ଟ୍ୟାଙ୍କରକୁ ଗୁଜରାଟର ସିକ୍କା ବନ୍ଦରରେ ଡକିଂ…

ବିପଦ ସାଜିଲା ଓଭରଟେକ୍‌, ବିଲକୁ ପଶିଗଲା ୨ ବସ୍‌, ଆଉ ତା’ ପରେ…

ସାଲେପୁର,୧୧ା୪(ଅରବିନ୍ଦ ଭୂୟାଁ): ସାଲେପୁର ଥାନା ଅଧୀନ କଟକ ସାଲେପୁର ରାସ୍ତାର ଭାତପଡ଼ା ଛକ ନିକଟରେ ଶନିବାର ସକାଳେ ଦୁଇଟି ଘରୋଇ ବସ୍‌ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ଦୁର୍ଘଟଣାଗ୍ରସ୍ତ…

ବିମାନରେ ଏକାଠି ବସିଲେ ନବୀନ-ପୀତାମ୍ବର: ବଢୁଛି ଚର୍ଚ୍ଚା

ଭୁବନେଶ୍ୱର,୧୧।୪(ସୁନିତ୍‌ ମିଶ୍ର): ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଶୁକ୍ରବାର ଅପରାହ୍ନରେ ନୂଆଦିଲ୍ଲୀ ଅଭିମୁଖେ ଗସ୍ତ କରିଛନ୍ତି। ତାଙ୍କ ବଡ଼ଭାଇ ପ୍ରେମ୍‌ ପଟ୍ଟନାୟକଙ୍କ ଗତ ୨ ଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri