Posted inଖେଳ

ଡିସ୍‌କସ୍‌ ଥ୍ରୋରେ କମଲପ୍ରୀତ୍‌ଙ୍କୁ ଅଲିମ୍ପିକ୍ସ ଯୋଗ୍ୟତା

ପଟିଆଲା,୨୦ା୩ (ପି.ଟି.)-ଜାତୀୟ ସିନିୟର ଆଥଲେଟିକ୍ସ ଚାମ୍ପିୟନଶିପ୍‌ ଡିସ୍‌କସ୍‌ ଥ୍ରୋରେ କମଲପ୍ରୀତ୍‌ କୌର (୬୫.୦୬ ମିଟର) ଜାତୀୟ ରେକର୍ଡ ପ୍ରତିଷ୍ଠା ସହ ଟୋକିଓ ଅଲିମ୍ପିକ୍ସ ପାଇଁ ଯୋଗ୍ୟତା ହାସଲ କରିଛନ୍ତି। ପୂର୍ବ ବ୍ୟକ୍ତିଗତ ଶ୍ରେଷ୍ଠ ପ୍ରଦର୍ଶନଠାରୁ ୪ ମିଟର ଆଗେଇ ପାରିଛନ୍ତି। ଚାମ୍ପିୟନଶିପର ୨୦୧୯ ସଂସ୍କରଣରେ ସ୍ବର୍ଣ୍ଣ ଜିତିଥିବା ୨୫ ବର୍ଷୀୟ କୌର ପ୍ରଥମ ପ୍ରଚେଷ୍ଟାରେ ଡିସ୍‌କସ୍‌କୁ ୬୫.୦୬ ମିଟର ଥ୍ରୋ କରି ସ୍ଥାନୀୟ ନ୍ୟାଶନାଲ ଇନଷ୍ଟିଚ୍ୟୁଟ୍‌ ଅଫ୍‌ ସ୍ପୋଟର୍‌ସ (ଏନ୍‌ଆଇଏସ୍‌)ରେ ଉପସ୍ଥିତ ଦର୍ଶକଙ୍କୁ ଚମତ୍କୃତ କରିଦେଇଥିଲେ। ପରେ ପଞ୍ଜାବର ଏହି ଆଥଲେଟ୍‌ ତାଙ୍କର ଅବଶିଷ୍ଟ ୫ଟି ପ୍ରଚେଷ୍ଟାରେ ଏହି ଅଙ୍କକୁ ଅତିକ୍ରମ କରିବାରେ ଅସଫଳ ରହିଥିଲେ। ଟୋକିଓ ଅଲିମ୍ପିକ୍ସ ମହିଳା ଡିସ୍‌କସ୍‌ ଥ୍ରୋ ପାଇଁ ଯୋଗ୍ୟତା ଅଙ୍କ ୬୩. ୫୦ମିଟର ରହିଛି। କୌରଙ୍କ ପୂର୍ବ ବ୍ୟକ୍ତିଗତ ଶ୍ରେଷ୍ଠ ୬୧.୦୪ ମିଟର ରହିଥିଲା, ଯାହାକୁ ୨୦୧୮ରେ ରେକର୍ଡ କରାଯାଇଥିଲା। ସେ ୯ବର୍ଷ ତଳର ଜାତୀୟ ରେକର୍ଡ (୬୪.୭୬ମିଟର)କୁ ଅତିକ୍ରମ କରିଯାଇଛନ୍ତି। ଏହା ଅଲିମ୍ପିଆନ ତଥା ୨୦୧୦ ରାଜ୍ୟଗୋଷ୍ଠୀ କ୍ରୀଡ଼ା ସ୍ବର୍ଣ୍ଣ ବିଜୟିନୀ କ୍ରିଷ୍ଣା ପୁନିଆଙ୍କ ନାମରେ ରହିଥିଲା। ୨୦୧୮ ଏସିଆନ ଗେମ୍ସରେ ବ୍ରୋଞ୍ଜ ବିଜୟିନୀ ଭେଟେରାନ ସୀମା ପୁନିଆ ତାଙ୍କ ବ୍ୟକ୍ତିଗତ ଶ୍ରେଷ୍ଠ ପ୍ରଚେଷ୍ଟା ୬୨. ୬୪ ମିଟର ସହ ଦ୍ୱିତୀୟ ସ୍ଥାନରେ ରହିଥିଲେ। ୩୭ ବର୍ଷୀୟା ପୁନିଆ ୨୦୧୪ ଏସିଆନ ଗେମ୍ସରେ ସ୍ବର୍ଣ୍ଣ ଜିତିଥିଲେ। ରାଜ୍ୟଗୋଷ୍ଠୀ କ୍ରୀଡ଼ାର ୨୦୦୬, ୨୦୧୦, ୨୦୧୪ ଓ ୨୦୧୮ ସଂସ୍କରଣରେ ଗୋଟିଏ ଲେଖାଏ ପଦକ ଜିତିବାରେ ସଫଳ ରହିଥିଲେ। ଏକ ମିଟରରୁ କମ୍‌ ବ୍ୟବଧାନରେ ସେ ଯୋଗ୍ୟତା ଅଙ୍କ ହାସଲ କରିବାରେ ବିଫଳ ରହିଥିଲେ। ଦିଲ୍ଲୀର ସୋନାଲ ଗୋୟଲ ତାଙ୍କ ଶ୍ରେଷ୍ଠ ଥ୍ରୋ ୫୨. ୧୧ ମିଟର ସହ ବ୍ରୋଞ୍ଜ ପଦକ ହାସଲ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ଶାହରୁଖ ଖାନଙ୍କ ଟିମକୁ ପରିହାସ କଲେ ଶ୍ରେୟସ ଆୟରଙ୍କ ଭଉଣୀ, ପଞ୍ଜାବୀମାନଙ୍କର ହୃଦୟ…

ନୂଆଦିଲ୍ଲୀ,୭।୪: IPL ୨୦୨୬ର ୧୨ ନମ୍ବର ମ୍ୟାଚ୍ ବାତିଲ ହୋଇଯାଇଛି । କୋଲକାତା ନାଇଟ୍ ରାଇଡର୍ସ ଏବଂ ପଞ୍ଜାବ କିଙ୍ଗସ୍ ମଧ୍ୟରେ ଖେଳାଯିବାକୁ ଥିବା ମ୍ୟାଚ୍ ବର୍ଷାରେ…

ଆଇସିସି ପ୍ଲେୟର ଅଫ୍‌ ଦି ଇୟର: ସଂକ୍ଷିପ୍ତ ତାଲିକାରେ ଭାରତର ଏହି ଦୁଇ ଖେଳାଳି

ଦୁବାଇ,୬ା୪: ମାର୍ଚ୍ଚ ମାସର ଆଇସିସି ପ୍ଲେୟର ଅଫ୍‌ ଦି ମନ୍ଥ୍‌ ପୁରସ୍କାର ପାଇଁ ପ୍ରସ୍ତୁତ ସଂକ୍ଷିପ୍ତ ତାଲିକାରେ ଭାରତ ଓପନର ସଞ୍ଜୁ ସାମ୍‌ସନ ଏବଂ ପେସ୍‌ ବୋଲର…

IPL 2026: ପଏଣ୍ଟ ଟେବୁଲ ଶୀର୍ଷରେ ଆରସିବି

ବେଙ୍ଗାଲୁରୁ, ୬।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ରବିବାର ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ୪୩ ରନରେ ଚେନ୍ନାଇ ସୁପର କିଙ୍ଗ୍ସକୁ ପରାସ୍ତ କରିଛି। ଅନ୍ୟପକ୍ଷେ କ୍ରମାଗତ…

IPL ଚାଲିଥିବା ସମୟରେ ଅମ୍ପାୟରଙ୍କୁ ହତ୍ୟା: ଛାତିରେ ଛୁରି ଭୁସି..

ଅମରାବତି,୬।୪: ଆଜିକାଲି ଦେଶରେ IPL 2026ର ରୋମାଞ୍ଚ ଦେଖିବାକୁ ମିଳୁଛି। ଏହି ସମୟରେ ଆନ୍ଧ୍ର ପ୍ରଦେଶରୁ ଜଣେ କ୍ରିକେଟ ଅମ୍ପାୟାରଙ୍କ ହତ୍ୟା ସହିତ ଜଡିତ ଏକ ଅଭାବନୀୟ…

୨ ଭାରତୀୟ ଖେଳାଳିଙ୍କ ମଧ୍ୟରେ ଯୁଦ୍ଧ ସୃଷ୍ଟି କଲା ICC, ବୁମ୍‌ରାଙ୍କୁ ଚ୍ୟାଲେଞ୍ଜ କଲେ ଟିମ ଇଣ୍ଡିଆର ଏହି ଖେଳାଳି!

ନୂଆଦିଲ୍ଲୀ,୬।୪: ମାର୍ଚ୍ଚ ମାସ ପାଇଁ ପ୍ଲେୟାର ଅଫ ଦ ମନ୍ଥ ପାଇଁ ଆଇସିସି ମନୋନୀତ ବ୍ୟକ୍ତିଙ୍କ ନାମ ଘୋଷଣା କରିଛି। ସବୁଦିନ ପରି, ଆଇସିସି ଏହି ପୁରସ୍କାର…

ଧମାକାଦାର ଇନିଂସ ସହିତ ରେକର୍ଡ କଲେ ସରଫରାଜ

ନୂଆଦିଲ୍ଲୀ,୬।୪: ଇଣ୍ଡିଆନ ପ୍ରିମିୟର ଲିଗ ର 2026 ସଂସ୍କରଣରେ, ଚେନ୍ନାଇ ସୁପର କିଙ୍ଗସ ଲଗାତାର ତିନୋଟି ପରାଜୟ ବରଣ କରିଛି। ଏମ. ଚିନ୍ନାସ୍ବାମୀ ଷ୍ଟାଡିୟମରେ ଖେଳାଯାଇଥିବା ଏକ…

‘ପରାଜୟ ପାଇଁ ମୁଁ ଦାୟୀ…’, କାହିଁକି ଏମିତି କହିଲେ ଋତୁରାଜ? ଯଦି ମୁଁ ରନ୍‌ କରିଥାଆନ୍ତି…

ନୂଆଦିଲ୍ଲୀ,୬।୪: ଚେନ୍ନାଇ ସୁପର କିଙ୍ଗ୍ସର ଲଗାତାର ତୃତୀୟ ପରାଜୟରେ ଋତୁରାଜ ଗାୟକୱାଡ ନିରାଶ ହୋଇଛନ୍ତି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ସେମାନଙ୍କ ଉପରେ ଏହି ତୃତୀୟ କ୍ରମାଗତ ପରାଜୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri