Posted inଖେଳ

ଡିସ୍‌କସ୍‌ ଥ୍ରୋରେ କମଲପ୍ରୀତ୍‌ଙ୍କୁ ଅଲିମ୍ପିକ୍ସ ଯୋଗ୍ୟତା

ପଟିଆଲା,୨୦ା୩ (ପି.ଟି.)-ଜାତୀୟ ସିନିୟର ଆଥଲେଟିକ୍ସ ଚାମ୍ପିୟନଶିପ୍‌ ଡିସ୍‌କସ୍‌ ଥ୍ରୋରେ କମଲପ୍ରୀତ୍‌ କୌର (୬୫.୦୬ ମିଟର) ଜାତୀୟ ରେକର୍ଡ ପ୍ରତିଷ୍ଠା ସହ ଟୋକିଓ ଅଲିମ୍ପିକ୍ସ ପାଇଁ ଯୋଗ୍ୟତା ହାସଲ କରିଛନ୍ତି। ପୂର୍ବ ବ୍ୟକ୍ତିଗତ ଶ୍ରେଷ୍ଠ ପ୍ରଦର୍ଶନଠାରୁ ୪ ମିଟର ଆଗେଇ ପାରିଛନ୍ତି। ଚାମ୍ପିୟନଶିପର ୨୦୧୯ ସଂସ୍କରଣରେ ସ୍ବର୍ଣ୍ଣ ଜିତିଥିବା ୨୫ ବର୍ଷୀୟ କୌର ପ୍ରଥମ ପ୍ରଚେଷ୍ଟାରେ ଡିସ୍‌କସ୍‌କୁ ୬୫.୦୬ ମିଟର ଥ୍ରୋ କରି ସ୍ଥାନୀୟ ନ୍ୟାଶନାଲ ଇନଷ୍ଟିଚ୍ୟୁଟ୍‌ ଅଫ୍‌ ସ୍ପୋଟର୍‌ସ (ଏନ୍‌ଆଇଏସ୍‌)ରେ ଉପସ୍ଥିତ ଦର୍ଶକଙ୍କୁ ଚମତ୍କୃତ କରିଦେଇଥିଲେ। ପରେ ପଞ୍ଜାବର ଏହି ଆଥଲେଟ୍‌ ତାଙ୍କର ଅବଶିଷ୍ଟ ୫ଟି ପ୍ରଚେଷ୍ଟାରେ ଏହି ଅଙ୍କକୁ ଅତିକ୍ରମ କରିବାରେ ଅସଫଳ ରହିଥିଲେ। ଟୋକିଓ ଅଲିମ୍ପିକ୍ସ ମହିଳା ଡିସ୍‌କସ୍‌ ଥ୍ରୋ ପାଇଁ ଯୋଗ୍ୟତା ଅଙ୍କ ୬୩. ୫୦ମିଟର ରହିଛି। କୌରଙ୍କ ପୂର୍ବ ବ୍ୟକ୍ତିଗତ ଶ୍ରେଷ୍ଠ ୬୧.୦୪ ମିଟର ରହିଥିଲା, ଯାହାକୁ ୨୦୧୮ରେ ରେକର୍ଡ କରାଯାଇଥିଲା। ସେ ୯ବର୍ଷ ତଳର ଜାତୀୟ ରେକର୍ଡ (୬୪.୭୬ମିଟର)କୁ ଅତିକ୍ରମ କରିଯାଇଛନ୍ତି। ଏହା ଅଲିମ୍ପିଆନ ତଥା ୨୦୧୦ ରାଜ୍ୟଗୋଷ୍ଠୀ କ୍ରୀଡ଼ା ସ୍ବର୍ଣ୍ଣ ବିଜୟିନୀ କ୍ରିଷ୍ଣା ପୁନିଆଙ୍କ ନାମରେ ରହିଥିଲା। ୨୦୧୮ ଏସିଆନ ଗେମ୍ସରେ ବ୍ରୋଞ୍ଜ ବିଜୟିନୀ ଭେଟେରାନ ସୀମା ପୁନିଆ ତାଙ୍କ ବ୍ୟକ୍ତିଗତ ଶ୍ରେଷ୍ଠ ପ୍ରଚେଷ୍ଟା ୬୨. ୬୪ ମିଟର ସହ ଦ୍ୱିତୀୟ ସ୍ଥାନରେ ରହିଥିଲେ। ୩୭ ବର୍ଷୀୟା ପୁନିଆ ୨୦୧୪ ଏସିଆନ ଗେମ୍ସରେ ସ୍ବର୍ଣ୍ଣ ଜିତିଥିଲେ। ରାଜ୍ୟଗୋଷ୍ଠୀ କ୍ରୀଡ଼ାର ୨୦୦୬, ୨୦୧୦, ୨୦୧୪ ଓ ୨୦୧୮ ସଂସ୍କରଣରେ ଗୋଟିଏ ଲେଖାଏ ପଦକ ଜିତିବାରେ ସଫଳ ରହିଥିଲେ। ଏକ ମିଟରରୁ କମ୍‌ ବ୍ୟବଧାନରେ ସେ ଯୋଗ୍ୟତା ଅଙ୍କ ହାସଲ କରିବାରେ ବିଫଳ ରହିଥିଲେ। ଦିଲ୍ଲୀର ସୋନାଲ ଗୋୟଲ ତାଙ୍କ ଶ୍ରେଷ୍ଠ ଥ୍ରୋ ୫୨. ୧୧ ମିଟର ସହ ବ୍ରୋଞ୍ଜ ପଦକ ହାସଲ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଏହି କ୍ରିକେଟର୍‌ଙ୍କୁ ଆକ୍ରମଣ କଲା ଚିତାବାଘ: ପୋଷା କୁକୁର ବଞ୍ଚାଇଦେଲା ଜୀବନ

ହରାରେ,୨୫।୪: ଜିମ୍ବାୱେର ପୂର୍ବତନ କ୍ରିକେଟର ଗାଏ ହ୍ବିଟଲଙ୍କୁ ଏକ ଚିତାବାଘ ଆକ୍ରମଣ କରିଛି। ଏହି ଆକ୍ରମଣରେ ସେ ଗୁରୁତର ଆହତ ହୋଇଛନ୍ତି। ପୋଷା କୁକୁର ତାଙ୍କ...

ଯଦି ଫାଇନାଲରେ କୁମ୍ବଲେଙ୍କ ଏହି କଥା ମାନିଥାନ୍ତେ ଉଥପ୍ପା, ଆଇପିଏଲ୍‌ ଚାମ୍ପିୟନ ହୋଇଥାନ୍ତା RCB

ନୂଆଦିଲ୍ଲୀ,୨୫।୪: ବର୍ତ୍ତମାନ ସମୟରେ ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ରେ ଲୋକପ୍ରିୟ ଟିମ୍‌ ମଧ୍ୟରେ ରହିଛନ୍ତି ଚେନ୍ନାଇ ସୁପର କିଙ୍ଗ୍ସ ଏବଂ ମୁମ୍ବାଇ ଇଣ୍ଡିଆନ୍ସ। ଏହାଛଡ଼ା ରୟାଲ ଚ୍ୟାଲେଞ୍ଜର୍ସ...

ଗୋଟିଏ ବଲ୍‌ରେ ପଲଟିଗଲା ପୂରା ମ୍ୟାଚ୍‌: ସମସ୍ତେ ହୋଇଗଲେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୫।୪: ଏକ ରୋମାଞ୍ଚକର ମ୍ୟାଚରେ ଗୁଜରାଟ ଟାଇଟାନ୍ସକୁ ଦିଲ୍ଲୀ କ୍ୟାପିଟାଲ୍ସ ୪ ରନ୍‌ରେ ପରାସ୍ତ କରିଛି। ମୁକେଶ କୁମାର ଶେଷ ଓଭରରେ ଭଲ ବୋଲିଂ କରିଥିଲେ।...

ଭାରତର ଘରୋଇ କ୍ରିକେଟରମାନେ ବର୍ଷକୁ କୋଟିଏ ଟଙ୍କା ପାଇବେ ଦରମା, ବିସିସିଆଇର ବଡ଼ ନିଷ୍ପତି

ମୁମ୍ବାଇ,୨୫।୪: ଘରୋଇ ଖେଳାଳିଙ୍କ ଆୟ ବଢାଇବାକୁ ବିସିସିଆଇ ଚାହୁଁଛି। ଭାରତର ମୁଖ୍ୟ ଚୟନକର୍ତ୍ତା ଅଜିତ ଅଗରକରଙ୍କ ନେତୃତ୍ୱରେ ଚୟନ କମିଟିକୁ ଦରମା ବୃଦ୍ଧି କରିବାର ଉପାୟ...

ଅଲିମ୍ପିକ କିମ୍ବଦନ୍ତୀ ଉସେନ ବୋଲ୍ଟ ହେଲେ ଟି-୨୦ ବିଶ୍ୱକପ୍‌ର ଆମ୍ବାସାଡାର

ନୂଆଦିଲ୍ଲୀ,୨୫।୪: ବିଶ୍ୱର କିମ୍ବଦନ୍ତୀ ଦ୍ରୁତ ଧାବକ ଉସେନ ବୋଲ୍ଟ ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ର ବ୍ରାଣ୍ଡ ଆମ୍ବାସାଡର ଭାବେ ନିଯୁକ୍ତ ହୋଇଛନ୍ତି। ଜୁନ ୧ରୁ ଆମେରିକା...

ଲଜ୍ଜାଜନକ ରେକର୍ଡ କଲେ ମୋହିତ ଶର୍ମା

ନୂଆଦିଲ୍ଲୀ,୨୫।୪: ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ଗୁଜୁରାଟ ଟାଇଟାନ୍ସ ବୋଲର ମୋହିତ ଶର୍ମାଙ୍କ ନାମରେ ଏକ ଲଜ୍ଜାଜନକ ରେକର୍ଡ କରିଛନ୍ତି। ମୋହିତ ଶର୍ମା ଆଇପିଏଲ ଇତିହାସରେ ସର୍ବାଧିକ...

ଇତିହାସ ରଚିଲେ ପନ୍ତ: ଟି-୨୦ରେ ଏମିତି ରେକର୍ଡ କରିବାରେ ପ୍ରଥମ ଖେଳାଳି

ନୂଆଦିଲ୍ଲୀ,୨୫।୪: ଅଧିନାୟକ ରିଷଭ ପନ୍ତଙ୍କ ଅପରାଜିତ ୮୮ ରନ ଯୋଗୁ ଦିଲ୍ଲୀ କ୍ୟାପିଟାଳ୍ସ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଚାରି ଉଇକେଟ ପାଇଁ ୨୨୪ ରନ ସଂଗ୍ରହ...

ରୋମାଞ୍ଚକ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସର ସଂଘର୍ଷପୂର୍ଣ୍ଣ ବିଜୟ

ନୂଆଦିଲ୍ଲୀ, ୨୪।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ବୁଧବାର ଏଠାରେ ଅନୁଷ୍ଠିତ ଏକ ରୋମାଞ୍ଚକ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ ୪ ରନରେ ସଂଘର୍ଷପୂର୍ଣ୍ଣ ବିଜୟ ହାସଲ କରିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri