Posted inଖେଳ

ଓସାକା ସଡ଼କରେ ଅଲିମ୍ପିକ ମଶାଲ ରାଲି ବାତିଲ

ଟୋକିଓ,୮।୪(ଏପି): କୋଭିଡ୍‌-୧୯ ମହାମାରୀ ପ୍ରକୋପକୁ ଦୃଷ୍ଟିରେ ରଖି ଟୋକିଓ ଅଲିମ୍ପିକ୍ସର ମଶାଲ ରାଲି ପ୍ରଭାବିତ ହୋଇଛି। ଓସାକା ସହରର ସଡକରେ ଆୟୋଜନ ହେବାକୁ ଥିବା ଅଲିମ୍ପିକ ମଶାଲ ରାଲିକୁ ବାତିଲ କରାଯାଇଛି। ଫଳରେ ଅଲିମ୍ପିକ୍ସ ଆୟୋଜକଙ୍କୁ ଶକ୍ତ ଝଟକା ଲାଗିଛି।
ଫୁକୁଶିମାର ଉତ୍ତରପୂର୍ବାଞ୍ଚଳରେ ଦୁଇ ସପ୍ତାହ ତଳେ ମଶାଲ ରାଲି ଆରମ୍ଭ ହୋଇଥିଲା। ଆଗାମୀ ୪ ମାସ ମଧ୍ୟରେ ୧୦ ହଜାର ରନରଙ୍କୁ ନେଇ ରାଲି ଆୟୋଜନ କରିବାର କାର୍ଯ୍ୟକ୍ରମ ଥିଲା। ଜୁଲାଇ ୨୩ରେ ଅଲିମ୍ପିକ୍ସ ଆରମ୍ଭ ହେବାର କାର୍ଯ୍ୟକ୍ରମ ରହିଛି ଓ ଏହି ମେଗା ଇଭେଣ୍ଟ ପାଇଁ ଆଉ ମାତ୍ର ୧୦୦ଦିନ ବାକି ରହିଛି।
ଓସାକାର ସଡକରେ ରାଲି ଆୟୋଜିତ ହେବାର କାର୍ଯ୍ୟକ୍ରମ ରହିଥିଲା। ତେବେ ଶେଷ ମୁହୂର୍ତ୍ତରେ କାର୍ଯ୍ୟକ୍ରମରେ ପରିବର୍ତ୍ତନ କରାଯାଇଛି। କରୋନା ସ୍ଥିତିକୁ ଦୃଷ୍ଟିରେ ରଖି ଏହି ରାଲିକୁ ସର୍ବସାଧାରଣ ସଡକରେ ଆୟୋଜନ ନ କରି ଏକ୍ସପୋ ୭୦ କମେମୋରେଟିଭ୍‌ ପାର୍କରେ ଆୟୋଜନ କରିବାକୁ ନିଷ୍ପତ୍ତି ନିଆଯାଇଛି। ଏଥିରେ ସମସ୍ତ ମଶାଲଧାରୀ ସାମିଲ ହୋଇପାରିବେ ବୋଲି କୁହାଯାଇଛି। ତେବେ ପାର୍କ ଭିତରକୁ କୌଣସି ଦର୍ଶକଙ୍କୁ ଛଡାଯିବ ନାହିଁ।
ଅଲିମ୍ପିକ୍ସ ଓ ପାରା ଅଲିମ୍ପିକ୍ସରେ ସାରା ବିଶ୍ୱର ୨୦୦ଟି ଦେଶରୁ ୧୫,୪୦୦ ଆଥ୍‌ଲେଟ ଅଂଶଗ୍ରହଣ କରିବେ। ଏମାନଙ୍କ ସହ ୧୦ ହଜାର ଅଫିସିଆଲ, ଜଜ୍‌, ଗଣମାଧ୍ୟମ ଓ ବ୍ରଡ୍‌କାଷ୍ଟର ପ୍ରତିନିଧି ମଧ୍ୟ ଜାପାନ ଆସିବେ। ବିଦେଶରୁ କୌଣସି ପ୍ରଶଂସକଙ୍କୁ ଜାପାନ ଭିତରକୁ ଯିବା ପାଇଁ ବାରଣ କରାଯାଇଛି। ତେବେ କେତେ ସଂଖ୍ୟାରେ ସ୍ଥାନୀୟ ଦର୍ଶନ ଏହି ଇଭେଣ୍ଟରେ ଉପସ୍ଥିତ ରହିବେ ସେ ନେଇ କିଛି କୁହାଯାଇନାହିଁ। ମହାମାରୀକୁ ଦୃଷ୍ଟିରେ ରଖି ସବୁପ୍ରକାର ବିହିତ ବ୍ୟବସ୍ଥା ଗ୍ରହଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଉତ୍ତର ପ୍ରଦେଶର ଆମରୋହାରୁ ନିର୍ବାଚନ ଲଢ଼ିବେ କ୍ରିକେଟର ମହମ୍ମଦ ସାମି? ଭାଇରାଲ ହେଉଛି…

ନୂଆଦିଲ୍ଲୀ,୨୧।୯: ଭାରତୀୟ କ୍ରିକେଟ ଦଳକୁ ପ୍ରତ୍ୟାବର୍ତ୍ତନ ପାଇଁ ଉଦ୍ୟମ କରୁଥିବା ଦ୍ରୁତ ବୋଲର ମହମ୍ମଦ ସାମି ବର୍ତ୍ତମାନ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛନ୍ତି। ତେବେ ଏଥର ଏହି ଚର୍ଚ୍ଚା…

ବୁମରାଙ୍କୁ ନେଇ BCCI ସହ ଅଗରକରଙ୍କ ମଧ୍ୟରେ ମତଭେଦ; ଗାଏକୱାଡ଼ଙ୍କୁ ନେଇ ମଧ୍ୟ ବିବାଦ

ନୂଆଦିଲ୍ଲୀ,୨୧।୯: ଅଜିତ ଅଗରକରଙ୍କୁ ନେଇ ନୂଆ ତଥ୍ୟ ସାମ୍ନାକୁ ଆସୁଛି। ରୋହିତ ଶର୍ମାଙ୍କ ପ୍ରସଙ୍ଗରେ ବିସିସିଆଇ (BCCI)ର ବରିଷ୍ଠ ଅଧିକାରୀ ଏବଂ ଭିଭିଏସ ଲକ୍ଷ୍ମଣଙ୍କ ସହ ମତଭେଦକୁ…

ଏସିଆନ ଗେମ୍ସର ଓପନିଂ ମ୍ୟାଚ୍‌ରେ ଭାରତର ବଡ଼ ବିଜୟ

କାକାମିଗାହାରା,୨୦ା୯: ଏସିଆନ ଗେମ୍ସ ପୁରୁଷ ହକି ପୁଲ୍‌ ‘ଏ’ର ଓପନିଂ ମ୍ୟାଚରେ ଭାରତ ୧୩-୧ ଗୋଲ୍‌ରେ ଇଣ୍ଡୋନେସିଆକୁ ହରାଇ ଦେଇଛି। ଷ୍ଟ୍ରାଇକର ଦିଲ୍‌ପ୍ରୀତ ସିଂ ଏକାକି ୪ଟି…

ଟି୨୦ କ୍ରିକେଟରେ ଇତିହାସ ରଚିଲେ ମନ୍ଧାନା

ନିଶିନ,୨୦ା୯: ଭାରତୀୟ ଓପନର ସ୍ମୃତି ମନ୍ଧାନା ରବିବାର ନିଜ କ୍ୟାରିୟରରେ ଆଉ ଏକ ରେକର୍ଡର ଅଧିକାରୀ ହୋଇଛନ୍ତି। ବାଂଲାଦେଶ ବିପକ୍ଷ ଏସିଆନ ଗେମ୍ସ ସେମିଫାଇନାଲ ମ୍ୟାଚ୍‌ରେ ୩୭…

ଶେଫାଳିଙ୍କ ଦମ୍‌ଦାର ଶତକ: ଫାଇନାଲରେ ଭାରତ

ନିଶିନ,୨୦ା୯: ଶେଫାଳି ବର୍ମାଙ୍କ ଶତକ ବଳରେ ଖେଳାଯାଇଥିବା ସେମିଫାଇନାଲ ମ୍ୟାଚ୍‌ରେ ଭାରତ ୧୧୪ ରନ୍‌ରେ ବାଂଲାଦେଶକୁ ହରାଇ ମହିଳା କ୍ରିକେଟ ଟି୨୦ ଇଭେଣ୍ଟ ଫାଇନାଲରେ ପ୍ରବେଶ କରିଛି।…

ଚମକାଇଦେଲା BCCIର ନିଷ୍ପତ୍ତି! ଟିମ୍ ଇଣ୍ଡିଆର ନୂଆ ହେଡ୍ କୋଚ୍ ହେଲେ…

ନୂଆଦିଲ୍ଲୀ,୨୦ା୯: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଦ୍ରୁତ ବୋଲର ଲକ୍ଷ୍ମୀପତି ବାଲାଜୀଙ୍କୁ ଭାରତ-ଏ ଦଳର ହେଡ୍‌ କୋଚ୍‌ ଭାବେ ନିଯୁକ୍ତ କରାଯାଇଛି । ଅଷ୍ଟ୍ରେଲିଆ-ଏ ବିପକ୍ଷ ମଲ୍ଟି-ଫର୍ମାଟ୍‌…

ନ୍ୟୁଜିଲ୍ୟାଣ୍ଡ ଗସ୍ତରେ ବଦଳିବେ ଟିମ୍ ଇଣ୍ଡିଆର କ୍ୟାପ୍ଟେନ, ଶୁଭମନ୍ ଗିଲ୍‌ଙ୍କ ସ୍ଥାନ ନେବେ…

ନୂଆଦିଲ୍ଲୀ,୨୦ା୯: ଭାରତୀୟ କ୍ରିକେଟ୍ ଦଳ ବର୍ତ୍ତମାନ ଏସୀୟ କ୍ରୀଡ଼ା ପାଇଁ ଯାତ୍ରା କରୁଥିବା ବେଳେ, ଏହି ସମୟ ମଧ୍ୟରେ ୱେଷ୍ଟଇଣ୍ଡିଜ୍ ବିପକ୍ଷରେ ଏକ ଦିନିକିଆ (ODI) ସିରିଜ୍…

ଆରମ୍ଭ ହେଲା ଏସିଆନ ଗେମ୍ସ, ମନୁ ଭାକର, ପବନ ଶେରାଓ୍ବତ ନେଲେ ଭାରତର ନେତୃତ୍ୱ

ନାଗୋୟା,୧୯ା୯: ଦିନକର ସାଙ୍ଗଠନିକ ସ୍ଥାନୀୟ ମିଜୁହୋ ପାର୍କ ଆଥଲେଟିକ୍‌ ଷ୍ଟାଡିୟମରେ ରଙ୍ଗାରଙ୍ଗ ହାଇଟେକ୍‌ ଉଦ୍‌ଘାଟନୀ କାର୍ଯ୍ୟକ୍ରମ ସହ ୨୦ତମ ଏସିଆନ ଗେମ୍ସ ଆନୁଷ୍ଠାନିକ ଭାବେ ଆରମ୍ଭ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?