Posted inଖେଳ

ମୀରାବାଈ ଚାନୁଙ୍କୁ ଅଲିମ୍ପିକ୍ସ ଯୋଗ୍ୟତା

ନୂଆଦିଲ୍ଲୀ, ୧୩ା୬ (ପି.ଟି.)-ଟୋକିଓ ଅଲିମ୍ପିକ୍ସ ମହିଳା ୪୯କେଜି କାଟେଗୋରି ପାଇଁ ଭାରତର ଭାରୋତ୍ତୋଳିକା ମୀରାବାଈ ଚାନୁ ଯୋଗ୍ୟତା ଅର୍ଜନ କରିଥିବା ଇଣ୍ଟରନ୍ୟାଶନାଲ ଓ୍ବେଟ୍‌ଲିଫ୍ଟିଂ ଫେଡେରେଶନ(ଆଇଡବ୍ଲ୍ୟୁଏଫ୍‌) ଶନିବାର ସ୍ପଷ୍ଟ କରିଛି। ୨୦୧୭ ବିଶ୍ୱ ଓ୍ବେଟ୍‌ଲିଫ୍ଟିଂ ଚାମ୍ପିୟନ ଚାନୁ ଗତ ଏପ୍ରିଲରେ ତାସ୍‌କେଣ୍ଟଠାରେ ଅନୁଷ୍ଠିତ ଏସିଆନ ଚାମ୍ପିୟନଶିପ୍‌ରେ କ୍ଲିନ ଓ ଜର୍କରେ ବିଶ୍ୱ ରେକର୍ଡ କରିବା ସହ ଏକ ବ୍ରୋଞ୍ଜ ପଦକ ଜିତିଥିଲେ। ମଣିପୁରର ଏହି ୨୬ ବର୍ଷୀୟ ଭାରୋତ୍ତୋଳିକା ଆଇଡବ୍ଲ୍ୟୁଏଫ୍‌ର ଆବ୍‌ସଲ୍ୟୁଟ୍‌ ର଼୍ୟାଙ୍କିଙ୍ଗ ତାଲିକାରେ ତାଙ୍କ ଷ୍ଟାଣ୍ଡିଂଭିତ୍ତିରେ ଯୋଗ୍ୟତା ଅର୍ଜନ କରିଛନ୍ତି। ଚାନୁ ୪୯କେଜି କାଟେଗୋରିରେ ୪୧୩୩,୬୧୭୨ ପଏଣ୍ଟ ଅର୍ଜନ କରି ତାଲିକାର ଦ୍ୱିତୀୟ ସ୍ଥାନରେ ରହିଛନ୍ତି। ଚାନୁ ପୂର୍ବରୁ ର଼୍ୟାଙ୍କିଙ୍ଗ ତାଲିକାର ଚତୁର୍ଥ ସ୍ଥାନରେ ରହିଥିଲେ। କିନ୍ତୁ ଉତ୍ତର କୋରିଆ ଅଲିମ୍ପିକ୍ସରୁ ଓହରିଯିବା ଯୋଗୁ ସେ ଦ୍ୱିତୀୟ ସ୍ଥାନକୁ ପଦୋନ୍ନତି ପାଇଛନ୍ତି। ମହିଳା ୪୯କେଜି କାଟେଗୋରିରେ ଚାଇନାର ହୋଉ ଝିହୁଇ ୪୯୨୬,୪୪୨୨ ପଏଣ୍ଟ ସହ ର଼୍ୟାଙ୍କିଙ୍ଗ ତାଲିକାର ଶୀର୍ଷରେ ରହିଛନ୍ତି। ଚାନୁ ଦ୍ୱିତୀୟ ଥର ପାଇଁ ଅଲିମ୍ପିକ୍ସରେ ଭାଗ ନେବାକୁ ଯାଉଛନ୍ତି। ଅନ୍ୟପକ୍ଷରେ ପୁରୁଷ ବିଭାଗ ୬୭କେଜି କାଟେଗୋରି ର଼୍ୟାଙ୍କିଙ୍ଗ ତାଲିକାର ୧୨ତମ ତାଲିକାରେ ରହିଥିବା ଭାରତର ଜେରେମି ଲାଲରିନୁଙ୍ଗା କୋରିଆର ହାକ୍‌ ମିୟଙ୍ଗମକ୍‌ଠାରୁ କଣ୍ଟିନେଣ୍ଟାଲ କୋଟା ହରାଇଛନ୍ତି। କିନ୍ତୁ ଏହି ୧୮ବର୍ଷୀୟ ଭାରୋତ୍ତୋଳଙ୍କ ପାଇଁ ତଥାପି ସୁଯୋଗ ରହିଛି। ଚୂଡ଼ାନ୍ତ ତାଲିକା ଜୁନ୍‌ ୨୫ରେ ପ୍ରକାଶ ପାଇବ। ଆଇଡବ୍ଲ୍ୟୁଏଫ୍‌ ନିୟମାନୁସାରେ ୧୪ଟି ଓଜନ କାଟେଗୋରିରୁ ପ୍ରତିଟି କାଟେଗୋରିରେ ଶ୍ରେଷ୍ଠ ୮ ଲିଫ୍ଟରଙ୍କ ମଧ୍ୟରେ ପ୍ରତିଯୋଗିତା ହେବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଧୋନୀ, କପିଲଙ୍କୁ କ୍ଷମା ମାଗିଲେ ଯୁବରାଜ, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୩ା୪: କିମ୍ୱଦନ୍ତୀ ଅଲରାଉଣ୍ଡର ଯୁବରାଜ ସିଂଙ୍କ ବାପା ଯୋଗରାଜ ସିଂ କିଛି ବର୍ଷ ତଳେ ଦେଶର ଦୁଇ ମହାନ୍‌ କ୍ରିକେଟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଓ…

ସଞ୍ଜୁ ସାମସନଙ୍କୁ ଭୁରି ଭୁରି ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ମୋଦି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୩।୪: ଟିମ ଇଣ୍ଡିଆ ନିକଟରେ ICC ଟି୨୦ ବିଶ୍ୱକପ ୨୦୨୬ ଜିତି ଇତିହାସ ରଚିଛି। ଷ୍ଟାର ଭାରତୀୟ ଉଇକେଟ୍‌କିପର-ବ୍ୟାଟ୍ସମ୍ୟାନ ସଞ୍ଜୁ ସାମସନ ଏହି ଟାଇଟଲ ବିଜୟର ହିରୋ…

IPL ନିଲାମରେ ମୁହଁମୋଡ଼ି ଦେଇଥିଲେ ସବୁ ଦଳ: ବଦଳ ଭାବେ ଆସି ଚମତ୍କାର କଲେ ଏହି କ୍ରିକେଟର୍‌

କୋଲକାତା,୩।୪: IPL 2026ର ଷଷ୍ଠ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦ ଇଡେନ ଗାର୍ଡେନରେ ଏକ ଧମାକାଦାର ବ୍ୟାଟିଂ ପ୍ରଦର୍ଶନ କରି ୨୦ ଓଭରରେ ୨୨୬ ରନର ବିଶାଳ ସ୍କୋର…

ଅଭିଷେକ ଶର୍ମାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେଲା ବିସିସିଆଇ, ଜାଣନ୍ତୁ କାହିଁକି ମିଳିଲା ଦଣ୍ଡ

ନୂଆଦିଲ୍ଲୀ,୩।୪: କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ ଅଭିଷେକ ଶର୍ମା ଗୁରୁବାର ୪୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ଏହି ଇନିଂସରେ ସେ ମାତ୍ର ୨୧ ବଲ…

LSG ମାଲିକ ସଞ୍ଜିବ ଗୋଏଙ୍କାଙ୍କ ଉପରେ ରାଗିଲେ ଲଳିତ ମୋଦି; ପନ୍ତଙ୍କୁ କଲେ ସମର୍ଥନ

ନୂଆଦିଲ୍ଲୀ,୩।୪: ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ପରାଜୟ ପରେ, ଲକ୍ଷ୍ନୌ ସୁପର ଜାଏଣ୍ଟସ ମାଲିକ ସଞ୍ଜିବ ଗୋଏଙ୍କା, ଅଧିନାୟକ ରିଷଭ ପନ୍ତ ଏବଂ ମୁଖ୍ୟ ପ୍ରଶିକ୍ଷକ ଜଷ୍ଟିନ ଲାଙ୍ଗରଙ୍କ…

୨୦୨୭ ରୁ ଆଇପିଏଲ ମ୍ୟାଚ ସଂଖ୍ୟା ବୃଦ୍ଧି ପାଇବ? ଅଧ୍ୟକ୍ଷଙ୍କ ଗୁରୁତ୍ୱପୂର୍ଣ୍ଣ ବୟାନ

ନୂଆଦିଲ୍ଲୀ,୩।୪: ଇଣ୍ଡିଆନ ପ୍ରିମିୟର ଲିଗର ୧୯ତମ ସଂସ୍କରଣ ବର୍ତ୍ତମାନ ଚାଲିଛି; ଛଅଟି ମ୍ୟାଚ ଖେଳାଯାଇସାରିଛି, ଏବଂ ଶୁକ୍ରବାର ଚେନ୍ନାଇ ସୁପର କିଙ୍ଗସ ଏବଂ ପଞ୍ଜାବ କିଙ୍ଗସ ମଧ୍ୟରେ…

IPLରେ ଅଭିଷେକଙ୍କ ବଡ଼ କାରନାମା: ୪ ଛକା ମାରି କଲେ ଅନନ୍ୟ ରେକର୍ଡ

କୋଲକାତା,୩।୪: ଇଡେନ ଗାର୍ଡେନ୍ସରେ କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ ଅଭିଷେକ ଶର୍ମା ୪୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ୨୨୮.୫୭ ଷ୍ଟ୍ରାଇକ ରେଟରେ ଖେଳି ଅଭିଷେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri