Posted inଖେଳ

ଅଲିମ୍ପିକ ସ୍ପ୍ରିଣ୍ଟର ଟୋରୀଙ୍କ ଅକାଳ ମୃତ୍ୟୁ

ଓର୍ଲାଣ୍ଡୋ(ଯୁକ୍ତରାଷ୍ଟ୍ର ଆମେରିକା),୧୪ା୬: ପ୍ରସବଜନିତ ଜଟିଳତା ଯୋଗୁ ଯୁକ୍ତରାଷ୍ଟ୍ର ଆମେରିକାର ଚାମ୍ପିୟନ ସ୍ପ୍ରିଣ୍ଟର ଟୋରୀ ବୋଓ୍ବିଙ୍କ ମୃତ୍ୟୁ ଘଟିଥିବା ତାଙ୍କ ଶବ ବ୍ୟବଚ୍ଛେଦ ରିପୋର୍ଟରେ କୁହାଯାଇଛି। ତାଙ୍କୁ ୩୨ ବର୍ଷ ବୟସ ହୋଇଥିଲା। ବୋଓ୍ବି ୨୦୧୬ ରିଓ ଡି’ ଜେନିରୋ ଗେମ୍ସରେ ତିନୋଟି ପଦକ ଲାଭ କରିଥିଲେ। ଏକ ସୁରକ୍ଷିତ ବାସଭବନରେ ତାଙ୍କୁ ମୃତ ଅବସ୍ଥାରେ ଠାବ କରାଯାଇଥିଲା। ସେ ୮ମାସର ଗର୍ଭବତୀ ଥିବା କୁହାଯାଉଛି। ବହୁ ଦିନ ହେଲା ତାଙ୍କର ଖୋଜ ଖବର ନ ଥିଲା। ତାଙ୍କ ନିକଟରେ ଏକ୍ଲାମ୍ପସିଆ ଓ ସ୍ବାଶ ପ୍ରକ୍ରିୟା ଜଟିଳତା ଦେଖାଦେଇଥିଲା। ଟୋରୀଙ୍କର ସ୍ବାଭାବିକ ମୃତ୍ୟୁ ଘଟିଥିବା ରିପୋର୍ଟରେ ଦର୍ଶାଯାଇଛି। ଟୋରୀ ୨୦୧୬ ରିଓ ଅଲିମ୍ପିକ୍ସ ୧୦୦ ମିଟରରେ ରୌପ୍ୟ ଏବଂ ୨୦୦ରେ ବ୍ରୋଞ୍ଜ ଜିତିଥିଲେ। ପରେ ସେ ଟିଆନା ବାର୍ଟୋଲେଟା, ଆଲିସନ ଫେଲିକ୍ସ ଓ ଇଂଲିଶ ଗାର୍ଡନରଙ୍କ ସହ ୪x୧୦୦ ମିଟର ରିଲେରେ ସ୍ବର୍ଣ୍ଣ ପଦକ ଲାଭ କରିଥିଲେ। ଏହାର ବର୍ଷକ ପରେ ୨୦୧୭ରେ ସେ ଲଣ୍ଡନରେ ଅନୁଷ୍ଠିତ ବିଶ୍ୱ ଚାମ୍ପିୟନଶିପ୍‌ରେ ୧୦୦ ମିଟର ରେସ୍‌ ଜିତିଥିଲେ। ୪x୧୦୦ ମିଟର ରିଲେ ଟିମ୍‌କୁ ସ୍ବର୍ଣ୍ଣ ପଦକ ଆଣିଦେବାରେ ସେ ସହାୟକ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ଚିନ୍ତା ନାହିଁ: ଡ୍ରାଇଭରଙ୍କୁ ନିଦ ଲାଗିଲେ ଏଣିକି ଥରିବ ସିଟ୍‌, ସତର୍କ କରାଇବ କହିବ…

ମୁମ୍ବାଇ,୨୩ା୮: ରାସ୍ତାରେ ଗାଡ଼ି ଚଳାଇ ଗଲାବେଳେ ବେଳେବେଳେ ଆଖିକୁ ନିଦ ଆସିଯାଇଥାଏ ଫଳରେ ଦୁର୍ଘଟଣାର ସମ୍ଭାବନା ବି ଥାଏ। ମାତ୍ର ଏଣିକି ଆଉ ସେ ଚିନ୍ତା ରହିବ…

‘ମାଆଙ୍କ ସହ ଚା ପିଇଲେ, ତାଙ୍କ ପାଦ ଧୋଇଲେ…’, ଭାବ ବିହ୍ବଳ କରୁଛି ପାହାଡ଼ରୁ ଡେଇଁ ଜୀବନ ହାରିଥିବା କୁନାଲଙ୍କ ପୁରୁଣା ଭିଡିଓ

ମୁମ୍ବାଇ,୨୩।୮: ମହାରାଷ୍ଟ୍ରର ଛତ୍ରପତି ସମ୍ଭାଜୀନଗରରେ, ଆଇଫୋନ ଇଏମଆଇକୁ ନେଇ ବିବାଦ ପରେ ୧୮ ବର୍ଷୀୟ କୁନାଲ ନାମକ ଜଣେ ନାବାଳକ ଏବଂ ତାଙ୍କ ବାପାମାଆ ଯେଉଁମାନେ ତାଙ୍କୁ…

ଆଉଟ୍‌ ହେବା ପରେ ଶ୍ରୀଲଙ୍କା ବୋଲରଙ୍କ ସହ ଜୟସ୍ବାଲ ମୁହାଁମୁହିଁ, ମଇଦାନ ମଝିରେ ଧକ୍କାମୁକ୍କି, ଅଧିନାୟକ ମଝିରେ ପଶି-Video

କୋଲମ୍ବୋ,୨୩: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଦିନରେ ମଇଦାନରେ ଉତ୍ତେଜନା ଦେଖିବାକୁ ମିଳିଛି। ଭାରତର ଯୁବ ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ…

ସଠିକ୍‌ ପରଚୟ ଯାଞ୍ଚ ନ କରି ଦିଆଯାଉଛି ଘରଭଡ଼ା, ବଢୁଛି ଆପରାଧିକ କାର୍ଯ୍ୟକଳାପ

ଅମରପାଲି,୨୩ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର ଓ ଉଲୁଣ୍ଡା ଅଞ୍ଚଳରେ ବିନା ପୋଲିସ ଭେରିଫିକେଶନ ଏବଂ ସଠିକ୍‌ ପରିଚୟ ଯାଞ୍ଚ ନ କରି ଘରଭଡ଼ା ଦିଆଯାଉଥିବାରୁ ଆପରାଧିକ…

‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ

ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…

ରେଭନ୍ତ ରେଡ୍ଡୀଙ୍କୁ ଆମେରିକା ଯିବା ପାଇଁ ମିଳିଲା ନାହିଁ ଅନୁମତି, ଜାଣନ୍ତୁ ସରକାରୀ ଅନୁମତି କିପରି ମିଳିଥାଏ

ନୂଆଦିଲ୍ଲୀ,୨୩।୮: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବେ ୟୁକେରୁ ସିଧାସଳଖ ଭାରତ ଫେରିବେ; ସରକାରୀ ଅନୁମୋଦନ ଅଭାବରୁ ତାଙ୍କର ଆମେରିକା ଗସ୍ତ ବାତିଲ କରାଯାଇଛି। ସେ ଇଂଲଣ୍ଡ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri