Posted inଖେଳ

ସେମି ସହ ନିଖତଙ୍କୁ ଅଲିମ୍ପିକ କୋଟା

ହାଙ୍ଗ୍‌ଝୋ, ୩୦ା୯(ପି.ଟି.): ଦୁଇଥର ବିଶ୍ୱ ଚାମ୍ପିୟନ ଭାରତୀୟ ବକ୍ସର ନିଖତ ଜରିନ୍‌ ଏସିଆନ ଗେମ୍ସ ମହିଳା ୫୦କେଜି ଶ୍ରେଣୀ ବକ୍ସିଂ ସେମିଫାଇନାଲରେ ପ୍ରବେଶ କରିଛନ୍ତି। ଏଥିସହିତ ସେ ଏକ ପଦକ ପକ୍କା କରିପାରିିଛନ୍ତି। ଟୁର୍ନାମେଣ୍ଟରେ ନିଖତଙ୍କର ଏହା ଥିଲା ତୃତୀୟ ବାଉଟ୍‌। କ୍ୱାର୍ଟରଫାଇନାଲରେ ସେ ଜୋର୍ଡାନର ନାସ୍‌ବାର୍‌ ହାନାନଙ୍କୁ ଏକ ଆର୍‌ଏସ୍‌ସି (ରେଫରି ଷ୍ଟପ୍ସ କଣ୍ଟେଷ୍ଟ) ସହ ୩ ମିନିଟରୁ କମ୍‌ ସମୟ ମଧ୍ୟରେ ହରାଇ ଦେଇଥିଲେ। ଭାରତର ବିଶ୍ୱ ଚାମ୍ପିୟନଶିପ୍‌ ବ୍ରୋଞ୍ଜ ପଦକ ବିଜେତା ପରବିନ୍‌ ସ୍ଥାନୀୟ ଫେଭରାଇଟ୍‌ ଜିଚୁନ୍‌ ଜୁଙ୍କୁ ୫-୦ରେ ହରାଇ କ୍ୱାର୍ଟରଫାଇନାଲରେ ପ୍ରବେଶ କରିଛନ୍ତି। ଅନ୍ୟପକ୍ଷରେ ଲକ୍ଷ୍ୟ ଚହର ପ୍ରଥମ ରାଉଣ୍ଡରୁ ବିଦାୟ ନେଇଛନ୍ତି। ୮୦କେଜି ଶ୍ରେଣୀ ରାଉଣ୍ଡ ଅପ୍‌ ୧୬ ବାଉଟ୍‌ରେ ସେ କିରଗିଜ୍‌ସ୍ତାନର ଓମୁରବେକ୍‌ ବେକ୍‌ଝିଗିଟ୍‌ ଉଲୁଙ୍କଠାରୁ ୧-୪ରେ ପରାଜିତ ହୋଇଛନ୍ତି। ୫୦କେଜି, ୫୪କେଜି, ୫୭କେଜି ଓ ୬୦କେଜି ମହିଳା ଇଭେଣ୍ଟ ସେମିଫାଇନାଲିଷ୍ଟ ଏବଂ ୬୬କେଜି ଓ ୭୫କେଜି ଶ୍ରେଣୀ ଫାଇନାଲିଷ୍ଟ ପ୍ୟାରିସ ଅଲିମ୍ପିକ୍ସ ପାଇଁ ଯୋଗ୍ୟତା ଅର୍ଜନ କରିବେ। ପୁରୁଷ ଇଭେଣ୍ଟରେ ୭ଟି ଓଜନ ଶ୍ରେଣୀରେ ସ୍ବର୍ଣ୍ଣ ଓ ରୌପ୍ୟ ପଦକ ବିଜେତା ଅଲିମ୍ପିକ କୋଟା ହାସଲ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ

ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଏସିଆନ ଗେମ୍ସର ୨୦ତମ ସଂସ୍କରଣ ଉଦ୍‌ଯାପିତ

ନାଗୋୟା,୪ା୧୦: ଜାପାନର ପରମ୍ପରା ଓ ଆତିଥ୍ୟକୁ ପ୍ରଦର୍ଶିତ କରୁଥିବା ଲାଇଟ୍‌ ଓ ମ୍ୟୁଜିକାଲ ଶୋ’ ସହିତ ଏସିଆନ ଗେମ୍ସର ୨୦ତମ ସଂସ୍କରଣ ରବିବାର ଉଦ୍‌ଯାପିତ ହୋଇଯାଇଛି। ଦୁଇ…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?