Posted inଖେଳ

ମହିଳା ତୀରନ୍ଦାଜ: କ୍ୱାର୍ଟର ଫାଇନାଲରେ ମହିଳା ଟିମ୍

ନୂଆଦିଲ୍ଲୀ,୨୫।୭: ପ୍ୟାରିସ ଅଲମ୍ପିକ୍ସରେ ଭାରତ ଏହାର ଅଭିଯାନ ତୀରନ୍ଦାଜରେ ବିଜୟ ସହିତ ଆରମ୍ଭ କରିଛି। ଆୟୋଜକ ଫ୍ରାନ୍ସ ସହିତ ଭାରତର କିଛି ସମୟ କଡ଼ା ପ୍ରତିଯୋଗିତା ଦେଖିବାକୁ ମିଳିଥିଲା। ତେବେ ଭାରତର ତାରକା ପ୍ଲେୟାର ଭଜନ କୌର, ଅଙ୍କିତା ଭକତ ଏବଂ ଦୀପିକା କୁମାରୀଙ୍କ ଦୃଢ ପ୍ରଦର୍ଶନ ବଳରେ ଭାରତ ଚତୁର୍ଥ ସ୍ଥାନ ଦଖଲ କରିବା ସହିତ କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛି। ଆରମ୍ଭରୁ ଉତ୍ସାହଜନକ ପ୍ରଦର୍ଦ୍ଧନ ସହିତ ଭାରତ ତୀରନ୍ଦାଜରେ ଏକ ପଦକ ଆଡକୁ ନିକଟତର ହୋଇଛି।

ଅଙ୍କିତା ଭକତ ତାଙ୍କର ପ୍ରଥମ ଅଲିମ୍ପିକ୍ସରେ ସୁନ୍ଦର ପ୍ରଦର୍ଶନ କରିଛନ୍ତି। ସେ ମୁଖ୍ୟ ମହିଳା ବ୍ୟକ୍ତିଗତ ଇଭେଣ୍ଟ ପୂର୍ବରୁ ୬୬୬ ସ୍କୋର(ସିଜିନର ସର୍ବାଧିକ) ସହିତ ଏକାଦଶ ସ୍ଥାନରେ ସମାପ୍ତ କରିଛନ୍ତି। ସେହିପରି ସାଥି ଖେଳାଳି ଭଜନ କୌର (୬୫୯ ସ୍କୋର) ସହିତ ୨୨ ତମ ସ୍ଥାନରେ ରହିଥିଲା ବେଳେ ଅଭିଜ୍ଞ ଦୀପିକା କୁମାରୀ (୬୫୮ ସ୍କୋର) ସହିତ ୨୩ ତମ ସ୍ଥାନରେ ରହିଥିଲେ।

ଯଦି ମହିଳା ବର୍ଗରେ ଭାରତ କ୍ୱାର୍ଟର ଫାଇନାଲରେ ଜିତେ, ତେବେ ସେମିରେ ଡିଫେଣ୍ଡିଂ ଚାମ୍ପିଅନ୍ ଦକ୍ଷିଣ କୋରିଆର ସମ୍ମୁଖୀନ ହେବାର ସମ୍ଭାବନା ରହିଛି। ଯିଏ ପ୍ରଥମ ସ୍ଥାନ ଅଧିକାର କରିଛନ୍ତି। ଅଲିମ୍ପିକ୍ସ ଇତିହାସରେ ଦକ୍ଷିଣ କୋରିଆ ୨୭ ତୀରନ୍ଦାଜ ସ୍ୱର୍ଣ୍ଣ ପଦକ ଜିତିଛି, ଯାହାକି ଅନ୍ୟ ଦେଶ ତୁଳନାରେ ୧୩ ଅଧିକ।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପଞ୍ଜୀକରଣ ପୂର୍ବରୁ ମା’ବାପାଙ୍କୁ ଜଣାଇବେ ପିଲା

ଗାନ୍ଧୀନଗର,୨୨।୨: ବିବାହ ପଞ୍ଜୀକରଣ ପୂର୍ବରୁ ଦମ୍ପତି ସେମାନଙ୍କ ମା’ବାପାଙ୍କୁ ଜଣାଇବା ବାଧ୍ୟତାମୂଳକ ହେବ। ଗୁଜରାଟ ସରକାର ବିବାହ ପଞ୍ଜୀକରଣ ନିୟମାବଳୀରେ ସଂଶୋଧନ ପାଇଁ ବିଧାନସଭାରେ ଶୁକ୍ରବାର ପ୍ରସ୍ତାବ…

ବର୍ଷାରେ ଭିଜିବ ଉପକୂଳ ଓଡିଶା; ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ…

ଭୁବନେଶ୍ୱର, ୨୨।୨: ବଦଳିପାରେ ରାଜ୍ୟର ପାଣିପାଗ। ଭାରତ ମହାସାଗର ଓ ସଲଂଗ୍ନ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ ଆଜି ଲଘୁଚାପ କ୍ଷେତ୍ରରେ ପରିଣତ ହୋଇପାରେ। ଲଘୁଚାପ ସୃଷ୍ଟି…

IND vs PAK: ସେମିଫାଇନାଲରେ ଭାରତକୁ ହରାଇବ ପାକିସ୍ତାନ? ଦାବି କରି ହସିଲେ ପାକିସ୍ତାନୀ ଦିଗଜ୍ଜ; ଦେଖନ୍ତୁ ଭିଡିଓ

ଇସଲାମବାଦ,୨୨।୨: ୨୦୨୬ ଟି୨୦ ବିଶ୍ୱକପର ସେମିଫାଇନାଲରେ ପାକିସ୍ତାନ ଭାରତକୁ ପରାସ୍ତ କରିବ। ଟିମ ଇଣ୍ଡିଆ ସେମିଫାଇନାଲରେ ମଧ୍ୟ ପହଞ୍ଚିପାରିବ ନାହିଁ। ପାକିସ୍ତାନ ପକ୍ଷରୁ ଏପରି ବଡ଼ ଦାବି…

ଘରେ କେହି ନଥିବା ବେଳେ ଭିନ୍ନକ୍ଷମ ଯୁବତୀଙ୍କୁ ବଳାତ୍କାର, ପରିବାର ଲୋକେ ଆସିବାରୁ….

ଦେବଗଡ,୨୨।୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଥାନାଞ୍ଚଳର ଜଣେ ଭିନ୍ନକ୍ଷମ ଯୁବତୀଙ୍କୁ ବଳପୁର୍ବକ ବଳାତ୍କାର କରିଥିବା ଅଭିଯୋଗ ହୋଇଛି । ତେବେ ଦେବଗଡ ଥାନା ପୋଲିସ ଶନିବାର ଜଣେ…

ହୋଲି ପୂର୍ୱରୁ ବଡ଼ ଉପହାର; ରାଜ୍ୟ ସରକାରୀ କର୍ମଚାରୀ, ଶିକ୍ଷକ ଓ ପେନସନଭୋଗୀଙ୍କ ବଢିକି ଆସିବ ଦରମା

ନୂଆଦିଲ୍‌ଲୀ,୨୨।୨: ହୋଲି ପୂର୍ୱରୁ ଖୁସି ଖବର। ସରକାରୀ କର୍ମଚାରୀ, ଶିକ୍ଷକ ଓ ପେନସନଧାରୀଙ୍କ ବଢିବ ଦରମା-ଭତ୍ତା। ଏନେଇ ରାଜ୍ୟ ସରକାର ବଡ଼ ଘୋଷଣା କରିଛନ୍ତି। ରାଜ୍ୟ ସରକାର…

ଯୌନ ନିର୍ଯାତନା: ଅଭିମୁକ୍ତେଶ୍ୱରାନନ୍ଦଙ୍କ ନାଁରେ ମାମଲା ରୁଜୁ ନିର୍ଦ୍ଦେଶ

ଲକ୍ଷ୍ନୌ,୨୨।୨: ଉତ୍ତରାଖଣ୍ଡ ବଦ୍ରିନାଥସ୍ଥିତ ଜ୍ୟୋର୍ତିମଠର ଶଙ୍କରାଚାର୍ଯ୍ୟ ସ୍ବାମୀ ଅଭିମୁକ୍ତେଶ୍ୱରାନନ୍ଦଙ୍କ ବିରୋଧରେ ଶିଶୁ ଯୌନ ନିର୍ଯ୍ୟାତନା ମାମଲା ରୁଜୁ କରିବାକୁ ଆହ୍ଲାବାଦସ୍ଥିତ ସ୍ବତନ୍ତ୍ର ପକ୍‌ସୋ କୋର୍ଟ ଶନିବାର ନିର୍ଦ୍ଦେଶ…

ଗୁଜରାଟ ମଡେଲର ସ୍ଥିତି

ଭାରତୀୟ ଜନତା ପାର୍ଟି (ଭାଜପା) ପ୍ରାୟ ୩୦ ବର୍ଷ ଧରି ନିରବଚ୍ଛିନ୍ନ ଭାବରେ ଗୁଜରାଟରେ ଶାସନ କରିଆସୁଛି। ବାସ୍ତବରେ ଗୁଜରାଟ ଏକ ଦୁଇ-ଦଳୀୟ ରାଜ୍ୟ। କିନ୍ତୁ ବାବ୍ରୀ…

ଖାମେନେଇଙ୍କୁ ହତ୍ୟା କରିପାରେ ଆମେରିକା

ଓ୍ବାଶିଂଟନ୍‌,୨୨।୨: ଇରାନର ସର୍ବୋଚ୍ଚ ଧର୍ମଗୁରୁ ଆୟାତୋଲ୍ଲା ଅଲୀ ଖାମେନେଇ ଏବଂ ତାଙ୍କ ପୁଅ ମୋଜତାବାଙ୍କୁ ହତ୍ୟା କରିବାକୁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଯୋଜନା ଚଳାଇଛନ୍ତି। ଇରାନର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri