ଅଲିମ୍ପିକ୍‌ ଟିମ୍‌ ଅଗଷ୍ଟ ୧୫ରେ ଯିବେ ଲାଲ୍‌ କିଲ୍ଲା, ନିମନ୍ତ୍ରଣ କରିବେ ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ,୩।୮: ଟୋକିଓ ଅଲିମ୍ପିକ୍‌ରେ ଯୋଗଦେବାକୁ ଯାଇଥିବା ଭାରତୀୟ ଟିମ୍‌ ଅଗଷ୍ଟ ୧୫ରେ ସ୍ବାଧୀନତା ଦିବସ ଅବସରରେ ସ୍ବତନ୍ତ୍ର ଅତିଥି ଭାବେ ଲାଲ୍‌ କିଲ୍ଲାରେ ଯିବେ। ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପକ୍ଷରୁ ଭାରତୀୟ ଅଲିମ୍ପିକ୍‌ ଟିମ୍‌କୁ ନିମନ୍ତ୍ରଣ କରାଯିବ। ପ୍ରଧାନମନ୍ତ୍ରୀ ଏହି ଅବସରରେ ଅଲିମ୍ପିକ୍‌ ଟିମ୍‌ ସଦସ୍ୟଙ୍କ ସହିତ ବ୍ୟକ୍ତିଗତ ଆଲୋଚନା କରିବାର ମଧ୍ୟ କାର୍ଯ୍ୟକ୍ରମ ରହିଛି।
ଅଲିମ୍ପିକ୍‌ରେ ଭାରତର ୨୨୮ ସଦସ୍ୟ ବିଶିଷ୍ଟ କଣ୍ଟିଜେଣ୍ଟ ଅଂଶଗ୍ରହଣ କରିଛନ୍ତି। ସେଥିରେ ୧୧୯ ଜଣ ଖେଳାଳି ଅଛନ୍ତି। ଭାରତୀୟ ଅଲିମ୍ପିକ କଣ୍ଟିଜେଣ୍ଟରେ ପିଭି ସିନ୍ଧୁ, ମନୁ ଭେକର, ଏମସି ମେରି କୋମ, ମିରାବାଇ ଚାନୁ, ବିନେଶ ଫୋଗାଟ, ଦୀପିକା କୁମାର ପ୍ରମୁଖ ଅଛନ୍ତି।
ଏହାପୂର୍ବରୁ ଅଲିମ୍ପିକ୍‌ରେ ଖେଳୁଥିବା ଭାରତୀୟ ଖେଳାଳିଙ୍କ ପାଇଁ ମୋଦି ଏକ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ଦେଇଥିଲେ। ଉପଯୁକ୍ତ ପ୍ରତିଭାକୁ ପ୍ରୋତ୍ସାହିତ କରାଗଲେ ଭାରତୀୟ ଖେଳାଳିମାନେ ଉତ୍ସାହିତ ହୋଇଥାନ୍ତି ବୋଲି ପ୍ରଧାନମନ୍ତ୍ରୀ କହିଥିଲେ। ସେହିପରି ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ଆମର ଖେଳାଳିମାନେ ପ୍ରତ୍ୟେକ ଖେଳରେ ଯଥାସମ୍ଭବ ସର୍ବଶ୍ରେଷ୍ଠ ପ୍ରଦର୍ଶନ କରିବାକୁ ଚେଷ୍ଟା କରୁଛନ୍ତି। ଅଲିମ୍ପିକ୍‌ରେ ନୂଆ ଭାରତର ଉଚ୍ଚ ଆତ୍ମବିଶ୍ୱାସ ପ୍ରତ୍ୟେକ କ୍ରୀଡ଼ାରେ ଦୃଶ୍ୟମାନ ହେଉଛି। ଆମର ଖେଳାଳିମାନେ ନିଜ ଅପେକ୍ଷା ଭଲ ଖେଳାଳି ଏବଂ ଦଳକୁ ଚ୍ୟାଲେଞ୍ଜ କରୁଛନ୍ତି।
ଭାରତୀୟ ଖେଳାଳିଙ୍କ ଉତ୍ସାହ, ଉତ୍ସାହ ଏବଂ ଆତ୍ମା ଆଜି ସର୍ବୋଚ୍ଚ ସ୍ତରରେ ରହିଛି। ଯେତେବେଳେ ସଠିକ ପ୍ରତିଭା ଚିହ୍ନଟ ହୁଏ, ସେତେବେଳେ ଏହି ଆତ୍ମବିଶ୍ୱାସ ଆସିଥାଏ। ବିଭିନ୍ନ କାର୍ଯ୍ୟ ବ୍ୟବସ୍ଥାରେ ପରିବର୍ତ୍ତନ ହେବା ସହିତ ଏଥିରେ ସ୍ବଚ୍ଛତା ଆସିଲେ ଏଭଳି ଆତ୍ମବିଶ୍ୱାସ ସୃଷ୍ଟି ହୋଇଥାଏ। ଏବେ ଏହି ନୂତନ ଆତ୍ମବିଶ୍ୱାସ ନୂଆ ଭାରତ ପାଇଁ ଏକ ନୂଆ ପରିିଚୟ ଆଣିଦେଇଛିି ବୋଲି ପ୍ରଧାନମନ୍ତ୍ରୀ ଖେଳାଳିଙ୍କ ଉଦ୍ଦେଶ୍ୟରେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ଉତ୍ସବରେ ଯୋଗଦେଇ ଘରକୁ ଫେରୁଥିଲେ ପରିବାର ଲୋକେ: ରାସ୍ତାପାର୍ଶ୍ୱ କୂଅରେ ଖସିପଡ଼ିଲା କାର୍‌, ଆଉ ତା’ପରେ…

ନାଶିକ୍‌,୪ା୪: ମହାରାଷ୍ଟ୍ରର ନାଶିକ ଜିଲାରେ ଖୋଲା କୂଅକୁ ଏକ କାର୍‌ ଖସିପଡ଼ିବାରୁ ଗୋଟିଏ ପରିବାରର ୯ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୬ଜଣ ପିଲା ଥିବା…

ଶ୍ରେୟଶଙ୍କୁ ୨୪ ଲକ୍ଷ ଟଙ୍କା ଜରିମାନା

ଚେନ୍ନାଇ, ୪ା୪: ସ୍ଥାନୀୟ ଏମ୍‌.ଏ. ଚିଦାମ୍ୱରମ ଷ୍ଟାଡିୟମରେ ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷ ଆଇପିଏଲ୍‌ ମ୍ୟାଚରେ ଏକ ସ୍ଲୋ-ଓଭର ରେଟ୍‌ ପାଇଁ ପଞ୍ଜାବ କିଙ୍ଗ୍ସ ଅଧିନାୟକ ଶ୍ରେୟସ…

ସିଏସ୍‌କେ ପରାଜୟର କାରଣ କହିଲେ ଗାଭାସ୍କର

ଚେନ୍ନାଇ,୪ା୪: ଭାରତର କିମ୍ୱଦନ୍ତୀ କ୍ରିକେଟର ସୁନୀଲ ଗାଭାସ୍କରଙ୍କ ମତରେ ୫ ଥରର ଚାମ୍ପିୟନ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ପାଇଁ ସେମାନଙ୍କର ବୋଲିଂ ସବୁଠୁ ବଡ଼ ସମସ୍ୟା।…

ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର

ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…

ସମ୍ପର୍କରେ ଲାଗିଲା କଳଙ୍କ: ଜ୍ୱାଇଁଙ୍କ ସହ ଶାଶୁ ଫେରାର, ମୋବାଇଲ ଲୋକେସନ ଖୋଲିଦେଲା ସବୁ ଗୁମର

ରାଞ୍ଚି,୪ା୪: ଝାଡ଼ଖଣ୍ଡର ଦୁମକା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଶାଶୁ-ଜ୍ୱାଇଁଙ୍କ ପରି ପବିତ୍ର ସମ୍ପର୍କରେ କଳଙ୍କ ଲଗାଇଛି। ସରିଆହାଟ ଥାନା ଅଞ୍ଚଳର ମଥାକେସୋ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri